ସମ୍ବଲପୁର

ଭୟାବହ ଅଗ୍ନିକାଣ୍ଡ: ଯୁବକ ଜୀବନ୍ତ ଦଗ୍ଧ

ଭୟାବହ ଅଗ୍ନିକାଣ୍ଡ: ଯୁବକ ଜୀବନ୍ତ ଦଗ୍ଧ

ବୀରମହାରାଜପୁର,୨୩।୧(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଲୁଟୁପଙ୍କ ପଞ୍ଚାୟତ ଘିଚାପାଲି ଗ୍ରାମରେ ମଙ୍ଗଳବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର  ରଞ୍ଜନ ବିଭାର(୨୯) ଶୋଇଥିବା ବେଳେ କୌଣସି କାରଣରୁ  ଘରେ ନିଆଁ ଲାଗିଯାଇଥିଲା। ଅଗ୍ନିକାଣ୍ଡରେ ଘର ସମ୍ପୂର୍ଣ୍ଣ ଜଳିଯିବା ସହତ  ରଞ୍ଜନ ଜୀବନ୍ତ ଦଗ୍ଧ ହୋଇଛନ୍ତି । ଖବର ପାଇ ବୀରମହାରାଜପୁର ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।  ସୁବଳୟା ଥାନା ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ନିମନ୍ତେ  ବୀରମହାରଜପୁର ଡାକ୍ତରଖାନାକୁ ପଠାଇଛନ୍ତି। ରଞ୍ଜନଙ୍କ ସ୍ତ୍ରୀ ଆଠ ମାସର ଶିଶୁପୁତ୍ରକୁ ନେଇ ବାପଘରକୁ   ଯାଇଥିବା ବେଳେ ରଞ୍ଜନ ଘରେ ଏକୁଟିଆ ଥିଲେ। ବୁଧବାର ବିଧାୟକ ପଦ୍ମନାଭ ବେହେରା ଘଟଣାସ୍ଥଳକୁ ଯାଇଥିବା ଜଣାପଡ଼ିଛି।

All Right Reserved By

ସମ୍ବଲପୁର

ଭଇଁଷାପାଲିରେ ଜଣେ ଦେଲେ ଭୋଟ

ଭଇଁଷାପାଲିରେ ଜଣେ ଦେଲେ ଭୋଟ

ବଲାଙ୍ଗୀର ଅଫିସ, ୧୯ା୪- ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପୁଇଁନ୍ତଲା ବ୍ଳକ୍‌ ଭଇଁଷାପାଲି ପ୍ରାଥମିକ ସ୍କୁଲ ବୁଥ୍‌ରେ ଜଣେ ମାତ୍ର ଭୋଟର ମତଦାନ କରିଛନ୍ତି। 

ଭାଇ ଚାପୁଡ଼ା ମାଡ଼ରେ ଭଉଣୀ ମୃତ

ଭାଇ ଚାପୁଡ଼ା ମାଡ଼ରେ ଭଉଣୀ ମୃତ

ଖଡିଆଳ,୧୯ା୪(ଡି.ଏନ.ଏ.):ନୂଆପଡା ଜିଲା ଖଡିଆଳ ଥାନା ନେହେନା ଗାଁରେ ଜଣେ ବ୍ୟକ୍ତି ନିଜ ଭଉଣୀଙ୍କୁ ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେବା ଏବଂ ପ୍ରମାଣ ନଷ୍ଟ କରିବା ଅଭିଯୋଗ ହୋଇଛି ।

ଭୋଟ ବର୍ଜନ କଲେ ୭ ଗାଁର ଭୋଟର

ଭୋଟ ବର୍ଜନ କଲେ ୭ ଗାଁର ଭୋଟର

ଲୋଇସିଂହା/ବାଲିଗୁଡା/ବେଗୁନିଆପଡା,୧୯ା୪(ଡି.ଏନ୍‌.ଏ.):ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନମଣ୍ଡଳୀର ୩ ଓ କନ୍ଧମାଳ ଜିଲା ବାଲିଗୁଡା ନିର୍ବାଚନମଣ୍ଡଳୀର ୪ ଗଁାର ଭୋଟର ଗୁରୁବାର ଅନୁଷ୍ଠିତ  ସାଧାରଣ ନିର୍ବାଚନକୁ ବର୍ଜନ କରିଛନ୍ତି। 

ଭାଗବତ ସପ୍ତାହ ପାରାୟଣ: ଶିଶୁଙ୍କ ଦ୍ୱାରା ନୃତ୍ୟ ନାଟିକା ଋକ୍ମିଣୀ ବିବାହ ମଞ୍ଚସ୍ଥ

ଭାଗବତ ସପ୍ତାହ ପାରାୟଣ: ଶିଶୁଙ୍କ ଦ୍ୱାରା ନୃତ୍ୟ ନାଟିକା ଋକ୍ମିଣୀ ବିବାହ ମଞ୍ଚସ୍ଥ

ହେମଗିର, ୧୯।୪ (ଡି.ଏନ.ଏ)-ଆଧ୍ୟାତ୍ମିକତା ତଥା ଭଗବତ ପ୍ରେମକୁ ପ୍ରତ୍ୟେକ ମାନବ ଜୀବନରେ ପରିସ୍ଫଟ କରିବା ପାଇଁ ହେମଗିର ବ୍ଲକର ଲୁଆବାହାଲଠାରେ ପ୍ରତ୍ୟେକ ବର୍ଷପରି ଏବର୍ଷ ମଧ୍ୟ ଭାଗବତ ସପ୍ତାହ ପାରାୟଣ, ହରିହାଟର ଆୟୋଜନ କରାଯାଇଛି। 

ଜୀବନର ଶେଷ ଭୋଟ ଦେଲେ ବୃଦ୍ଧା: ଭୋଟ ଦେଇସାରି ମତଦାନ କେନ୍ଦ୍ରରେ ଟଳି ପଡ଼ିଲେ

ଜୀବନର ଶେଷ ଭୋଟ ଦେଲେ ବୃଦ୍ଧା: ଭୋଟ ଦେଇସାରି ମତଦାନ କେନ୍ଦ୍ରରେ ଟଳି ପଡ଼ିଲେ

ସବ୍‌ଡେଗା, ୧୯।୪ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା ସବ୍‌ଡେଗା ବ୍ଲକର କିରାଲଗା କସ୍ତୁରବା ବାଳିକା ବିଦ୍ୟାଳୟ ଭୋଟଗ୍ରହଣ କେନ୍ଦ୍ରର ବୁଥ ନଂ. ୧୬୫ରେ ଜୀବନର ଶେଷ ଭୋଟ ଦେଇଛନ୍ତି ଜଣେ ବୃଦ୍ଧା। 

ଇନ୍ଦ୍ରାବତୀ ଦକ୍ଷିଣ କେନାଲରେ ପାଣି ଛାଡିବା ଦାବି: ଜାରିଙ୍ଗଠାରେ ଚାଷୀଙ୍କ ରାସ୍ତାରୋକୋ

ଇନ୍ଦ୍ରାବତୀ ଦକ୍ଷିଣ କେନାଲରେ ପାଣି ଛାଡିବା ଦାବି: ଜାରିଙ୍ଗଠାରେ ଚାଷୀଙ୍କ ରାସ୍ତାରୋକୋ

ଜୁନାଗଡ,୧୮।୪(ଡି.ଏନ.ଏ.): ଇନ୍ଦ୍ରାବତୀ ଦକ୍ଷିଣ କେନାଲରେ ପାଣି ଛାଡିବା ପାଇଁ ଜାରିଙ୍ଗ ଡ୍ରିଷ୍ଟିବ୍ୟୁଟାରୀର ଚାଷୀମାନେ ଦାବି କରିଛନ୍ତି । ଏହି ପରିପ୍ରେକ୍ଷୀରେ ଜାରିଙ୍ଗ ଛକ ୨୬ନଂ. ଜାତୀୟ ରାଜପଥ ଉପରେ ଗୁରୁବାର ପୂର୍ବାହ୍ନ ୧୦ଟାରୁ ସାଢେ ୧୧ଟା ଦେଢ ଘଣ୍ଟା ଧରି ଚାଷୀମାନେ ରାସ୍ତାରୋକୋ କରିଥିଲେ। ଫଳରେ ରାସ୍ତାରେ ଶତାଧିକ ଯାନବାହନ ଅଟକି ରହିଥିଲା। 

ଘର ଉପରକୁ ମାଡିଗଲା ଟ୍ରକ, ୪ ଆହତ

ଘର ଉପରକୁ ମାଡିଗଲା ଟ୍ରକ, ୪ ଆହତ

ଲାଠୋର, ୧୮ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ ଝଲିଆଲିଟି ଗ୍ରାମର ରାସ୍ତାପାର୍ଶ୍ୱସ୍ଥ ଏକ ଘର ଉପରେ ଏକ ମାଲ ବୋଝେଇ ଟ୍ରକ ମାଡିଯିବାରେ  ୪ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ଗୁରୁତର ରହିଛି। 

ସୁନ୍ଦରଗଡ଼ରେ ନିର୍ବାଚନୀ ହିଂସା: ବିଜେଡି ପ୍ରାର୍ଥୀ ଯୋଗେଶ ସିଂଙ୍କ ଭାଇ, ଖବରଦାତାଙ୍କ ଉପରେ ଭାଜପା ସମର୍ଥକଙ୍କ ଆକ୍ରମଣ ଅଭିଯୋଗ; ୪ ଗିରଫ

ସୁନ୍ଦରଗଡ଼ରେ ନିର୍ବାଚନୀ ହିଂସା: ବିଜେଡି ପ୍ରାର୍ଥୀ ଯୋଗେଶ ସିଂଙ୍କ ଭାଇ, ଖବରଦାତାଙ୍କ ଉପରେ ଭାଜପା ସମର୍ଥକଙ୍କ ଆକ୍ରମଣ ଅଭିଯୋଗ; ୪ ଗିରଫ

ସୁନ୍ଦରଗଡ , ୧୮।୪ (ଡି.ଏନ୍‌.ଏ.): ଭୋଟଗ୍ରହଣ ପୂର୍ବରୁ ବୁଧୁବାର ସନ୍ଧ୍ୟା ଓ ବିଳମ୍ବିତ ରାତିରେ ପୃଥକ ଭାବେ ୨ଟି ସ୍ଥାନରେ ନିର୍ବାଚନୀ ହିଂସା ହୋଇଛି। ସୁନ୍ଦରଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀର ସାଲେପାଲି ଓ ରାଏବଗା ଗ୍ରାମରେ ପୂର୍ବତନ ବିଧାୟକ ତଥା ବିଜେଡି ପ୍ରାର୍ଥୀ ଯୋଗେଶ ସିଂଙ୍କ  ଭାଇ ଓ ସମର୍ଥକଙ୍କ ସମେତ ଜଣେ ଖବରଦାତାଙ୍କ ଉପରେ ପ୍ରତିପକ୍ଷ ଭାଜପା ବିଧାୟକ ପ୍ରାର୍ଥୀନୀ କୁସୁମ ଟେଟେଙ୍କ ସମର୍ଥକ ମାନେ  ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ  ହୋଇଛି। 

ନୂତନ ମତଦାତାଙ୍କ ମଧ୍ୟରେ ଉତ୍ସାହ

ନୂତନ ମତଦାତାଙ୍କ ମଧ୍ୟରେ ଉତ୍ସାହ

ଘଣ୍ଟାପଡ଼ା,୧୮ା୪(ଡି.ଏନ୍‌.ଏ) : ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ୧ ନଂ ଜିଲାପରିଷଦ ଜୋନ୍‌ର ଅନେକ ସ୍ଥାନରେ ଇଭିଏମ ଅଚଳ ହୋଇପଡ଼ିଥିଲା।  ଫଳରେ ୧ ଘଣ୍ଟା ବିଳମ୍ବରେ ମତଦାନ କରିଥିଲେ ଭୋଟର।

ବ୍ରଜରାଜନଗରରେ ନିର୍ବାଚନୀ ହିଂସା: ବିଧାୟିକା ରାଧାରାଣୀ ପଣ୍ଡାଙ୍କ ପିଏସ୍‌ଓଙ୍କୁ ଆକ୍ରମଣ

ବ୍ରଜରାଜନଗରରେ ନିର୍ବାଚନୀ ହିଂସା: ବିଧାୟିକା ରାଧାରାଣୀ ପଣ୍ଡାଙ୍କ ପିଏସ୍‌ଓଙ୍କୁ ଆକ୍ରମଣ

ଝାରସୁଗୁଡା ଅଫିସ,୧୮।୪: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ନିର୍ବାଚନମଣ୍ଡଳୀରେ ଗୁରୁବାର ନିର୍ବାଚନୀ ହିଂସା ଘଟିଛି। ଅପରାହ୍ନରେ ଉକ୍ତ ନିର୍ବାଚନମଣ୍ଡଳୀରେ ଥିବା ଗଙ୍ଗାନଗର ବୁଥ୍‌ ନଂ-୧୮୨କୁ ବିଧାୟିକା ରାଧାରାଣୀ ପଣ୍ଡା ଯାଇଥିଲେ। 

ବିଭିନ୍ନ ସ୍ଥାନରେ ଇଭିଏମ୍‌ ଅଚଳ ଯୋଗୁ ମତଦାନ ବିଳମ୍ବିତ

ବିଭିନ୍ନ ସ୍ଥାନରେ ଇଭିଏମ୍‌ ଅଚଳ ଯୋଗୁ ମତଦାନ ବିଳମ୍ବିତ

ବରଗଡ଼ ଅଫିସ୍‌,୧୮।୪: ବରଗଡ଼ ଜିଲାରେ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ସକାଳ ୭ଟାରୁ ଆରମ୍ଭ ହୋଇଛି। ମାତ୍ର ଜିଲାର ବିଭିନ୍ନ ଭୋଟ ଗ୍ରହଣ କେନ୍ଦ୍ରରେ ରହିଥିବା ଇଭିଏମ୍‌, ଭିଭିପିଏଟି ଅଚଳ ହୋଇଯିବା ଯୋଗୁ ମତଦାନ କାର୍ଯ୍ୟ ବିଳମ୍ବିତ ହୋଇଥିବା ସୂଚନା ମିଳିଛି ।

ମତଦାନ ପାଇଁ ବରଗଡ଼ ବାଲିଟିକ୍ରା ଭୋଟ କେନ୍ଦ୍ରରେ ଭୋଟରଙ୍କ ଲମ୍ବା ଧାଡ଼ି: ଦିନ ୧ଟା ସୁଦ୍ଧା ୩୫.୧୨% ମତଦାନ

ମତଦାନ ପାଇଁ ବରଗଡ଼ ବାଲିଟିକ୍ରା ଭୋଟ କେନ୍ଦ୍ରରେ ଭୋଟରଙ୍କ ଲମ୍ବା ଧାଡ଼ି: ଦିନ ୧ଟା ସୁଦ୍ଧା ୩୫.୧୨% ମତଦାନ

ବରଗଡ଼ ଅଫିସ,୧୮।୪: ବରଗଡ଼ ଜିଲାରେ ଦିନ ୧ଟା ସୁଦ୍ଧା ମତଦାନ ହାର ୩୫.୧୨% ରହିଛି । ଇତିମଧ୍ୟରେ ମାଓବାଦୀ ଅଧ୍ୟୁଷିତ ପଦ୍ମପୁର ନିର୍ବାଚନମଣ୍ଡଳୀରେ ସର୍ବାଧିକ ୩୮ ପ୍ରତିଶତ ମତଦାନ ହୋଇଥିବାବେଳେ ବିଜେପୁର ଓ ଭଟ୍‌ଲି ବିଧାନସଭା ନିର୍ବାଚନମଣ୍ଡଳୀରେ ଏହି ହାର ୩୫% ରହିଛି। 


Model This Week

କ୍ରିଷ୍ଣା
Why Dharitri