ବାଣିଜ୍ୟ |

ଆୟକର ରିଟର୍ନ ;୨୧ ଦିନ ମିଲିଲା ଦାଖଲ ସମୟ

ଆୟକର ରିଟର୍ନ ;୨୧ ଦିନ ମିଲିଲା ଦାଖଲ ସମୟ

ନୂଆଦିଲ୍ଲୀ,୨୩-୧: ଉଚ୍ଚ ମୂଲ୍ୟର ନେଣଦେଣ କରିଛନ୍ତି, ଅଥଚ ୨୦୧୮-୧୯ ଲାଗି ଆୟକର ରିଟର୍ନ ଦାଖଲ କରି ନଥିଲେ କେନ୍ଦ୍ରୀୟ ପ୍ରତ୍ୟକ୍ଷ କର ବୋର୍ଡ(ସିବିଡିଟି) ଏହା ଦାଖଲ ଲାଗି ଆହୁରି ୨୧ ଦିନ ସମୟ ଦେଇଛି। ଆୟକର ବିଭାଗ ପକ୍ଷରୁ ରିଟର୍ନ ଦାଖଲ ଲାଗି ଇ-ମେଲ୍‌ ଅଥବା ଏସ୍‌ଏମ୍‌ଏସ୍‌ ପଠାଯିବାର ଦିନଠାରୁ ୨୧ ଦିନ ଗଣାଯିବ। ରିଟର୍ନ ଅଥବା ଜବାବ ଦାଖଲ କରି ନ ଥିବା ଟିକସଦାତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ସିବିଡିଟି ନିର୍ଦ୍ଦେଶ ଦେଇଛି। ଏ ସଂକ୍ରାନ୍ତରେ ମଙ୍ଗଳବାର ସୂଚନା ଦିଆଯାଇଛି। ସିବିଡିଟିର ବିଶ୍ଲେଷଣରୁ ଜଣାପଡିଛି ଯେ, ଏଭଳି ବହୁ ଟିକସଦାତା ରହିଛନ୍ତି, ଯିଏକି ୨୦୧୭-୧୮ରେ ଉଚ୍ଚ ମୂଲ୍ୟର ନେଣଦେଣ କରିଛନ୍ତି, ଅଥଚ ୨୦୧୮-୧୯ ଆକଳନ ବର୍ଷ ଲାଗି ରିଟର୍ନ ଦାଖଲ କରିନାହାନ୍ତି। ସେମାନେ ଏଥିପାଇଁ ଜବାବ ଦେବାକୁ ବାଧ୍ୟ। ସେମାନଙ୍କ ଜବାବ ସନ୍ତୋଷଜନକ ହେଲେ ଏହି ମାମଲାକୁ ଅନ୍‌ଲାଇନରେ ହଁି ବନ୍ଦ କରିଦିଆଯିବ। ତେବେ ରିଟର୍ନ ଦାଖଲ କରି ନ ଥିଲେ ଅଥବା ସନ୍ତୋଷଜନକ ଜବାବ ଦେଇନାହାନ୍ତି, ସେମାନଙ୍କ ବିରୋଧରେ ଆୟକର ଆଇନର ବିଭିନ୍ନ ଧାରାରେ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। 

All Right Reserved By

ବାଣିଜ୍ୟ |

ଭିଡିଓକନ ମାମଲା;ସ୍ବାମୀଙ୍କ ସହ ଚନ୍ଦା କୋଚ୍ଚରଙ୍କୁ ଇଡି ସମନ

ଭିଡିଓକନ ମାମଲା;ସ୍ବାମୀଙ୍କ ସହ ଚନ୍ଦା କୋଚ୍ଚରଙ୍କୁ ଇଡି ସମନ

ନୂଆଦିଲ୍ଲୀ,୨୪-୪: ଭିଡିଓକନ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଚନ୍ଦା କୋଚ୍ଚର ଏବଂ ତାଙ୍କ ସ୍ବାମୀ ଦୀପକ କୋଚ୍ଚରଙ୍କୁ ସମନ ଜାରି କରିଛନ୍ତି। 

ଜେଟ୍‌ ଏୟାରଓ୍ବେଜ ପୁନରୁଦ୍ଧାର ଆଶା କ୍ଷୀଣ

ଜେଟ୍‌ ଏୟାରଓ୍ବେଜ ପୁନରୁଦ୍ଧାର ଆଶା କ୍ଷୀଣ

ନୂଆଦିଲ୍ଲୀ,୨୪-୪: ଜେଟ୍‌ ଏୟାରଓ୍ବେଜର ପୁନରୁଦ୍ଧାର ଆଶା କ୍ଷୀଣ ହେବାରେ ଲାଗିଛି। ଏହାର ବିମାନ ପୁଣିଥରେ ଉଡ଼ିବାର ସମ୍ଭାବନା ନ ଥିଲା ଭଳି ମନେ ହେଉଛି। 

ଆସିଲା ହୋଣ୍ଡାର ନୂଆ ଆମେଜ୍‌ ଭିଏକ୍ସ ସିଭିଟି 

ଆସିଲା ହୋଣ୍ଡାର ନୂଆ ଆମେଜ୍‌ ଭିଏକ୍ସ ସିଭିଟି 

ନୂଆଦିଲ୍ଲୀ,୨୪-୪:ପ୍ରମୁଖ ଅଟୋମୋବାଇଲ ମାନୁଫାକ୍‌ଚରର ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ(ଏଚ୍‌ସିଆଇଏଲ୍‌) ପକ୍ଷରୁ ନୂଆ ଆମେଜ୍‌ ଭିକ୍ସ ସିଭିଟି ବଜାରକୁ ଆସିଛି। 

ପ୍ରତି ମାସରେ ୨୬% ହାରରେ କମୁଛି ନିଯୁକ୍ତି

ପ୍ରତି ମାସରେ ୨୬% ହାରରେ କମୁଛି ନିଯୁକ୍ତି

ନୂଆଦିଲ୍ଲୀ,୨୪-୪: ବିଗତ କିଛି ମାସ ହେବା ଦେଶରେ ଧିମା ହୋଇଛି ନିଯୁକ୍ତି। କର୍ମଚାରୀ ଭବିଷ୍ୟନିଧି ସଂଗଠନ(ଇପିଏଫଓ)ର ସଦ୍ୟତମ ପରିସଂଖ୍ୟାନକୁ ଅନୁଧ୍ୟାନ କଲେ ଏହା ଜଣାପଡୁଛି। 

ରେନୋ ପକ୍ଷରୁ ଦେଶବ୍ୟାପୀ ସମର ସର୍ଭିସ କ୍ୟାମ୍ପ ଘୋଷଣା

ରେନୋ ପକ୍ଷରୁ ଦେଶବ୍ୟାପୀ ସମର ସର୍ଭିସ କ୍ୟାମ୍ପ ଘୋଷଣା

ଭୁବନେଶ୍ୱର,୨୪-୪: ୟୁରୋପୀୟ ଅଟୋମୋଟିଭ୍‌ ବ୍ରାଣ୍ଡ ରେନୋ ଇଣ୍ଡିଆ ପକ୍ଷରୁ ଦେଶବ୍ୟାପୀ ସମର ସର୍ଭିସ କ୍ୟାମ୍ପର ଶୁଭାରମ୍ଭ ଘୋଷଣା କରାଯାଇଛି। ମାସ ୨୨ ଏପ୍ରିଲଠାରୁ ୨୮ ଏପ୍ରିଲ ଯାଏ କମ୍ପାନୀର ସର୍ଭିସ ଫାସିଲିଟିଗୁଡିକରେ ଅନୁଷ୍ଠିତ ହେବ। 

ଜେଏମ୍‌ଜି ହିରୋରେ ଗ୍ରାହକ ସମ୍ମିଳନୀ

ଜେଏମ୍‌ଜି ହିରୋରେ ଗ୍ରାହକ ସମ୍ମିଳନୀ

କଟକ,୨୪-୪:ପ୍ରମୁଖ ଦୁଇଚକିଆ ଯାନ ନିର୍ମାତା ହିରୋ ମୋଟୋକର୍ପ ଲିମିଟେଡର ଅଧିକୃତ ବିକ୍ରେତା ଜେଏମ୍‌ଜି ହିରୋ ପକ୍ଷରୁ ଗୁଡ୍‌ ଲାଇଫ ଗ୍ରାହକମାନଙ୍କୁ ନେଇ ଏକ  ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି। 

ଆଧାର ଏକ ପରିଚୟ ପତ୍ର: ନିଲେକାନି

ଆଧାର ଏକ ପରିଚୟ ପତ୍ର: ନିଲେକାନି

ବେଙ୍ଗାଲୁରୁ,୨୪-୪: ଆଧାର କୌଣସି ବ୍ୟକ୍ତିର ଗୋପନୀୟତା ବା ତାଙ୍କ ଉପରେ ନଜର ରଖିବାର ମାଧ୍ୟମ ନୁହେଁ, ବରଂ ଏହା ଏକ ପରିଚୟ ମାତ୍ର ବୋଲି ଆଇଟି କମ୍ପାନୀ ଇନ୍‌ଫୋସିସ୍‌ର ସହପ୍ରତିଷ୍ଠାତା ତଥା ଭାରତୀୟ ବିଶିଷ୍ଟ ପରିଚୟ ପ୍ରାଧିକରଣ(ୟୁଆଇଡିଏଆଇ)ର ପୂର୍ବତନ ଅଧ୍ୟକ୍ଷ ନନ୍ଦନ ନିଲେକାନି କହିଛନ୍ତି। 

୨୬ରୁ ସ୍ପାଇସଜେଟ୍‌ ଉଡ଼ାଇବ ୨୮ ବିମାନ

୨୬ରୁ ସ୍ପାଇସଜେଟ୍‌ ଉଡ଼ାଇବ ୨୮ ବିମାନ

ନୂଆଦିଲ୍ଲୀ,୨୪-୪: ଆସନ୍ତା ୨୬ରୁ ଘରୋଇ ନେଟଓ୍ବାର୍କରେ ସ୍ପାଇସଜେଟ୍‌ ନୂଆଦିଲ୍ଲୀ ଏବଂ ମୁମ୍ବାଇରୁ ଅନ୍ୟ ସହରକୁ ଦୈନିକ ୨୮ ନୂଆ ବିମାନ ଉଡ଼ାଇବ ବୋଲି ମଙ୍ଗଳବାର କମ୍ପାନୀ ପକ୍ଷରୁ କୁହାଯାଇଛି।

ଅନ୍ୟ ବୃହତ୍‌ ଦେଶରୁ ତେଲ କିଣାଯିବ: ଧର୍ମେନ୍ଦ୍ର

ଅନ୍ୟ ବୃହତ୍‌ ଦେଶରୁ ତେଲ କିଣାଯିବ: ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୨୪-୪: ଆସନ୍ତା ମେ’ ୨ ପରେ ଭାରତ ସମେତ ୮ଟି ଦେଶ ଇରାନରୁ ଅଶୋଧିତ ତେଲ କିଣିପାରିବେ ନାହିଁ। ଏ ସଂକ୍ରାନ୍ତରେ ପୂର୍ବରୁ ଆମେରିକା କଟକଣା କୋହଳ କରିଥିଲା। 

ଜେଟ୍‌ର ୪୧୦ ପାଇଲଟ ଦେଇସାରିଛନ୍ତି ଇସ୍ତଫା

ଜେଟ୍‌ର ୪୧୦ ପାଇଲଟ ଦେଇସାରିଛନ୍ତି ଇସ୍ତଫା

ନୂଆଦିଲ୍ଲୀ,୨୪-୪: ଜେଟ୍‌ ଏୟାରଓ୍ବେଜ ପୁଣିଥରେ ଉଡ଼ିବା ନେଇ ସଂଶୟ ରହିଛି। ଗତ ୭ ମାସ ମଧ୍ୟରେ ୪୧୦ ଜଣ ପାଇଲଟ ଓ କ୍ୟାପ୍ଟେନ ଚାକିରି ଛାଡ଼ିଛନ୍ତି। ଏବେ ଜେଟ୍‌ ନିକଟରେ ୧୫୨୭ ପାଇଲଟ ରହିଛନ୍ତି  ବୋଲି ଏୟାରଲାଇନର ପାଇଲଟ ସଂଘ, ନ୍ୟାଶନାଲ ଏଭିଏଟର୍ସ ଗିଲ୍ଡ କହିଛି। 

ଗ୍ରାହକଙ୍କୁ ଦେଲାନି ଜିଏସ୍‌ଟି ଫାଇଦା;ପି ଆଣ୍ଡ ଜି ଖାଇଗଲା ୨୫୦ କୋଟି

ଗ୍ରାହକଙ୍କୁ ଦେଲାନି ଜିଏସ୍‌ଟି ଫାଇଦା;ପି ଆଣ୍ଡ ଜି ଖାଇଗଲା ୨୫୦ କୋଟି

ନୂଆଦିଲ୍ଲୀ,୨୪-୪: ସାମଗ୍ରୀ ଏବଂ ସେବା ଟିକସ(ଜିଏସ୍‌ଟି) ଅଧୀନରେ ଗ୍ରାହକଙ୍କୁ ଫାଇଦା ନ ଦେଇ ଆମେରିକାର ମଲ୍ଟି ନ୍ୟାଶନାଲ ଏଫ୍‌ଏମ୍‌ସିଜିି କମ୍ପାନୀ ପ୍ରକ୍ଟର ଆଣ୍ଡ ଗ୍ୟାମ୍ବଲ(ପି ଆଣ୍ଡ ଜି) ୨୫୦ କୋଟି ଟଙ୍କା ଚଳୁ କରିଦେଇଛି ବୋଲି ଜିଏସ୍‌ଟି ଲାଭ ଯାଞ୍ଚ କରୁଥିବା ଏଜେନ୍ସି ଧରିଛି।

ଅନ୍ୟ କମ୍ପାନୀକୁ ଜେଟ୍‌ର ସ୍ଲଟ୍‌ ପ୍ରଦାନ ଅସ୍ଥାୟୀ: ମନ୍ତ୍ରଣାଳୟ

ଅନ୍ୟ କମ୍ପାନୀକୁ ଜେଟ୍‌ର ସ୍ଲଟ୍‌ ପ୍ରଦାନ ଅସ୍ଥାୟୀ: ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୪-୪: ଜେଟ୍‌ ଏୟାରଓ୍ବେର ସ୍ଲଟକୁ ନେଇ ବିଭିନ୍ନ ବିବାଦ ଉପୁଜୁଥିବା ବେଳେ ଏହାକୁ ନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ନିଜର ପ୍ରତିକ୍ରିୟା ରଖିଛି। ବିମାନ କମ୍ପାନୀର ସ୍ଲଟକୁ ଅସ୍ଥାୟୀ ଭାବେ ଅନ୍ୟ ସଂସ୍ଥାକୁ ଦିଆଯାଉଛି ବୋଲି ମନ୍ତ୍ରଣାଳୟ ପ୍ରକାଶ କରିଛି। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri