ଉପକୂଳ ଓଡିଶା

ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ତହସିଲ କାର୍ଯ୍ୟାଳୟ ଘେରାଉ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୧୨ଦଫା ଦାବିପତ୍ର

ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ତହସିଲ କାର୍ଯ୍ୟାଳୟ ଘେରାଉ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୧୨ଦଫା ଦାବିପତ୍ର

ରଣପୁର,୨୦ା୧(ସ୍ବ.ପ୍ର.)-କୃଷକମାନଙ୍କ ବିକାଶ ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର ସୁଫଳ ଅନେକ କ୍ଷେତ୍ରରେ ଚାଷୀମାନେ ପାଉ ନ ଥିବା ନେଇ କୃଷକ ସଂଗଠନ ପକ୍ଷରୁ ଅଭିଯୋଗ ହୋଇଛି। କୃଷକଙ୍କ ପ୍ରତି ସରକାରଙ୍କ ଅବହେଳା ବିରୋଧରେ ଶନିବାର ରଣପୁର ବ୍ଲକର ୧ ହଜାରରୁ ଉର୍ଦ୍ଧ୍ୱ ଚାଷୀ ରଣପୁର ତହସିଲ କାର୍ଯ୍ୟାଳୟ ଘେରାଉ କରିଥିଲେ। ସଂଗଠନ ପକ୍ଷରୁ ୧୨ଦଫା ସମ୍ବଳିତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ତହସିଲଦାରଙ୍କୁ ପ୍ରଦାନ କରାଯାଇଥିଲା। କୃଷକ ମାରଣ ନୀତି ବିରୋଧରେ ନୟାଗଡ ଜିଲା ରଣପୁର ବ୍ଲକର ୩୭ଟି ପଞ୍ଚାୟତ ଓ ବିଜ୍ଞାପିତ ଅଞ୍ଚଳ ପରିଷଦର ଚାଷୀଙ୍କୁ ସଂଗଠନ ତରଫରୁ ଏକତ୍ରିତ କରାଯାଇଛି। ପୂର୍ବାହ୍ନ ୧୧ଟାରେ ହାଟସାହିଠାରେ ଗଞ୍ଜାମ ଜିଲା ନବ ନିର୍ମାଣ କୃଷକ ସଙ୍ଗଠନ ପ୍ରଭାରି ସଚିନ ମହାପାତ୍ର, ଖୋର୍ଦ୍ଧା ସଂଯୋଜକ ସୁରେଶ ମାନସିଂ, ନୟାଗଡ଼ ସଂଯୋଜକ ମହେଶ୍ୱର ଜେନା, ରଣପୁର ବ୍ଲକ ସଂଯୋଜକ ପ୍ରଦୀପ କୁମାର ବେହେରା ଓ ମନୋଜ କୁମାର ମାଝିଙ୍କ ନେତୃତ୍ୱରେ କୃଷକମାନେ ଏକ ଶୋଭାଯାତ୍ରାରେ ବାହାରି ପଞ୍ଚୁଦୋଳ ପଡିଆଠାରେ ପହଞ୍ଚତ୍ଥିଲେ। ସେଠାରେ ରଘୁ ଦିବାକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ପରେ ସ୍ଲୋଗାନ ଦେଇ ରଣପୁର ତହସିଲ କାର୍ଯ୍ୟାଳୟ ଘେରାଉ କରିଥିଲେ ା ଏଠାରେ ଆୟୋଜିତ ଏକ ସଭାରେ କୃଷକମାନେ ଧାନର ସହାୟକ ମୂଲ୍ୟ ୨୯୩୦ ଟଙ୍କା, ଚାଷୀକୁ ୫ହଜାର ଟଙ୍କାର ସୁରକ୍ଷା ଭତ୍ତା, ଠିକ୍‌ ସମୟରେ କୀଟନାଶକ ଓ ସାର ପ୍ରଦାନ, ମଣ୍ଡିରେ ଧାନ ବିକ୍ରୟ, ରଣପୁରରେ ମିନି ଶୀତଳ ଭଣ୍ଡାର ସ୍ଥାପନ, ଉଠାଜଳସେଚନ ବ୍ୟବସ୍ଥା, ଫେବୃୟାରୀ ସୁଦ୍ଧା ଚିନିକଳ ଚାଲୁ କରିବା ଆଦି ୧୨ ଦଫା ଦାବି କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ରଣପୁର ତହସିଲଦାର ମାନସ ରଞ୍ଜନ ରାୟଙ୍କୁ ସଂଗଠନ ପକ୍ଷରୁ ଏହି ଦାବିପତ୍ର ପ୍ରଦାନ କରାଯାଇଥିଲା। ଆଗାମୀ ଦିନରେ ସରକାର ଏହି ଦାବିଗୁଡ଼ିକ ପୂରଣ ନ କଲେ ସେମାନେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଧମକ ଦେଇଛନ୍ତିି ା 

All Right Reserved By

ଉପକୂଳ ଓଡିଶା

କାଳବୈଶାଖୀ: ତୋଫାନରେ ଉଡ଼ିଲା ଛପର  ଅମଳ ଚିନାବାଦାମ ନଷ୍ଟ, ଚିନ୍ତାରେ ଚାଷୀ

କାଳବୈଶାଖୀ: ତୋଫାନରେ ଉଡ଼ିଲା ଛପର ଅମଳ ଚିନାବାଦାମ ନଷ୍ଟ, ଚିନ୍ତାରେ ଚାଷୀ

କୃଷ୍ଣପ୍ରସାଦ,୨୩ା୪(ଡି.ଏନ୍‌.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ ସୋମବାର ସନ୍ଧ୍ୟା ୫ଟାରେ କାଳବୈଶାଖୀଜନିତ ବର୍ଷା, ତୋଫାନ ଜନ ସାଧାରଣଙ୍କୁ ଆତଙ୍କିତ କରିଛି ।

ମିଳିଲାନି ହେଲିପ୍ୟାଡ୍‌, ଫେରିଗଲେ ଧର୍ମେନ୍ଦ୍ର

ମିଳିଲାନି ହେଲିପ୍ୟାଡ୍‌, ଫେରିଗଲେ ଧର୍ମେନ୍ଦ୍ର

ଜଗତ୍‌ସିଂହପୁର ଅଫିସ, ୨୩।୪: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଭାଜପା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ପ୍ରାର୍ଥୀ ସତ୍ୟବ୍ରତ ମହାପାତ୍ରଙ୍କ ସପକ୍ଷରେ ପ୍ରଚାର ପାଇଁ ରୋଡ୍‌ ଶୋ କରିବାର କାର୍ଯ୍ୟକ୍ରମ ଥିଲା। 

ମଇଦାନରେ ୪ ପୂର୍ବତନ ମନ୍ତ୍ରୀ

ମଇଦାନରେ ୪ ପୂର୍ବତନ ମନ୍ତ୍ରୀ

ଯାଜପୁର ଅଫିସ,୨୩।୪: ଯାଜପୁର ଜିଲା ପ୍ରାକୃତିକ ସମ୍ପଦରେ ଭରପୂର ହୋଇରହିଛି। ଶିଳ୍ପ କ୍ଷେତ୍ରରେ ମଧ୍ୟ ଏହି ଜିଲା ସମୃଦ୍ଧ। କିନ୍ତୁ ରାଜନୈତିକ ଇଚ୍ଛାଶକ୍ତିର ଅଭାବ ଜିଲାକୁ ପଛୁଆ କରିଦେଇଛି। 

ପାଟକୁରା ବିଧାନସଭା ନିର୍ବାଚନ ସମ୍ପର୍କରେ ପ୍ରତିକ୍ରିୟା ରଖିଲେ ସିଇଓ

ପାଟକୁରା ବିଧାନସଭା ନିର୍ବାଚନ ସମ୍ପର୍କରେ ପ୍ରତିକ୍ରିୟା ରଖିଲେ ସିଇଓ

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ପାଟକୁରା  ବିଧାନସଭା ନିର୍ବାଚନ ପ୍ରସଙ୍ଗରେ ରାଜ୍ୟ ନିର୍ବାଚନ ଅଧିକାରୀ(ସିଇଓ) ସୋମବାର ପ୍ରତିକ୍ରିୟା ରଖିଛନ୍ତି।

  କଂଗ୍ରେସର ନିର୍ବାଚନୀ ସଭା : ହେଲିକପ୍ଟରରୁ ଓହ୍ଲାଇ ପାରିଲେନି ନିରଞ୍ଜନ, ରୁଦ୍ରରାଜୁ ଓ ଖୁସ୍‌ବୁ

କଂଗ୍ରେସର ନିର୍ବାଚନୀ ସଭା : ହେଲିକପ୍ଟରରୁ ଓହ୍ଲାଇ ପାରିଲେନି ନିରଞ୍ଜନ, ରୁଦ୍ରରାଜୁ ଓ ଖୁସ୍‌ବୁ

ରଣପୁର,୨୨ା୪(ସ୍ବ.ପ୍ର.)-ରଣପୁର ତ୍ରିସ୍ତରୀୟ ସାଧାରଣ ନିର୍ବାଚନ ପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ ରାଜ୍ୟସ୍ତରୀୟ ବରିଷ୍ଠ ନେତୃବୃନ୍ଦଙ୍କୁ ଏଠାକୁ ଆଣି ଦଳର ପ୍ରଚାର ସହ ଭୋଟ ଭିକ୍ଷା କରୁଛନ୍ତି। 

ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ

ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ

ନିରାକାରପୁର,୨୧ା୪(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ରାମେଶ୍ୱର ଛକ ନିକଟସ୍ଥ ୧୬ନମ୍ବର ଜାତୀୟ ରାଜପଥ ମନ୍ଦାକିନୀ ନଦୀ ଗାର୍ଡଓ୍ବାଲ୍‌ରେ ଏକ ଟ୍ରକ୍‌ ପିଟିହୋଇ ରବିବାର ପୂର୍ବାହ୍ନରେ ଦୁର୍ଘଟଣାଗ୍ରସ୍ତ ହୋଇଛି। 

ଅଗ୍ନିକାଣ୍ଡରେ ଜଳିଗଲା ୨ବଖରା

ଅଗ୍ନିକାଣ୍ଡରେ ଜଳିଗଲା ୨ବଖରା

ରତ୍ନଗିରି,୨୧ା୪(ଡି.ଏନ.ଏ.)- ବରୀ ବ୍ଲକ ଅଧୀନ ଉଦୟନାଥପୁର ପଞ୍ଚାୟତ ଉଦୟନାଥପୁର ଗ୍ରାମର ସୂର୍ଯ୍ୟକାନ୍ତ ସାମଲଙ୍କ ଘରେ ରବିବାର ଅଗ୍ନିକାଣ୍ଡ ଘଟି ୨ ବଖରା ଜଳିଯାଇଛି। 

  ଜଙ୍ଗଲରୁ  ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର

ଜଙ୍ଗଲରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର

ନୟାଗଡ଼ ଅଫିସ,୨୧।୪: ନୟାଗଡ଼ ବ୍ଲକ ପାଣିପୋଇଲା ସାନହାମରା ଜଙ୍ଗଲରୁ ରବିବାର  ଏକ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି।

   ଆଡ଼ଚେରରେ ରାଜନୈତିକ ହିଂସା, ୩ ଗୁରୁତର

ଆଡ଼ଚେରରେ ରାଜନୈତିକ ହିଂସା, ୩ ଗୁରୁତର

ନୟାଗଡ଼ ଅଫିସ,୨୧।୪: ନୟାଗଡ଼ ବ୍ଲକ କାଳିକାପ୍ରସାଦ ପଞ୍ଚାୟତ  ଆଡ଼ଚେର ଗ୍ରାମରେ ଶନିବାର ରାଜନୈତିକ ହିଂସାକାଣ୍ଡ ଦେଖିବାକୁ ମିଳିଛି।

ଗାର୍ଡଓ୍ବାଲ୍‌ରେ ପିଟିହେଲା ଟ୍ରକ

ଗାର୍ଡଓ୍ବାଲ୍‌ରେ ପିଟିହେଲା ଟ୍ରକ

ନିରାକାରପୁର,୨୧ା୪(ଡି.ଏନ୍‌.ଏ.) : ଖୋର୍ଦ୍ଧା ଜିଲା ରାମେଶ୍ୱର ଛକ ନିକଟସ୍ଥ ୧୬ ନଂ ଜାତୀୟ ରାଜପଥରେ ଥିବା ମଲାଶୁଣୀ ନଦୀ ଗାର୍ଡଓ୍ବାଲ୍‌ରେ ବ୍ରହ୍ମପୁରରୁ ଭୁବନେଶ୍ୱର ଯାଉଥିବା ଏକ କବାଡ଼ିଆ ବୋଝେଇ ଟ୍ରକ ଓଆର ୧୫ କେ ୩୬୮୩ ରବିବାର ସକାଳେ ପିଟି ହୋଇଯାଇଛି।

ନୟାଗଡ଼ ନିର୍ବାଚନମଣ୍ଡଳୀ: ଏପ୍ରିଲ ୨୩ରେ ମତଦାନ, ବନ୍ଦ ଚିନିକଳ ଖୋଲିବା ସବୁ ଦଳଙ୍କ ପ୍ରମୁଖ ପ୍ରସଙ୍ଗ

ନୟାଗଡ଼ ନିର୍ବାଚନମଣ୍ଡଳୀ: ଏପ୍ରିଲ ୨୩ରେ ମତଦାନ, ବନ୍ଦ ଚିନିକଳ ଖୋଲିବା ସବୁ ଦଳଙ୍କ ପ୍ରମୁଖ ପ୍ରସଙ୍ଗ

ନୟାଗଡ଼ ଅଫିସ,୨୧।୪: ଏପ୍ରିଲ ୨୩ରେ ଜିଲାର ନୟାଗଡ଼ ନିର୍ବାଚନମଣ୍ଡଳୀରେ ମତଦାନ ହେବ। ଏଠାରେ କେଉଁ ପ୍ରାର୍ଥୀ ଜିତିବେ ତାହାକୁ ନେଇ ଚା ଖଟିଠୁ ଆରମ୍ଭ କରି ପାନ ଦେକାନ ଯାଏ ସବୁଠି ଚର୍ଚ୍ଚା ଚାଲିଛି।

ଯାଜପୁର ଲୋକ ସଭା ଆସନ: ପ୍ରାର୍ଥୀଙ୍କ ଦକ୍ଷତା ମାପୁଛନ୍ତି ଭୋଟର;  ପ୍ରାର୍ଥୀଙ୍କୁ ନିଦ ନାହିଁ କି ଖରାକୁ ଖାତିର ନାହିଁ

ଯାଜପୁର ଲୋକ ସଭା ଆସନ: ପ୍ରାର୍ଥୀଙ୍କ ଦକ୍ଷତା ମାପୁଛନ୍ତି ଭୋଟର; ପ୍ରାର୍ଥୀଙ୍କୁ ନିଦ ନାହିଁ କି ଖରାକୁ ଖାତିର ନାହିଁ

ଯାଜପୁର ଅଫିସ,୨୧। ୪: ଯାଜପୁର ଜିଲାରେ ୪ ପର୍ଯ୍ୟାୟରେ ନିର୍ବାଚନ ହେବ। ନିର୍ବାଚନ ପ୍ରଚାରକୁ ଆଉ ମାତ୍ର ଏକ ସପ୍ତାହ ରହିଲା। ସେଥିପାଇଁ ନେତାମାନେ ଏବେଠାରୁ ପୂରା ଦମରେ ପ୍ରଚାରରେ ଲାଗି ପଡିଛନ୍ତି। ମର୍ଯ୍ୟାଦାଜନକ ଯାଜପୁର ଲୋକ ସଭା ଆସନରେ ଏବେ ନିର୍ବାଚନୀ ପରିବେଶ ବେଶ୍‌ ସରଗରମ ହୋଇଛି।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri