ରାଜ୍ୟ | ଉପକୂଳ ଓଡିଶା

କ୍ଷୁଦ୍ର ଜଳସେଚନ ବିଭାଗରେ ଦୁର୍ନୀତି: ଲକ୍ଷାଧିକ ଟଙ୍କା ହଡ଼ପ ଅଭିଯୋଗ

କ୍ଷୁଦ୍ର ଜଳସେଚନ ବିଭାଗରେ ଦୁର୍ନୀତି: ଲକ୍ଷାଧିକ ଟଙ୍କା ହଡ଼ପ ଅଭିଯୋଗ

ନୂଆଗାଁ,୨୧।୧ (ଡି.ଏନ.ଏ.)-କୃଷି ଓ କୃଷକର ବିକାଶ ନିମନ୍ତେ ସରକାର କ୍ଷୁଦ୍ର ଜଳସେଚନ ବିଭାଗ ଦ୍ୱାରା ନଦୀଗୁଡିକରେ ଚେକ୍‌ଡ୍ୟାମ୍‌ମାନ ନିର୍ମାଣ କରୁଛନ୍ତି । କିନ୍ତୁ ତଦାରଖର ଅଭାବ ଓ ଅସଦ୍‌ ଉପାୟରେ ଅଧିକ ଆୟ ପ୍ରବୃତ୍ତି ଯୋଗୁ ବିଭାଗୀୟ ଅଧିକାରୀମାନେ ଠିକାଦାରଙ୍କ ସହ ହାତ ମିଳାଇ ଚେକ୍‌ ଡ୍ୟାମ୍‌ ନିର୍ମାଣ ନାଁରେ ଲକ୍ଷାଧିକ ଟଙ୍କା ହଡ଼ପ କରୁଥିବା ଅଭିଯୋଗ ହୋଇଛି। ଏଥିଯୋଗୁ କୋଟି କୋଟି ଟଙ୍କା ବ୍ୟୟଭୁକ୍ତ ଯୋଜନାର ସୁଫଳ ଚାଷୀମାନେ ପାଉନାହାନ୍ତି। ଏହାର ଉହାହରଣ ହେଉଛି, ନୟାଗଡ ଜିଲା ନୂଆଗାଁ ବ୍ଲକ ଦଶପଲା ସବ୍‌ଡିଭିଜନ ଅଧୀନ ଡାହୁକା ନଦୀରେ ନିର୍ମାଣ ହୋଇଥିବା ଲଡୁକେଶ୍ୱରପୁର ଚେକ୍‌ଡ୍ୟାମ । ନୂଆଗାଁ,  ମୁଦୁରାଙ୍ଗ,  ଉଦୟପୁର, ଶିଖରଗୋଛା ଆଦି ଗ୍ରାମର ଚାଷ ଜମିରେ ଜଳସେଚନ ପାଇଁ ୨୦୧୪ ମସିହାରେ ୧୬ ଲକ୍ଷ ୫୪ ହଜାର ଟଙ୍କାର ଏକ ଟେଣ୍ଡର କରାଯାଇଥିଲା। ୩  ମାସ ମଧ୍ୟରେ ଟେଣ୍ଡର କାର୍ଯ୍ୟ ସମାପ୍ତ ପାଇଁ ନିର୍ଦ୍ଦେଶ ରହିଥିଲା । ତେବେ ଚେକ୍‌ଡ୍ୟାମରେ ଥିବା ପିଲର୍‌ଗୁଡିକ ସମ୍ପୂର୍ଣ୍ଣ ଭାବେ ଛଡ, ଗୋଡି, ସିମେଣ୍ଟ ଆଦି ଦ୍ୱାରା ନିର୍ମାଣ କରିବା ପରିବର୍ତ୍ତେ ଠିକାଦାର ପିଲର ଭିତରେ ବାଲି ବସ୍ତା ପୁରାଇ ଅଳ୍ପ ପରିମାଣର ଗୋଡି, ସିମେଣ୍ଟ  ଦ୍ୱାରା ନିମ୍ନମାନର କାର୍ଯ୍ୟ କରିଥିବା ଅଭିଯୋଗ ହୋଇଛି। ପିଲର୍‌ ଭାଙ୍ଗି ଯିବାରୁ ଏହା ଜଣାପଡ଼ିଥିଲା। ଏଭଳି କାର୍ଯ୍ୟରେ ବିଭାଗୀୟ ଅଧିକାରୀଙ୍କ ତଦାରଖର ଅଭାବ ଓ ପିସି କାରବାର ସନ୍ଦେହ ସୃଷ୍ଟି ହୋଇଛି। ତେଣୁ ଏହାର ତଦନ୍ତ ପାଇଁ ସାଧାରଣରେ ଦାବି ହେଉଛି। ଏହାବ୍ୟତୀତ ଉଦୟପୁର ସଲପଡିହ ଚେକ୍‌ଡ୍ୟାମ୍‌, ତୁଳସୀନାଳ ଚେକ୍‌ଡ୍ୟାମ୍‌, ଘଣ୍ଟିକାନାଳ ଚେକ୍‌ଡ୍ୟାମ୍‌ ନିର୍ମାଣରେ ମଧ୍ୟ ନିମ୍ନମାନର କାର୍ଯ୍ୟ ନେଇ ଅଭିଯୋଗ ହୋଇଛି।  ନୟାଗଡ ଜିଲା କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ବିନୟ କୁମାର ସୁବୁଦ୍ଧି ଏ ବିଷୟରେ ପଚାରିବାରୁ ସେ ଏ କାର୍ଯ୍ୟ ସମ୍ବନ୍ଧରେ ଅବଗତ ନ ଥିବା କହିଥିଲେ । ତଦନ୍ତ ପରେ ସେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ସୂଚନା ଦେଇଥିଲେ।


