ଅନଗୁଳ-ଢେଙ୍କାନାଳ

୩ରେ ଟାଟାଷ୍ଟିଲ ବିଏସ୍‌ଏଲ୍‌ର ‘ରନାଥନ୍‌’

୩ରେ ଟାଟାଷ୍ଟିଲ ବିଏସ୍‌ଏଲ୍‌ର ‘ରନାଥନ୍‌’

ଢେଙ୍କାନାଳ ଅଫିସ, ୧୮।୧: ଢେଙ୍କାନାଳ ଜିଲା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ ବିଏସ୍‌ଏଲ୍‌ ପକ୍ଷରୁ ଫେବୃୟାରୀ ୩ରେ ଆୟୋଜିତ ହେବ ଗଣଦୌଡ଼ ‘ରନାଥନ୍‌’। କମ୍ପାନୀର ପ୍ରଥମ ସଂସ୍କରଣର ଏହି କାର୍ଯ୍ୟକ୍ରମ ଲାଗି ଆରମ୍ଭ ହୋଇଛି ବ୍ୟାପକ ପ୍ରସ୍ତୁତି । ଏ ନେଇ କମ୍ପାନୀ ପକ୍ଷରୁ ଗୁରୁବାର ସନ୍ଧ୍ୟାରେ ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବିସ୍ତୃତ ସୂଚନା ଦିଆଯାଇଛି।

 ଏହି ଗଣଦୌଡ଼ କାର୍ଯ୍ୟକ୍ରମ ୨ଟି ବିଭାଗରେ ହେବ। ୧୨ରୁ ୧୬ ବର୍ଷର ପ୍ରତିଯୋଗୀଙ୍କ ଲାଗି ୫ କିମି ଏବଂ ୧୬ରୁ ତଦୂର୍ଦ୍ଧ୍ୱ ବୟସ୍କଙ୍କ ଲାଗି ୧୦ କିମି ଦୌଡ଼ ଅନୁଷ୍ଠିତ ହେବ।    ୧୦କିମି ଦୌଡ଼ରେ ଶ୍ରେଷ୍ଠ ସ୍ଥାନ ହାସଲ କରିଥିବା ପ୍ରତିଯୋଗୀଙ୍କୁ ୪୧ ହଜାର, ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ୩୧ହଜାର, ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ୨୧ ହଜାର, ୪ର୍ଥ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ୧୧ହଜାର ଏବଂ ୫ମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ୯ ହଜାର ଟଙ୍କା ପ୍ରଦାନ କରାଯିବ। ଉକ୍ତ ପୁରସ୍କାର ଉଭୟ ପୁରୁଷ ଏବଂ ମହିଳା ବିଭାଗ ଲାଗି ପୃଥକ୍‌ ପୃଥକ୍‌ ଭାବେ ଦିଆଯିବ। ଅନୁରୂପ ଭାବେ ବାଳିକା ଓ ବାଳକ ବିଭାଗ ୫ କିମି ଦୌଡ଼ରେ ପ୍ରଥମ ସ୍ଥାନ ଲାଗି ୧୦ହଜାର, ଦ୍ୱିତୀୟ ସ୍ଥାନ ଲାଗି ୮ହଜାର, ତୃତୀୟ ସ୍ଥାନ ଲାଗି ୭ହଜାର, ୪ର୍ଥ ସ୍ଥାନ ଲାଗି ୬ହଜାର ଏବଂ ୫ମ ସ୍ଥାନ ଲାଗି ପ୍ରତିଯୋଗୀଙ୍କୁ  ୫ହଜାର ଟଙ୍କା ଲେଖାଏଁ ପୁରସ୍କାର ଦିଆଯିବ।  ନରେନ୍ଦ୍ରପୁରସ୍ଥିତ କମ୍ପାନୀର ମୁଖ୍ୟ ଫାଟକରୁ ଗଣଦୌଡ଼ ଆରମ୍ଭ ହେବ। ଏଥି ପାଇଁ ନାମ ପଞ୍ଜୀକରଣର ଶେଷ ତାରିଖ ରହିଛି ଜାନୁୟାରୀ ୩୦। ବରିଷ୍ଠ ବର୍ଗ ଦୌଡ଼ ଲାଗି ୧୦୦ ଟଙ୍କା ଏବଂ କନିଷ୍ଠ ବର୍ଗ ଲାଗି ୫୦ ଟଙ୍କା ପ୍ରବେଶିକା ଫି’ ରଖାଯାଇଛି। ଗଣଦୌଡ଼ରେ ୨୩୦୦ ପ୍ରତିଯୋଗୀ ଭାଗନେବେ। ଜିଲାପାଳ ନିିଖିଲ ପଓ୍ବନ କଲ୍ୟାଣ, ଟାଟାଷ୍ଟିଲ ବିଏସ୍‌ଏଲର ସିଓଓ ସୁବୋଧ ପାଣ୍ଡେ, ଜିଲା କ୍ରୀଡ଼ା ଅଧିକାରୀ ପ୍ରଦୀପ୍ତ କୁମାର ମହାନ୍ତି, ଚଳଚ୍ଚିତ୍ର ଅଭିନେତ୍ରୀ ଅର୍ଚ୍ଚିତା ସାହୁ, ଏଭରେଷ୍ଟ ବିଜୟିନୀ କଳ୍ପନା ଦାଶ, କମ୍ପାନୀର ଚିଫ୍‌ କର୍ପୋରେଟ ସର୍ଭସ୍‌ ଅଧିକାରୀ ମଣିକାନ୍ତ ନାୟକ, କ୍ରୀଡ଼ା ବିଭାଗ ବରିଷ୍ଠ ପରିଚାଳକ ରାଜୀବ ସେଠଙ୍କ ଉପସ୍ଥିତିରେ ‘ରନାଥନ୍‌’ ଲାଗି ଉଦ୍ଦିଷ୍ଟ ଟି-ଶାର୍ଟ ଉନ୍ମୋଚିତ ହୋଇଛି। 

