
ଭୁବନେଶ୍ବର/ଦାରିଙ୍ଗବାଡ଼ି,୨୨।୧( ବ୍ୟୁରୋ /ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ବଙ୍ଗରଦୁଆ ଘାଟିରେ ମଙ୍ଗଳବାର ପୂର୍ବାହ୍ନ ୧୦ ଟାରେ ଲୋକ ନେଇ ଯାଉଥିବା ଏକ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣାରେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କରାଯାଇଛି। ଆହତଙ୍କୁ ମାଗଣାରେ ଚିକିତ୍ସା ସହାୟତା ଯୋଗାଇ ଦେବାପାଇଁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।