All Right Reserved By

ରାଜ୍ୟ | ଉପକୂଳ ଓଡିଶା

ବନ୍ଧୁକ ଦେଖାଇ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟ୍‌

ବନ୍ଧୁକ ଦେଖାଇ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟ୍‌

ଚାନ୍ଦବାଲି,୧୯ା୨(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଥାନା ତଥା ମତୋ ପୋଲିସ ଫାଣ୍ଡି ଅଧୀନ ପ୍ରତାପପୁର ଗାଁ ରାସ୍ତାରୁ ଜଣେ ଫାଇନାନ୍ସ କର୍ମଚାରୀଙ୍କ ଠାରୁ ମଙ୍ଗଳବାର ଲକ୍ଷାଧିକ ଟଙ୍କା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି ।  

ନିର୍ବାଚନ ନେଇ ପ୍ରସ୍ତୁତି: ରାଜନଗରରେ ଦ୍ୱିତୀୟ ପର୍ଯ୍ୟାୟ ପ୍ରିଜାଇଡିଂ ଅଧିକାରୀଙ୍କୁ ତାଲିମ

ନିର୍ବାଚନ ନେଇ ପ୍ରସ୍ତୁତି: ରାଜନଗରରେ ଦ୍ୱିତୀୟ ପର୍ଯ୍ୟାୟ ପ୍ରିଜାଇଡିଂ ଅଧିକାରୀଙ୍କୁ ତାଲିମ

ରାଜନଗର, ୧୯।୨(ଡି.ଏନ୍‌.ଏ.): ୨୦୧୯ ସାଧାରଣ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଦ୍ୱିତୀୟ ପର୍ଯ୍ୟାୟ ତାଲିମ ଦିଆଯାଇଛି। 

ଟ୍ରକ୍‌-ବାଇକ୍‌ ମୁହାଁମୁହିଁ: ଜଣେ ଗୁରୁତର

ଟ୍ରକ୍‌-ବାଇକ୍‌ ମୁହାଁମୁହିଁ: ଜଣେ ଗୁରୁତର

ଯାଜପୁର ଅଫିସ/କୋରେଇ, ୧୯।୨(ସ୍ବ.ପ୍ର.): ଯାଜପୁର ଜିଲା ୨୦ ନଂ. ଜାତୀୟ ରାଜପଥର କୋରେଇ ଥାନା ଅନ୍ତର୍ଗତ ବେଣାପୁର ଛକରେ ମଙ୍ଗଳବାର ପୂର୍ବାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। 

ରାଜଧାନୀରେ ବାଘ ଆତଙ୍କ: ବାଘ ଖୋଜା ଅଭିଯାନ ପାଇଁ  ରାସ୍ତା ସିଲ୍‌, ଲୋକେ  ହନ୍ତସନ୍ତ

ରାଜଧାନୀରେ ବାଘ ଆତଙ୍କ: ବାଘ ଖୋଜା ଅଭିଯାନ ପାଇଁ ରାସ୍ତା ସିଲ୍‌, ଲୋକେ ହନ୍ତସନ୍ତ

ଭୁବନେଶ୍ୱର, ୧୯।୨(ବ୍ୟୁରୋ): ଭୁବନେଶ୍ୱର ପଳାଶପଲ୍ଲୀ ଅଞ୍ଚଳରେ ଏକ କଲରାପତରିଆ ବାଘ ବୁଲୁଛି। ଏହାକୁ ନେଇ ସୋମବାର ରାତିରୁ ଆରମ୍ଭ ହୋଇଛି ଅପରେଶନ। ବନ ବିଭାଗ ସହିତ ସିଆଇଏସ୍‌ଏଫ୍‌ କର୍ମଚାରୀଙ୍କୁ ଏହି କାର୍ଯ୍ୟରେ ନିୟୋଜିତ କରାଯାଇଛି। 

ପୁଣି ମାଓବାଦୀଙ୍କ ଲାଲ୍‌ ବ୍ୟାନର୍‌: ସରକାରଙ୍କ ଚାଷୀ ଦମନ ନୀତିକୁ ବିରୋଧ

ପୁଣି ମାଓବାଦୀଙ୍କ ଲାଲ୍‌ ବ୍ୟାନର୍‌: ସରକାରଙ୍କ ଚାଷୀ ଦମନ ନୀତିକୁ ବିରୋଧ

ଦାରିଙ୍ଗିବାଡି,୧୯।୨(ଡି.ଏନ.ଏ.):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ନିକଟ  ୫୯ନଂ ଜାତୀୟ ରାଜପଥ ର ବୁଡାଗୁଡା ଛକରେ ଓଡିଶା ରାଜ୍ୟ କମିଟି ସିପିଆଇ (ମାଓବାଦୀ)ଙ୍କ ପକ୍ଷରୁ ଲାଲ ବ୍ୟାନର ସହ ପୋଷ୍ଟର ଲଗାଯାଇଛି। 

ବଢ଼ିବ ତାତି

ବଢ଼ିବ ତାତି

ଭୁବନେଶ୍ୱର,୧୯।୨(ବ୍ୟୁରୋ):ବର୍ଷା ଯୋଗୁ ଗତ ଦୁଇଦିନ ହେବ ରାଜ୍ୟରେ ଥଣ୍ଡା ପାଗ ରହିଥିଲା ।

୨୦ରେ ଆସିବେ ଯୋଗୀ

୨୦ରେ ଆସିବେ ଯୋଗୀ

ଭୁବନେଶ୍ୱର, ୧୯।୨(ବ୍ୟୁରୋ):ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆସନ୍ତା ୨୦ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସକାଳ ୧୦ଟାରେ ଯୋଗୀ ରାୟପୁର ବିମାନବନ୍ଦରରେ ପହଞ୍ଚିବେ। 

ସୁକିନ୍ଦା ବିଧାନସଭା ନିର୍ବାଚନ ମଣ୍ଡଳୀ: ଚର୍ଚ୍ଚାରେ ବିଜେଡି ଟିକେଟ

ସୁକିନ୍ଦା ବିଧାନସଭା ନିର୍ବାଚନ ମଣ୍ଡଳୀ: ଚର୍ଚ୍ଚାରେ ବିଜେଡି ଟିକେଟ

ଯାଜପୁର ଅଫିସ,୧୯।୨:ଯାଜପୁର ଜିଲା ଦାନଗଦି ଓ ସୁକିନ୍ଦା ବ୍ଲକକୁ ନେଇ ଗଠିତ ସୁକିନ୍ଦା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଗତ ୩ ଦଶନ୍ଧି ହେଲା ଗୋଟିଏ ପରିବାର ସଦସ୍ୟ ନିର୍ବାଚିତ ହୋଇ ଆସୁଛନ୍ତି। ଶିଳ୍ପ ଓ ଖଣି ସମୃଦ୍ଧ ଏହି ନିର୍ବାଚନ ମଣ୍ଡଳୀରେ ଏଥର ପଟ ପରିବର୍ତ୍ତନ କିମ୍ବା ରାଜନୈତିକ ସମୀକରଣ ବଦଳିବାର ସମ୍ଭାବନା ରହିଥିବା ଚର୍ଚ୍ଚା ଜୋର ଧରିଛି।

କୋଣାର୍କ ସୂର୍ଯ୍ୟମନ୍ଦିର ଅସୁରକ୍ଷିତ:୬ ସ୍ଥାନରେ ମରାମତି ଆବଶ୍ୟକ

କୋଣାର୍କ ସୂର୍ଯ୍ୟମନ୍ଦିର ଅସୁରକ୍ଷିତ:୬ ସ୍ଥାନରେ ମରାମତି ଆବଶ୍ୟକ

କଟକ ଅଫିସ, ୧୯।୨:କୋଣାର୍କ ସୂର୍ଯ୍ୟମନ୍ଦିର ସୁରକ୍ଷିତ। ମନ୍ଦିର ପ୍ରତି ସେଭଳି କୌଣସି ବିପଦ ନାହିଁ। ଏହିଭଳି କଥା ଆରମ୍ଭରୁ କହି ଆସୁଥିବା ଭାରତୀୟ ପ୍ରନତ୍ତାତ୍ତି୍ବକ ସର୍ବେକ୍ଷଣ (ଏଏସ୍‌ଆଇ) ସଂସ୍ଥା ଶେଷରେ ମାନିଛି ଯେ ମନ୍ଦିର ପ୍ରତି ବିପଦ ରହିଛି। 

ଅଭିଯୁକ୍ତଙ୍କ ଜମିରେ ଖଣିଜ ଷ୍ଟକୟାର୍ଡ

ଅଭିଯୁକ୍ତଙ୍କ ଜମିରେ ଖଣିଜ ଷ୍ଟକୟାର୍ଡ

ଯୋଡ଼ା, ୧୯।୨(ଡି.ଏନ.ଏ.): ଯୋଡ଼ା ଖଣି ମଣ୍ଡଳ ଅନ୍ତର୍ଗତ ବାଂଶପାଣି ରେଳ ସାଇଡିଂ ନିକଟ ଯୋଡ଼ା-ବାମେବାରୀ ରାସ୍ତା ପାର୍ଶ୍ୱରେ ଥିବା ଜଣେ ଅଭିଯୁକ୍ତଙ୍କ ଜମିରେ ଏକ ଶିଳ୍ପ ସଂସ୍ଥାର ଖଣିଜ ଗଛିତ ହେଉଛି। 

ପୁଣି ନକଲି ଜର୍ଦ୍ଦା କାରଖାନା ଠାବ

ପୁଣି ନକଲି ଜର୍ଦ୍ଦା କାରଖାନା ଠାବ

ଭଦ୍ରକ ଅଫିସ, ୧୯।୨ - ଭଦ୍ରକ ଜିଲା ପୁରୁଣାବଜାର ଥାନା ପୋଲିସ ସୋମବାର ମଧ୍ୟାହ୍ନରେ ପୁଣି ଏକ ନକଲି ଜର୍ଦ୍ଦା କାରଖାନା ଠାବ କରିଛି। ମୁଖ୍ୟ କାର୍ପଟଦାର ଫେରାର ହୋଇଯାଇଥିବା ବେଳେ ଲକ୍ଷାଧିକ ଟଙ୍କାର ସାମଗ୍ରୀ, ମେଶିନ, ଏସେନ୍ସ ଓ ସିଲ୍‌ ମେଶିନ ପୋଲିସ ଜବତ କରିଛି। 

ଧାନକିଣାରେ ଅନିୟମିତତା: ଚାଷୀଙ୍କ ଧାରଣା

ଧାନକିଣାରେ ଅନିୟମିତତା: ଚାଷୀଙ୍କ ଧାରଣା

ଭଣ୍ଡାରିପୋଖରୀ, ୧୯।୨ (ଡି.ଏନ.ଏ.) - ଭଣ୍ଡାରିପୋଖରୀ ସଦରମହକୁମାଠାରେ  ଥିବା ନଗୁଁଆ ପ୍ରାଥମିକ କୃଷି ସମବାୟ ସମିତିରେ ଧାନକିଣାରେ ଅନିୟମିତତା ପ୍ରତିବାଦରେ ଚାଷୀମାନେ ସୋମବାର ସମିତି କାର୍ଯ୍ୟାଳୟରେ ତାଲା ପକାଇ ଧାରଣା ଦେଇଥିଲେ।