ଏହି ଅବସରରେ ଜିଲାପାଳ କହିଲେ, ଟାଟାଷ୍ଟିଲ ବିଏସ୍‌ଏଲ୍‌ ପକ୍ଷରୁ ଅନ୍ତର୍ଜାତୀୟସ୍ତରରର ଗଣଦୌଡ଼ କାର୍ଯ୍ୟକ୍ରମ କରାଯିବା ଖୁସିର ବିଷୟ। ଏହା ଛାତ୍ରୀଛାତ୍ର, ଯୁବପିଢ଼ିଙ୍କୁ ଉତ୍ସାହିତ କରାଇବ। ଟାଟାଷ୍ଟିଲ ବିଏସ୍‌ଏଲ୍‌ର ସିଓଓ କହିଲେ, କମ୍ପାନୀ ପକ୍ଷରୁ କ୍ରୀଡ଼ାକୁ ପ୍ରୋତ୍ସାହିତ କରାଯାଉଛି। ଶରୀରକୁ ଫିଟ୍‌ ରଖିବା ଉଦ୍ଦେଶ୍ୟରେ ଏପରି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ପ୍ରଥମ ସଂସ୍କରଣର ବାର୍ତ୍ତା ରହିଛି ସୁସ୍ଥତା। ସମସ୍ତଙ୍କ ସହଯୋଗ ମିଳିଲେ ଏହି କାର୍ଯ୍ୟକ୍ରମ ସଫଳ ହେବ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ। ଯୋଗାଯୋଗ ଅଧିକାରୀ ଶୁଭ୍ରାଂଶୁ ପଣ୍ଡା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


All Right Reserved By

ଅନଗୁଳ-ଢେଙ୍କାନାଳ

ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ: ୨ ବଖରା ଜଳିଗଲା, ୩ ଗୁରୁତର

ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ: ୨ ବଖରା ଜଳିଗଲା, ୩ ଗୁରୁତର

ଛେଣ୍ଡିପଦା, ୧୬।୨(ସ୍ବ.ପ୍ର): ଅନୁଗୋଳ  ଜିଲା ଜରପଡ଼ା ଥାନା ଜେରେଙ୍ଗ ଦେହୁରୀ ସାହି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମୀଧରପୁର ବାହାଳସାହିରେ ଗ୍ୟାସ ଲିକ୍‌ ହୋଇଯିବାରୁ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଦୁଇ ବଖରା ଚାଳଘର ପୋଡି ଜଳିଯାଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ଖବର ପାଇ ଦମକଳ ବାହିନୀ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ହେଁ ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି।

ଧାର ଟଙ୍କା ପରିଶୋଧ ନ କରିପାରି ଆତ୍ମହତ୍ୟା

ଧାର ଟଙ୍କା ପରିଶୋଧ ନ କରିପାରି ଆତ୍ମହତ୍ୟା

ବଅଁରପାଳ,୧୬।୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ମହୀଧରପୁର ଅଞ୍ଚଳରେ ଜଣେ ବ୍ୟକ୍ତି ଧାର ଟଙ୍କା ପରିଶୋଧ କରି ନ ପାରିବାରୁ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଦିଲୀପ ଜେନା(୪୫)। 

ସହରରେ ଯାଞ୍ଚ ହେଲା ଖାଦ୍ୟର ମାନ: ୨୨ ସ୍ଥାନରୁ ନମୁନା ସଂଗ୍ରହ

ସହରରେ ଯାଞ୍ଚ ହେଲା ଖାଦ୍ୟର ମାନ: ୨୨ ସ୍ଥାନରୁ ନମୁନା ସଂଗ୍ରହ

ଅନୁଗୋଳ ଅଫିସ, ୧୬।୨- ଫୁଡ୍‌ ସେଫଟି ଅନ୍‌ ହୁଇଲ ମାଧ୍ୟମରେ ଅନୁଗୋଳ ସହରର ୨୨ଟି ସ୍ଥାନରେ ଶୁକ୍ରବାର ଖାଦ୍ୟ ସାମଗ୍ରୀର ମାନ ଯାଞ୍ଚ କରାଯାଇଛି। ଏହି ଯାଞ୍ଚ ବେଳେ ଡାଲି ଜାତୀୟ, ଦୁଗ୍ଧ ଓ ଲଙ୍କାଗୁଣ୍ଡରେ ଅପମିଶ୍ରଣ ହୋଇଥିବା ଜଣାପଡ଼ିଥିଲା। 

ବର୍ଦ୍ଧିତ ମଜୁରି ମାଗିଲେ କେନ୍ଦୁପତ୍ର କର୍ମଚାରୀ

ବର୍ଦ୍ଧିତ ମଜୁରି ମାଗିଲେ କେନ୍ଦୁପତ୍ର କର୍ମଚାରୀ

ଅନୁଗୋଳ ଅଫିସ, ୧୬।୨- କେନ୍ଦୁପତ୍ର ବିଭାଗରେ କାର୍ଯ୍ୟ କରୁଥିବା ଅଣକୁଶଳୀ, କୁଶଳୀ, ଅର୍ଦ୍ଧକୁଶଳୀ, ଉଚ୍ଚକୁଶଳୀ ସିଜିନାଲ କର୍ମଚାରୀଙ୍କୁ ସରକାରଙ୍କ ଦ୍ୱାରା ଘୋଷଣା ହୋଇଥିବା ଦୈନିକ ମଜୁରିରୁ ବଞ୍ଚତ୍ତ କରାଯାଉଛି। ଏହି କ୍ଷେତ୍ରରେ କାର୍ଯ୍ୟ କରୁଥିବା ଶ୍ରମିକ ଓ ତାଙ୍କ ପରିବାର ପ୍ରତି ଏହା ଅନ୍ୟାୟ ବୋଲି ଅନୁଗୋଳ କେନ୍ଦୁପତ୍ର କର୍ମଚାରୀ ସଂଘ ଅଭିଯୋଗ କରିଛି। 

ଉନ୍ନୟନ କାର୍ଯ୍ୟର ସମୀକ୍ଷା, ଶିଳାନ୍ୟାସ

ଉନ୍ନୟନ କାର୍ଯ୍ୟର ସମୀକ୍ଷା, ଶିଳାନ୍ୟାସ

ଅନୁଗୋଳ ଅଫିସ, ୧୬।୨- ଅନୁଗୋଳ ବ୍ଲକ ବାରଗୌଣିଆ ପଞ୍ଚାୟତରେ ଶୁକ୍ରବାର ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା ସହ ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଢେଙ୍କାନାଳ-ଅନୁଗୋଳ ଏମ୍‌ପି ତଥାଗତ ସତପଥୀଙ୍କ ଜିଲା ପ୍ରତିନିଧି ଭକ୍ତି ପ୍ରସାଦ ଦାସ ଏହି ଉତ୍ସବରେ ଯୋଗଦେଇଥିଲେ। 

ସିନଫେଷ୍ଟ୍‌ ଉଦ୍‌ଯାପିତ: ‘କଠିନ ପରିଶ୍ରମ ଜୀବନର ମୂଳମନ୍ତ୍ର’

ସିନଫେଷ୍ଟ୍‌ ଉଦ୍‌ଯାପିତ: ‘କଠିନ ପରିଶ୍ରମ ଜୀବନର ମୂଳମନ୍ତ୍ର’

ଢେଙ୍କାନାଳ ଅଫିସ, ୧୬।୨- କଠିନ ପରିଶ୍ରମ, ଉଚିତ ସମୟରେ ଠିକ୍‌ ନିର୍ଣ୍ଣୟ ନେବା ଜୀବନର ମୂଳମନ୍ତ୍ର। ଏହାକୁ ଠିକ୍‌ ଭାବେ କାର୍ଯ୍ୟକାରୀ କରାଯାଇପାରିଲେ ଭବିଷ୍ୟତ ସ୍ବର୍ଣ୍ଣିମ ହୋଇପାରିବ ବୋଲି କହିଛନ୍ତି ପଦ୍ମଶ୍ରୀ ଡି. ପ୍ରକାଶ ରାଓ। 

ସ୍କାଉଟ୍ସ, ଗାଇଡ୍ସ କ୍ୟାମ୍ପୋରି ଉଦ୍‌ଘାଟିତ: ଭାଗନେଲେ ୫୪୪ ଛାତ୍ରୀଛାତ୍ର

ସ୍କାଉଟ୍ସ, ଗାଇଡ୍ସ କ୍ୟାମ୍ପୋରି ଉଦ୍‌ଘାଟିତ: ଭାଗନେଲେ ୫୪୪ ଛାତ୍ରୀଛାତ୍ର

ଢେଙ୍କାନାଳ ଅଫିସ, ୧୬ା୨- ଢେଙ୍କାନାଳସ୍ଥିତ ଦିଲ୍ଲୀ ପବ୍ଲିକ ସ୍କୁଲରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ୩୩ତମ ଭାରତ ସ୍କାଉଟ୍ସ ଓ ଗାଇଡ୍ସ କ୍ୟାମ୍ପୋରି। ୩ଦିନ ଧରି ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଜିଲାର ୧୭୨ ହାଇସ୍କୁଲର ୪୫୨  ବାଳକ ୯୨ ବାଳିକା, ୧୪୧ ସ୍କାଉଟ୍ସ ମାଷ୍ଟର ଏବଂ ୨୪ ଗାଇଡ୍ସ କ୍ୟାପଟେନ୍‌ ଅଂଶଗ୍ରହଣ କରିଛନ୍ତି।

ମୌଳିକ ସୁବିଧାରୁ ବାଦ୍‌ ରାଜସ୍ବ ଗ୍ରାମ ଘଟିଟେଣ୍ଟୁଲି: ପାହାଡ଼ ଚଢ଼ିଲେ ଘରେ ପହଞ୍ଚେ ରାଶନ

ମୌଳିକ ସୁବିଧାରୁ ବାଦ୍‌ ରାଜସ୍ବ ଗ୍ରାମ ଘଟିଟେଣ୍ଟୁଲି: ପାହାଡ଼ ଚଢ଼ିଲେ ଘରେ ପହଞ୍ଚେ ରାଶନ

ଛେଣ୍ଡିପଦା, ୧୬।୨(ଡି.ଏନ.ଏ.): ରାଜସ୍ବ ଗ୍ରାମ ମାନ୍ୟତା ପାଇ ମଧ୍ୟ ସର୍ବନିମ୍ନ ମୌଳିକ ସୁବିଧାରୁ ବଞ୍ଚିତ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ସୀମାନ୍ତ କତଡା ପଞ୍ଚାୟତ ଘଟିଟେଣ୍ଟୁଲି ଗ୍ରାମବାସୀ। ଗାଁରେ ପଶିବାକୁ କି ବାହାରିବାକୁ ରାସ୍ତା ନ ଥିବାରୁ ଦୟନୀୟ ହୋଇପଡିଛି ସେମାନଙ୍କ ଅବସ୍ଥା। 

