ବାଲେଶ୍ୱର

କେନ୍ଦୁଆପଦାରେ ନାହିଁ ରେଲୱେ ଓଭରବ୍ରିଜ୍‌

କେନ୍ଦୁଆପଦାରେ ନାହିଁ ରେଲୱେ ଓଭରବ୍ରିଜ୍‌

ବନ୍ତ, ୨୨।୧ (ଡି.ଏନ.ଏ.) - ଭଦ୍ରକ ଜିଲା ବନ୍ତ ବ୍ଲକ କେନ୍ଦୁଆପଦାଠାରେ ରେଲୱେ ଓଭରବ୍ରିଜ୍‌ ନ ଥିବାରୁ ବିପଦପୂର୍ଣ୍ଣ ଭାବେ ଯାନବାହନଗୁଡ଼ିକ ରେଲୱେ କ୍ରସିଂ ପାରି ହେଉଛନ୍ତି। ବନ୍ତ-ବାରିକପୁର ରାସ୍ତାର କେନ୍ଦୁଆପଦାଠାରେ ରେଲୱେ ଲେଭଲକ୍ରସିଂ ଥିବାବେଳେ ଏହି ରାସ୍ତା ଦେଇ ଦୈନନ୍ଦିନ ଶହ ଶହ ଯାନବାହନ ଚଳାଚଳ କରିଥାଏ। ବିଶେଷ କରି ଏହି ରାସ୍ତା ଉପରେ ବନ୍ତ ଓ ଭଣ୍ଡାରିପୋଖରୀ ବ୍ଲକ ସମେତ ପଡ଼ୋଶୀ କେନ୍ଦୁଝର ଜିଲାର ହାଟଡିହୀ ବ୍ଲକର ଲୋକେ ନିର୍ଭର କରିଥାନ୍ତି। ସେହିପରି ଉକ୍ତ ରାସ୍ତା ବାରିକପୁର ସ୍ଥିତ ୧୬ ନମ୍ବର ଜାତୀୟ ରାଜପଥକୁ ସଂଯୋଗ କରୁଛି। ପ୍ରତିଦିନ ଏହି ରାସ୍ତା ଦେଇ ଛାତ୍ରୀଛାତ୍ର ସ୍କୁଲ ଓ କଲେଜକୁ ଯାଉଥିବା ବେଳେ ଗୁରୁତର ରୋଗୀ ଭଦ୍ରକ ଓ କଟକ ବଡ଼ ଡାକ୍ତରଖାନାକୁ ଯାଇଥାନ୍ତି। ସେହିପରି ସରକାରୀ କର୍ମଚାରୀ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ବ୍ୟକ୍ତିମାନେ ଏହି ରାସ୍ତା ଉପରେ ନିର୍ଭର କରନ୍ତି। ଏହି ଷ୍ଟେଶନ ଦେଇ ପ୍ରତି ୧୦ ମିନିଟ୍‌ ମଧ୍ୟରେ ଟ୍ରେନ୍‌ ଯାତାୟାତ କରୁଛି। ଫଳରେ ବହୁ ସମୟ ଧରି ରେଳ ଫାଟକ ପଡ଼ି ରହୁଥିବାରୁ ସାଧାରଣ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି ଜରୁରିକାଳୀନ ସ୍ଥିତିରେ ଆମ୍ବୁଲାନ୍ସ ଦୀର୍ଘ ସମୟ ଅଟକି ରହିଥାଏ। ବହୁ ସମୟରେ ଟ୍ରେନ ଆସିବା ବିଳମ୍ବ ଦେଖି ରେଳ ଫାଟକକୁ କିଛି ମୁହୂର୍ତ୍ତ ପାଇଁ ଉଠାଯାଉଥିବା ବେଳେ ଅଟକି ଥିବା ଯାନଗୁଡିକ ତରବରିଆ ଭାବେ ଫାଟକ ପାର ହେଉଥିବାର ଦେଖାଯାଉଛି। ଯେକୌଣସି ସମୟରେ ଜନଜୀବନ ପ୍ରତି ବିପଦ ଆଶଙ୍କା ରହିଛି। ଉକ୍ତ ସ୍ଥାନରେ ରେଲୱେ ଓଭରବ୍ରିଜ ନିର୍ମାଣ ଲାଗି ବାରମ୍ବାର ଦାବି ହୋଇଆସୁଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉ ନାହିଁ। ଭବିଷ୍ୟତରେ ଦୁର୍ଘଟଣାକୁ ଏଡ଼ାଇ ଦିଆଯାଇ ନ ପାରେ ବୋଲି ସ୍ଥାନୀୟ ବୁଦ୍ଧିଜୀବୀ ପ୍ରକାଶ କରିଛନ୍ତି।  କେନ୍ଦୁଆପଦାଠାରେ ରେଲୱେ ଓଭରବ୍ରିଜ କରା ନ ଗଲେ ଜନଆନ୍ଦୋଳନ କରାଯିବ ବୋଲି କେନ୍ଦୁଆପଦା ସରପଞ୍ଚ ମିତାଲି ଜେନା ଓ ସମିତିସଭ୍ୟ ବିଜୟ କୁମାର ଖଟୁଆ ପ୍ରତିକ୍ରିୟା ରଖିଛନ୍ତି। ସେହିପରି କେନ୍ଦୁଆପଦା ଷ୍ଟେଶନଠାରେ ଏକ୍ସପ୍ରେସ୍‌ ଟ୍ରେନ୍‌ ରହଣି ପାଇଁ ମଧ୍ୟ ସେମାନେ ଦାବି କରିଛନ୍ତି। ସରକାରଙ୍କ ପକ୍ଷରୁ ଏଥିପ୍ରତି ଦୃଷ୍ଟି ଦିଆଯାଇ ବିହିତ ପଦକ୍ଷେପ ନିଆଯିବାକୁ ସାଧାରଣରେ ଦାବି ହୋଇଛି। 

All Right Reserved By

ବାଲେଶ୍ୱର

ବାସୁଦେବପୁର ନିର୍ବାଚନମଣ୍ଡଳୀରେ ଭାଜପାର ପ୍ରଚାର: ଭୋଟ ନିବେଦନ

ବାସୁଦେବପୁର ନିର୍ବାଚନମଣ୍ଡଳୀରେ ଭାଜପାର ପ୍ରଚାର: ଭୋଟ ନିବେଦନ

ବାସୁଦେବପୁର,୨୦।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ନିର୍ବାଚନମଣ୍ଡଳୀରେ  ଶନିବାର ଭାଜପା ପକ୍ଷରୁ ଏକ ବାଇକ୍‌ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। 

ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦହେଲେ  ବଦ୍ରି ପାତ୍ର

ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦହେଲେ ବଦ୍ରି ପାତ୍ର

ଆନନ୍ଦପୁର,୨୦।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ନିର୍ବାଚନମଣ୍ଡଳୀରେ ରାଜନୈତିକ ଅସ୍ଥିରତା ସୃଷ୍ଟି କରୁଥିବା କିଛି ବିରୋଧୀଙ୍କ ଭିତ୍ତିହୀନ ମନ୍ତବ୍ୟ ଏବଂ ନିର୍ବାଚନୀ ହିଂସାକୁ ଉସୁକାଇବା ଘଟଣାକୁ ନେଇ ବିଧାୟକ ପ୍ରାର୍ଥୀ ବଦ୍ରି ନାରାୟଣ ପାତ୍ର ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଗୁହାରି କରିଛନ୍ତି।

ମିଥ୍ୟା ଅଭିଯୋଗକୁ ଆଧାର କରି ଥାନା ଘେରିଲେ ବିଜେଡି କର୍ମୀ

ମିଥ୍ୟା ଅଭିଯୋଗକୁ ଆଧାର କରି ଥାନା ଘେରିଲେ ବିଜେଡି କର୍ମୀ

ଆନନ୍ଦପୁର,୨୦।୪(ସ୍ବ.ପ୍ର.): ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି, ନିର୍ବାଚନୀ ହିଂସା କ୍ରମେ ବୃଦ୍ଧି ପାଇବାରେ ଲାଗିଛି। ଏହି ଆଧାରରେ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦମାନେ ଆକ୍ଷେପ ପ୍ରତିଆକ୍ଷେପ ମୂଳକ ଭାବେ ନିଜ ନିଜ ପ୍ରତିଦ୍ୱନ୍ଦ୍ୱୀ ଦଳ ବିରୋଧରେ ଅଭିଯୋଗ କରୁଛନ୍ତି।

ବ୍ୟବସାୟୀଙ୍କୁ ଭୁଜାଲିମାଡ଼ ଅଭିଯୋଗ: ରାଜନୈତିକ ଶତ୍ରୁତା ନେଇ ସନ୍ଦେହ

ବ୍ୟବସାୟୀଙ୍କୁ ଭୁଜାଲିମାଡ଼ ଅଭିଯୋଗ: ରାଜନୈତିକ ଶତ୍ରୁତା ନେଇ ସନ୍ଦେହ

ବାଲେଶ୍ୱର ଅଫିସ, ୨୦।୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ଉପର ଆଡ଼ିଆ ଗ୍ରାମରେ ଶୁକ୍ରବାର ରାତିରେ ଜଣେ ବ୍ୟବସାୟୀଙ୍କୁ ଭୁଜାଲିରେ ଆକ୍ରମଣ କରାଯାଇଥିଲା।

କେନ୍ଦୁଝର ସମାବେଶରେ ବର୍ଷିଲେ ଧର୍ମେନ୍ଦ୍ର: ଦୁଇ ପଟ୍ଟନାୟକ ଖଣି ଲୁଟୁଛନ୍ତି; ପର ତିଅଣରେ ଅତିଥି ସତ୍କାର କରୁଛନ୍ତି ନବୀନ

କେନ୍ଦୁଝର ସମାବେଶରେ ବର୍ଷିଲେ ଧର୍ମେନ୍ଦ୍ର: ଦୁଇ ପଟ୍ଟନାୟକ ଖଣି ଲୁଟୁଛନ୍ତି; ପର ତିଅଣରେ ଅତିଥି ସତ୍କାର କରୁଛନ୍ତି ନବୀନ

କେନ୍ଦୁଝର/ରାଇସୁଆଁ,୨୦।୪(ସ୍ବ.ପ୍ର./ଡି.ଏନ୍‌.ଏ.): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନକୁ ଆଉ ତିନି ଦିନ ବାକି। ଏହି ପରିପ୍ରେକ୍ଷୀରେ ଭାଜପା ପକ୍ଷରୁ ନିର୍ବାଚନ ପ୍ରଚାରକୁ ଜୋରଦାର କରାଯାଉଛି। ଶନିବାର କେନ୍ଦୁଝର ଜିଲାକୁ ତୋଫାନି ଗସ୍ତରେ ଆସି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆୟୋଜିତ ବିଜୟ ସଂକଳ୍ପ ସଭାରେ ଯୋଗ ଦେଇ ଉଦ୍‌ବୋଧନ ଦେଇଛନ୍ତି। 

ପାଟଣାରେ ଧର୍ମେନ୍ଦ୍ରଙ୍କ ଭୋଟଭିକ୍ଷା: ଭବାନୀ ଶଙ୍କର, ଅନନ୍ତ ନାଏକଙ୍କୁ  ଜିତାଇବା ଲାଗି ଆହ୍ବାନ

ପାଟଣାରେ ଧର୍ମେନ୍ଦ୍ରଙ୍କ ଭୋଟଭିକ୍ଷା: ଭବାନୀ ଶଙ୍କର, ଅନନ୍ତ ନାଏକଙ୍କୁ ଜିତାଇବା ଲାଗି ଆହ୍ବାନ

ପାଟଣା,୨୦।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ତୁରୁମୁଙ୍ଗାସ୍ଥିତ ନିନୁହାଁ ଫୁଟବଲ ପଡ଼ିଆରେ ଭାଜପାର ବିଜୟ ସଂକଳ୍ପ ସଭା ଶନିବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। 

ବିଜେଡି ରୋଡ଼୍‌ ଶୋ’ ସମୟରେ ଗୋଷ୍ଠୀକନ୍ଦଳ

ବାରିପଦା ଅଫିସ,୨୦।୪:  ରାଇରଙ୍ଗପୁର ନିର୍ବାଚନମଣ୍ଡଳୀ ଅଧୀନ ବହଳଦା କଲେଜ ନିକଟରେ ଶୁକ୍ରବାର ବିଜେଡି ରୋଡ଼୍‌ ଶୋ’ କରୁଥିବା ବେଳେ ଗଣ୍ଡଗୋଳ ଘଟିଥିଲା। 

ବିଧାୟକ ପ୍ରାର୍ଥୀ ବିଷ୍ଣୁବ୍ରତଙ୍କ ବାଇକ୍‌ ଶୋଭାଯାତ୍ରା

ବିଧାୟକ ପ୍ରାର୍ଥୀ ବିଷ୍ଣୁବ୍ରତଙ୍କ ବାଇକ୍‌ ଶୋଭାଯାତ୍ରା

ତିହିଡ଼ି,୨୦।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ନିର୍ବାଚନମଣ୍ତଳୀ ତିହିଡି ବ୍ଲକ ଅଧୀନ କୋହ୍ଲ ପଞ୍ଚାୟତରେ ଶନିବାର ପୂର୍ବାହ୍ମରେ ବାସୁଦେବପୁର ବିଜେଡି ବିଧାୟକ ପ୍ରାର୍ଥୀ ବିଷ୍ଣୁବ୍ରତ ରାଉତରାୟ ବାଇକ୍‌ ଶୋଭାଯାତ୍ରା କରିଛନ୍ତି। 

ଟ୍ରାଫିକ୍‌ ପରିଚାଳନା ଅଭାବ: ୧ ଘଣ୍ଟା ଅଟକି ରହିଲା ଯାନବାହନ

ଟ୍ରାଫିକ୍‌ ପରିଚାଳନା ଅଭାବ: ୧ ଘଣ୍ଟା ଅଟକି ରହିଲା ଯାନବାହନ

କେନ୍ଦୁଝର,୨୦।୪(ସ୍ବ.ପ୍ର.): କେନ୍ଦୁଝର ସହରରେ ଉପଯୁକ୍ତ ଟ୍ରାଫିକ୍‌ ପରିଚାଳନା ଅଭାବରୁ ଯାତାୟାତ ବ୍ୟାହତ ହୋଇପଡିଛି। ଫଳରେ ଶନିବାର ମଧୁପୁର ଓ ଶିରିପୁର ରାସ୍ତାରେ ଦୀର୍ଘ ଘଣ୍ଟା ଧରି ଯାନବାହନ ଅଟକି ରହିଛ।

ରାସ୍ତାରେ ଉନ୍ନତମାନର ମାଙ୍ଗାନିଜ

ରାସ୍ତାରେ ଉନ୍ନତମାନର ମାଙ୍ଗାନିଜ

ଯୋଡ଼ା, ୨୦।୪(ଡି.ଏନ.ଏ.): ଯୋଡ଼ା ମୁଖ୍ୟ ରାସ୍ତାରେ ଥିବା ସରକାରୀ ଡାକ୍ତରଖାନା ସମ୍ମୁଖରେ ଟ୍ରକ୍‌ରୁ ଉନ୍ନତମାନର ମାଙ୍ଗାନିଜ ପଡିବାରୁ ସାଧାରଣ ପଥଚାରୀ ହନ୍ତସନ୍ତ ହେଉଛନ୍ତି। 

ଭାଜପାର ବିଜୟ ସଂକଳ୍ପ ସଭା

ଭାଜପାର ବିଜୟ ସଂକଳ୍ପ ସଭା

ଢେଙ୍କିକୋଟ, ୨୦ା୪(ଡି.ଏନ.ଏ.): ଢେଙ୍କିକୋଟ ପଞ୍ଚାୟତ ଟିକିରା ଗ୍ରାମ ପଡ଼ିଆରେ ଶୁକ୍ରବାର ୪ଟା ବେଳେ ଭାଜପାର ଏକ ବିଜୟ ସଂକଳ୍ପ ସଭା ହୋଇଥିଲା। 

ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣା: ଜେଲ ଗଲେ ଅଭିଯୁକ୍ତ

ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣା: ଜେଲ ଗଲେ ଅଭିଯୁକ୍ତ

ଭଦ୍ରକ ଅଫିସ, ୨୦।୪ - ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ବାଣିତିଆ ପଞ୍ଚାୟତ ଅଧୀନ ଏକ ଗ୍ରାମର ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣାରେ ଗିରଫ ଅଭିଯୁକ୍ତ ଗଗନ ବେହେରା(୫୫)ଙ୍କୁ ଶୁକ୍ରବାର କୋର୍ଟ ଚାଲାଣ  କରାଯାଇଥିଲା।


Model This Week

କ୍ରିଷ୍ଣା
Why Dharitri