ସମ୍ବଲପୁର

ବିକାଶରେ ଅସମତା ପାଇଁ ଦାଦନ ସମସ୍ୟା

 ବିକାଶରେ ଅସମତା ପାଇଁ ଦାଦନ ସମସ୍ୟା

ସୋନପୁର,୧୯।୧(ନି.ପ୍ର.) ମାନବ ସମ୍ବଳର ସଦୁପଯୋଗ କ୍ଷେତ୍ରରେ ବିକାଶଶୀଳ ଦେଶ ଭାରତ ବହୁ ପଛରେ ପଡିଛି। ଓଡିଶା ଓ ଝାଡଖଣ୍ଡ ଭଳି ରାଜ୍ୟର ସ୍ଥିତି ସଙ୍ଗୀନ। ପଶ୍ଚିମ ଓଡିଶାରେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। ଶ୍ରମିକମାନଙ୍କୁ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯିବାକୁ ପଡୁଛି। ପିଲା ଛୁଆ, ବୁଦ୍ଧା ମା’ବାପାଙ୍କୁ ସାଙ୍ଗରେ ନେଇ ଶ୍ରମିକଟି  ସ୍ଥଳ ବିଶେଷରେ ଶୋଷଣର ଶିକାର ହେଉଛି। ଅସମ ବିକାଶ ପାଇଁ ଏହି ସମସ୍ୟା ସୃଷ୍ଟି ହୋଇଛି। ଅନୁନ୍ନତ ଜିଲାମାନଙ୍କରେ ମାନବ ସମ୍ବଳକୁ କର୍ମନିଯୁକ୍ତିର ସୁଯୋଗ ନାହିଁ। ଶ୍ରମଭିତ୍ତିକ କାର୍ଯ୍ୟ ନିଜ ଅଞ୍ଚଳରେ ଉପଲବ୍ଧ ହୋଇପାରିଲେ ଦାଦନ ସମସ୍ୟାକୁ ଅନେକାଂଶରେ ରୋକାଯାଇ ପାରିବ ବୋଲି ବିଶିଷ୍ଟ ବ୍ୟକ୍ତିମାନେ ମତ ପ୍ରକାଶ କରିଛନ୍ତି। 

           ସୁବର୍ଣ୍ଣପୁର ପୁସ୍ତକ ଓ ସାହିତ୍ୟ ମେଳା ଇଙ୍କ୍‌ଫେଷ୍ଟ୍‌ର ଦ୍ୱିତୀୟ ସନ୍ଧ୍ୟାରେ ସ୍ଥାନୀୟ ଆବଶ୍ୟକତା ପାଇଁ ମାନବ ସମ୍ବଳ ବନାମ ଦାଦନ ସମସ୍ୟା ଶୀର୍ଷକ ଆଲୋଚନାଚକ୍ର ଶୁକ୍ରବାର ଅନୁଷ୍ଠିତ ହୋଇଥିଲା। ଅର୍ଥନୀତି ବିଜ୍ଞାନ ବିଭାଗର ପ୍ରାକ୍ତନ ପ୍ରାଧ୍ୟାପକ ଡ. ଗୋଲକ ବିହାରୀ ନାଥ ଆଲୋଚକଭାବେ ଯୋଗଦାନ କରି କହିଥିଲେ ଯେ, ବିକାଶରେ ଅସମତା ରହୁଛି। ପୁଞ୍ଜି ଉନ୍ନତ ରାଜ୍ୟଗୁଡିକୁ ଯାଉଛି। ଅନୁନ୍ନତ ରାଜ୍ୟଗୁଡିକରେ କୃଷି କାର୍ଯ୍ୟ ସରିଲେ ଶ୍ରମିକଙ୍କ ପାଇଁ କାର୍ଯ୍ୟ ନାହିଁ। ଅନ୍ୟପକ୍ଷେ କୃଷି କାର୍ଯ୍ୟରେ ଯନ୍ତ୍ରପାତି ବ୍ୟବହାର ପାଇଁ ଶ୍ରମିକଙ୍କ ଆବଶ୍ୟକ ଯଥେଷ୍ଟ ପରିମାଣରେ ହ୍ରାସ ପାଇଲାଣି। ଶିଳ୍ପ ସଂସ୍ଥାରେ ନିଯୁକ୍ତି ସୁଯୋଗ କମ୍‌। ତେଣୁ ଦାଦନ ସମସ୍ୟା ରୋକିବାକୁ ବିକଳ୍ପ କୃଷି ନୀତି ଓ ଶିଳ୍ପ ନୀତି ଆବଶ୍ୟକ ବୋଲି ଡ. ନାଥ କହିଥିଲେ। ଏଡ୍‌-ଏଟ-ଏକ୍ସନ୍‌ ଦକ୍ଷିଣ ଏସିଆ ମୁଖ୍ୟ ଉମି ଡାନିଏଲ ଅନ୍ୟତମ ଆଲୋଚକଭାବେ ଯୋଗଦେଇ କହିଥିଲେ ଯେ, କାମ ଅନ୍ବେଷଣରେ ଦାଦନ ଯିବା ସାମ୍ବିଧାନିକ ଅଧିକାର। ତେବେ ବାଧ୍ୟବାଧକତାରେ ହିଁ ଲୋକେ ଦାଦନ ଶ୍ରମିକ ହେଉଛନ୍ତି। ସ୍ଥାନୀୟ ଅଞ୍ଚଳରେ ପର୍ଯ୍ୟାପ୍ତ ପରିମାଣରେ ଶ୍ରମଭିତ୍ତିକ କାର୍ଯ୍ୟ ମିଳୁନି। ଏମଜିଏନଆରଇଜିଏସ୍‌ରେ ସ୍ବଳ୍ପ ମଜୁରୀରେ ଶ୍ରମିକ କାମ କରିବାକୁ ଆଗ୍ରହୀ ନୁହନ୍ତି। ବିଗତ ଦୁଇ ଦଶନ୍ଧି ମଧ୍ୟରେ ଶ୍ରମ ଓ ଶ୍ରମିକଙ୍କ ସମସ୍ୟା ନେଇ ଅନେକ ଆଲୋଚନା ହୋଇଛି। ସରକାର ଯୋଜନା ପ୍ରଣୟନ କରିଛନ୍ତି। କିନ୍ତୁ ବେଆଇନ ଭାବେ ଶ୍ରମିକ ଚାଲାଣ ଜାରି ରହିଛି। ସେମାନଙ୍କୁ ସୁରକ୍ଷା ଯୋଗାଇ ଦିଆଯାଇ ପାରୁନି। ତେଣୁ ସ୍ଥାନୀୟ ଆବଶ୍ୟକତାକୁ ଦୃଷ୍ଟିରେ ରଖି ସରକାରୀ ଯୋଜନା ପ୍ରସ୍ତୁତ ହେବା ଆବଶ୍ୟକ ବୋଲି ଡାନିଏଲ କହିଥିଲେ। ସୁବର୍ଣ୍ଣପୁର ଜିଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାଖା ଅତିଥିଭାବେ ଯୋଗଦେଇ ଦାଦନ ଶ୍ରମିକଙ୍କ ସ୍ଥିତି ଓ ବିଭାଗ ପକ୍ଷରୁ ଗ୍ରହଣ କରା ଯାଇଥିବା ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ। ଖାଖା କହିଥିଲେ ଯେ, ଶ୍ରମିକମାନେ ବାହାର ରାଜ୍ୟକୁ କାମ କରିବାକୁ ଯିବା ସମୟରେ ଲାଇସେନ୍ସପ୍ରାପ୍ତ ଠିକାଦାରଙ୍କ ସାଙ୍ଗରେ ଯିବାକୁ ପରାମର୍ଶ ଦିଆଯାଉଛି। ଏପରିକି ଯିବା ସମୟରେ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ନିକଟରେ ସବିଶେଷ ତଥ୍ୟ ଦେବାକୁ କୁହାଯାଇଛି। କାରଣ କୌଣସି ସମସ୍ୟା ଉପୁଜିଲେ ଜିଲା ପ୍ରଶାସନ ତ୍ୱରିତ ପଦକ୍ଷେପ ନେଇପାରିବ ବୋଲି କହିଥିଲେ। ଆଇନଜୀବୀ ତଥା ସାମାଜିକକର୍ମୀ ଗୌରିଶ୍ୟାମ ପଣ୍ଡା ସଭାରେ ଅଧ୍ୟକ୍ଷତା କରିଥିଲେ। ଯୁବ ସାମାଜିକକର୍ମୀ ଘାସିରାମ ପଣ୍ଡା ପ୍ରାରମ୍ଭିକ ସୂଚନା ଓ ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିଲେ। ଅଧ୍ୟାପକ ଦେବାଶିଷ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ଉତ୍ସବରେ ପାଠିକା ପାଠକ ଓ ସାହିତି୍ୟକଙ୍କ ଭିଡ ପରିଲକ୍ଷିତ ହୋଇଥିଲା।

All Right Reserved By

ସମ୍ବଲପୁର

ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ, ୫ ଅଟକ

ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ, ୫ ଅଟକ

ବଲାଙ୍ଗୀର ଅଫିସ,୨୧।୩ : ବଲାଙ୍ଗୀର ମାଲଗୋଦାମପଡ଼ାରୁ ଚାଲାଣ ହେଉଥିବା ବିପୁଳ ପରିମାଣର ବେଆଇନ କଫ୍‌ ସିରପ୍‌କୁ ଗୁରୁବାର ବଲାଙ୍ଗୀର ପୋଲିସ ଜବତ କରିବା ସହ ଏହି ମାମଲାରେ ୫ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରିରଖିଛି।

ନାମାଙ୍କନ ଦାଖଲ କଲେ ମନ୍ତ୍ରୀ ସୁଶାନ୍ତ ସିଂ

ନାମାଙ୍କନ ଦାଖଲ କଲେ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼, ଅଫିସ ୨୧ା୩ : ବରଗଡ଼ ଜିଲା ଭଟ୍‌ଲି ବିଧାନସଭା ଆସନ ପାଇଁ ଗୁରୁବାର ବିଜେଡି ପ୍ରାର୍ଥୀ ତଥା ଶ୍ରମ ଓ ଶକ୍ତିମନ୍ତ୍ରୀ ସୁଶାନ୍ତ ସିଂ ନାମାଙ୍କନପତ୍ର ଦାଖଲ କରିଛନ୍ତି।

ଆବାସ ଯୋଜନାରୁ ବଁଚିତ ଭିନ୍ନକ୍ଷମ ଧୁବା

ଆବାସ ଯୋଜନାରୁ ବଁଚିତ ଭିନ୍ନକ୍ଷମ ଧୁବା

ଲୋଇସିଂହା,୨୧।୩ (ଡି.ଏନ.ଏ)  ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଖଲିଆପାଲି ଗାଁର ଧୁବା ଝାଙ୍କର(୬୫)। ମାଏକିନା ଆରପାରକେ ଚାଲିଯାଇଥିଲା ବେଲେ ଧୁବା ପୁଓ ବହ ପାସେ ରହୁଛନ୍‌। ପରିବାରଟା ନିହାତି ଗରିବ୍‌ ହେଇଥିଲା ବେଲେ ସରକାରୀ ଯୋଜ୍‌ନାରେ ଘରଖଁଡ଼େ ପାଏବାର ଲାଗି କେଭ୍‌ଠାନୁ ଚାହିଁ ରହିଛନ୍‌। 

୯ ମାସ ହେଲା ଅନ୍ଧାରରେ ପେଣ୍ଡ୍ରାବନ୍ଦବାସିନ୍ଦା:  ଜିଲାପାଳଙ୍କୁ ଫେରାଦ ହେଲେ;  ବିଜୁଳୀ ନ ହେଲେ ଭୋଟ ଦେବୁନାହିଁ

୯ ମାସ ହେଲା ଅନ୍ଧାରରେ ପେଣ୍ଡ୍ରାବନ୍ଦବାସିନ୍ଦା: ଜିଲାପାଳଙ୍କୁ ଫେରାଦ ହେଲେ; ବିଜୁଳୀ ନ ହେଲେ ଭୋଟ ଦେବୁନାହିଁ

ନୂଆପଡା ଅଫିସ,୨୧ା୩: ସରକାର ଲୋୟର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପ ନିର୍ମାଣ କରି ଜିଲା ତଥା ପଡୋଶୀ ବଲାଙ୍ଗୀର ଜିଲାବାସୀଙ୍କୁ ଜଳ ସେଚନର ସୁବିଧା ଯୋଗାଇଦେବାକୁ ଯୋଜନା କଲେ। 