ଲୁଣ ନ ନେଲେ ଚାଉଳ ମନା

ଲୁଣ ନ ନେଲେ ଚାଉଳ ମନା

ଓଡ଼ାପଡ଼ା, ୧୬।୨- ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଏବେ ସାମିଲ ହୋଇଛି ଆଇରନ୍‌ ଏବଂ ଆୟୋଡିନଯୁକ୍ତ ଲୁଣ। ଓଡ଼ିଶା ସ୍ମଲ ଇଣ୍ଡଷ୍ଟ୍ରିଜ୍‌ କର୍ପୋରେଶନ (ଓଏସ୍‌ଆଇସି) ଦ୍ୱାରା ପ୍ରସ୍ତୁତ ଏହି ଅତ୍ୟାବଶ୍ୟକ ସାମଗ୍ରୀ କିଲୋ ପିଛା ୨୦ଟଙ୍କା ଦରରେ ଡିଲର ପଏଣ୍ଟରେ ବିକ୍ରି କରାଯାଉଛି।

ଲକ୍ଷେ ଟଙ୍କା ଯୌତୁକ ପାଇଁ ବୋହୂକୁ ହାଣିଲେ ଶ୍ୱଶୁର

ଲକ୍ଷେ ଟଙ୍କା ଯୌତୁକ ପାଇଁ ବୋହୂକୁ ହାଣିଲେ ଶ୍ୱଶୁର

ଛେଣ୍ଡିପଦା,୧୫।୨(ସ୍ବ.ପ୍ର)- ଛେଣ୍ଡିପଦା ଥାନା ସରପାଳ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଲକ୍ଷେ ଟଙ୍କା ଯୌତୁକ ପାଇଁ  ଗ୍ରାମର କେଶବ ସାହୁ ତାଙ୍କ ବୋହୂ କୁସୁମ(୩୦)ଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଛନ୍ତି। 

୩୩ ତମ ଜିଲା ଭାରତ ସ୍କାଉଟ୍‌ ଗାଇଡ କ୍ୟାମ୍ପୋରୀ ଉଦ୍‌ଘାଟିତ

୩୩ ତମ ଜିଲା ଭାରତ ସ୍କାଉଟ୍‌ ଗାଇଡ କ୍ୟାମ୍ପୋରୀ ଉଦ୍‌ଘାଟିତ

ଢେଙ୍କାନାଳ ଅଫିସ,୧୫।୨- ଢେଙ୍କାନାଳ ସହରସ୍ଥିତ ଦିଲ୍ଲୀ ପବ୍ଲିକ ସ୍କୁଲ ପରିସରରେ ଶୁକ୍ରବାର ଅପରାହ୍ନରେ ୩୩ତମ ଢେଙ୍କାନାଳ ଜିଲା ଭାରତ ସ୍କାଉଡ ଓ ଗାଇଡ୍‌ କ୍ୟାମ୍ପୋରି  ଉଦ୍‌ଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ୩ ଦିନ ଧରି ଚାଲିବ।

 ଶିଶୁମାନଙ୍କ ଶିକ୍ଷା ଦାନରେ ମା’ଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଶିଶୁମାନଙ୍କ ଶିକ୍ଷା ଦାନରେ ମା’ଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ପରଜଙ୍ଗ,୧୫।୨(ଡି.ଏନ.ଏ.)- ପରଜଙ୍ଗ ବ୍ଲକ କୂଆଳୋ ପଞ୍ଚାୟତ ପରମହଂସପୁର ଠାରେ ଥିବା ସେଣ୍ଟ ଜାଭିୟର ସ୍କୁଲରେ ଶୁକ୍ରବାର ଚତୁର୍ଥ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।