ରାଜ୍ୟ |

ନାଇଟ୍‌ ବସ୍‌ରେ ନିଶା କାରବାର: ଗଞ୍ଜେଇ, ବ୍ରାଉନ ସୁଗାର ଚାଲାଣ କରୁଛନ୍ତି ବ୍ୟବସାୟୀ

ନାଇଟ୍‌ ବସ୍‌ରେ ନିଶା କାରବାର: ଗଞ୍ଜେଇ, ବ୍ରାଉନ ସୁଗାର ଚାଲାଣ କରୁଛନ୍ତି ବ୍ୟବସାୟୀ

ଭୁବନେଶ୍ୱର, ୨୩ା୧ (ବ୍ୟୁରୋ)- କେତେକ ନାଇଟ୍‌ ବସ୍‌ରେ ଚାଲିଛି ନିଶା କାରବାର। ଗୋଟିଏ ଜିଲାରୁ ଅନ୍ୟ ଜିଲାକୁ ଗଞ୍ଜେଇ, ବ୍ରାଉନସୁଗାର ଭଳି ମାରାତ୍ମକ ନିଶାଦ୍ରବ୍ୟ ଚାଲାଣ କରାଯାଉଛି। ବିଶେଷ କରି ରାଜଧାନୀ ଭୁବନେଶ୍ୱରୁ ବହୁଳ ମାତ୍ରାରେ ନିଶା ଦ୍ରବ୍ୟ ଆସୁଛି। ରାତିରେ ପୋଲିସ ପକ୍ଷରୁ କଡ଼ା ପାଟ୍ରୋଲିଂ କରାଯାଉ ନ ଥିବାରୁ ଚାଲାଣକାରୀଙ୍କୁ ବେଶ୍‌ ସୁବିଧା ହେଉଛି।

ଏଭଳି ନିଶା ଦ୍ରବ୍ୟ ଚାଲାଣ ପୋଲିସ ଏବଂ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ପାଇଁ ଚିନ୍ତାର ବିଷୟ ପାଲଟିଛି। ରାଜଧାନୀକୁ ନିଶାଦ୍ରବ୍ୟ ଚାଲାଣ ଏବଂ ଏହାର ବ୍ୟବସାୟକୁ କିଭଳି ରୋକିହେବ ସେନେଇ ମଙ୍ଗଳବାର କମିଶନରେଟ ପୋଲିସ ମୁଖ୍ୟାଳୟରେ ଏନ୍‌ସିବି ଅଧିକାରୀଙ୍କ ସହ ପୋଲିସ କମିଶନର ସତ୍ୟଜିତ ମହାନ୍ତି ଏକ ବୈଠକରେ ଆଲୋଚନା କରିଛନ୍ତି। ବୈଠକରେ ଏନ୍‌ସିବି ଏସ୍‌ପି ପ୍ରଣିତ ଶର୍ମା ଏବଂ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଏଣିକି ଘରୋଇ ବସ୍‌ ଏବଂ ସରକାରୀ ବସ୍‌ ଉପରେ ନଜର ରଖାଯିବ। ବିଶେଷକରି ନାଇଟ୍‌ କୋଚ ବସ୍‌ ଉପରେ ଅଧିକ ନଜର ରଖିବା ପାଇଁ ଆଲୋଚନା ହୋଇଥିଲା। ପୋଲିସ ଏବଂ ଏନ୍‌ସିବି ସମନ୍ବୟରେ ଚଢାଉ କରାଯାଇ ନିଶାଦ୍ରବ୍ୟ ଚାଲାଣ ଓ ବ୍ୟବସାୟକୁ ରୋକାଯିବ। ଏକ ଟିମ୍‌ ଏହାର ଦାୟିତ୍ୱ ନେବ ବୋଲି ନିଷ୍ପତ୍ତି ହୋଇଛି।

ଏକ ନାଇଟ୍‌ କୋଚ୍‌ ବସ୍‌ର ଜଣେ କଣ୍ଡକ୍ଟର କହିଛନ୍ତି, ପ୍ରତି ସପ୍ତାହରେ କୋରାପୁଟ ଏବଂ ଅନ୍ୟାନ୍ୟ ଜିଲାରୁ ନାଇଟ୍‌ ବସ୍‌ରେ ଗଞ୍ଜେଇ, ବ୍ରାଉନସୁଗାର ଆସୁଛି। ବରମୁଣ୍ଡା ବସ୍‌ଷ୍ଟାଣ୍ଡ ନିକଟରେ ବସ୍‌ ରହିବା ପରେ ନିଶା ବ୍ୟବସାୟୀମାନେ ତାହାକୁ ନେଇଥାନ୍ତି। ଏଥିପାଇଁ ବସ୍‌ ଡ୍ରାଇଭର ଏବଂ କଣ୍ଡକ୍ଟରଙ୍କୁ ମୋଟା ରକମର ପାଉଣା ଦେଇଥାନ୍ତି। ସୂଚନା ମୁତାବକ, ଗତ ସପ୍ତାହରେ ଏକ ନିର୍ଦ୍ଦିଷ୍ଟ ନାଇଟ୍‌ ବସ୍‌ରେ ରାଜଧାନୀକୁ ଗଞ୍ଜେଇ ଚାଲାଣ କରାଯାଉଥିବା ପୋଲିସକୁ ଖବର ମିଳିଥିଲା। ଫଳରେ ପୋଲିସ ରସୁଲଗଡ଼ ନିକଟରେ ଜଗିଥିଲା। ବସ୍‌ ଯିବା ସମୟରେ ପୋଲିସ ଅଟକାଇଥିଲା। ହେଲେ ବସ୍‌ଟି ସେଠାରେ ରହି ନ ଥିଲା। ପୋଲିସ ବସ୍‌ର ପିଛା କରି ବରମୁଣ୍ଡାରେ ଧରିଥିଲା। କିନ୍ତୁ ବସ୍‌ ଯାଞ୍ଚ କରିବା ବେଳେ ସେଥିରୁ କିଛି ମିଳି ନ ଥିଲା। ପୋଲିସ ପହଞ୍ଚତ୍ବା ପୂର୍ବରୁ ନିଶା ବ୍ୟବସାୟୀମାନେ ନିଶାଦ୍ରବ୍ୟ ନେଇଯାଇଥିବା ପୋଲିସ ସନ୍ଦେହ କରିଥିଲା।

କମିଶନର କହିଛନ୍ତି, ବସ୍‌ରେ ନିଶାଦ୍ରବ୍ୟ ଚାଲାଣ ସମ୍ପର୍କରେ ଆମ ନିକଟରେ ଖବର ଅଛି। ବସ୍‌ରେ ଚଢାଉ କରାଯାଇ ଯାଞ୍ଚ କଲେ ଯାତ୍ରୀ ସମସ୍ୟାରେ ପଡିବେ। ତେଣୁ ବସ୍‌ଗୁଡିକ ଉପରେ କଡା ନଜର ରଖାଯିବ। ଯେଉଁ ବସ୍‌ ଉପରେ ସନ୍ଦେହ ହେବ ତାହାକୁ ଯାଞ୍ଚ କରାଯିବ।

All Right Reserved By

ରାଜ୍ୟ |

ବନ୍ଧୁକ ଦେଖାଇ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟ୍‌

ବନ୍ଧୁକ ଦେଖାଇ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟ୍‌

ଚାନ୍ଦବାଲି,୧୯ା୨(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଥାନା ତଥା ମତୋ ପୋଲିସ ଫାଣ୍ଡି ଅଧୀନ ପ୍ରତାପପୁର ଗାଁ ରାସ୍ତାରୁ ଜଣେ ଫାଇନାନ୍ସ କର୍ମଚାରୀଙ୍କ ଠାରୁ ମଙ୍ଗଳବାର ଲକ୍ଷାଧିକ ଟଙ୍କା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି ।  

ନିର୍ବାଚନ ନେଇ ପ୍ରସ୍ତୁତି: ରାଜନଗରରେ ଦ୍ୱିତୀୟ ପର୍ଯ୍ୟାୟ ପ୍ରିଜାଇଡିଂ ଅଧିକାରୀଙ୍କୁ ତାଲିମ

ନିର୍ବାଚନ ନେଇ ପ୍ରସ୍ତୁତି: ରାଜନଗରରେ ଦ୍ୱିତୀୟ ପର୍ଯ୍ୟାୟ ପ୍ରିଜାଇଡିଂ ଅଧିକାରୀଙ୍କୁ ତାଲିମ

ରାଜନଗର, ୧୯।୨(ଡି.ଏନ୍‌.ଏ.): ୨୦୧୯ ସାଧାରଣ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଦ୍ୱିତୀୟ ପର୍ଯ୍ୟାୟ ତାଲିମ ଦିଆଯାଇଛି। 

ଟ୍ରକ୍‌-ବାଇକ୍‌ ମୁହାଁମୁହିଁ: ଜଣେ ଗୁରୁତର

ଟ୍ରକ୍‌-ବାଇକ୍‌ ମୁହାଁମୁହିଁ: ଜଣେ ଗୁରୁତର

ଯାଜପୁର ଅଫିସ/କୋରେଇ, ୧୯।୨(ସ୍ବ.ପ୍ର.): ଯାଜପୁର ଜିଲା ୨୦ ନଂ. ଜାତୀୟ ରାଜପଥର କୋରେଇ ଥାନା ଅନ୍ତର୍ଗତ ବେଣାପୁର ଛକରେ ମଙ୍ଗଳବାର ପୂର୍ବାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। 

ରାଜଧାନୀରେ ବାଘ ଆତଙ୍କ: ବାଘ ଖୋଜା ଅଭିଯାନ ପାଇଁ  ରାସ୍ତା ସିଲ୍‌, ଲୋକେ  ହନ୍ତସନ୍ତ

ରାଜଧାନୀରେ ବାଘ ଆତଙ୍କ: ବାଘ ଖୋଜା ଅଭିଯାନ ପାଇଁ ରାସ୍ତା ସିଲ୍‌, ଲୋକେ ହନ୍ତସନ୍ତ

ଭୁବନେଶ୍ୱର, ୧୯।୨(ବ୍ୟୁରୋ): ଭୁବନେଶ୍ୱର ପଳାଶପଲ୍ଲୀ ଅଞ୍ଚଳରେ ଏକ କଲରାପତରିଆ ବାଘ ବୁଲୁଛି। ଏହାକୁ ନେଇ ସୋମବାର ରାତିରୁ ଆରମ୍ଭ ହୋଇଛି ଅପରେଶନ। ବନ ବିଭାଗ ସହିତ ସିଆଇଏସ୍‌ଏଫ୍‌ କର୍ମଚାରୀଙ୍କୁ ଏହି କାର୍ଯ୍ୟରେ ନିୟୋଜିତ କରାଯାଇଛି। 

ପୁଣି ମାଓବାଦୀଙ୍କ ଲାଲ୍‌ ବ୍ୟାନର୍‌: ସରକାରଙ୍କ ଚାଷୀ ଦମନ ନୀତିକୁ ବିରୋଧ

ପୁଣି ମାଓବାଦୀଙ୍କ ଲାଲ୍‌ ବ୍ୟାନର୍‌: ସରକାରଙ୍କ ଚାଷୀ ଦମନ ନୀତିକୁ ବିରୋଧ

ଦାରିଙ୍ଗିବାଡି,୧୯।୨(ଡି.ଏନ.ଏ.):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ନିକଟ  ୫୯ନଂ ଜାତୀୟ ରାଜପଥ ର ବୁଡାଗୁଡା ଛକରେ ଓଡିଶା ରାଜ୍ୟ କମିଟି ସିପିଆଇ (ମାଓବାଦୀ)ଙ୍କ ପକ୍ଷରୁ ଲାଲ ବ୍ୟାନର ସହ ପୋଷ୍ଟର ଲଗାଯାଇଛି। 

ବଢ଼ିବ ତାତି

ବଢ଼ିବ ତାତି

ଭୁବନେଶ୍ୱର,୧୯।୨(ବ୍ୟୁରୋ):ବର୍ଷା ଯୋଗୁ ଗତ ଦୁଇଦିନ ହେବ ରାଜ୍ୟରେ ଥଣ୍ଡା ପାଗ ରହିଥିଲା ।

୨୦ରେ ଆସିବେ ଯୋଗୀ

୨୦ରେ ଆସିବେ ଯୋଗୀ

ଭୁବନେଶ୍ୱର, ୧୯।୨(ବ୍ୟୁରୋ):ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆସନ୍ତା ୨୦ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସକାଳ ୧୦ଟାରେ ଯୋଗୀ ରାୟପୁର ବିମାନବନ୍ଦରରେ ପହଞ୍ଚିବେ। 

ସୁକିନ୍ଦା ବିଧାନସଭା ନିର୍ବାଚନ ମଣ୍ଡଳୀ: ଚର୍ଚ୍ଚାରେ ବିଜେଡି ଟିକେଟ

ସୁକିନ୍ଦା ବିଧାନସଭା ନିର୍ବାଚନ ମଣ୍ଡଳୀ: ଚର୍ଚ୍ଚାରେ ବିଜେଡି ଟିକେଟ

ଯାଜପୁର ଅଫିସ,୧୯।୨:ଯାଜପୁର ଜିଲା ଦାନଗଦି ଓ ସୁକିନ୍ଦା ବ୍ଲକକୁ ନେଇ ଗଠିତ ସୁକିନ୍ଦା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଗତ ୩ ଦଶନ୍ଧି ହେଲା ଗୋଟିଏ ପରିବାର ସଦସ୍ୟ ନିର୍ବାଚିତ ହୋଇ ଆସୁଛନ୍ତି। ଶିଳ୍ପ ଓ ଖଣି ସମୃଦ୍ଧ ଏହି ନିର୍ବାଚନ ମଣ୍ଡଳୀରେ ଏଥର ପଟ ପରିବର୍ତ୍ତନ କିମ୍ବା ରାଜନୈତିକ ସମୀକରଣ ବଦଳିବାର ସମ୍ଭାବନା ରହିଥିବା ଚର୍ଚ୍ଚା ଜୋର ଧରିଛି।

କୋଣାର୍କ ସୂର୍ଯ୍ୟମନ୍ଦିର ଅସୁରକ୍ଷିତ:୬ ସ୍ଥାନରେ ମରାମତି ଆବଶ୍ୟକ

କୋଣାର୍କ ସୂର୍ଯ୍ୟମନ୍ଦିର ଅସୁରକ୍ଷିତ:୬ ସ୍ଥାନରେ ମରାମତି ଆବଶ୍ୟକ

କଟକ ଅଫିସ, ୧୯।୨:କୋଣାର୍କ ସୂର୍ଯ୍ୟମନ୍ଦିର ସୁରକ୍ଷିତ। ମନ୍ଦିର ପ୍ରତି ସେଭଳି କୌଣସି ବିପଦ ନାହିଁ। ଏହିଭଳି କଥା ଆରମ୍ଭରୁ କହି ଆସୁଥିବା ଭାରତୀୟ ପ୍ରନତ୍ତାତ୍ତି୍ବକ ସର୍ବେକ୍ଷଣ (ଏଏସ୍‌ଆଇ) ସଂସ୍ଥା ଶେଷରେ ମାନିଛି ଯେ ମନ୍ଦିର ପ୍ରତି ବିପଦ ରହିଛି। 

ଅଭିଯୁକ୍ତଙ୍କ ଜମିରେ ଖଣିଜ ଷ୍ଟକୟାର୍ଡ

ଅଭିଯୁକ୍ତଙ୍କ ଜମିରେ ଖଣିଜ ଷ୍ଟକୟାର୍ଡ

ଯୋଡ଼ା, ୧୯।୨(ଡି.ଏନ.ଏ.): ଯୋଡ଼ା ଖଣି ମଣ୍ଡଳ ଅନ୍ତର୍ଗତ ବାଂଶପାଣି ରେଳ ସାଇଡିଂ ନିକଟ ଯୋଡ଼ା-ବାମେବାରୀ ରାସ୍ତା ପାର୍ଶ୍ୱରେ ଥିବା ଜଣେ ଅଭିଯୁକ୍ତଙ୍କ ଜମିରେ ଏକ ଶିଳ୍ପ ସଂସ୍ଥାର ଖଣିଜ ଗଛିତ ହେଉଛି। 

ପୁଣି ନକଲି ଜର୍ଦ୍ଦା କାରଖାନା ଠାବ

ପୁଣି ନକଲି ଜର୍ଦ୍ଦା କାରଖାନା ଠାବ

ଭଦ୍ରକ ଅଫିସ, ୧୯।୨ - ଭଦ୍ରକ ଜିଲା ପୁରୁଣାବଜାର ଥାନା ପୋଲିସ ସୋମବାର ମଧ୍ୟାହ୍ନରେ ପୁଣି ଏକ ନକଲି ଜର୍ଦ୍ଦା କାରଖାନା ଠାବ କରିଛି। ମୁଖ୍ୟ କାର୍ପଟଦାର ଫେରାର ହୋଇଯାଇଥିବା ବେଳେ ଲକ୍ଷାଧିକ ଟଙ୍କାର ସାମଗ୍ରୀ, ମେଶିନ, ଏସେନ୍ସ ଓ ସିଲ୍‌ ମେଶିନ ପୋଲିସ ଜବତ କରିଛି। 

ଧାନକିଣାରେ ଅନିୟମିତତା: ଚାଷୀଙ୍କ ଧାରଣା

ଧାନକିଣାରେ ଅନିୟମିତତା: ଚାଷୀଙ୍କ ଧାରଣା

ଭଣ୍ଡାରିପୋଖରୀ, ୧୯।୨ (ଡି.ଏନ.ଏ.) - ଭଣ୍ଡାରିପୋଖରୀ ସଦରମହକୁମାଠାରେ  ଥିବା ନଗୁଁଆ ପ୍ରାଥମିକ କୃଷି ସମବାୟ ସମିତିରେ ଧାନକିଣାରେ ଅନିୟମିତତା ପ୍ରତିବାଦରେ ଚାଷୀମାନେ ସୋମବାର ସମିତି କାର୍ଯ୍ୟାଳୟରେ ତାଲା ପକାଇ ଧାରଣା ଦେଇଥିଲେ।