ସମ୍ବଲପୁର

ଜୈବିକ କୃଷି ସମୟର ଆହ୍ବାନ

ଜୈବିକ କୃଷି ସମୟର ଆହ୍ବାନ

ସୋନପୁର,୨୨।୨(ନି.ପ୍ର.)ଖାଦ୍ୟ ସଙ୍କଟକୁ ଦୂର କରିବା ତଥା ଚାଷୀର ଅର୍ଥନୈତିକ ସ୍ଥିତିର ଉନ୍ନତି ପାଇଁ ଆଧୁନିକ ପ୍ରଣାଳୀରେ ଚାଷ କରାଯାଉଛି। କମ୍‌ ଜମିରୁ ଅଧିକ ଅମଳ ପାଇଁ ପ୍ରତିଯୋଗିତା ଚାଲିଛି। ଚାଷୀ ପାରମ୍ପରିକ ଦେଶୀ ବିହନକୁ ଛାଡି ଅଧିକ ଅମଳ କ୍ଷମ ବିହନକୁ ଆପଣାଇ ନେଇଛି । ଜମିରେ ଅଧିକ ପରିମାଣର ରାସାୟନିକ ସାର ଓ କୀଟନାଶକ ପ୍ରୟୋଗ କରାଯାଉଛି। ଏହା ଜମିର ଗୁଣବତ୍ତାକୁ ନଷ୍ଟ କରୁଛି। ଜିଆ ସମେତ ଉପକାରୀ କୀଟପତଙ୍ଗ ମରି ଯାଉଛନ୍ତି। ଏହି ଖାଦ୍ୟଶସ୍ୟ ଖାଇବା ଦ୍ୱାରା ମଣିଷର ସ୍ବାସ୍ଥ୍ୟ ଉପରେ ଗଭୀର ପ୍ରଭାବ ପଡୁଛି। ତେଣୁ ସୁସ୍ଥ ଜୀବନ ଯାପନ ପାଇଁ ଜୈବିକ କୃଷି ସମୟର ଆହ୍ବାନ ବୋଲି ରୟାଲ ପଡିଆଠାରେ ସୁବର୍ଣ୍ଣପୁର ପୁସ୍ତକ ଓ ସାହିତ୍ୟ ମେଳା ଇଙ୍କ୍‌ଫେଷ୍ଟର ପଞ୍ଚମ ସନ୍ଧ୍ୟାରେ ବହୁ ବିଶିଷ୍ଟ ବ୍ୟକ୍ତି ଏହି ମତବ୍ୟକ୍ତ କରିଛନ୍ତି। ସୋମବାର କୃଷି, ଉତ୍ପାଦନ ଓ ସ୍ବାସ୍ଥ୍ୟ ସଙ୍କଟ ଶିର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ସୁବର୍ଣ୍ଣପୁର ଉପକୃଷି ନିର୍ଦ୍ଦେଶକ ସନ୍ତୋଷ କୁମାର ଜେନା ଅତିଥିଭାବେ ଯୋଗଦେଇ କହିଥିଲେ ଯେ, ଭାରତ ଏକ ଜନବହୁଳ ରାଷ୍ଟ୍ର। ଆଗକୁ ଏହି ଜନସଂଖ୍ୟା ଆହୁରି ବୃଦ୍ଧି ପାଇବ। ଖାଦ୍ୟ ସଙ୍କଟ ଦୂର କରିବା ପାଇଁ ଅଧିକ ଉତ୍ପାଦନ ଆବଶ୍ୟକ। ତେଣୁ ଆଧୁନିକ ପ୍ରଣାଳୀରେ ଯନ୍ତ୍ରପାତି ଦ୍ୱାରା ଚାଷ କାର୍ଯ୍ୟ କରିବାକୁ ଚାଷୀମାନଙ୍କୁ ପ୍ରବର୍ତ୍ତା ଯାଉଛି ବୋଲି କହିଥିଲେ। ବରଗଡର ଜୈବିକ ଚାଷୀ ସୁଦାମ ସାହୁ ଆଲୋଚକଭାବେ ଯୋଗଦେଇ ଜୈବିକ ଚାଷ କରିବାକୁ ଆହ୍ବାନ ଦେଇଥିଲେ। ସାହୁ କହିଥିଲେ ଯେ, ବିଦେଶୀ କମ୍ପାନୀ ପ୍ରେମରେ ପଡି ସରକାର ହାଇବ୍ରିଡ୍‌ ବିହନକୁ ପ୍ରୋତ୍ସାହିତ କରି ଚାଲିଛନ୍ତି। ଏହାଦ୍ୱାରା ପାରମ୍ପରିକ ଦେଶୀ ବିହନ ଲୋପ ପାଇବାକୁ ବସିଛି। ଦେଶୀ ବିହନରେ ରୋଗପୋକ ସହ୍ୟ କ୍ଷମତା ଥିଲା। ବିଭିନ୍ନ ପ୍ରକାର ଦେଶୀ ଧାନ ଓ ପନିପରିବାରେ ଔଷଧୀୟ ଗୁଣ ରହିଥିଲା। ମାତ୍ର ଏବେ ରାସାୟନିକ ସାର ଓ କୀଟନାଶକ ପ୍ରୟୋଗ ହେଉଥିବା ଫସଲକୁ ଖାଦ୍ୟ ଭାବେ ଗ୍ରହଣ କରିବା ଦ୍ୱାରା ଲୋକେ ନାନା ରୋଗରେ ପଡୁଛନ୍ତି । କ୍ୟାନସର ଭଳି ମାରାତ୍ମକ ରୋଗ ବ୍ୟାପୁଛି। ଦେଶୀ ଧାନ ଚାଷ କଲେ ମଧ୍ୟ ଚାଷୀ ଭଲ ଲାଭ ପାଇବ ଓ ଅମଳ ଭଲ ହେବ ବୋଲି ସାହୁ କହିଥିଲେ। ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନ କଟକର ପ୍ରମୁଖ ବୈଜ୍ଞାନିକ ଡ. ଶରତ କୁମାର ପ୍ରଧାନ ଅନ୍ୟତମ ଆଲୋଚକଭାବେ ଯୋଗଦେଇ କହିଥିଲେ ଯେ, ଆମକୁ ଲୋକଙ୍କ ଚାହିଦା ଓ ଚାଷୀଙ୍କ ଲାଭ ପ୍ରତି ଦୃଷ୍ଟି ଦେବାକୁ ପଡିବ। ପାରମ୍ପରିକ ପଦ୍ଧତିରେ ଚାଷ କଲେ ଦେଶରେ ଖାଦ୍ୟ ସଙ୍କଟ ସୃଷ୍ଟି ହେବ। ଚାଷୀଙ୍କ ଅର୍ଥନୀତିର ସୁଧାର ଆସି ପାରିବ ନାହିଁ। ତେଣୁ ସନ୍ତୁଳିତ କୃଷିନୀତି ଗ୍ରହଣ କରିବା ଉପରେ ଡ. ପ୍ରଧାନ ଗୁରୁତ୍ୱ ଦେଇଥିଲେ। ଆର୍ତ୍ତତ୍ରାଣ ବାବୁ ସଭାରେ ଅଧ୍ୟକ୍ଷତା କରିଥିଲା ବେଳେ ଶ୍ୟାମା ଓଁ ପ୍ରସାଦ ମିଶ୍ର ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ । ଏହି ଅବସରରେ କବୟତ୍ରୀ ଗୀତାଞ୍ଜଳି ପ୍ରଧାନଙ୍କ କବିତା ପୁସ୍ତକ ଗଲିଚେ ସେ କୁଛ ଫୁଲକୁ ଅତିଥି ବୃନ୍ଦ ଉନ୍ମୋଚନ କରିଥିଲେ। ଶିକ୍ଷକ ଅକ୍ଷୟ କୁମାର ସାହୁ ଧନ୍ୟବାଦ ପ୍ରଦାନ କରିଥିଲେ। 

All Right Reserved By

ସମ୍ବଲପୁର

କୋଠା ତିଆରି ହୋଇଛି, ହେଲେ ୬ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ କାର୍ଯ୍ୟକ୍ଷମ ହୋଇନାହିଁ

କୋଠା ତିଆରି ହୋଇଛି, ହେଲେ ୬ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ କାର୍ଯ୍ୟକ୍ଷମ ହୋଇନାହିଁ

କୁତ୍ରା, ୨୩।୪ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା କୁତ୍ରା ତହସିଲ ଅଧିନରେ ଥିବା ୬ଟି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ପାଇଁ ଦୀର୍ଘ ଦିନରୁ ନୂତନ କୋଠା ତିଆରି ହୋଇଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇନାହିଁ। 

ସୋନପୁର ବ୍ଲକ ପରିସରର ସାଧନକେନ୍ଦ୍ର, ପାଠାଗାରରେ ତାଲା: ନଷ୍ଟ ହେଉଛି ବହି, କମ୍ପ୍ୟୁଟର

ସୋନପୁର ବ୍ଲକ ପରିସରର ସାଧନକେନ୍ଦ୍ର, ପାଠାଗାରରେ ତାଲା: ନଷ୍ଟ ହେଉଛି ବହି, କମ୍ପ୍ୟୁଟର

ସୋନପୁର,୨୩।୫(ନି.ପ୍ର.): ସୋନପୁର ବ୍ଲକ ପରିସରରେ ଖୋଲା ଯାଇଥିବା ସାଧନ କେନ୍ଦ୍ର ଓ ଜିଲାର ପ୍ରଥମ ବ୍ଲକସ୍ତରୀୟ ପାଠାଗାରରେ ସବୁବେଳେ ତାଲା ଝୁଲୁଛି। ଗତ ୨୦୧୩ ମେ ୨୩ତାରିଖରେ ବଲାଙ୍ଗୀର ଏମପି କଲିକେଶ ନାରାୟଣ ସିଂଦେଓ ମୁଖ୍ୟଅତିଥିଭାବେ ଯୋଗଦେଇ ଏହି କେନ୍ଦ୍ରକୁ ଉଦ୍‌ଘାଟନ କରିଥିଲେ। 

ବାପ୍‌ ଆରପାରେ, ମା’ର ପତା ନାଇଁ  ଅଁଧାରକେ ଠେଲି ହେଉଛେ ୩ ଛୁଆକର ଭବିଷତ୍‌

ବାପ୍‌ ଆରପାରେ, ମା’ର ପତା ନାଇଁ ଅଁଧାରକେ ଠେଲି ହେଉଛେ ୩ ଛୁଆକର ଭବିଷତ୍‌

ରାଉରକେଲା ଅଫିସ,୨୩ା ୪: କାମଧଁଦା ଖୁଜବାର ଲାଗି ମା’ ଘର ଛାଡ଼ି କେନ୍‌ଆଡ଼େ ପଲେଇଗଲେ। ଆଏଜ୍‌ତକ୍‌ ତାକର ପତା ନାଇଁ ମିଲବାର। କିଏ କହୁଛେ ଦଲାଲମାନକର ଶିଖାପଢ଼ାରେ ଦିଲ୍ଲୀ ଯାଇଛନ୍‌ ତ ଆର କିଏ କହୁଛେ ମୁମ୍ବାଇ। ଇ ବାବ୍‌ଦେ ଗଲା ୩ ବଛର ହେଲା ପଡ଼ାବାସୀକର ପାସେ କିଛି ଖବର ନଁାଇଁନ। ଏନ୍‌ତାଥି ବାପ୍‌ ରୋଗ୍‌ରେ ପଡ଼ି ଗଲା ୧୫ ତାରିଖ ଆରପାରକେ ଚାଲିଗଲେ। ପଡ଼ାବାସୀ ଚଁାଦାଭେଦା କରି ତାକର ଶବ ସତ୍‌କାର କଲେ। ଇଆଡ଼େ ମା’ବାପ୍‌ ଛେଉଁଡ୍‌ ୩ ପିଲା ଅସାହା ହେଇଯାଇଛନ୍‌। କେନ୍‌ଠାନେ ରହିବେ, କିଏ ଖାଏବାକେ ଦେବା ଭାବି ବୁଧିବାଟ ବନା ହେଇଯାଉଛେ। ପଡ଼ାବାସୀ ବି ଉପେ ଶୂଇନ୍‌ ହେଇଯାଇଛନ୍‌। ବାପ୍‌ ଚାଲିଗଲା ଉତାରୁ ୫ ବଛର୍‌ର ଝି’କେ କେହି ଝନେ ଲାଗେଲେସର ସାଂଗେ ନେଇଯାଇଛନ୍‌। ହେଲେ ଦୁଇ ନାବାଲକ ପିଲାକୁ ପାଖ୍‌ପଡ଼ିଶା ଖାଏବାକେ ଦେଇ ଘରେ ରଖିଛନ୍‌। ପିଲା ଦୁଇଟାକର ଆଏଁଖ୍‌ଥୁ ଲହ ନୁହେ ଶୁଖେ। ଏନ୍‌ତାଥି ଦୁଇ ଭାଇକର ଭବିଷତ୍‌ ଅଁଧାରକେ ଠେଲି ହେଇଯାଉଛେ। 

ଜୀବଜନ୍ତୁ, ଉଦ୍ଭିଦଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଜୀବଜନ୍ତୁ, ଉଦ୍ଭିଦଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ସୋନପୁର,୨୨।୪(ନି.ପ୍ର.): ସୁବର୍ଣ୍ଣପୁରରେ ବିଶ୍ୱ ଧରିତ୍ରୀ ଦିବସ ସୋମବାର ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ବନଖଣ୍ଡ ଅନ୍ତର୍ଗତ ସୋନପୁର ବନାଞ୍ଚଳ ପକ୍ଷରୁ ଡିଏଫଓଙ୍କ ସମ୍ମିଳନୀ କକ୍ଷରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା। 

ନୂତନ ଆଶାକର୍ମୀ ଚୟନକୁ ଗ୍ରାମବାସୀଙ୍କ ବିରୋଧ

ନୂତନ ଆଶାକର୍ମୀ ଚୟନକୁ ଗ୍ରାମବାସୀଙ୍କ ବିରୋଧ

ଦେଓଗାଁ, ୨୨ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଗାଇବାହାଲ ପଞ୍ଚାୟତ ଗଡଦ୍ୱାରରେ ଚଞ୍ଚକତା କରି ଜନୈକା ଆଶାକର୍ମୀଙ୍କୁ ଚାକିରିରୁ ଅବ୍ୟାହତି ଦିଆଯାଇ ନୂତନ ଆଶା ନିଯୁକ୍ତି ପାଇଁ ଆରମ୍ଭ ହୋଇଥିବା ପ୍ରକ୍ରିୟାକୁ ବିରୋଧ ହୋଇଛି।

ଭଂଗା କୁରିଆରେ ବୁଢ଼ାବୁଢ଼ିକର ବିତୁଛେ ଜୀବନ: ପକାଘର ଖଁଡ଼େ ଆଶ୍‌ରେ ଭାଗୀରଥି ଆର ନୁର

ଭଂଗା କୁରିଆରେ ବୁଢ଼ାବୁଢ଼ିକର ବିତୁଛେ ଜୀବନ: ପକାଘର ଖଁଡ଼େ ଆଶ୍‌ରେ ଭାଗୀରଥି ଆର ନୁର

ଜାମଟିକ୍ରା, ୨୨।୪ (ଡି.ଏନ.ଏ):  କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖିକର ଲାଗି ଯୋଜନା ଉପରେ ଯୋଜନା ତିଆର କରୁଛନ୍‌। ଭିନେ ଭିନେ ଯୋଜନାରେ ସରକାର ଫିବଛର କୋଟି କୋଟି ଟଁକା ସାରୁଛନ୍‌। 

ମଉଲିକ୍‌ ସୁବିଧା ସୁଯୋଗରୁ ବଁଚିତ୍‌ ୨ ପଡ଼ାବାସୀ

ମଉଲିକ୍‌ ସୁବିଧା ସୁଯୋଗରୁ ବଁଚିତ୍‌ ୨ ପଡ଼ାବାସୀ

କେସିଙ୍ଗା,୨୨।୪(ଡି.ଏନ.ଏ.):  କେସିଙ୍ଗା ଏନ୍‌.ଏ.ସି. ୮ ନମ୍ବର ଓ୍ବାର୍ଡର ଯାଦବ ଆର ହରିଜନ ପଡ଼ାବାସୀ ମଉଲିକ ସୁବିଧାରୁ ବଁଚିତ ହେଉଥିବାର ଅଭିଯୋଗ ହେଇଛେ। ୮ ନମ୍ବର ଓ୍ବାର୍ଡର ନ୍ୟୁ ଲାଇଫ୍‌ ସ୍କୁଲ ପାସେ ଥିବାର ହରିଜନ ପଡ଼ାରେ ପାଖାପାଖି ୩୦ ପରିବାରର ୨୫୦ ଲୋକ୍‌ ରହୁଛନ୍‌। 

ସର୍ଗିଗୁଡ଼ାରେ ବଡ଼ଭାରି ପିଇଲା ପାଏନ୍‌ ସମସିଆ:  ପାଏନ୍‌ ନାଁରେ ଫ୍ଲୋରାଇଡ୍‌ ପିଉଛନ୍‌ ଗାଁବାସୀ

ସର୍ଗିଗୁଡ଼ାରେ ବଡ଼ଭାରି ପିଇଲା ପାଏନ୍‌ ସମସିଆ: ପାଏନ୍‌ ନାଁରେ ଫ୍ଲୋରାଇଡ୍‌ ପିଉଛନ୍‌ ଗାଁବାସୀ

ନୂଆପଡା ଅଫିସ,୨୨ା୪:  ନୂଆପଡ଼ା ରାଏଜର ସବୁଠାନୁ ଜହ ଫ୍ଲୋରାଇଡ୍‌ ପରଭାବିତ ଜିଲା। ଇଠାନର ପଚିଶ ପରତିଶତରୁ ଅଧ୍‌କା ଅଂଚଲରେ ଫ୍ଲୋରାଇଡ୍‌ ବାହାରୁଛେ। ନିରମଲ ପିଇଲା ପାଏନ୍‌ ଟିକେ ପାଏବାର ଲାଗି ଇଠାନେ ଲୁକ୍‌କୁ ନାନା ସମସିଆ ସଂଗେ ଯୁଝ୍‌ବାକେ ପଡ଼ୁଛେ।

ହକ୍‌ ପାଏଲେ ଦିବ୍ୟାଙ୍ଗ ଆଶୁତୋଷ

ହକ୍‌ ପାଏଲେ ଦିବ୍ୟାଙ୍ଗ ଆଶୁତୋଷ

ବିନିକା,୨୨ା୪(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଭଣ୍ଡାର ଗାଁର ହରିଶ୍ଚନ୍ଦ୍ର ହୋତାକଁର ଦିବ୍ୟାଙ୍ଗ ପୁଓ ଆଶୁତୋଷ ଶେଷେ ସରକାରୀ ଯୋଜନାରେ ବିଜୁ ପକ୍କାଘର ଖଁଡ଼େ ପଏବାରେ ସଫଲ ହେଇଛନ୍‌। 

କାଳବୈଶାଖୀ ସାଙ୍ଗକୁ ବର୍ଷା, କୁଆପଥର ମାଡ଼: କ୍ଷତିରେ ପରିବା ଓ ଫଳଚାଷୀ

କାଳବୈଶାଖୀ ସାଙ୍ଗକୁ ବର୍ଷା, କୁଆପଥର ମାଡ଼: କ୍ଷତିରେ ପରିବା ଓ ଫଳଚାଷୀ

କୁତ୍ରା/ବଡ଼ଗାଁ, ୨୧।୪ (ଡି.ଏନ.ଏ)- ସୁନ୍ଦରଗଡ ଜିଲା କୁତ୍ରା ଓ ବଡ଼ଗାଁ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ସାଙ୍ଗକୁ ବର୍ଷା ଓ କୁଆପଥର ମାଡ଼ ହୋଇଛି। ଫଳରେ ପରିବା ଓ ଫଳ ଚାଷୀ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଚାପରେ ରହୁଥିବା ଜଣାପଡିଛି। 

ସିଆମାଳ ନାଳି କଙ୍କ୍ରିଟକରଣ କରିବାକୁ ଦାବି

ସିଆମାଳ ନାଳି କଙ୍କ୍ରିଟକରଣ କରିବାକୁ ଦାବି

ବିନିକା, ୨୦ା୪(ଡି.ଏନ୍‌.ଏ.):ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାଙ୍କିଘିର୍ଡି ଏବଂ ବାବୁପାଲି ପଞ୍ଚାୟତର ୫ଶହ ଏକର ଜମିରେ ସିଆମାଳ ନାଳିର ପାଣି ମାଡିଥାଏ।  ୪ଶହରୁ ଊର୍ଦ୍ଧ୍ୱ ଚାଷୀ ଏହାଦ୍ୱାରା ଉପକୃତ ହୋଇଥାନ୍ତି। 

ସର୍ଗିଗୁଡା ଗାଁରେ ଉତ୍କଟ ହେଉଛି ପାଣି ସମସ୍ୟା : ଜଳ ନାଁ ରେ ପିଉଛନ୍ତି ଜହର

ସର୍ଗିଗୁଡା ଗାଁରେ ଉତ୍କଟ ହେଉଛି ପାଣି ସମସ୍ୟା : ଜଳ ନାଁ ରେ ପିଉଛନ୍ତି ଜହର

ନୂଆପଡା ଅଫିସ, ୨୧।୪- ନୂଆପଡା ରାଜ୍ୟର ସବୁଠାରୁ ବେଶୀ ଫ୍ଲୋରାଇଡ ପ୍ରଭାବିତ ଜିଲା। ଏଠିକାର ପଚିଶ ପ୍ରତିଶତରୁ ଊର୍ଦ୍ଧ୍ୱ ଅଞ୍ଚଳ ଫ୍ଲୋରାଇଡ ପ୍ରବଣ। ବିଶୁଦ୍ଧ ପାନୀୟ ଜଳ ମୁନ୍ଦିଏ ପାଇଁ ଏଠିକାର ଲୋକଙ୍କୁ  ସଂଘର୍ଷ କରିବାକୁ ପଡିଥାଏ। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri