ରାଜ୍ୟ |

ସାଧାରଣ ନିର୍ବାଚନ ୨୦୧୯; ବିଜେଡି ବହୁତ ଭଲ ପ୍ରଦର୍ଶନ କରିବ:ମୁଖ୍ୟମନ୍ତ୍ରୀ

ସାଧାରଣ ନିର୍ବାଚନ ୨୦୧୯; ବିଜେଡି ବହୁତ ଭଲ ପ୍ରଦର୍ଶନ କରିବ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧(ବ୍ୟୁରୋ)- ସାଧାରଣ ନିର୍ବାଚନକୁ ପ୍ରାୟ ୧୦୦ ଦିନରୁ କମ୍‌ ସମୟ ରହିଛି। ମାର୍ଚ୍ଚ ପ୍ରଥମ ସପ୍ତାହରେ ନିର୍ବାଚନ ତାରିଖ ଘୋଷଣା ହେବାର ଯଥେଷ୍ଟ ସମ୍ଭାବନା ରହିଛି। ୨୦୦୪ରୁ ଓଡ଼ିଶାରେ ଲୋକସଭା ସଙ୍ଗରେ ବିଧାନସଭା ନିର୍ବାଚନ ହୋଇଆସୁଛି। ତେଣୁ ରାଜ୍ୟରେ ନିର୍ବାଚନକୁ ନେଇ ଉତ୍ସାହ ଦେଖିବାକୁ ମିଳିଥାଏ। ରାଜ୍ୟରେ ମୁଖ୍ୟ ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିସାରିଲେଣି। ଏ ସମ୍ପର୍କିତ ଗଣମାଧ୍ୟମ ପ୍ରତିନିଧିମାନଙ୍କ ପ୍ରଶ୍ନରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସଚିବାଳୟରେ    ଦେଇଥିବା ମନ୍ତବ୍ୟ ଶାସକ ଦଳକୁ ଉତ୍ସାହିତ କରିଛିି। ସେ କହିଛନ୍ତି ଯେ, ଆଗାମୀ ସାଧାରଣ ନିର୍ବାଚନରେ ବିଜେଡି ବହୁତ ଭଲ ସଫଳତା ପାଇବ। ଉଭୟ ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ଦଳ ଭଲ କରିବ।

କିଛିଦିନ ତଳେ କେତେକ ସଂସ୍ଥା ଦ୍ୱାରା କରାଯାଇଥିବା ସର୍ଭେରେ ବିଜେଡି ଅନ୍ୟ ଦଳ ଅପେକ୍ଷା ଉତ୍ତମ ସ୍ଥିତିରେ ଥିବା ଆକଳନ କରାଯାଇଛି। ବିରୋଧୀ ଭାଜପା ଓ କଂଗ୍ରେସ ପକ୍ଷରୁ ବିଜେଡିକୁ କଡ଼ା ମୁକାବିଲା କରିବା ପାଇଁ ଚେଷ୍ଟା କରାଯାଉଛି।   ନିର୍ବାଚନକୁ ନେଇ ମୁଖ୍ୟମନ୍ତ୍ରୀ ଆଶାବାଦୀ ହେବା ନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ନବୀନବାବୁଙ୍କ କୌଣସି ଆଦର୍ଶ ନାହିଁ। ତାଙ୍କ ଦଳରେ ନେତା ନ ଥିବାରୁ ଅନ୍ୟ ଦଳର ନେତାଙ୍କୁ ଆଣୁଛନ୍ତି। ୧୯ ବର୍ଷରେ କୌଣସି ନେତା ତିଆରି କରିପାରି ନାହାନ୍ତି। ତେଣୁ ଆସନ୍ତା ନିର୍ବାଚନରେ ବିଜେଡି ସଫଳତା ପାଇବ ନାହିଁ ବୋଲି ନିରଞ୍ଜନ କହିଛନ୍ତି। ସେହିପରି ପଶ୍ଟିମ ଓଡ଼ିଶାରେ ଥିବା ୪୦ଟି ବିଧାନସଭା ଆସନ ଭାଜପା ଜିତିବ ବୋଲି ଦୁଇଦିନ ତଳେ ଦଳର ବରିଷ୍ଠ ନେତା  ସୁରେଶ ପୂଜାରୀ ମତ ରଖିଥିଲେ।  

All Right Reserved By

ରାଜ୍ୟ |

ବଢ଼ିବ ତାତି

ବଢ଼ିବ ତାତି

ଭୁବନେଶ୍ୱର,୧୯।୨(ବ୍ୟୁରୋ):ବର୍ଷା ଯୋଗୁ ଗତ ଦୁଇଦିନ ହେବ ରାଜ୍ୟରେ ଥଣ୍ଡା ପାଗ ରହିଥିଲା ।

୨୦ରେ ଆସିବେ ଯୋଗୀ

୨୦ରେ ଆସିବେ ଯୋଗୀ

ଭୁବନେଶ୍ୱର, ୧୯।୨(ବ୍ୟୁରୋ):ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆସନ୍ତା ୨୦ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସକାଳ ୧୦ଟାରେ ଯୋଗୀ ରାୟପୁର ବିମାନବନ୍ଦରରେ ପହଞ୍ଚିବେ। 

ସୁକିନ୍ଦା ବିଧାନସଭା ନିର୍ବାଚନ ମଣ୍ଡଳୀ: ଚର୍ଚ୍ଚାରେ ବିଜେଡି ଟିକେଟ

ସୁକିନ୍ଦା ବିଧାନସଭା ନିର୍ବାଚନ ମଣ୍ଡଳୀ: ଚର୍ଚ୍ଚାରେ ବିଜେଡି ଟିକେଟ

ଯାଜପୁର ଅଫିସ,୧୯।୨:ଯାଜପୁର ଜିଲା ଦାନଗଦି ଓ ସୁକିନ୍ଦା ବ୍ଲକକୁ ନେଇ ଗଠିତ ସୁକିନ୍ଦା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଗତ ୩ ଦଶନ୍ଧି ହେଲା ଗୋଟିଏ ପରିବାର ସଦସ୍ୟ ନିର୍ବାଚିତ ହୋଇ ଆସୁଛନ୍ତି। ଶିଳ୍ପ ଓ ଖଣି ସମୃଦ୍ଧ ଏହି ନିର୍ବାଚନ ମଣ୍ଡଳୀରେ ଏଥର ପଟ ପରିବର୍ତ୍ତନ କିମ୍ବା ରାଜନୈତିକ ସମୀକରଣ ବଦଳିବାର ସମ୍ଭାବନା ରହିଥିବା ଚର୍ଚ୍ଚା ଜୋର ଧରିଛି।

କୋଣାର୍କ ସୂର୍ଯ୍ୟମନ୍ଦିର ଅସୁରକ୍ଷିତ:୬ ସ୍ଥାନରେ ମରାମତି ଆବଶ୍ୟକ

କୋଣାର୍କ ସୂର୍ଯ୍ୟମନ୍ଦିର ଅସୁରକ୍ଷିତ:୬ ସ୍ଥାନରେ ମରାମତି ଆବଶ୍ୟକ

କଟକ ଅଫିସ, ୧୯।୨:କୋଣାର୍କ ସୂର୍ଯ୍ୟମନ୍ଦିର ସୁରକ୍ଷିତ। ମନ୍ଦିର ପ୍ରତି ସେଭଳି କୌଣସି ବିପଦ ନାହିଁ। ଏହିଭଳି କଥା ଆରମ୍ଭରୁ କହି ଆସୁଥିବା ଭାରତୀୟ ପ୍ରନତ୍ତାତ୍ତି୍ବକ ସର୍ବେକ୍ଷଣ (ଏଏସ୍‌ଆଇ) ସଂସ୍ଥା ଶେଷରେ ମାନିଛି ଯେ ମନ୍ଦିର ପ୍ରତି ବିପଦ ରହିଛି। 

ଅଭିଯୁକ୍ତଙ୍କ ଜମିରେ ଖଣିଜ ଷ୍ଟକୟାର୍ଡ

ଅଭିଯୁକ୍ତଙ୍କ ଜମିରେ ଖଣିଜ ଷ୍ଟକୟାର୍ଡ

ଯୋଡ଼ା, ୧୯।୨(ଡି.ଏନ.ଏ.): ଯୋଡ଼ା ଖଣି ମଣ୍ଡଳ ଅନ୍ତର୍ଗତ ବାଂଶପାଣି ରେଳ ସାଇଡିଂ ନିକଟ ଯୋଡ଼ା-ବାମେବାରୀ ରାସ୍ତା ପାର୍ଶ୍ୱରେ ଥିବା ଜଣେ ଅଭିଯୁକ୍ତଙ୍କ ଜମିରେ ଏକ ଶିଳ୍ପ ସଂସ୍ଥାର ଖଣିଜ ଗଛିତ ହେଉଛି। 

ପୁଣି ନକଲି ଜର୍ଦ୍ଦା କାରଖାନା ଠାବ

ପୁଣି ନକଲି ଜର୍ଦ୍ଦା କାରଖାନା ଠାବ

ଭଦ୍ରକ ଅଫିସ, ୧୯।୨ - ଭଦ୍ରକ ଜିଲା ପୁରୁଣାବଜାର ଥାନା ପୋଲିସ ସୋମବାର ମଧ୍ୟାହ୍ନରେ ପୁଣି ଏକ ନକଲି ଜର୍ଦ୍ଦା କାରଖାନା ଠାବ କରିଛି। ମୁଖ୍ୟ କାର୍ପଟଦାର ଫେରାର ହୋଇଯାଇଥିବା ବେଳେ ଲକ୍ଷାଧିକ ଟଙ୍କାର ସାମଗ୍ରୀ, ମେଶିନ, ଏସେନ୍ସ ଓ ସିଲ୍‌ ମେଶିନ ପୋଲିସ ଜବତ କରିଛି। 

ଧାନକିଣାରେ ଅନିୟମିତତା: ଚାଷୀଙ୍କ ଧାରଣା

ଧାନକିଣାରେ ଅନିୟମିତତା: ଚାଷୀଙ୍କ ଧାରଣା

ଭଣ୍ଡାରିପୋଖରୀ, ୧୯।୨ (ଡି.ଏନ.ଏ.) - ଭଣ୍ଡାରିପୋଖରୀ ସଦରମହକୁମାଠାରେ  ଥିବା ନଗୁଁଆ ପ୍ରାଥମିକ କୃଷି ସମବାୟ ସମିତିରେ ଧାନକିଣାରେ ଅନିୟମିତତା ପ୍ରତିବାଦରେ ଚାଷୀମାନେ ସୋମବାର ସମିତି କାର୍ଯ୍ୟାଳୟରେ ତାଲା ପକାଇ ଧାରଣା ଦେଇଥିଲେ।

ପୋଲିସ ଏନକାଉଣ୍ଟରରେ ଜୁଲ ଗୁରୁତର

ପୋଲିସ ଏନକାଉଣ୍ଟରରେ ଜୁଲ ଗୁରୁତର

କେନ୍ଦ୍ରାପଡା ଅଫିସ, ୧୯।୨- କେନ୍ଦ୍ରାପଡା ଜିଲାର ଦୁର୍ଦ୍ଦାନ୍ତ ଅପରାଧୀ ଗଣେଷ ମଲ୍ଲିକ ଓରଫ ଜୁଲ (୩୦)ଙ୍କୁ ଜିଲା ପୋଲିସ ମଙ୍ଗଳବାର ଭୋର ୪ଟାରେ ଏନକାଉଣ୍ଟର କରିଛି ା ଜୁଲଙ୍କ ଡାହାଣ ଗୋଡର ଆଣ୍ଠୁ ତଳକୁ ଗୋଟିଏ ଗୁଳି ଲାଗିଛି

ଅସ୍ବାସ୍ଥ୍ୟକର ପରିବେଶରେ ରନ୍ଧା ଯାଉଛି ମଧ୍ୟାହ୍ନ ଭୋଜନ

ବଡ଼ସାହି,୧୯ା୨(ସ୍ବ.ପ୍ର.)-ବିଭିନ୍ନ ସମୟରେ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ଛାତ୍ରୀଛାତ୍ରଙ୍କୁ ଆକୃଷ୍ଟ କରିବା ପାଇଁ ସ୍କୁଲ ପରିସରଭୁକ୍ତ ଅଞ୍ଚଳକୁ ଦଣ୍ଡମୁକ୍ତ ଅଞ୍ଚଳ ଘୋଷଣା କରିବା ସହ ବିଦ୍ୟାଳୟର ସୌନ୍ଦର୍ଯ୍ୟକରଣ ବୃଦ୍ଧି, ଆବଶ୍ୟକ ଶ୍ରେଣୀଗୃହ ନିର୍ମାଣ, ବିଦ୍ୟାର୍ଥୀଙ୍କୁ ମାଗଣାରେ ପୋଷାକ ବଣ୍ଟନ ଠାରୁ ଆରମ୍ଭ କରି ମଧ୍ୟାହ୍ନ ଭୋଜନ ଆଦି ସରକାର ଯୋଗାଇ ଦେଉଛନ୍ତି। ମାତ୍ର ରୋଷେଇ ପାଇଁ ଉଦ୍ଦିଷ୍ଟ ଭିତ୍ତିଭୂମି ନ ଥିବାରୁ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକରେ ଥିବା ବିଭିନ୍ନ ସ୍କୁଲରେ ଅସ୍ବାସ୍ଥ୍ୟକର ପରିବେଶରେ ରୋଷେଇ କାର୍ଯ୍ୟ ଚାଲୁଅଛି। 

ଖଇରା-ଫତେପୁର ରାସ୍ତା ଅବରୋଧ

ଖଇରା-ଫତେପୁର ରାସ୍ତା ଅବରୋଧ

ଖଇରା,୧୯।୨(ଡି.ଏନ.ଏ.)-ବାଲେଶ୍ୱର ଜିଲାର ଖଇରା ଓ ଔପଦା ୨ବ୍ଲକକୁ ସଂଯୋଗ କରୁଥିବା ଖଇରା-ଫତେପୁର ରାସ୍ତାକୁ ନିର୍ମାଣ କରୁଥିବା ଠିକାଦାର ଗତ ୨ମାସ ହେଲା ରାସ୍ତାକୁ ଅସମ୍ପୂର୍ଣ୍ଣ ଅବସ୍ଥାରେ ଛାଡି ଚାଲିଯାଇଛନ୍ତି। 

ଆନ୍ଦୋଳନକୁ ଓହ୍ଲାଇଲେ ମହିଳା

ଆନ୍ଦୋଳନକୁ ଓହ୍ଲାଇଲେ ମହିଳା

ଢେଙ୍କାନାଳ ଅଫିସ, ୧୯।୨ଢେଙ୍କାନାଳ ସଦର ବ୍ଲକ ଗୋବିନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ବୋରାପଦା ଖମାର ଗ୍ରାମରେ ମହିଳାମାନେ ସଙ୍ଗଠିତ ହୋଇ ସୋମବାର ନିଶାମୁକ୍ତି ଅଭିଯାନ ଆରମ୍ଭ କରିଛନ୍ତି। 

ମହିମାଗାଦିରେ ୫ଲକ୍ଷ ଶ୍ରଦ୍ଧାଳୁ

ମହିମାଗାଦିରେ ୫ଲକ୍ଷ ଶ୍ରଦ୍ଧାଳୁ

ଢେଙ୍କାନାଳ ଅଫିସ, ୧୯ା୨ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା। ସାଧୁସନ୍ଥଙ୍କ ସମାଗମରେ ପ୍ରକମ୍ପିତ ହେଉଛି ମହିମା ଧର୍ମର ମୁଖ୍ୟପୀଠ ଗାଦିମନ୍ଦିର। ମହିମା ଅଲେଖ ଧ୍ୱନିରେ ଫାଟିପଡ଼ୁଛି ସମଗ୍ର ପୀଠ ପରିସର। ବିଶ୍ୱବାସୀଙ୍କ ମଙ୍ଗଳ କାମନା କରି ପ୍ରଜ୍ୱଳିତ ହୋଇଛି ଝାଡ଼ଦୀପ। ୪ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ମେଳାର ପ୍ରଥମ ଦିନରେ ୫ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିବାବେଳେ ସମଗ୍ର ଅଞ୍ଚଳରେ ସୃଷ୍ଟି ହୋଇଛି ଆଧ୍ୟାତ୍ମିକ ବାତାବରଣ।