ପାନୀୟ ଜଳଯୋଗାଣ ଦାବିରେ ମହିଳା ଜିଲାପାଳଙ୍କ ଦ୍ୱାରସ୍ଥ

ପାନୀୟ ଜଳଯୋଗାଣ ଦାବିରେ ମହିଳା ଜିଲାପାଳଙ୍କ ଦ୍ୱାରସ୍ଥ

ଦେବଗଡ଼,୨୧।୩(ସ୍ବ.ପ୍ର.) -ବାରକୋଟ ବ୍ଲକ କାଉଁସିବାହାଳ ପଞ୍ଚାୟତ ମାଝିଚାକୁଣ୍ଡାପାଳ ଗ୍ରାମରେ ଗଭୀର ନଳକୂଅ ଖୋଳା ଯାଇଛି। ବର୍ଷେ ହେଲା ଏକ ପାଣି ଟାଙ୍କି ମଧ୍ୟ ନିର୍ମାଣ ସରିଛି। ହେଲେ ବିଭାଗୀୟ ଅବହେଳା ଯୋଗୁ ସମ୍ପୃକ୍ତ ଗ୍ରାମବାସୀ ପିଇବା ପାଣି ପାଇଁ ଡହଳବିକଳ ହେଉଥିବା ଜଣାପଡିଛି। 

ବିଶ୍ୱ ଘରଚଟିଆ ଦିବସ ପାଳିତ : ଛାତ୍ରୀ ଛାତ୍ରଙ୍କ ସଚେତନତା ଶୋଭାଯାତ୍ରା, ସଭା

ବିଶ୍ୱ ଘରଚଟିଆ ଦିବସ ପାଳିତ : ଛାତ୍ରୀ ଛାତ୍ରଙ୍କ ସଚେତନତା ଶୋଭାଯାତ୍ରା, ସଭା

ସୁନ୍ଦରଗଡ଼, ୨୧।୩ (ଡି.ଏନ୍‌.ଏ) -ସୁନ୍ଦରଗଡ଼ରେ ବିଶ୍ୱ ଘରଚଟିଆ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବୁଧବାର ସୁନ୍ଦରଗଡ ପବ୍ଲିକ ସ୍କୁଲ, ବନବିଭାଗ ଓ ଏନ୍‌ଟିପିସିର ମିଳିତ ଆନୁକୂଲ୍ୟରେ ସ୍କାଉଟ ତଥା ବିଭିନ୍ନ ଛାତ୍ରୀଛାତ୍ରଙ୍କୁ ନେଇ ଏକ ସଚେତନତା ଶୋଭାଯାତ୍ରା ସହର ପରିକ୍ରମା କରିଥିଲା। 

ପ୍ଲାଷ୍ଟିକ୍‌ ସାମାନ ଲାଗି ମାଡ଼ଖାଉଛେ ବେଉସା:  ଜୀବ୍‌କା ହରଉଛନ୍‌ ବାଉଁଶ କାରିଗର

ପ୍ଲାଷ୍ଟିକ୍‌ ସାମାନ ଲାଗି ମାଡ଼ଖାଉଛେ ବେଉସା: ଜୀବ୍‌କା ହରଉଛନ୍‌ ବାଉଁଶ କାରିଗର

ଲାଠୋର, ୨୧ା୩ (ଡି.ଏନ.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଁଝର ପଁଚେତ୍‌ର ଝଲିଆଲିଟି ଗାଁରେ ୯ ଘର ବାଉଁଶ କାରିଗର ପରିବାର ରହୁଛନ୍‌। ସେମାନେ ବାଉଁଶରେ ଭୁଗା, ଟୁପା, ଟୁପଲି, ଚଂଘରା, ଡଲା, କୁଲା, ଘରି ତିଆରି ବିକାଭଂଗା କରବାର ସଂଗେ ନିଜର ଜୀବନ୍‌ ଜୀବ୍‌କା ଚଲଉଛନ୍‌। 

ବୌଦ୍ଧରେ କଂଗ୍ରେସ କର୍ମୀଙ୍କ ବିକ୍ଷୋଭ

ବୌଦ୍ଧରେ କଂଗ୍ରେସ କର୍ମୀଙ୍କ ବିକ୍ଷୋଭ

ବୌଦ୍ଧ,୨୦।୩(ସ୍ବ.ପ୍ର): ସାରା ରାଜ୍ୟରେ ଟିକେଟ ବଣ୍ଟନ ନେଇ କସରତ ଚାଲିଥିବା ବେଳେ ବୌଦ୍ଧରେ କଂଗ୍ରେସର ଟିକେଟ ବଣ୍ଟନ ନେଇ କର୍ମୀ ଓ ନେତାଙ୍କ ଅସନ୍ତେ।ଷ ବୃଦ୍ଧି ପାଇଛି । 

ବିଜେଡିରୁ ଇସ୍ତଫା, ହାତ ଧରିପାରନ୍ତି ପ୍ରଶାନ୍ତ

ବିଜେଡିରୁ ଇସ୍ତଫା, ହାତ ଧରିପାରନ୍ତି ପ୍ରଶାନ୍ତ

ରାଉରକେଲା ଅଫିସ,୨୦।୩: ରଘୁନାଥପାଲି ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ଟିକେଟ ଆଶାୟୀ ଯୁବନେତା ପ୍ରଶାନ୍ତ ସେଠୀ ବୁଧବାର ଦଳରୁ ଇସ୍ତଫା ଦେଇଛନ୍ତି। 

କଳାପଥର ଡାକ ପିଅନଙ୍କୁ ହତ୍ୟା: ଜଙ୍ଗଲରୁ ମିଳିଲା ମୃତଦେହ

କଳାପଥର ଡାକ ପିଅନଙ୍କୁ ହତ୍ୟା: ଜଙ୍ଗଲରୁ ମିଳିଲା ମୃତଦେହ

ସୋନପୁର,୨୦।୩(ନି.ପ୍ର.): ସୋନପୁର ଥାନା ଏସ୍‌ କଳାପଥର ଡାକ ପିଅନ ଶତୃଘ୍ନ ଷାଣ୍ଢ(୫୫)ଙ୍କୁ ବୁଧବାର ଭୋର ସମୟରେ କେହି ନିର୍ମମ ଭାବେ ହତ୍ୟା କରିଛନ୍ତି ।   ନିକଟସ୍ଥ ଅର୍ଜୁନପୁର ଜଙ୍ଗଲରୁ ତାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି । 

ଜାତୀୟ ରାଜପଥରେ ଭ୍ରୂଣ: ୧୦୮ ଆମ୍ବୁଲାନ୍ସ କର୍ମଚାରୀ ପକାଇ ଚାଲିଯାଇଥିବା ଅଭିଯୋଗ

ଜାତୀୟ ରାଜପଥରେ ଭ୍ରୂଣ: ୧୦୮ ଆମ୍ବୁଲାନ୍ସ କର୍ମଚାରୀ ପକାଇ ଚାଲିଯାଇଥିବା ଅଭିଯୋଗ

ଲୋଇସିଂହା,୨୦।୩(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଞ୍ଚଳରେ ବୁଧବାର ଏକ ଲଜ୍ଜାଜନକ ଘଟଣା ଦେଖିବାକୁ ମିଳିଛି। 

ହକ ମାଗୁଛି ଓଡ଼ିଶା କାର୍ଯ୍ୟକ୍ରମ: କେନ୍ଦ୍ରସରକାର ଚାଷୀଙ୍କୁ ଧାନର ଉଚିତ ମୂଲ୍ୟ ନ ଦେବାରୁ କ୍ଷୋଭ

ହକ ମାଗୁଛି ଓଡ଼ିଶା କାର୍ଯ୍ୟକ୍ରମ: କେନ୍ଦ୍ରସରକାର ଚାଷୀଙ୍କୁ ଧାନର ଉଚିତ ମୂଲ୍ୟ ନ ଦେବାରୁ କ୍ଷୋଭ

ରିଆମାଳ,୨୦।୩ (ଡି.ଏନ.ଏ.): ଦେବଗଡ଼ ଜିଲା ରିଆମାଳ ହାଟ ପଡ଼ିଆଠାରେ ବିଜେଡି ପକ୍ଷରୁ ହକ ମାଗୁଛି ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। 


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା