ସମ୍ପାଦକୀୟ |

ଏଇ ଭାରତରେ

ଏଇ ଭାରତରେ

ଭାରତୀୟ ସମାଜ ପିତୃକୈନ୍ଦ୍ରିକ ପରିବାରକୁ ନେଇ ଗଢ଼ିଉଠିଛି। କାରଣ ଆମ ଦେଶର ପରିବାରରେ ପୁରୁଷ ହେଉଛି ମୁଖ୍ୟ ବ୍ୟକ୍ତି। ତାଙ୍କ ନାମରେ ମୁଖ୍ୟତଃ ସମ୍ପତ୍ତିର ମାଲିକାନା ରହିଥାଏ। ପରିବାରର ଅନ୍ୟ ସଦସ୍ୟମାନେ ତାଙ୍କୁ ମାନି ଚଳିଥାଆନ୍ତି। ତେଣୁ ଭାରତୀୟ ସମାଜ ଏକ ପୁରୁଷପ୍ରଧାନ ସମାଜ ଭାବରେ ଗଣ୍ୟ ହୋଇଥାଏ। ନିକଟରେ ଝିଅ ନାମରେ ସମ୍ପତ୍ତି କରିବାରୁ ଖାପ୍‌ ପଞ୍ଚାୟତରେ ବାପାଙ୍କ ପ୍ରତି ଦଣ୍ଡାଦେଶ ହୋଇଛି। ଏପରି ଏକ ଘଟଣା ଘଟିଛି ରାଜସ୍ଥାନ ରାଜ୍ୟର ଯୋଧପୁର ଅଞ୍ଚଳରେ। ସ୍ଥାନୀୟ ବିଲାଡା ତହସିଲ ଖେଜଡଲାରେ ଜଣେ ପିତା ତାଙ୍କ ସମ୍ପତ୍ତିର କିଛି ଅଂଶ ଝିଅ ନାମରେ କରିଥିଲେ। ତେବେ ଏହାକୁ ତାଙ୍କର ସରଗରା ସମାଜ ପକ୍ଷରୁ ପସନ୍ଦ କରାଯାଇ ନ ଥିଲା। କାରଣ ସମାଜରେ ପ୍ରଚଳିତ ପୁରୁଣା ପରମ୍ପରାକୁ ଖାପ୍‌ ପଞ୍ଚାୟତ ଧରି ରଖିଛି।  ପଞ୍ଚାୟତ ଡକାଯାଇ ଏହି ପରିବାରକୁ ଦିଆଯାଇଛି ବାସନ୍ଦ ଦଣ୍ଡାଦେଶ। ଏହି ଦଣ୍ଡ ଉଠାଇବା ପାଇଁ ପଞ୍ଚାୟତ ପକ୍ଷରୁ ଲକ୍ଷାଧିକ ଟଙ୍କା ଦାବି କରାଯାଇଥିବା ଅଭିଯୋଗ ହୋଇଛି। ପରିବାର ସଦସ୍ୟଙ୍କ ଅଭିଯୋଗ ଆଧାରରେ ଜିଲା ମାଜିଷ୍ଟେଟ୍‌ଙ୍କ ପକ୍ଷରୁ ପଞ୍ଚାୟତର ୧୫ଜଣଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି।


All Right Reserved By

ସମ୍ପାଦକୀୟ |

ସମ୍ପାଦକୀୟ/ଦୀପାବଳି କି ଇଦ୍‌ ନୁହେଁ

ସମ୍ପାଦକୀୟ/ଦୀପାବଳି କି ଇଦ୍‌ ନୁହେଁ

ରାଜସ୍ଥାନ ବାର୍ମେର ଜିଲାର ଏକ ନିର୍ବାଚନ ସଭାରେ ଏପ୍ରିଲ ୨୧ରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାକିସ୍ତାନକୁ ସମାଲୋଚନା କରି ଭୋଟ ମାଗିଛନ୍ତିି। ସେ କହିଛନ୍ତି, ଦିନେ ଛାଡ଼ି ଦିନେ ପାକିସ୍ତାନ ବାରମ୍ବାର କହିଆସୁଛି ଯେ, ତା’ ପାଖରେ ପରମାଣୁ ବୋମା ରହିଛି। କିନ୍ତୁ ପାକିସ୍ତାନ ମନେରଖିବା ଉଚିତ ଯେ, ଭାରତ ପାଖରେ ଥିବା ପରମାଣୁ ଅସ୍ତ୍ର ଦୀପାବଳି ପାଇଁ ସାଇତା ..

ଲୋକପ୍ରତିନିଧି କାହାନ୍ତି

ଲୋକପ୍ରତିନିଧି କାହାନ୍ତି

ସହଦେବ ସାହୁ

ବିଲାତକୁ ଗଣତନ୍ତ୍ରର ଜନନୀ କୁହାଯାଏ, କିନ୍ତୁ ତାହାର ଲିଖିତ ସମ୍ବିଧାନ ନାହିଁ, କନ୍‌ଭେନ୍‌ସନ୍‌ ବା ପରମ୍ପରା ସମ୍ବିଧାନର କାମ କରୁଛି: ରାଜା ବା ରାଣୀ ବଂଶାନୁକ୍ରମେ ରାଷ୍ଟ୍ରମୁଖ୍ୟ ହେଉଥିବାରୁ ବିଲାତ ରିପବ୍ଲିକ୍‌ ବା ସାଧାରଣତନ୍ତ୍ର ନୁହେଁ। ଆମ ସମ୍ବିଧାନ-ପ୍ରଣେତାମାନେ ବିଲାତ ଢାଞ୍ଚାର କ୍ୟାବିନେଟ ବା ସଂସଦୀୟ ଗଣତନ୍ତ୍ରକୁ ଅନୁକରଣ ..

ସବୁଥିରେ ପଲିଟିକ୍ସ

ସବୁଥିରେ ପଲିଟିକ୍ସ

ସବ୍ୟସାଚୀ ଅମିତାଭ

ଗଣତନ୍ତ୍ର କ୍ଷମତା ଦେଇଛି। ନିଜେ ନିଜର ଶାସନ କରିବାର କଳା ଲୋକଙ୍କୁ ଶିଖାଇଛି। ହେଲେ ବର୍ତ୍ତମାନ ସମୟର ରାଜନୀତି ଗଣତନ୍ତ୍ରକୁ ଧୀରେ ଧୀରେ କବଳିତ କରିସାରିଲାଣି। ସବୁ କଥାରେ ରାଜନୀତି। ଚାଷୀ ମଲେ ରାଜନୀତି, ପୀଡିତା ଆତ୍ମହତ୍ୟା କଲେ ବି ରାଜନୀତି, ପେଟ୍ରୋଲ ଦର ବଢିଲେ ରାଜନୀତି ଆଉ ଆଦର୍ଶ ହେବାର ..

ଏଇ ଭାରତରେ

ଏଇ ଭାରତରେ

ବିହାରର ଭାଗଲପୁର ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତି ନିଜ ସ୍ତ୍ରୀଙ୍କୁ ତାଙ୍କ ପ୍ରେମିକ ସହ ବିବାହ କରାଇ ଦେଇଛନ୍ତି। କେବଳ ସେତିକି ନୁହେଁ, ଉପହାର ସ୍ବରୂପ ସେ ନିଜ ଅଢ଼େଇ ବର୍ଷର ପୁଅକୁ ମଧ୍ୟ ସ୍ତ୍ରୀଙ୍କ ହାତରେ ଟେକି ଦେଇଛନ୍ତି। ଏହି ଘଟଣା ଏବେ ଭାଗଲପୁରରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ଗାଁର ଅନେକ ଲୋକ ଏହି ବି..

କଲମ୍ବୋ ନିଆଁ

କଲମ୍ବୋ ନିଆଁ

ଦ୍ୱୀପ ଦେଶ ଶ୍ରୀଲଙ୍କାରେ ଦୀର୍ଘ ବର୍ଷ ପରେ ୨୧ ଏପ୍ରିଲ ୨୦୧୯ରେ ଭୟଙ୍କର ଆତଙ୍କ ଦେଖାଦେଇଛି। ରାଜଧାନୀ କଲମ୍ବୋ ଓ ଆଖପାଖ  ଅଞ୍ଚଳର କେତେକ ଚର୍ଚ୍ଚ ଓ ହୋଟେଲରେ ଲଗାତର ୮ଟି ବିସ୍ଫୋରଣରେ ୨୦୭ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ପ୍ରାଣହାନି ଘଟିଥିବା ବେଳେ ୪୦୦ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି। ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବା ଆଶଙ୍କା କରାଯାଉଛି। ମୃତକଙ୍କ ମଧ୍ୟରେ ୪୦ ବିଦେଶୀ ଥିବା ଖବର ମିଳିଛି। 

ଜୀବ ସୁରକ୍ଷା ପୃଥିବୀ ରକ୍ଷା

ଜୀବ ସୁରକ୍ଷା ପୃଥିବୀ ରକ୍ଷା

୨୦୧୯ର ଧରିତ୍ରୀ ଦିବସ ପାଳନ ଅବସରରେ ଦିଆଯାଇଥିବା ସଚେତନଧର୍ମୀ ଡାକରାଟା ହେଉଛି ‘ସବୁ ଜୀବଙ୍କୁ ସୁରକ୍ଷା ଦିଅ।’ ଆଠ ନିୟୁତ ଜୀବ ଜାତିର ପୃଥିବୀଟା ଆଜି ଜୀବ ବିଲୁପ୍ତି ପଥରେ ଅଗ୍ରସର। ସକଳ ଜୀବଙ୍କ ପ୍ରାଣସୂତ୍ର ପୃଥିବୀ ସେମାନଙ୍କ ପ୍ରାଣରକ୍ଷା ପାଇଁ ମଣିଷକୁ ଆହ୍ବାନ କରୁଛି। ତେବେ ମଣିଷ କ’ଣ ଜୀବ ବିଲୁପ୍ତିର କାରଣ ସାଜିଛି? ମଣିଷ ଆବିର୍ଭାବ ପୂର୍ବରୁ ତ ପୁଣି ପୃଥିବୀ ପାଞ୍ଚ ପାଞ୍ଚ ଥର ସମୂହ ବିଲୋପକୁ ସାମନା କରିଛି। 

କହିବା କାହାକୁ, ଶୁଣିବ କିଏ

କହିବା କାହାକୁ, ଶୁଣିବ କିଏ

ଯେଉଁ କଥାକୁ ଡର ଥିଲା ତାହା ହିଁ ହେଲା। ଆଶା ଥିଲା, ସରକାର ଆଉ କିଛି କରନ୍ତୁ ବା ନ କରନ୍ତୁ, ନିର୍ବାଚନ ସମୟରେ ମଦକୁ ନିଶ୍ଚିତ ନିଷିଦ୍ଧ କରିବେ। ହେଲେ, ହେଲା ଠିକ୍‌ ତା’ର ଓଲଟା। ସରକାରଙ୍କ ଅବକାରୀ ବିଭାଗ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ମଦ ଦୋକାନୀଙ୍କ ଲାଇସେନ୍ସକୁ ନବୀକରଣ କରି ଏ କ୍ଷେତ୍ରକୁ ସବୁଜ ସଙ୍କେତ(?) ଦେଇଛନ୍ତି। ଏଥିପାଇଁ ରାଜ୍ୟ ସରକାର ନୂତନ ଭାବେ ଅବକାରୀ ନୀତି ପ୍ରସ୍ତୁତ କରିଛନ୍ତି। 

ଏଇ ଭାରତରେ

ଏଇ ଭାରତରେ

ଗୁଜରାଟର ରାଜକୋଟ ଜିଲା ଅନ୍ତର୍ଗତ ରାଜସମଦିୟାଲ ଗାଁ ଅନ୍ୟ ଗଁାଗୁଡ଼ିକଠାରୁ ନିଆରା। ନିର୍ବାଚନ ସମୟରେ ସବୁଠି ପ୍ରଚାର ଗାଡି ବୁଲୁଥିବା ବେଳେ ଏହି ଗାଁରେ କିନ୍ତୁ ପ୍ରଚାର କରାଯାଇ ନ ଥାଏ। ଗାଁ ଲୋକଙ୍କ ମତରେ ପ୍ରଚାର କରାଗଲେ ପରିବେଶରେ ଶବ୍ଦ ପ୍ରଦୂଷଣ ବୃଦ୍ଧିପାଇବ। ତେଣୁ ସେମାନେ କୌଣସି ପ୍ରଚାରଗାଡିକୁ ଗାଁ ଭିତରକୁ ପ୍ରବେଶ କରିବାକୁ ଦେଇ ନ ଥାନ୍ତି। 


ଭାଷଣ ଓ ଭୋଟ

ଭାଷଣ ଓ ଭୋଟ

ଆକାର ପଟେଲ

କୋଡ଼ିଏ ବର୍ଷ ତଳେ ମହାତ୍ମା ଗାନ୍ଧୀଙ୍କ ଅଣନାତି ତୁଷାର ଗାନ୍ଧୀ ମୁମ୍ବାଇରେ ନିର୍ବାଚନ ଲଢ଼ୁଥିଲେ। ସମାଜବାଦୀ ପାର୍ଟି ଟିକେଟରେ ଠିଆହୋଇ ସେ ଶିବସେନା ନେତା ତଥା ବାନ୍ଦ୍ରା ଇଷ୍ଟ୍‌ର ବିଧାୟକ  ମଧୁକର ସାର୍ପୋଟଦାରଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା କରୁଥିଲେ। ୨୦୧୦ରେ ପରଲୋକ ଗମନ କରିଥିବା ସାର୍ପୋଟଦାର ବାବ୍ରି ମସ୍‌ଜିଦ ଭଙ୍ଗା ଘଟ..

ପ୍ରତିଶ୍ରୁତି ଓ ପ୍ରତାରଣାର ଖେଳ

ପ୍ରତିଶ୍ରୁତି ଓ ପ୍ରତାରଣାର ଖେଳ

ଚିତ୍ର ଚରିତ୍ର/ ନିରଞ୍ଜନ ପାଢ଼ୀ

ପ୍ରଥମରୁ ସପ୍ତମ ଯାଏ ପ୍ରାୟ ଦୁଇମାସ ଧରି ଚାଲିଛି ବିଶ୍ୱର ବୃହତ୍ତମ ଗଣତନ୍ତ୍ରର ସବୁଠୁଁ ମହତ୍ତ୍ୱପୂର୍ଣ୍ଣ ଉତ୍ସବ। ଭାରତ ଭଳି ଏକ ବିଶାଳ ଗଣତନ୍ତ୍ରର ଭାଗ୍ୟ ଡୋରି ହାତକୁ ନେବା ପାଇଁ ଏଇ ବଳ କଷାକଷିର ପର୍ବ ଆରମ୍ଭ ହୋଇଗଲାଣି କେବେଠୁଁ। ନିର୍ବାଚନରେ ଭୋଟ ଦେବା ଭଳି ନାଗରିକର ପବିତ୍ର କର୍ତ୍ତବ୍ୟ ସମ୍ପାଦନ କରି ପାଞ୍ଚବର୍ଷ ହେଲା ନିଘୋଡ ନିଦରେ ଶୋଇ ପଡିଥିବା ଜ..

‘ଦି ଓଭରଷ୍ଟୋରି’ ଔପନ୍ୟାସିକ

‘ଦି ଓଭରଷ୍ଟୋରି’ ଔପନ୍ୟାସିକ

ବ୍ୟକ୍ତିତ୍ୱ/ଜିତେନ୍ଦ୍ର କୁମାର ନାୟକ

ଆମେରିକାରେ ଖବରକାଗଜ, ପତ୍ରିକା, ଅନ୍‌ଲାଇନ୍‌ ସାମ୍ବାଦିକତା, ସାହିତ୍ୟ ଏବଂ ସଙ୍ଗୀତ ରଚନା କ୍ଷେତ୍ରରେ ଉତ୍କର୍ଷ ଲାଭ କରୁଥିବା ସଂସ୍ଥା ଓ ବ୍ୟକ୍ତିବିଶେଷଙ୍କୁ ପୁଲିଜର ପୁରସ୍କାର ପ୍ରଦାନ କରାଯାଇଥାଏ। ହଙ୍ଗେରି ଜନ୍ମିତ ଆମେରିକୀୟ ଯୋଶେଫ୍‌ ଫୁଲିଜର ୧୯୧୭ରେ ଏହି ସମ୍ମାନ ପ୍ରତିଷ୍ଠା କରିଥିଲେ। ପ୍ରତିବର୍ଷ ୨୧ଟି କ୍ଷେତ୍ରରେ ଏହି ମର୍ଯ୍ୟାଦାଜନକ ପୁରସ୍କାର ଦିଆଯାଇ ଆସୁଥିବାରୁ ନୂଆ ବିଜେତାଙ୍କ ଉପରେ ସମସ୍ତଙ୍କ ଲକ୍ଷ୍ୟ ଥାଏ। ଚଳିତବର୍ଷ ସାହିତ୍ୟ କ୍ଷେତ୍ରରେ ରିଚାର୍ଡ ..

ଏଇ ଭାରତରେ

ଏଇ ଭାରତରେ


ଅଙ୍ଗଦାନ ମହାପୁଣ୍ୟ। ଜଣଙ୍କ ମୃତ୍ୟୁ ପରେ ତା’ର ବିଭିନ୍ନ ଅଙ୍ଗ ଦାନ କରାଯାଇପାରିବ। ତେଣୁ କୌଣସି ବ୍ୟକ୍ତି ମୃତ୍ୟୁ ପୂର୍ବରୁ ଅଙ୍ଗଦାନ ପାଇଁ ଶପଥ ନେଇଥିଲେ ଏହା ସମ୍ଭବ ହୋଇପାରିବ। ଜଣଙ୍କର କିଡ୍‌ନୀ, ଚକ୍ଷୁ, ହୃତ୍‌ପିଣ୍ଡ ଭଳି ବିଭିନ୍ନ ଅଙ୍ଗ ଏକାଧିକ ଲୋକଙ୍କଠାରେ ପ୍ରତିରୋପଣ କରାଯାଇପାରେ।   ତେବେ ଏ ନେଇ ଲୋକଙ୍କ ମଧ୍ୟରେ ସଚେତନତାର ଅଭାବ ରହିଛି। ଏହି ମର୍ମରେ ଛ..


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri