ରାଜ୍ୟ |

ଶ୍ରୀକ୍ଷେତ୍ରରେ କଂସ: ମହୋଦଧିରେ ସ୍ନାନ କରି ପ୍ରାୟଶ୍ଚିତ୍ତ କଲେ; ମହାପ୍ରଭୁଙ୍କୁ କ୍ଷମା ମାଗିଲେ, ଶଙ୍କରାଚାର୍ଯ୍ୟଙ୍କ ଠାରୁ ଆଶୀର୍ବାଦ ନେଲେ

ଶ୍ରୀକ୍ଷେତ୍ରରେ କଂସ: ମହୋଦଧିରେ ସ୍ନାନ କରି ପ୍ରାୟଶ୍ଚିତ୍ତ କଲେ; ମହାପ୍ରଭୁଙ୍କୁ କ୍ଷମା ମାଗିଲେ, ଶଙ୍କରାଚାର୍ଯ୍ୟଙ୍କ ଠାରୁ ଆଶୀର୍ବାଦ ନେଲେ

ପୁରୀ ଅଫିସ,୨୩ା୧: ସର୍ବବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ସୋମବାର ଶେଷ ହୋଇଛି। ଏଥିରେ କଂସ ଭୂମିକାରେ ଅଭିନୟ କରିଥିବା ଭୁବନେଶ୍ୱର ପଧାନ ମଙ୍ଗଳବାର ପୁରୀ ଆସି ମହୋଦଧିରେ ସ୍ନାନକରି ନିଜ ପାପର ପ୍ରାୟଶ୍ଚିତ୍ତ କରିଛନ୍ତି। ଅଭିନୟରେ ଭଗବାନ କୃଷ୍ଣ ବଳରାମଙ୍କ ଉଦ୍ଦେଶ୍ୟରେ ଦେଇଥିବା ନିନ୍ଦା ସୂଚକ ଶବ୍ଦ ପାଇଁ ଅନୁତାପ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ କ୍ଷମାପ୍ରାର୍ଥନା କରିଛନ୍ତି। ଏଥିସହ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ନିକଟରେ ଭୁଲ୍‌ ସ୍ବୀକାର କରି ତାଙ୍କଠାରୁ ଆଶୀର୍ବାଦ ନେଇଛନ୍ତି।

ମଙ୍ଗଳବାର ସକାଳେ ଭୁବନେଶ୍ୱର ପ୍ରଥମେ ଗୋବର୍ଦ୍ଧନ ମଠରେ ପହଞ୍ଚତ୍ଥିଲେ। ସେଠାରୁ ଯାଇ ମହୋଦଧିରେ ସ୍ନାନ ସାରି ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କ ଦର୍ଶନ କରିଥିଲେ। ଅଭିନୟରେ ସେ କୃଷ୍ଣ ବଳାରାମଙ୍କ ପ୍ରତି ଯେଉଁ କଟୁ ମନ୍ତବ୍ୟ ଦେଇଥିଲେ ତାହାର ପଶ୍ଚାତ୍ତାପ କରି ଶଙ୍କରାଚାର୍ଯ୍ୟଙ୍କ ଶରଣାପନ୍ନ ହୋଇ ଆଶୀର୍ବାଦ ନେଇଥିଲେ। ଶଙ୍କରାଚାର୍ଯ୍ୟ ତାଙ୍କୁ ଏକ ଉତ୍ତରୀୟ ପ୍ରଦାନ କରିଥିଲେ। ଏହାପରେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରି କ୍ଷମାପ୍ରାର୍ଥନା ମଧ୍ୟ କରିଥିଲେ।

ପୁରୀକୁ ଆସିବା ସମ୍ପର୍କରେ କଂସ ମହାରାଜ କୁହନ୍ତି, କୃଷ୍ଣ ହେଉଛନ୍ତି ସ୍ବୟଂ ନାରାୟଣ। ଧନୁଯାତ୍ରାର ୧୧ ଦିନ ଧରି ପ୍ରଭୁ ନାରାୟଣଙ୍କୁ ସମସ୍ତେ ଭକ୍ତି କରୁଥିବାବେଳେ ମୁଁ ତାଙ୍କୁ ଗାଳି, ଈର୍ଷା, ଭର୍ତ୍ସନା, ନିନ୍ଦା ଆଉ କଟୁ ମନ୍ତବ୍ୟ ଦେଇ ବଦ୍‌ନାମ କରିଛି। ଶେଷରେ ମାରିଦେବା ପାଇଁ ଅସି ଉତ୍ତୋଳନ କରିଛି। ଏହି କଳିଯୁଗରେ ଯଦି ଭଗବାନଙ୍କ ସହ ଏପରି ଆଚରଣ କେହି କରେ ତେବେ ତାହାଠୁ ବଳି ମହାପାପୀ ଆଉ ଦୁନିଆରେ କେହି ନୁହଁନ୍ତି। ତେଣୁ ସେହି ପାପରୁ ମୁକ୍ତିପାଇବା ପାଇବା ପାଇ

All Right Reserved By

ରାଜ୍ୟ |

ଶହୀଦଙ୍କ ସ୍ମୃତିରେ ଜି. ଉଦୟଗିରି ବନ୍ଦ: ୨ ମିନିଟ୍‌ ନୀରବ ପ୍ରାର୍ଥନା

ଶହୀଦଙ୍କ ସ୍ମୃତିରେ ଜି. ଉଦୟଗିରି ବନ୍ଦ: ୨ ମିନିଟ୍‌ ନୀରବ ପ୍ରାର୍ଥନା

ଜି. ଉଦୟଗିରି,୧୮।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା  ଜି. ଉଦୟଗିରି ସହରର ବ୍ୟବସାୟୀ ସଂଘ ଆନୁକୂଲ୍ୟରେ ଜମ୍ମୁ-କଶ୍ମୀର ପୁୁଲୱାମାଠାରେ ଶହୀଦ ହୋଇଥିବା ବୀର ଯବାନମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ସୋମବାର ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଛି। 

 ଗାଁ ଦାଣ୍ଡରେ ମାରଣାସ୍ତ୍ରରେ ଯୁବକଙ୍କୁ ହାଣି ହତ୍ୟା: ଅଭିଯୁକ୍ତ ଫେରାର

ଗାଁ ଦାଣ୍ଡରେ ମାରଣାସ୍ତ୍ରରେ ଯୁବକଙ୍କୁ ହାଣି ହତ୍ୟା: ଅଭିଯୁକ୍ତ ଫେରାର

ବେଗୁନିଆ/ବୋଲଗଡ଼,୧୮।୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ବୋଲଗଡ଼ ବ୍ଲକ ଅଧୀନ ଦେଉଳି ଗ୍ରାମରେ ସୋମବାର ଏକ ଭିଭତ୍ସ ହତ୍ୟାକାଣ୍ଡ ଘଟିଛି।

 ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲେ ବ୍ୟବସାୟୀ

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲେ ବ୍ୟବସାୟୀ

ଖୋର୍ଦ୍ଧା ଅଫିସ,୧୮।୨: ଜମ୍ମୁ-କଶ୍ମୀରର ପୁଲୱାମାଠାରେ ଆତଙ୍କବାଦୀ ଆକ୍ରମଣରେ ଶହୀଦ୍‌ ହୋଇଥିବା ଯବାନଙ୍କ ଉଦ୍ଦେଶ୍ୟରେ ଖୋର୍ଦ୍ଧା ଜିଲା ବ୍ୟବସାୟ ପ୍ରତିଷ୍ଠାନ ସୋମବାର ବନ୍ଦ ରହଛି।

ଶହୀଦଙ୍କ ସ୍ମୃତିରେ ଦୋକାନ ବଜାର ବନ୍ଦ

ଶହୀଦଙ୍କ ସ୍ମୃତିରେ ଦୋକାନ ବଜାର ବନ୍ଦ

କେନ୍ଦୁଝର (ସ୍ବ.ପ୍ର.) ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣରେ ମୃତ ଶହୀଦଙ୍କ ସ୍ମୃତିରେ ସର୍ବଭାରତୀୟ ବାଣିଜ୍ୟ ସଂଗଠନ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। 

କ୍ୟାଣ୍ଡେଲ ଜାଳି ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି: ରାଲିରେ ସାମିଲ ହେଲେ ସଂଖ୍ୟାଧିକ ମୁସଲିମ ଯୁବକ

କ୍ୟାଣ୍ଡେଲ ଜାଳି ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି: ରାଲିରେ ସାମିଲ ହେଲେ ସଂଖ୍ୟାଧିକ ମୁସଲିମ ଯୁବକ

ପାଟଣା,୧୮।୨(ସ୍ବ.ପ୍ର.):ପୁଲୱାମାରେ ଆତଙ୍କବାଦୀ ଆକ୍ରମଣରେ ୪୯ ଯବାନ ଶହୀଦ ହୋଇଛନ୍ତି। ଏହି ଆକ୍ରମଣକୁ ନେଇ ସାରା ଦେଶରେ କ୍ଷୋଭ ଏବଂ ଶୋକର ମାହୋଲ ଦେଖାଦେଇଛି। ସବୁଆଡୁ ଘଟଣାକୁ ନିନ୍ଦା କରାଯାଉଛି। 

ମହୋଦଧିରେ ବିସର୍ଜନ ହେଲା ଶହୀଦଙ୍କ ଚିତାଭସ୍ମ

ମହୋଦଧିରେ ବିସର୍ଜନ ହେଲା ଶହୀଦଙ୍କ ଚିତାଭସ୍ମ

ପୁରୀ ଅଫିସ,୧୮।୨: ଜମ୍ମୁ-କଶ୍ମୀର ପୁଲୱାମାରେ ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ଦୁଇ ଓଡ଼ିଆ ପ୍ରସନ୍ନ ସାହୁ ଏବଂ ମନୋଜ କୁମାର ବେହେରାଙ୍କ ଚିତାଭସ୍ମ ମହୋଦଧିରେ ବିସର୍ଜନ ହୋଇଛି। 

 ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି: ବ୍ରହ୍ମପୁରର ୩୦ଟି ବଜାର ବନ୍ଦ

ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି: ବ୍ରହ୍ମପୁରର ୩୦ଟି ବଜାର ବନ୍ଦ

ବ୍ରହ୍ମପୁର ଅଫିସ,୧୮ା୨: ପୁଲୱାମାରେ ଆତଙ୍କବାଦୀ ଆକ୍ରମଣରେ ୪୯ ଯବାନ ଶହୀଦ ହୋଇଛନ୍ତି।   ଏହି ଆକ୍ରମଣକୁ ନେଇ ସାରା ଦେଶରେ କ୍ଷୋଭ ଏବଂ ଶୋକର ମାହୋଲ ଦେଖାଦେଇଛି। ସବୁଆଡୁ ଘଟଣାକୁ ନିନ୍ଦା କରାଯାଉଛି। 

୩ ଜିଲାରେ ବର୍ଷା ସମ୍ଭାବନା

୩ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୮ା୨(ବ୍ୟୁରୋ): ଥଣ୍ଡା କମିବାରେ ଲାଗିଥିବାବେଳେ ଦିନରେ ତାପମାତ୍ରା ବଢ଼ି ଚାଲିଛି। ସକାଳେ ଅଧିକାଂଶ ସ୍ଥାନରେ କୁହୁଡ଼ି ଦେଖାଯାଉଛି। ଏପରିସ୍ଥଳେ ଦୁଇଦିନ ହେଲା ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ସାମାନ୍ୟ ବର୍ଷା ସହ ପବନ ବହୁଛି। 

ଆଶାୟୀଙ୍କୁ ଅଡ଼ୁଆ ଏକାଧିକ ଚୟନ

ଆଶାୟୀଙ୍କୁ ଅଡ଼ୁଆ ଏକାଧିକ ଚୟନ

ଭୁବନେଶ୍ୱର,୧୮ା୨(ବ୍ୟୁରୋ):ସାଧାରଣ ନିର୍ବାଚନ ଘୋଷଣାକୁ ଅଳ୍ପ କିଛିଦିନ ବାକି ରହିଛି। ଏହାପୂର୍ବରୁ କଂଗ୍ରେସ ଦଳ ହିଁ ପ୍ରାର୍ଥୀ ଘୋଷଣାକୁ ନେଇ ପ୍ରଥମେ ଅଣ୍ଟା ଭିଡ଼ିଛି। ଇତିମଧ୍ୟରେ ୧୧ ଲୋକ ସଭା ଓ ୭୭ ବିଧାନସଭା ଆସନ ନେଇ ସ୍କ୍ରିନିଂ କମିଟି ବୈଠକ ସରିଯାଇଛି। 

ଅନିଶ୍ଚିତତା ଭିତରେ ମହାମେଣ୍ଟ

ଅନିଶ୍ଚିତତା ଭିତରେ ମହାମେଣ୍ଟ

ଭୁବନେଶ୍ୱର,୧୮ା୨(ବ୍ୟୁରୋ):ଆସନ୍ତା ସାଧାରଣ ନିର୍ବାଚନରେ ବିଜେଡି ଓ ଭାଜପାକୁ ଶାସନ ଗାଦିରେ ବସାଇ ନ ଦେବା ପାଇଁ କଂଗ୍ରେସ ରଣନୀତି ପ୍ରସ୍ତୁତ କରୁଛି। କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନିର୍ଦ୍ଦେଶ ମିଳିବା ପରେ ରାଜ୍ୟର ସମଭାବାପନ୍ନ ଦଳଗୁଡିକ ସହ ମେଣ୍ଟ କରିବାକୁ ଯୋଜନା ଚାଲିଛି। 

ଭଦ୍ରକରେ ସ୍ବରାଷ୍ଟ୍ରମନ୍ତ୍ରୀ ରାଜନାଥ ସିଂ:‘ସ୍ଥାୟୀ ସରକାର ସତ୍ତ୍ବେ ବିକାଶ ହୋଇନି’

ଭଦ୍ରକରେ ସ୍ବରାଷ୍ଟ୍ରମନ୍ତ୍ରୀ ରାଜନାଥ ସିଂ:‘ସ୍ଥାୟୀ ସରକାର ସତ୍ତ୍ବେ ବିକାଶ ହୋଇନି’

ଭଦ୍ରକ ଅଫିସ, ୧୮ା୨:ଓଡ଼ିଶାରେ ୧୯ ବର୍ଷର ସ୍ଥାୟୀ ସରକାର ସତ୍ତ୍ବେ ବିକାଶ ହୋଇପାରିନାହିଁ। ରାଜ୍ୟର ବିକାଶ ନ ହେଲେ ଦେଶର ବିକାଶ ଅସମ୍ଭବ। ଭାଜପା ହିଁ ଏହାର ଏକମାତ୍ର ବିକଳ୍ପ। ଏଣୁ ବୁଥ୍‌ସ୍ତରରୁ ଦଳୀୟ ସୈନିକମାନେ ସଂକଳ୍ପ ନେବା ଆବଶ୍ୟକ। ମୋଦିଙ୍କ ବିକାଶମୂଳକ ଯୋଜନା ଘରେ ଘରେ ପହଞ୍ଚାଇବା ଆବଶ୍ୟକ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ରାଜନାଥ ସିଂ ରବିବାର ଭଦ୍ରକ ଜିଲା ଗସ୍ତରେ ଆସି ରାଜ୍ୟ ସରକାରଙ୍କୁ କଡା ସମାଲୋଚନା କରିଛନ୍ତି।  

ଅତି ଚାଲାକି ମହଙ୍ଗା ପଡିଲା

ଅତି ଚାଲାକି ମହଙ୍ଗା ପଡିଲା

ବାମରା, ୧୮।୨ (ସ୍ବ.ପ୍ର.):ବିହାରରେ ନିଜ କାକାକୁ ହତ୍ୟା କରି ଫେରାର ଥିବା ଜଣେ ଅଭିଯୁକ୍ତ ନିଜର ଅତି ଚାଲାକି ଯୋଗୁଁ ଗୋବିନ୍ଦପୁର ଥାନା ପୋଲିସ ହାତରେ ଧରା ପଡିଛନ୍ତି। ପୋଲିସ ତାଙ୍କୁ ଅଟକ ରଖିଛି। ଅଭିଯୁକ୍ତଙ୍କୁ ନେବା ପାଇଁ ବିହାର ପୋଲିସ ଆସି ପହଞ୍ଚତ୍ଛି ।