ରାଜ୍ୟ | ଉପକୂଳ ଓଡିଶା

ନୟାଗଡ଼ ଜିଲାର ଚାଷୀଙ୍କୁ ହତୋତ୍ସାହ କରୁଛି ଉଦ୍ୟାନ ବିଭାଗ, ୭ ଦିନ ଭିତରେ ସମାଧାନ କରିବାକୁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ

ନୟାଗଡ଼ ଜିଲାର ଚାଷୀଙ୍କୁ ହତୋତ୍ସାହ କରୁଛି ଉଦ୍ୟାନ ବିଭାଗ,  ୭ ଦିନ ଭିତରେ ସମାଧାନ କରିବାକୁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ

ନୟାଗଡ଼ ଅଫିସ,୧୯।୧-ନୟାଗଡ଼ ଜିଲା ଉଦ୍ୟାନ ବିଭାଗ ଚାଷୀଙ୍କ ଉନ୍ନତି ନିମନ୍ତେ କାମ ନ କରି ଅବନତି ପାଇଁ କାର୍ଯ୍ୟ  କରୁଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ବିଭିନ୍ନ ସମୟରେ ଚାଷୀମାନେ ଉଦ୍ୟାନ ବିଭାଗଠାରୁ କାର୍ଯ୍ୟାଦେଶ ପାଇ ଚାଷ କାର୍ଯ୍ୟ କରୁଥିଲେ ମଧ୍ୟ ସେମାନଙ୍କୁ ସହାୟତା ରାଶି ପ୍ରଦାନ କରାଯାଉ ନାହିଁ।  ଫଳରେ ଜିଲାର ୮ଟି ବ୍ଲକର ଚାଷୀମାନେ ଉଦ୍ୟାନ ବିଭାଗର ଚଞ୍ଚକତାର ଶିକାର ହୋଇଛନ୍ତି। ଏ ନେଇ ବିଭାଗଠାରେ ବାରମ୍ବାର ଅଭିଯୋଗ କଲା ପରେ ମଧ୍ୟ ସମାଧାନ ନ ହେବାରୁ  ଶୁକ୍ରବାର ନୟାଗଡ଼ ଜିଲା ଗସ୍ତରେ ଆସିଥିବା ଅର୍ଥ, କୃଷି ଓ କୃଷକ ସଶକ୍ତୀ କରଣ ମନ୍ତ୍ରୀ ଶଶିଭୂଷଣ ବେହେରାଙ୍କୁ ଭେଟି ଅଭିଯୋଗ କରିଛନ୍ତିି।  ମନ୍ତ୍ରୀ  ବେହେରା  ଚାଷୀମାନଙ୍କ ସହିତ ଆଲୋଚନା କରି ୭ ଦିନ ଭିତରେ ଏହାର ସମାଧାନ କରିବାକୁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। 

  ୮ଟି ବ୍ଲକର ଚାଷୀମାନେ କରିଥିବା ଅଭିଯୋଗ ଅନୁସାରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ମାଧ୍ୟମରେ ୨୦୧୬-୧୭ ଆର୍ଥିକ ବର୍ଷରେ  ପାମ୍‌ ଅଏଲ  ଗଛ ଲଗାଇଥିଲେ।  ହେକ୍ଟର ପିଛା ୩ ବର୍ଷ ପାଇଁ ୨.୫ ଲକ୍ଷ  ଟଙ୍କା ପ୍ରଦାନ କରାଯିବ ବୋଲି କୁହାଯାଇଥିଲା।  ହେଲେ  ଉଦ୍ୟାନ ବିଭାଗ ଏହାକୁ ଏମଜିଏନଆରଜିଏସ୍‌ ଯୋଜନାରେ ନ କରି ଏମଆଇଟି ଯୋଜନାରେ କରିଥିବା ଅଧିକାରୀମାନେ ଚାଷୀଙ୍କୁ ଜଣାଇଥିଲେ। ଯାହା ଦ୍ୱାରା ତାଙ୍କୁ ୩ ବର୍ଷରେ  ମାତ୍ର ୨୦ ହଜାର ଟଙ୍କା ମିଳିବ। ଏହା ଜାଣିବା ପରେ ଚାଷୀମାନେ ଉଦ୍ୟାନ ବିଭାଗ ଅଧିକାରୀଙ୍କୁ ଜଣାଇଥିଲେ। ହେଲେ ସେମାନେ କିଛି କରିପାରିବେ ନାହିଁ ସରକାରଙ୍କ ତରଫରୁ ଯାହା ନୀତି ନିୟମ ଅଛି ବୋଲି ସଫେଇ ଦେଇଥିଲେ। ବହୁ ଚାଷୀ ଏ ନେଇ ବାରମ୍ବାର ବିଭାଗକୁ ଜଣାଇଥିଲେ। ହେଲେ ଏହାର ସମାଧାନ ହୋଇପାରି ନ ଥିଲା। ୩ ଅକ୍ଟୋବର ୨୦୧୮ରେ  ଚାଷୀମାନେ ଏହାର ସମାଧାନ ପାଇଁ  ଡିଡିଏଚ୍‌ କାର୍ଯ୍ୟାଳୟକୁ ଘେରାଉ କରିଥିଲେ। ଦୁଇ ସପ୍ତାହ ଭିତରେ ଏହାର ସମାଧାନ ହେବ ବୋଲି ଡିଡିଏଚ୍‌ ଭାଗିରଥୀ ପ୍ରଧାନ କହିଥିଲେ। ହେଲେ ଯଥା ପୂର୍ବଂ ତଥା ପର ନୀତି ଆପଣାଇଥିଲା ବିଭାଗ।  ଫଳରେ ଚାଷୀମାନେ ପୁନର୍ବାର ନଭେମ୍ବର ୮ ତାରିଖରେ  ଡିଡ଼ିଏଚ୍‌ କାର୍ଯ୍ୟାଳୟର ମୁଖ୍ୟ ଫାଟକରେ ତାଲା ପକାଇଥିଲେ। ଗଛ ଲଗାଇବାର ୨ ବର୍ଷ ବିତି ଯାଇଥିଲେ ମଧ୍ୟ ଟଙ୍କା ନ ମିଳିବାରୁ  ଶୁକ୍ରବାର ମନ୍ତ୍ରୀ ବେହେରା ନୟାଗଡ଼ ଜିଲା ଗସ୍ତରେ ଆସିଥିବାରୁ ଚାଷୀମାନେ ତାଙ୍କୁ ଭେଟିଥିଲେ।  ନାରାୟଣ ବେହେରା, ସନ୍ତୋଷ କୁମାର ସାହୁ, ଗୌରାଙ୍ଗ ପ୍ରଧାନଙ୍କ ସମେତ ବହୁ ଚାଷୀ କୃଷିମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିଥିତ୍ଲେ। ଏ ନେଇ ଉଦ୍ୟାନ ବିଭାଗ ଉପକୃଷି ନିର୍ଦ୍ଦେଶକ  ଭାଗିରଥୀ ପ୍ରଧାନଙ୍କୁ  ପଚାରିବାରୁ ସେ କୁହନ୍ତି, ବର୍ତ୍ତମାନ ବିଭାଗର ବିଭିନ୍ନ  କାର୍ଯ୍ୟରେ ବ୍ୟସ୍ତ ଥିବାରୁ ସେମାନଙ୍କ କାର୍ଯ୍ୟ ହୋଇପାରୁ  ନାହିଁ।  ସେହିଭଳି  କିଛି ଦିନ ଭିତରେ  ଚାଷୀମାନଙ୍କୁ ସମସ୍ତ ଟଙ୍କା ପ୍ରଦାନ କରାଯିବ ବୋଲି ମଧ୍ୟ  ପ୍ରକାଶ କରିଥିଲେ।

All Right Reserved By

ରାଜ୍ୟ | ଉପକୂଳ ଓଡିଶା

ବନ୍ଧୁକ ଦେଖାଇ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟ୍‌

ବନ୍ଧୁକ ଦେଖାଇ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟ୍‌

ଚାନ୍ଦବାଲି,୧୯ା୨(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଥାନା ତଥା ମତୋ ପୋଲିସ ଫାଣ୍ଡି ଅଧୀନ ପ୍ରତାପପୁର ଗାଁ ରାସ୍ତାରୁ ଜଣେ ଫାଇନାନ୍ସ କର୍ମଚାରୀଙ୍କ ଠାରୁ ମଙ୍ଗଳବାର ଲକ୍ଷାଧିକ ଟଙ୍କା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି ।  

ନିର୍ବାଚନ ନେଇ ପ୍ରସ୍ତୁତି: ରାଜନଗରରେ ଦ୍ୱିତୀୟ ପର୍ଯ୍ୟାୟ ପ୍ରିଜାଇଡିଂ ଅଧିକାରୀଙ୍କୁ ତାଲିମ

ନିର୍ବାଚନ ନେଇ ପ୍ରସ୍ତୁତି: ରାଜନଗରରେ ଦ୍ୱିତୀୟ ପର୍ଯ୍ୟାୟ ପ୍ରିଜାଇଡିଂ ଅଧିକାରୀଙ୍କୁ ତାଲିମ

ରାଜନଗର, ୧୯।୨(ଡି.ଏନ୍‌.ଏ.): ୨୦୧୯ ସାଧାରଣ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଦ୍ୱିତୀୟ ପର୍ଯ୍ୟାୟ ତାଲିମ ଦିଆଯାଇଛି। 

ଟ୍ରକ୍‌-ବାଇକ୍‌ ମୁହାଁମୁହିଁ: ଜଣେ ଗୁରୁତର

ଟ୍ରକ୍‌-ବାଇକ୍‌ ମୁହାଁମୁହିଁ: ଜଣେ ଗୁରୁତର

ଯାଜପୁର ଅଫିସ/କୋରେଇ, ୧୯।୨(ସ୍ବ.ପ୍ର.): ଯାଜପୁର ଜିଲା ୨୦ ନଂ. ଜାତୀୟ ରାଜପଥର କୋରେଇ ଥାନା ଅନ୍ତର୍ଗତ ବେଣାପୁର ଛକରେ ମଙ୍ଗଳବାର ପୂର୍ବାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। 

ରାଜଧାନୀରେ ବାଘ ଆତଙ୍କ: ବାଘ ଖୋଜା ଅଭିଯାନ ପାଇଁ  ରାସ୍ତା ସିଲ୍‌, ଲୋକେ  ହନ୍ତସନ୍ତ

ରାଜଧାନୀରେ ବାଘ ଆତଙ୍କ: ବାଘ ଖୋଜା ଅଭିଯାନ ପାଇଁ ରାସ୍ତା ସିଲ୍‌, ଲୋକେ ହନ୍ତସନ୍ତ

ଭୁବନେଶ୍ୱର, ୧୯।୨(ବ୍ୟୁରୋ): ଭୁବନେଶ୍ୱର ପଳାଶପଲ୍ଲୀ ଅଞ୍ଚଳରେ ଏକ କଲରାପତରିଆ ବାଘ ବୁଲୁଛି। ଏହାକୁ ନେଇ ସୋମବାର ରାତିରୁ ଆରମ୍ଭ ହୋଇଛି ଅପରେଶନ। ବନ ବିଭାଗ ସହିତ ସିଆଇଏସ୍‌ଏଫ୍‌ କର୍ମଚାରୀଙ୍କୁ ଏହି କାର୍ଯ୍ୟରେ ନିୟୋଜିତ କରାଯାଇଛି। 

ପୁଣି ମାଓବାଦୀଙ୍କ ଲାଲ୍‌ ବ୍ୟାନର୍‌: ସରକାରଙ୍କ ଚାଷୀ ଦମନ ନୀତିକୁ ବିରୋଧ

ପୁଣି ମାଓବାଦୀଙ୍କ ଲାଲ୍‌ ବ୍ୟାନର୍‌: ସରକାରଙ୍କ ଚାଷୀ ଦମନ ନୀତିକୁ ବିରୋଧ

ଦାରିଙ୍ଗିବାଡି,୧୯।୨(ଡି.ଏନ.ଏ.):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ନିକଟ  ୫୯ନଂ ଜାତୀୟ ରାଜପଥ ର ବୁଡାଗୁଡା ଛକରେ ଓଡିଶା ରାଜ୍ୟ କମିଟି ସିପିଆଇ (ମାଓବାଦୀ)ଙ୍କ ପକ୍ଷରୁ ଲାଲ ବ୍ୟାନର ସହ ପୋଷ୍ଟର ଲଗାଯାଇଛି। 

ବଢ଼ିବ ତାତି

ବଢ଼ିବ ତାତି

ଭୁବନେଶ୍ୱର,୧୯।୨(ବ୍ୟୁରୋ):ବର୍ଷା ଯୋଗୁ ଗତ ଦୁଇଦିନ ହେବ ରାଜ୍ୟରେ ଥଣ୍ଡା ପାଗ ରହିଥିଲା ।

୨୦ରେ ଆସିବେ ଯୋଗୀ

୨୦ରେ ଆସିବେ ଯୋଗୀ

ଭୁବନେଶ୍ୱର, ୧୯।୨(ବ୍ୟୁରୋ):ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆସନ୍ତା ୨୦ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସକାଳ ୧୦ଟାରେ ଯୋଗୀ ରାୟପୁର ବିମାନବନ୍ଦରରେ ପହଞ୍ଚିବେ। 

ସୁକିନ୍ଦା ବିଧାନସଭା ନିର୍ବାଚନ ମଣ୍ଡଳୀ: ଚର୍ଚ୍ଚାରେ ବିଜେଡି ଟିକେଟ

ସୁକିନ୍ଦା ବିଧାନସଭା ନିର୍ବାଚନ ମଣ୍ଡଳୀ: ଚର୍ଚ୍ଚାରେ ବିଜେଡି ଟିକେଟ

ଯାଜପୁର ଅଫିସ,୧୯।୨:ଯାଜପୁର ଜିଲା ଦାନଗଦି ଓ ସୁକିନ୍ଦା ବ୍ଲକକୁ ନେଇ ଗଠିତ ସୁକିନ୍ଦା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଗତ ୩ ଦଶନ୍ଧି ହେଲା ଗୋଟିଏ ପରିବାର ସଦସ୍ୟ ନିର୍ବାଚିତ ହୋଇ ଆସୁଛନ୍ତି। ଶିଳ୍ପ ଓ ଖଣି ସମୃଦ୍ଧ ଏହି ନିର୍ବାଚନ ମଣ୍ଡଳୀରେ ଏଥର ପଟ ପରିବର୍ତ୍ତନ କିମ୍ବା ରାଜନୈତିକ ସମୀକରଣ ବଦଳିବାର ସମ୍ଭାବନା ରହିଥିବା ଚର୍ଚ୍ଚା ଜୋର ଧରିଛି।

କୋଣାର୍କ ସୂର୍ଯ୍ୟମନ୍ଦିର ଅସୁରକ୍ଷିତ:୬ ସ୍ଥାନରେ ମରାମତି ଆବଶ୍ୟକ

କୋଣାର୍କ ସୂର୍ଯ୍ୟମନ୍ଦିର ଅସୁରକ୍ଷିତ:୬ ସ୍ଥାନରେ ମରାମତି ଆବଶ୍ୟକ

କଟକ ଅଫିସ, ୧୯।୨:କୋଣାର୍କ ସୂର୍ଯ୍ୟମନ୍ଦିର ସୁରକ୍ଷିତ। ମନ୍ଦିର ପ୍ରତି ସେଭଳି କୌଣସି ବିପଦ ନାହିଁ। ଏହିଭଳି କଥା ଆରମ୍ଭରୁ କହି ଆସୁଥିବା ଭାରତୀୟ ପ୍ରନତ୍ତାତ୍ତି୍ବକ ସର୍ବେକ୍ଷଣ (ଏଏସ୍‌ଆଇ) ସଂସ୍ଥା ଶେଷରେ ମାନିଛି ଯେ ମନ୍ଦିର ପ୍ରତି ବିପଦ ରହିଛି। 

ଅଭିଯୁକ୍ତଙ୍କ ଜମିରେ ଖଣିଜ ଷ୍ଟକୟାର୍ଡ

ଅଭିଯୁକ୍ତଙ୍କ ଜମିରେ ଖଣିଜ ଷ୍ଟକୟାର୍ଡ

ଯୋଡ଼ା, ୧୯।୨(ଡି.ଏନ.ଏ.): ଯୋଡ଼ା ଖଣି ମଣ୍ଡଳ ଅନ୍ତର୍ଗତ ବାଂଶପାଣି ରେଳ ସାଇଡିଂ ନିକଟ ଯୋଡ଼ା-ବାମେବାରୀ ରାସ୍ତା ପାର୍ଶ୍ୱରେ ଥିବା ଜଣେ ଅଭିଯୁକ୍ତଙ୍କ ଜମିରେ ଏକ ଶିଳ୍ପ ସଂସ୍ଥାର ଖଣିଜ ଗଛିତ ହେଉଛି। 

ପୁଣି ନକଲି ଜର୍ଦ୍ଦା କାରଖାନା ଠାବ

ପୁଣି ନକଲି ଜର୍ଦ୍ଦା କାରଖାନା ଠାବ

ଭଦ୍ରକ ଅଫିସ, ୧୯।୨ - ଭଦ୍ରକ ଜିଲା ପୁରୁଣାବଜାର ଥାନା ପୋଲିସ ସୋମବାର ମଧ୍ୟାହ୍ନରେ ପୁଣି ଏକ ନକଲି ଜର୍ଦ୍ଦା କାରଖାନା ଠାବ କରିଛି। ମୁଖ୍ୟ କାର୍ପଟଦାର ଫେରାର ହୋଇଯାଇଥିବା ବେଳେ ଲକ୍ଷାଧିକ ଟଙ୍କାର ସାମଗ୍ରୀ, ମେଶିନ, ଏସେନ୍ସ ଓ ସିଲ୍‌ ମେଶିନ ପୋଲିସ ଜବତ କରିଛି। 

ଧାନକିଣାରେ ଅନିୟମିତତା: ଚାଷୀଙ୍କ ଧାରଣା

ଧାନକିଣାରେ ଅନିୟମିତତା: ଚାଷୀଙ୍କ ଧାରଣା

ଭଣ୍ଡାରିପୋଖରୀ, ୧୯।୨ (ଡି.ଏନ.ଏ.) - ଭଣ୍ଡାରିପୋଖରୀ ସଦରମହକୁମାଠାରେ  ଥିବା ନଗୁଁଆ ପ୍ରାଥମିକ କୃଷି ସମବାୟ ସମିତିରେ ଧାନକିଣାରେ ଅନିୟମିତତା ପ୍ରତିବାଦରେ ଚାଷୀମାନେ ସୋମବାର ସମିତି କାର୍ଯ୍ୟାଳୟରେ ତାଲା ପକାଇ ଧାରଣା ଦେଇଥିଲେ।