ବାଣିଜ୍ୟ |

ହୋଣ୍ଡା ଟୁହ୍ବିଲର୍ସ ପକ୍ଷରୁ ସଡ଼କ ସୁରକ୍ଷା ସଚେତନତା

ହୋଣ୍ଡା ଟୁହ୍ବିଲର୍ସ ପକ୍ଷରୁ ସଡ଼କ ସୁରକ୍ଷା ସଚେତନତା

ଭୁବନେଶ୍ୱର,୨୩-୧: ସୁରକ୍ଷିତ ଗାଡି ଚାଳନା ସଂସ୍କୃତି ସୃଷ୍ଟି କରିବା ଲକ୍ଷ୍ୟରେ ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ଲିମିଟେଡ ପକ୍ଷରୁ ଭୁବନେଶ୍ୱରଠାରେ ଛାତ୍ରୀଛାତ୍ରଙ୍କ ପାଇଁ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଭୁବନେଶ୍ୱରର ଶ୍ରୀଅରବିନ୍ଦ ସ୍କୁଲ ଏବଂ ଜୟଦେବ ଶିକ୍ଷା କେନ୍ଦ୍ରଠାରେ ଏଭଳି କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ସଡ଼କ ସୁରକ୍ଷାକୁ ପ୍ରାଥମିକତା ଭାବେ ଗ୍ରହଣ କରି ଚଳିତ ବର୍ଷ ଜାନୁୟାରୀ ପହିଲାରୁ ଜାତୀୟ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିବା କମ୍ପାନି ସୂଚନା ଦେଇଛି। ଭୁବନେଶ୍ୱରରେ ୨୮୦୦ ଛାତ୍ରୀଛାତ୍ର ସଡ଼କ ସୁରକ୍ଷା ନେଇ ପ୍ରତିଶୃତି ଗ୍ରହଣ କରିଛନ୍ତି। ଏହି ଅଭିଯାନ ଦ୍ୱାରା କମ୍ପାନୀ ପ୍ରତି ମାସରେ ୧୦ ସ୍କୁଲ ଏବଂ ୧୫ ହଜାର ଛାତ୍ରୀଛାତ୍ରଙ୍କ ନିକଟରେ ପହଞ୍ଚିବାକୁ ଯୋଜନା ରଖିଥିବା କହିଛି। ହୋଣ୍ଡା ପାଇଁ ସୁରକ୍ଷା ହେଉଛି ସବୁଠାରୁ ବଡ ପ୍ରାଥମିକତା ବୋଲି କମ୍ପାନୀର ବ୍ରାଣ୍ଡ ଏବଂ କମ୍ୟୁନିକେଶନ ଉପସଭାପତି ପ୍ରଭୁ ନାଗରାଜ କହିଛନ୍ତି। 


All Right Reserved By

ବାଣିଜ୍ୟ |

ଆସୁଛି ନୂଆ ୨୦୦,୫୦୦ଟଙ୍କିଆ ନୋଟ୍‌

ଆସୁଛି ନୂଆ ୨୦୦,୫୦୦ଟଙ୍କିଆ ନୋଟ୍‌

ମୁମ୍ବାଇ,୨୫-୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଖୁବଶୀଘ୍ର ମହାତ୍ମା  ଗାନ୍ଧୀ ସିରିଜରେ ନୂଆ ୨୦୦ ଓ ୫୦୦ ଟଙ୍କିଆ ନୋଟ୍‌ ଜାରି କରିବାକୁ ଯାଉଛି। ପୂର୍ବରୁ ପ୍ରଚଳିତ ନୋଟ୍‌ ସହ ନୂଆ ନୋଟ୍‌ର ବହୁ ସାମଞ୍ଜସ୍ୟ ରହିଛି। ତେବେ ନୂଆରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। 

ଟିକ୍‌ଟକ୍‌ ଉପରୁ ବ୍ୟାନ ହଟିଲା

ଟିକ୍‌ଟକ୍‌ ଉପରୁ ବ୍ୟାନ ହଟିଲା

ଚେନ୍ନାଇ,୨୫-୪: ଲୋକପ୍ରିୟ ଭିଡ଼ିଓ ଆପ୍‌ ଟିକ୍‌ଟକ୍‌ ଉପରୁ ବ୍ୟାନ ହଟିଯାଇଛି। ବୁଧବାର ଜଷ୍ଟିସ ଏନ.କିରୁବାକରନ ଏବଂ ଜଷ୍ଟିସ ଏସ୍‌.ଏସ୍‌. ସୁନ୍ଦରଙ୍କୁ ନେଇ ଗଠିତ ମାଡ୍ରାସ ହାଇକୋର୍ଟଙ୍କ ମଦୁରାଇ ଖଣ୍ଡପୀଠ ଏହି ବ୍ୟାନକୁ ହଟାଇ ଦେଇଛନ୍ତି। 

୨୩୪୮କୋଟି ଜାଲିଆତି ମାମଲା: ଭୂଷଣ ଷ୍ଟିଲ ଅଧ୍ୟକ୍ଷଙ୍କ ବିରୋଧରେ ଲୁକ୍‌ଆଉଟ ସର୍କୁଲାର ଜାରି

୨୩୪୮କୋଟି ଜାଲିଆତି ମାମଲା: ଭୂଷଣ ଷ୍ଟିଲ ଅଧ୍ୟକ୍ଷଙ୍କ ବିରୋଧରେ ଲୁକ୍‌ଆଉଟ ସର୍କୁଲାର ଜାରି

ନୂଆଦିଲ୍ଲୀ,୨୫-୪: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ୨୩୪୮ କୋଟି ଟଙ୍କାର ବ୍ୟାଙ୍କ ଜାଲିଆତି ମାମଲାରେ ଭୂଷଣ ପାଓ୍ବାର ଆଣ୍ଡ ଷ୍ଟିଲ୍‌ ଲିମିଟେଡର ଅଧ୍ୟକ୍ଷ ସଞ୍ଜୟ ସିଂଘଲ ଏବଂ ତାଙ୍କ ସ୍ତ୍ରୀ ଆରତୀ ସିଂଘଲଙ୍କ ବିରୋଧରେ ଲୁକ୍‌ଆଉଟ ସର୍କୁଲାର ଜାରି କରିଛି।

ଭାରତୀୟ ଷ୍ଟେଟ ବ୍ୟାଙ୍କର ‘ସବୁଜ କାର ଋଣ’ ଯୋଜନା

ଭାରତୀୟ ଷ୍ଟେଟ ବ୍ୟାଙ୍କର ‘ସବୁଜ କାର ଋଣ’ ଯୋଜନା

ମୁମ୍ବାଇ, ୨୪।୪: ନିର୍ମଳ ତଥା ସବୁଜ ପରିବେଶ ପାଇଁ ପ୍ରତିଶ୍ରୁତିବଦ୍ଧ ଦେଶର ସର୍ବବୃହତ ବ୍ୟାଙ୍କ ଭାରତୀୟ ଷ୍ଟେଟ ବ୍ୟାଙ୍କ ବିଶ୍ୱ ଧରିତ୍ରୀ ଦିବସ ଅବସରରେ ଗ୍ରାହକଙ୍କ ପାଇଁ ଦେଶର ପ୍ରଥମ ସବୁଜ କାର (ବିଦ୍ୟୁତ ଚାଳିତ) ଋଣର ଶୁଭାରମ୍ଭ କରିଛି ା

‘ବଜାଜ ଆଲିଆଞ୍ଜ୍‌ ଟୋଟାଲ ହେଲଥ୍‌ ସିକ୍ୟୁର ଗୋଲ’ର ଶୁଭାରମ୍ଭ

‘ବଜାଜ ଆଲିଆଞ୍ଜ୍‌ ଟୋଟାଲ ହେଲଥ୍‌ ସିକ୍ୟୁର ଗୋଲ’ର ଶୁଭାରମ୍ଭ

ପୁଣେ,୨୪।୪: ଦେଶର ଅଗ୍ରଣୀ ଘରୋଇ ସାଧାରଣ ବୀମା କମ୍ପାନୀ ବଜାଜ ଆଲିଆଞ୍ଜ ସାଧାରଣ ବୀମା ଓ ଅଗ୍ରଣୀ ଘରୋଇ ଜୀବନ ବୀମା କମ୍ପାନୀ ବଜାଜ ଆଲିଆଞ୍ଜ  ଜୀବନ ବୀମା ମିଳିତ ଭାବେ ପ୍ରଥମ ଯୁଗ୍ମ ଉତ୍ପାଦ ‘ବଜାଜ ଆଲିଆଞ୍ଜ ଟୋଟାଲ ହେଲଥ୍‌ ସିକ୍ୟୁର ଗୋଲ’ର ଶୁଭାରମ୍ଭ କରିଛି ା 

ଭିଡିଓକନ ମାମଲା;ସ୍ବାମୀଙ୍କ ସହ ଚନ୍ଦା କୋଚ୍ଚରଙ୍କୁ ଇଡି ସମନ

ଭିଡିଓକନ ମାମଲା;ସ୍ବାମୀଙ୍କ ସହ ଚନ୍ଦା କୋଚ୍ଚରଙ୍କୁ ଇଡି ସମନ

ନୂଆଦିଲ୍ଲୀ,୨୪-୪: ଭିଡିଓକନ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଚନ୍ଦା କୋଚ୍ଚର ଏବଂ ତାଙ୍କ ସ୍ବାମୀ ଦୀପକ କୋଚ୍ଚରଙ୍କୁ ସମନ ଜାରି କରିଛନ୍ତି। 

ଜେଟ୍‌ ଏୟାରଓ୍ବେଜ ପୁନରୁଦ୍ଧାର ଆଶା କ୍ଷୀଣ

ଜେଟ୍‌ ଏୟାରଓ୍ବେଜ ପୁନରୁଦ୍ଧାର ଆଶା କ୍ଷୀଣ

ନୂଆଦିଲ୍ଲୀ,୨୪-୪: ଜେଟ୍‌ ଏୟାରଓ୍ବେଜର ପୁନରୁଦ୍ଧାର ଆଶା କ୍ଷୀଣ ହେବାରେ ଲାଗିଛି। ଏହାର ବିମାନ ପୁଣିଥରେ ଉଡ଼ିବାର ସମ୍ଭାବନା ନ ଥିଲା ଭଳି ମନେ ହେଉଛି। 

ଆସିଲା ହୋଣ୍ଡାର ନୂଆ ଆମେଜ୍‌ ଭିଏକ୍ସ ସିଭିଟି 

ଆସିଲା ହୋଣ୍ଡାର ନୂଆ ଆମେଜ୍‌ ଭିଏକ୍ସ ସିଭିଟି 

ନୂଆଦିଲ୍ଲୀ,୨୪-୪:ପ୍ରମୁଖ ଅଟୋମୋବାଇଲ ମାନୁଫାକ୍‌ଚରର ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ(ଏଚ୍‌ସିଆଇଏଲ୍‌) ପକ୍ଷରୁ ନୂଆ ଆମେଜ୍‌ ଭିକ୍ସ ସିଭିଟି ବଜାରକୁ ଆସିଛି। 

ପ୍ରତି ମାସରେ ୨୬% ହାରରେ କମୁଛି ନିଯୁକ୍ତି

ପ୍ରତି ମାସରେ ୨୬% ହାରରେ କମୁଛି ନିଯୁକ୍ତି

ନୂଆଦିଲ୍ଲୀ,୨୪-୪: ବିଗତ କିଛି ମାସ ହେବା ଦେଶରେ ଧିମା ହୋଇଛି ନିଯୁକ୍ତି। କର୍ମଚାରୀ ଭବିଷ୍ୟନିଧି ସଂଗଠନ(ଇପିଏଫଓ)ର ସଦ୍ୟତମ ପରିସଂଖ୍ୟାନକୁ ଅନୁଧ୍ୟାନ କଲେ ଏହା ଜଣାପଡୁଛି। 

ରେନୋ ପକ୍ଷରୁ ଦେଶବ୍ୟାପୀ ସମର ସର୍ଭିସ କ୍ୟାମ୍ପ ଘୋଷଣା

ରେନୋ ପକ୍ଷରୁ ଦେଶବ୍ୟାପୀ ସମର ସର୍ଭିସ କ୍ୟାମ୍ପ ଘୋଷଣା

ଭୁବନେଶ୍ୱର,୨୪-୪: ୟୁରୋପୀୟ ଅଟୋମୋଟିଭ୍‌ ବ୍ରାଣ୍ଡ ରେନୋ ଇଣ୍ଡିଆ ପକ୍ଷରୁ ଦେଶବ୍ୟାପୀ ସମର ସର୍ଭିସ କ୍ୟାମ୍ପର ଶୁଭାରମ୍ଭ ଘୋଷଣା କରାଯାଇଛି। ମାସ ୨୨ ଏପ୍ରିଲଠାରୁ ୨୮ ଏପ୍ରିଲ ଯାଏ କମ୍ପାନୀର ସର୍ଭିସ ଫାସିଲିଟିଗୁଡିକରେ ଅନୁଷ୍ଠିତ ହେବ। 

ଜେଏମ୍‌ଜି ହିରୋରେ ଗ୍ରାହକ ସମ୍ମିଳନୀ

ଜେଏମ୍‌ଜି ହିରୋରେ ଗ୍ରାହକ ସମ୍ମିଳନୀ

କଟକ,୨୪-୪:ପ୍ରମୁଖ ଦୁଇଚକିଆ ଯାନ ନିର୍ମାତା ହିରୋ ମୋଟୋକର୍ପ ଲିମିଟେଡର ଅଧିକୃତ ବିକ୍ରେତା ଜେଏମ୍‌ଜି ହିରୋ ପକ୍ଷରୁ ଗୁଡ୍‌ ଲାଇଫ ଗ୍ରାହକମାନଙ୍କୁ ନେଇ ଏକ  ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି। 

ଆଧାର ଏକ ପରିଚୟ ପତ୍ର: ନିଲେକାନି

ଆଧାର ଏକ ପରିଚୟ ପତ୍ର: ନିଲେକାନି

ବେଙ୍ଗାଲୁରୁ,୨୪-୪: ଆଧାର କୌଣସି ବ୍ୟକ୍ତିର ଗୋପନୀୟତା ବା ତାଙ୍କ ଉପରେ ନଜର ରଖିବାର ମାଧ୍ୟମ ନୁହେଁ, ବରଂ ଏହା ଏକ ପରିଚୟ ମାତ୍ର ବୋଲି ଆଇଟି କମ୍ପାନୀ ଇନ୍‌ଫୋସିସ୍‌ର ସହପ୍ରତିଷ୍ଠାତା ତଥା ଭାରତୀୟ ବିଶିଷ୍ଟ ପରିଚୟ ପ୍ରାଧିକରଣ(ୟୁଆଇଡିଏଆଇ)ର ପୂର୍ବତନ ଅଧ୍ୟକ୍ଷ ନନ୍ଦନ ନିଲେକାନି କହିଛନ୍ତି। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri