ଖେଳ |

ଚୟନକର୍ତ୍ତାଙ୍କୁ ମିଳିବ ୨୦ ଲକ୍ଷ

ଚୟନକର୍ତ୍ତାଙ୍କୁ ମିଳିବ ୨୦ ଲକ୍ଷ

ମୁମ୍ବାଇ,୨୨।୧(ପି.ଟି.)- ନିକଟରେ ଭାରତୀୟ ଦଳ ଅଷ୍ଟ୍ରେଲିଆରେ ପ୍ରଥମ ଥର ଟେଷ୍ଟ ଓ ଦିନିକିଆ ସିରିଜ୍‌ ଜିତି ରେକର୍ଡ କରିଛି। ଏଥିନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଙ୍ଗଳବାର ଚୟନ କମିଟି ସଦସ୍ୟଙ୍କୁ ପୁରସ୍କୃତ କରିବା ଲାଗି ନିଷ୍ପତ୍ତି ନେଇଛି। ଚୟନ କମିଟିର ୫ସଦସ୍ୟଙ୍କ ଲାଗି ୨୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଛି। ଏମ୍‌.ଏସ୍‌. କେ. ପ୍ରସାଦଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟ କରୁଥିବା ଚୟନ କମିଟିରେ ସଦସ୍ୟ ଭାବେ ଦେବାଙ୍ଗ ଜୋଶୀ, ଜତିନ ପରାଞ୍ଜପେ, ଗଗନ ଖୋଡା ଓ ସରନଦୀବ ସିଂ ରହିଛନ୍ତି। ପ୍ରଶାସକ କମିଟି (ସିଓଏ) ଅଧ୍ୟକ୍ଷ ବିନୋଦ ରାୟ ଅଷ୍ଟ୍ରେଲିଆ ଗସ୍ତ ଲାଗି ଠିକ ଖେଳାଳି ଚୟନ କରିଥିବାରୁ ଚୟନକର୍ତ୍ତାଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ଭାରତୀୟ ଦଳ ଯେଉଁଭଳି ଅଷ୍ଟ୍ରେଲିଆରେ ପ୍ରଦର୍ଶନ କରିଛି, ସେଥିନେଇ ଆମେ ଗର୍ବିତ। ଆମେ ପୂର୍ବରୁ ଖେଳାଳି ଓ ସପୋର୍ଟ ଷ୍ଟାଫଙ୍କ ଲାଗି ପୁରସ୍କାର ରାଶି ଘୋଷଣା କରିଥିଲୁ। ଏବେ ଚୟନ କର୍ତ୍ତାଙ୍କୁ ପୁରସ୍କୃତ କରୁଛୁ। ୫ ଜଣିଆ କମିଟି ବାଲାନ୍ସିଂ ଭାରତୀୟ ଦଳ ଚୟନ କରି ମ୍ୟାନେଜମେଣ୍ଟକୁ ଯଥେଷ୍ଟ ବିକଳ୍ପ ପ୍ରଦାନ କରିଥିଲା। ଦଳରେ ସ୍ଥାନ ପାଇଥିବା ପ୍ରତ୍ୟେକ ଖେଳାଳି ନିଜ ଦକ୍ଷତା ଅନୁଯାୟୀ ପ୍ରଦର୍ଶନ କରିଥିଲେ। ଉଲ୍ଲେଖଥାଉ କି, ଅଷ୍ଟ୍ରେଲିଆରେ ଐତିହାସିକ ବିଜୟ ଲାଭ କରିଥିବା ଭାରତୀୟ ଦଳର ପ୍ରତ୍ୟେକ ସଦସ୍ୟଙ୍କୁ ମ୍ୟାଚ୍‌ ପିଛା ୧୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯିବା ନେଇ ଘୋଷଣା କରାଯାଇଥିଲା। ଉଲ୍ଲେଖଥାଉ କି, ଅଷ୍ଟ୍ରେଲିଆରେ ଭାରତୀୟ ଦଳ ଟେଷ୍ଟ ଓ ଦିନିକିଆ ସିରିଜ୍‌କୁ ୨-୧ ବ୍ୟବଧାନରେ ଜିତି ନେଇଛି।  


All Right Reserved By

ଖେଳ |

ମୁମ୍ବାଇ ଦଳରେ ନୂଆ ପେସର

ମୁମ୍ବାଇ ଦଳରେ ନୂଆ ପେସର

ମୁମ୍ବାଇ,୨୩।୪(ପିଟି)- ଆଇପିଏଲ ଫ୍ରାଞ୍ଚାଇଜ ମୁମ୍ବାଇ ଇଣ୍ଡିଆନ୍ସ ବାମହାତୀ ପେସର ବେଉରାନ ହେଣ୍ଡ୍ରିକ୍ସଙ୍କ ସହ ଚୁକ୍ତି କରିଛି। 

ଶିବଙ୍କୁ କ୍ରମାଗତ ୪ର୍ଥ ଏସିଆନ୍‌ ପଦକ

ଶିବଙ୍କୁ କ୍ରମାଗତ ୪ର୍ଥ ଏସିଆନ୍‌ ପଦକ

ବ୍ୟାଙ୍କକ୍‌,୨୩।୪(ପିଟି)- ଶିବ ଥପା (୬୦ କିଗ୍ରା) କ୍ରମାଗତ ୪ର୍ଥ ଥର ପାଇଁ ଏସିଆନ୍‌ ବକ୍ସିଂ ପଦକ ନିଶ୍ଚିତ କରିଛନ୍ତି।

ସ୍ବଦେଶ ଫେରିଲେ ଓ୍ବିଲିୟମ୍‌ସନ

ସ୍ବଦେଶ ଫେରିଲେ ଓ୍ବିଲିୟମ୍‌ସନ

ଚେନ୍ନାଇ,୨୩।୪(ପିଟି)- ସନ୍‌ ରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ଅଧିନାୟକ କେନ ଓ୍ବିଲିୟମ୍‌ସନ ମଙ୍ଗଳବାର ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ମ୍ୟାଚ୍‌ ଖେଳିବେ ନାହିଁ।

ଭାରତକୁ ମିଳିଲାନି ରୌପ୍ୟ ପଦକ

ଭାରତକୁ ମିଳିଲାନି ରୌପ୍ୟ ପଦକ

ଦୋହା,୨୩।୪- ଏଠାରେ ଚାଲିଥିବା ଏସିଆନ୍‌ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ ଭାରତୀୟ ଦଳ  ଏକ ରୌପ୍ୟ ପଦକରୁ ବଞ୍ଚତ୍ତ ରହିଛି। 

ନିଜ ପିଲାଦିନର ବନ୍ଧୁଙ୍କୁ ଜୀବନସାଥୀ କରିଥିଲେ ଏହି କ୍ରିକେଟର

ନିଜ ପିଲାଦିନର ବନ୍ଧୁଙ୍କୁ ଜୀବନସାଥୀ କରିଥିଲେ ଏହି କ୍ରିକେଟର

ଭାରତୀୟ କ୍ରିକେଟ ଦଳର ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ୍‌ ଅଜିଙ୍କ୍ୟ ରାହାଣେଙ୍କୁ ନେଇ ଚର୍ଚ୍ଚା ଜୋରଧରିଛି। 

ଭୋଟ ଦେଲେ ପୂଜାରା

ଭୋଟ ଦେଲେ ପୂଜାରା

ରାଜକୋଟ,୨୩।୪- ଚଳିତ ବର୍ଷର ଲୋକ ସଭା ନିର୍ବାଚନର ୩ୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି।  ଏଥିରେ ଦେଶର କ୍ରୀଡ଼ାବିତମାନେ ମଧ୍ୟ ଅଂଶଗ୍ରହଣ କରିଛନ୍ତି।

୨୫ ବଲରୁ ଟି୨୦ ଶତକ

୨୫ ବଲରୁ ଟି୨୦ ଶତକ

ଲଣ୍ଡନ,୨୩।୪- ଟି୨୦ କ୍ରିକେଟରେ ଦିନକୁ ଦିନ ନୂଆ ରେକର୍ଡ ସୃଷ୍ଟି ହେଉଛି। ସ୍କଟଲାଣ୍ଡ ବ୍ୟାଟ୍ସମ୍ୟାନ ଜର୍ଜ ମୁନ୍‌ସେ ଟି୨୦ କ୍ରିକେଟରେ ୨୫ ବଲରୁ ଶତକ ଲଗାଇଛନ୍ତି।

ଶୂନ୍ୟରେ ଆଉଟ୍‌ ହେବାରେ ଟର୍ନରଙ୍କ ରେକର୍ଡ

ଶୂନ୍ୟରେ ଆଉଟ୍‌ ହେବାରେ ଟର୍ନରଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୪- ଆଶ୍‌ଟନ ଟର୍ନର ଏଭଳି ଏକ ରେକର୍ଡ ଅଧିକାରୀ ହୋଇଛନ୍ତି, ଯାହାକୁ ବିଶ୍ୱର କୌଣସି ବ୍ୟାଟ୍ସମ୍ୟାନ ନିଜ ନାମରେ କରିବାକୁ ଚାହିଁବେ ନାହିଁ। 

ଫଗ୍‌ନିନିଙ୍କୁ କ୍ୟାରିୟରର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ

ଫଗ୍‌ନିନିଙ୍କୁ କ୍ୟାରିୟରର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ

ପ୍ୟାରିସ, ୨୩ା୪ (ଏଏଫ୍‌ପି)-ସୋମବାର ଏଟିପି ର଼୍ୟାଙ୍କିଙ୍ଗ ତାଲିକା ପ୍ରକାଶ ପାଇଛି। ଏଥିରେ ଇଟାଲୀର ୩୧ ବର୍ଷୀୟା ଫାବିଓ ଫଗ୍‌ନିନି ତାଙ୍କ କ୍ୟାରିୟର ଶ୍ରେଷ୍ଠ ୧୨ଶ ସ୍ଥାନ ଅଧିକାର କରିଛନ୍ତି। ରବିବାର ଫାଇନାଲରେ ସେ ସର୍ବୀୟାର ଦୁସାନ ଲାଜୋଭିଚ୍‌ଙ୍କୁ ସିଧାସଳଖ ସେଟ୍‌ରେ ପରାସ୍ତ କରି ତାଙ୍କର ପ୍ରଥମ ମାଷ୍ଟର୍ସ ଟ୍ରଫି ହାସଲ କରିଥିବାରୁ ତାଙ୍କୁ ଏହି ସଫଳତା ମିଳିଛି।  ଫଗନିନି ୬ ସ୍ଥାନ ଉପରକୁ ଉଠି ଟପ୍‌ ୧୦ ନିକଟତର ହୋଇଥିବା ବେଳେ ଲାଜୋଭିଚ୍‌ ୨୪ସ୍ଥାନ ପଦୋନ୍ନତି ପାଇ ୨୪ତମ ସ୍ଥାନରେ ପହଞ୍ଚତ୍ଛନ୍ତି। ସର୍ବୀୟାର ନୋଭାକ ଜୋକୋଭିଚ୍‌ (୧୧,୧୬୦ ପଏଣ୍ଟ) ପୂର୍ବଭଳି ନମ୍ବର ଓ୍ବାନ ସ୍ଥାନ ବଜାୟ ରଖିବା ସହ  ଦ୍ୱିତୀୟ ସ୍ଥାନରେ ଥିବା ସ୍ପେନର ରାଫାଲ ନାଡାଲ (୮,୦୮୫) ଙ୍କଠାରୁ ପଏଣ୍ଟ ବ୍ୟବଧାନ ବୃଦ୍ଧି କରିପାରିଛନ୍ତି।  ଗତ ସପ୍ତାହରେ ପ୍ରିନ୍ସିପାଲିଟିଠାରେ ଏକ କ୍ୱାର୍ଟରଫାଇନାଲ ମ୍ୟାଚରେ ଡାନିଲ ମେଦଭେଦେଭଙ୍କଠାରୁ ପରାଜିତ  ହୋଇଥିଲେ ମଧ୍ୟ ତାଙ୍କ ପୁରୁଣା ପ୍ରତିଦ୍ୱନ୍ଦ୍ୱୀ ନାଡାଲଙ୍କଠାରୁ ୩୦୦୦ ପଏଣ୍ଟ ଆଗରେ ରହିଛନ୍ତି।

ଉଗାଣ୍ଡା ପାରା ବ୍ୟାଡ୍‌ମିଣ୍ଟନରେ ଭାଗନେବେ ପ୍ରମୋଦ

ଉଗାଣ୍ଡା ପାରା ବ୍ୟାଡ୍‌ମିଣ୍ଟନରେ ଭାଗନେବେ ପ୍ରମୋଦ

ଭୁବନେଶ୍ୱର, ୨୩।୪(କ୍ରୀଡ଼ା ପ୍ରତିନିଧି)- ଉଗାଣ୍ଡା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ କାମ୍ପାଲାସ୍ଥିତ ଲୁଗୋଗୋ ଇନ୍‌ଡୋର ଷ୍ଟାଡିୟମରେ ଚଳିତମାସ ୨୩ରୁ ୨୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ବିଶ୍ୱର ୧୮୦ ପ୍ରତିଯୋଗୀ ଭାଗ ନେଉଛନ୍ତି। ଏହି ସମ୍ମାନଜନକ ପ୍ରତିଯୋଗିତାରେ ଭାରତରୁ ୨୦ ପ୍ରତିଯୋଗୀ ଅଂଶଗ୍ରହଣ କରିବେ। ସେମାନଙ୍କ ମଧ୍ୟରେ ସାମିଲ ଅଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ନିକଟ ଅତୀତରେ ଆକର୍ଷଣୀୟ ପ୍ରଦର୍ଶନ କରି ଆସିଥିବା ପ୍ରମୋଦ ଉଗାଣ୍ଡା ପ୍ରତିଯୋଗୀତାରେ ମଧ୍ୟ ଭଲ ଖେଳିବେ ବୋଲି ଆଶାବାଦୀ ଅଛନ୍ତି।

କଳିଙ୍ଗ ଫୁଟବଲ ଏକାଡେମୀ ବିଜୟୀ

କଳିଙ୍ଗ ଫୁଟବଲ ଏକାଡେମୀ ବିଜୟୀ

ଭୁବନେଶ୍ୱର, ୨୩।୪(କ୍ରୀଡ଼ା ପ୍ରତିନିଧି)- ଯାଜପୁର କଳିଙ୍ଗ ନଗରସ୍ଥିତ କଳିଙ୍ଗ ଫୁଟବଲ ଏକାଡେମୀ (କେଏଫଏ) ପ୍ରଥମଥରପାଇଁ ୧୫ ବର୍ଷରୁ କମ୍‌ ହିରୋ ଆଇ-ଲିଗ୍‌ ଫୁଟବଲ ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଛି। ଜାମସେଦପୁରଠାରେ ସୋମବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ ଦଳ ଜାମସେଦପୁର ଫୁଟବଲ ଏକାଡେମୀ (ଜେଏଫସି)କୁ ୨-୧ ଗୋଲରେ ପରାସ୍ତ କରିଛି। ବିଜୟୀ ଦଳ ପକ୍ଷରୁ ଅବଦୁର ରହମନ ଓ ତୁଶାର ବାହାଦୂର ରଣା ଗୋଲ ଦେଇଥିଲେ। ଏହି ଦଳ ସୁପ୍ରସନ୍ନ ନାୟକ, ସୁଶାନ୍ତ ମହାନ୍ତି ଓ ଗୀତାଞ୍ଜଳି ଖୁଣ୍ଟିଆଙ୍କଦ୍ୱାରା ପ୍ରଶିକ୍ଷଣପ୍ରାପ୍ତ। ଟିମ୍‌ ମ୍ୟାନେଜରଭାବେ ସେଶୁକାନ୍ତ ଛେତ୍ରୀ ଦଳସହ ଯାତ୍ରା କରିଛନ୍ତି। କେଏଫଏ ଏହାର ପରବର୍ତ୍ତୀ ମ୍ୟାଚ ୨୪ରେ ଧାନବାଦ ଫୁଟବଲ ଏକାଡେମୀ (ଡିଏଫଏ) ବିପକ୍ଷରେ ଖେଳିବ। ଏଥିରେ ଭାଗ ନେଇଥିବା ଫାଓ ଏକାଡେମୀ କିନ୍ତୁ ନିଜର ପ୍ରଥମ ମ୍ୟାଚ ହାରି ଯାଇଛି। ଏହି ଦଳ ଧାନବାଦ ଫୁଟବଲ ଏକାଡେମୀଠାରୁ ୦-୩ ଗୋଲରେ ପରାସ୍ତ ହୋଇଛି। ୨୪ ତାରିଖରେ ଫାଓ ଏହାର ପରବର୍ତ୍ତୀ ମ୍ୟାଚରେ ଜାମସେଦପୁର ଏଫସିକୁ ଭେଟିବ।

ପୂର୍ଣ୍ଣିମାଙ୍କ ଅଭିଯାନ ଆରମ୍ଭ

ପୂର୍ଣ୍ଣିମାଙ୍କ ଅଭିଯାନ ଆରମ୍ଭ

ଭୁବନେଶ୍ୱର, ୨୩।୪(କ୍ରୀଡ଼ା ପ୍ରତିନିଧି)- କାତାରର ଦୋହାଠାରେ ଚାଲିଥିବା ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ଓଡ଼ିଶାର ପୂର୍ଣ୍ଣିମା ହେମ୍ବ୍ରମଙ୍କ ହେପ୍‌ଟାଥଲନ ଇଭେଣ୍ଟ ଆରମ୍ଭ ହୋଇଛି। ସୋମବାର ଦ୍ୱିତୀୟ ଦିବସରେ ପ୍ରଥମେ ଅନୁଷ୍ଠିତ ୧୦୦ ମିଟର ହର୍ଡଲ୍ସରେ ପୂର୍ଣ୍ଣିମା ୧୩.୭୯ ସେକେଣ୍ଡ ସମୟ ନେଇ ନିଜ ୧ ନମ୍ବର ହିଟ୍‌ରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri