ରାଜ୍ୟ |

କୋଷ୍ଟାଲ ହାଇୱେ ବାବଦରେ ଧର୍ମେନ୍ଦ୍ରଙ୍କ ଖବରଦାତା ସମ୍ମିଳନୀ ପ୍ରାୟୋଜିତ, ‘ନିର୍ବାଚନୀ ଚାନ୍ଦା ପାଇଁ ଭାଜପାର ଅଭିସନ୍ଧି’: ପ୍ରତାପ ଜେନା

 କୋଷ୍ଟାଲ ହାଇୱେ ବାବଦରେ ଧର୍ମେନ୍ଦ୍ରଙ୍କ ଖବରଦାତା ସମ୍ମିଳନୀ  ପ୍ରାୟୋଜିତ, ‘ନିର୍ବାଚନୀ ଚାନ୍ଦା ପାଇଁ ଭାଜପାର ଅଭିସନ୍ଧି’: ପ୍ରତାପ ଜେନା

ଭୁବନେଶ୍ୱର,୨୩।୧(ବ୍ୟୁରୋ)- କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଦିଲ୍ଲୀରେ ଓଡ଼ିଶାର ଉପକୂଳ ରାଜପଥ (କୋଷ୍ଟାଲ ହାଇୱେ) ବାବଦରେ କରିଥିବା ଖବରଦାତା ସମ୍ମିଳନୀ କେତେକ ଠିକାଦାରଙ୍କ ଦ୍ୱାରା ପ୍ରାୟୋଜିତ। ଭାଜପା ଏବଂ କେନ୍ଦ୍ରମନ୍ତ୍ରୀ ଅଭ୍ୟାସଗତ ଭାବେ ମିଛୁଆ। ତାଙ୍କ ଦ୍ୱାରା କୋଷ୍ଟାଲ ହାଇୱେ ସମ୍ପର୍କରେ ଦିଲ୍ଲୀରେ ରଖାଯାଇଥିବା ମନ୍ତବ୍ୟ ତାହା ଅମୂଳକ ଓ ଭିତ୍ତିହୀନ। ବିଜେଡିର ବରିଷ୍ଠ ନେତା ତଥା ସ୍ବାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା ମଙ୍ଗଳବାର ଦଳୀୟ କାର୍ଯ୍ୟାଳୟରେ ଏହି ମନ୍ତବ୍ୟ ଦେଇଛନ୍ତି। । 

ପ୍ରତାପ କହିଛନ୍ତି ଯେ, ତରବରିଆ ଭାବରେ କୋଷ୍ଟାଲ ହାଇୱେର ଟେଣ୍ଡର ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାକୁ ଚେଷ୍ଟା କରାଯାଉଛି। ଭାଜପା  ନିର୍ବାଚନୀ ଖର୍ଚ୍ଚ ବାହାର କରିବା ପାଇଁ ଏହା  ଅଭିସନ୍ଧି। ୨୦୧୫ରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ଏହାର ନିର୍ମାଣକୁ ନେଇ ଯେଉଁ ବିବୃତି ରଖିଥିଲେ, ତାହା କେନ୍ଦ୍ର କ୍ୟାାବିନେଟ୍‌ ଅନୁମୋଦନ ପାଇ ଦୀର୍ଘ ଅଢ଼େଇ ବର୍ଷ ଲାଗିଥିଲା। କାହିଁକି ଏ ପ୍ରକାର ବିଳମ୍ବ ହେଲା, ତାହା କେନ୍ଦ୍ରମନ୍ତ୍ରୀ ସ୍ପଷ୍ଟ କରନ୍ତୁ। ରାଜ୍ୟର ପୁରୁଣା ରାସ୍ତାକୁ ନବୀକରଣ କରି ତାହାକୁ କୋଷ୍ଟାଲ ହାଇୱେର ଆଖ୍ୟା ଦେଇ ଏକ ଅସଫଳ ପ୍ରୟାସ କରାଯାଉଛି। ତାହା ପରୋକ୍ଷରେ ଠିକାଦାର ପୋଷିବା ନୀତିକୁ ପଦାରେ ପକାଉଛି। ଓଡ଼ିଶା  ସରକାରଙ୍କ ବିନା ଅବଗତରେ ତରବରିଆ ଭାବେ କାର୍ଯ୍ୟ କରାଯାଉଛି।  ଏହିପରି ହେଲେ ଉପକୂଳ ଓଡ଼ିଶାର ହଜାର ହଜାର ଘର ଓ ଗାଁ କ୍ଷତିଗ୍ରସ୍ତ ହେବ ବୋଲି  ପ୍ରତାପ କହିଛନ୍ତି। ସେହିପରି କେନ୍ଦ୍ର ସରକାରଙ୍କ ଏନ୍‌ଏଚଏଆଇ ଏହି ପ୍ରକଳ୍ପର ସମ୍ପୂର୍ଣ୍ଣ ପଥ ନିର୍ଦ୍ଧାରଣର ତଥ୍ୟ ଓ ବିବରଣୀ ସହିତ ଓଡ଼ିଶା ସରକାରଙ୍କ ସହ ଆଲୋଚନା କରନ୍ତୁ ବୋଲି ଦଳ ପକ୍ଷରୁ କୁହାଯାଇଛି। ଅପରପକ୍ଷରେ ମନ୍ତ୍ରୀ ଜେନା ତଥ୍ୟଭିତ୍ତିକ ଉତ୍ତର ରଖି ନ ଥିବା ଅଭିଯୋଗ କରିଛି ଭାଜପା। ରାଜ୍ୟ ସରକାର କୋଷ୍ଟାଲ ହାଇୱେ କାର୍ଯ୍ୟ କରିବାକୁ ଇଚ୍ଛା ପ୍ରକାଶ କରୁ ନ ଥିବା ଗୋଲକ ମହାପାତ୍ର କହିଛନ୍ତି।


All Right Reserved By

ରାଜ୍ୟ |

ବନ୍ଧୁକ ଦେଖାଇ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟ୍‌

ବନ୍ଧୁକ ଦେଖାଇ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟ୍‌

ଚାନ୍ଦବାଲି,୧୯ା୨(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଥାନା ତଥା ମତୋ ପୋଲିସ ଫାଣ୍ଡି ଅଧୀନ ପ୍ରତାପପୁର ଗାଁ ରାସ୍ତାରୁ ଜଣେ ଫାଇନାନ୍ସ କର୍ମଚାରୀଙ୍କ ଠାରୁ ମଙ୍ଗଳବାର ଲକ୍ଷାଧିକ ଟଙ୍କା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି ।  

ନିର୍ବାଚନ ନେଇ ପ୍ରସ୍ତୁତି: ରାଜନଗରରେ ଦ୍ୱିତୀୟ ପର୍ଯ୍ୟାୟ ପ୍ରିଜାଇଡିଂ ଅଧିକାରୀଙ୍କୁ ତାଲିମ

ନିର୍ବାଚନ ନେଇ ପ୍ରସ୍ତୁତି: ରାଜନଗରରେ ଦ୍ୱିତୀୟ ପର୍ଯ୍ୟାୟ ପ୍ରିଜାଇଡିଂ ଅଧିକାରୀଙ୍କୁ ତାଲିମ

ରାଜନଗର, ୧୯।୨(ଡି.ଏନ୍‌.ଏ.): ୨୦୧୯ ସାଧାରଣ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଦ୍ୱିତୀୟ ପର୍ଯ୍ୟାୟ ତାଲିମ ଦିଆଯାଇଛି। 

ଟ୍ରକ୍‌-ବାଇକ୍‌ ମୁହାଁମୁହିଁ: ଜଣେ ଗୁରୁତର

ଟ୍ରକ୍‌-ବାଇକ୍‌ ମୁହାଁମୁହିଁ: ଜଣେ ଗୁରୁତର

ଯାଜପୁର ଅଫିସ/କୋରେଇ, ୧୯।୨(ସ୍ବ.ପ୍ର.): ଯାଜପୁର ଜିଲା ୨୦ ନଂ. ଜାତୀୟ ରାଜପଥର କୋରେଇ ଥାନା ଅନ୍ତର୍ଗତ ବେଣାପୁର ଛକରେ ମଙ୍ଗଳବାର ପୂର୍ବାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। 

ରାଜଧାନୀରେ ବାଘ ଆତଙ୍କ: ବାଘ ଖୋଜା ଅଭିଯାନ ପାଇଁ  ରାସ୍ତା ସିଲ୍‌, ଲୋକେ  ହନ୍ତସନ୍ତ

ରାଜଧାନୀରେ ବାଘ ଆତଙ୍କ: ବାଘ ଖୋଜା ଅଭିଯାନ ପାଇଁ ରାସ୍ତା ସିଲ୍‌, ଲୋକେ ହନ୍ତସନ୍ତ

ଭୁବନେଶ୍ୱର, ୧୯।୨(ବ୍ୟୁରୋ): ଭୁବନେଶ୍ୱର ପଳାଶପଲ୍ଲୀ ଅଞ୍ଚଳରେ ଏକ କଲରାପତରିଆ ବାଘ ବୁଲୁଛି। ଏହାକୁ ନେଇ ସୋମବାର ରାତିରୁ ଆରମ୍ଭ ହୋଇଛି ଅପରେଶନ। ବନ ବିଭାଗ ସହିତ ସିଆଇଏସ୍‌ଏଫ୍‌ କର୍ମଚାରୀଙ୍କୁ ଏହି କାର୍ଯ୍ୟରେ ନିୟୋଜିତ କରାଯାଇଛି। 

ପୁଣି ମାଓବାଦୀଙ୍କ ଲାଲ୍‌ ବ୍ୟାନର୍‌: ସରକାରଙ୍କ ଚାଷୀ ଦମନ ନୀତିକୁ ବିରୋଧ

ପୁଣି ମାଓବାଦୀଙ୍କ ଲାଲ୍‌ ବ୍ୟାନର୍‌: ସରକାରଙ୍କ ଚାଷୀ ଦମନ ନୀତିକୁ ବିରୋଧ

ଦାରିଙ୍ଗିବାଡି,୧୯।୨(ଡି.ଏନ.ଏ.):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ନିକଟ  ୫୯ନଂ ଜାତୀୟ ରାଜପଥ ର ବୁଡାଗୁଡା ଛକରେ ଓଡିଶା ରାଜ୍ୟ କମିଟି ସିପିଆଇ (ମାଓବାଦୀ)ଙ୍କ ପକ୍ଷରୁ ଲାଲ ବ୍ୟାନର ସହ ପୋଷ୍ଟର ଲଗାଯାଇଛି। 

ବଢ଼ିବ ତାତି

ବଢ଼ିବ ତାତି

ଭୁବନେଶ୍ୱର,୧୯।୨(ବ୍ୟୁରୋ):ବର୍ଷା ଯୋଗୁ ଗତ ଦୁଇଦିନ ହେବ ରାଜ୍ୟରେ ଥଣ୍ଡା ପାଗ ରହିଥିଲା ।

୨୦ରେ ଆସିବେ ଯୋଗୀ

୨୦ରେ ଆସିବେ ଯୋଗୀ

ଭୁବନେଶ୍ୱର, ୧୯।୨(ବ୍ୟୁରୋ):ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆସନ୍ତା ୨୦ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସକାଳ ୧୦ଟାରେ ଯୋଗୀ ରାୟପୁର ବିମାନବନ୍ଦରରେ ପହଞ୍ଚିବେ। 

ସୁକିନ୍ଦା ବିଧାନସଭା ନିର୍ବାଚନ ମଣ୍ଡଳୀ: ଚର୍ଚ୍ଚାରେ ବିଜେଡି ଟିକେଟ

ସୁକିନ୍ଦା ବିଧାନସଭା ନିର୍ବାଚନ ମଣ୍ଡଳୀ: ଚର୍ଚ୍ଚାରେ ବିଜେଡି ଟିକେଟ

ଯାଜପୁର ଅଫିସ,୧୯।୨:ଯାଜପୁର ଜିଲା ଦାନଗଦି ଓ ସୁକିନ୍ଦା ବ୍ଲକକୁ ନେଇ ଗଠିତ ସୁକିନ୍ଦା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଗତ ୩ ଦଶନ୍ଧି ହେଲା ଗୋଟିଏ ପରିବାର ସଦସ୍ୟ ନିର୍ବାଚିତ ହୋଇ ଆସୁଛନ୍ତି। ଶିଳ୍ପ ଓ ଖଣି ସମୃଦ୍ଧ ଏହି ନିର୍ବାଚନ ମଣ୍ଡଳୀରେ ଏଥର ପଟ ପରିବର୍ତ୍ତନ କିମ୍ବା ରାଜନୈତିକ ସମୀକରଣ ବଦଳିବାର ସମ୍ଭାବନା ରହିଥିବା ଚର୍ଚ୍ଚା ଜୋର ଧରିଛି।

କୋଣାର୍କ ସୂର୍ଯ୍ୟମନ୍ଦିର ଅସୁରକ୍ଷିତ:୬ ସ୍ଥାନରେ ମରାମତି ଆବଶ୍ୟକ

କୋଣାର୍କ ସୂର୍ଯ୍ୟମନ୍ଦିର ଅସୁରକ୍ଷିତ:୬ ସ୍ଥାନରେ ମରାମତି ଆବଶ୍ୟକ

କଟକ ଅଫିସ, ୧୯।୨:କୋଣାର୍କ ସୂର୍ଯ୍ୟମନ୍ଦିର ସୁରକ୍ଷିତ। ମନ୍ଦିର ପ୍ରତି ସେଭଳି କୌଣସି ବିପଦ ନାହିଁ। ଏହିଭଳି କଥା ଆରମ୍ଭରୁ କହି ଆସୁଥିବା ଭାରତୀୟ ପ୍ରନତ୍ତାତ୍ତି୍ବକ ସର୍ବେକ୍ଷଣ (ଏଏସ୍‌ଆଇ) ସଂସ୍ଥା ଶେଷରେ ମାନିଛି ଯେ ମନ୍ଦିର ପ୍ରତି ବିପଦ ରହିଛି। 

ଅଭିଯୁକ୍ତଙ୍କ ଜମିରେ ଖଣିଜ ଷ୍ଟକୟାର୍ଡ

ଅଭିଯୁକ୍ତଙ୍କ ଜମିରେ ଖଣିଜ ଷ୍ଟକୟାର୍ଡ

ଯୋଡ଼ା, ୧୯।୨(ଡି.ଏନ.ଏ.): ଯୋଡ଼ା ଖଣି ମଣ୍ଡଳ ଅନ୍ତର୍ଗତ ବାଂଶପାଣି ରେଳ ସାଇଡିଂ ନିକଟ ଯୋଡ଼ା-ବାମେବାରୀ ରାସ୍ତା ପାର୍ଶ୍ୱରେ ଥିବା ଜଣେ ଅଭିଯୁକ୍ତଙ୍କ ଜମିରେ ଏକ ଶିଳ୍ପ ସଂସ୍ଥାର ଖଣିଜ ଗଛିତ ହେଉଛି। 

ପୁଣି ନକଲି ଜର୍ଦ୍ଦା କାରଖାନା ଠାବ

ପୁଣି ନକଲି ଜର୍ଦ୍ଦା କାରଖାନା ଠାବ

ଭଦ୍ରକ ଅଫିସ, ୧୯।୨ - ଭଦ୍ରକ ଜିଲା ପୁରୁଣାବଜାର ଥାନା ପୋଲିସ ସୋମବାର ମଧ୍ୟାହ୍ନରେ ପୁଣି ଏକ ନକଲି ଜର୍ଦ୍ଦା କାରଖାନା ଠାବ କରିଛି। ମୁଖ୍ୟ କାର୍ପଟଦାର ଫେରାର ହୋଇଯାଇଥିବା ବେଳେ ଲକ୍ଷାଧିକ ଟଙ୍କାର ସାମଗ୍ରୀ, ମେଶିନ, ଏସେନ୍ସ ଓ ସିଲ୍‌ ମେଶିନ ପୋଲିସ ଜବତ କରିଛି। 

ଧାନକିଣାରେ ଅନିୟମିତତା: ଚାଷୀଙ୍କ ଧାରଣା

ଧାନକିଣାରେ ଅନିୟମିତତା: ଚାଷୀଙ୍କ ଧାରଣା

ଭଣ୍ଡାରିପୋଖରୀ, ୧୯।୨ (ଡି.ଏନ.ଏ.) - ଭଣ୍ଡାରିପୋଖରୀ ସଦରମହକୁମାଠାରେ  ଥିବା ନଗୁଁଆ ପ୍ରାଥମିକ କୃଷି ସମବାୟ ସମିତିରେ ଧାନକିଣାରେ ଅନିୟମିତତା ପ୍ରତିବାଦରେ ଚାଷୀମାନେ ସୋମବାର ସମିତି କାର୍ଯ୍ୟାଳୟରେ ତାଲା ପକାଇ ଧାରଣା ଦେଇଥିଲେ।