ସମ୍ବଲପୁର

ହାତୀ ଆକ୍ରମଣରେ ମହିଳା ମୃତ

ହାତୀ ଆକ୍ରମଣରେ ମହିଳା ମୃତ

ସୁନ୍ଦରଗଡ଼,୨୪।୧(ଡି.ଏନ୍‌.ଏ.) ସୁନ୍ଦରଗଡ଼ ସଦର ବ୍ଲକ ଅନ୍ତର୍ଗତ କଇଁସରା ଗ୍ରାମରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାଙ୍କ ନାମ କିଆବତୀ ଭୈଁଷାଲ (୬୫)। ମଙ୍ଗଳବାର ବିଳମ୍ବିତ ରାତିରେ ନିକଟସ୍ଥ ଜାମତଲିଆ ଜବତି ଜଙ୍ଗଲରୁ ଏକ ବଣୁଆ ଦନ୍ତା ହାତୀ ଗାଁକୁ ଚାଲିଆସିଥିଲା। କିଆବତୀଙ୍କ ଘରର ମାଟିକାନ୍ଥ ଭାଙ୍ଗି ହାତୀ ଭିତରେ ପଶିଥିଲା। ଧାନ ଚାଉଳ ନଷ୍ଟ କରିବା ସହ ଘରେ ଶୋଇଥିବା କିଆବତୀଙ୍କୁ ଶୁଣ୍ଢରେ କଚାଡ଼ି ଦେଇଥିଲା। କିଆବତୀ ଓ ତାଙ୍କ ସ୍ବାମୀ ଗୋଟିଏ କୋଠରିରେ ଶୋଇଥିବାବେଳେ ଅନ୍ୟ ଏକ କୋଠରିରେ ପୁଅବୋହୂ ଶୋଇଥିଲେ। କିଆବତୀ କାନ୍ଥ ପାଖରେ ଶୋଇଥିବାବେଳେ ହାତୀ କାନ୍ଥଭାଙ୍ଗି ପ୍ରଥମେ ତାଙ୍କୁ ଶୁଣ୍ଢରେ କଚାଡ଼ି ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ହାତୀକୁ ଦେଖି କିଆବତୀଙ୍କ ସ୍ବାମୀ ଓ ପୁଅବୋହୂ କୌଣସି ମତେ ଜୀବନରକ୍ଷା କରି ବାହାରକୁ ଆସିବା ପରେ ବନ ବିଭାଗକୁ ଖବର ଦେଇଥିଲେ।  ବନବିଭାଗ ଅଧିକାରୀ ଓ ଭଷ୍ମା ଥାନା ପୋଲିସ ରାତିରେ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କ ସହାୟତାରେ ହାତୀକୁ ଘଉଡ଼ାଇଥିଲେ। ବୁଧବାର ସକାଳେ ପୋଲିସ କିଆବତୀଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ସୁନ୍ଦରଗଡ଼ ଡାକ୍ତରଖାନା ପଠାଇଛି। ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି। ସୁନ୍ଦରଗଡ଼ ସଦର ରେଞ୍ଜ ଅଫିସର ରୁନେନ୍ଦ୍ର କୁମାର ସ୍ବାଇଁ ଓ ଫରେଷ୍ଟର ପଞ୍ଚ ନାରାୟଣ ସରାଫ ପହଞ୍ଚି କିଆବତୀଙ୍କ ପରିବାରକୁ ୫ହଜାର ଟଙ୍କାର ସହାୟତା ପ୍ରଦାନ କରିଛନ୍ତି। ହାତୀ ଗ୍ରାମର ଆଉ ୫ଜଣଙ୍କ ଘର ଭାଙ୍ଗିଥିବା ଜଣାଯାଇଛି।

All Right Reserved By

ସମ୍ବଲପୁର

ଉତ୍ସବ ପ୍ରଧାନପାଟ ଉଦ୍‌ଯାପିତ

ଉତ୍ସବ ପ୍ରଧାନପାଟ ଉଦ୍‌ଯାପିତ

ଦେବଗଡ଼,୧୬ା୨(ସ୍ବ.ପ୍ର)ପର୍ଯ୍ୟଟନସ୍ଥଳୀ ପ୍ରଧାନପାଟସ୍ଥିତ ମୁକ୍ତାକାଶ ରଙ୍ଗମଞ୍ଚରେ ୫ଦିନ ଦିନ ଧରି ଚାଲିଥିବା ୧୯ତମ ଉସତ୍ବ ପ୍ରଧାନପାଟ-୨୦୧୯ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସନ୍ଧ୍ୟାର କାର୍ଯ୍ୟକ୍ରମରେ  ଜିଲାପାଳ ସୁଧାଂଶୁ ମୋହନ ସାମଲ  ଅଧ୍ୟକ୍ଷତା କରିଥିଲେ। 

ଫସଲବୀମା ପରଦାନ ଦାବିରେ ଚାଷୀକଁର ଧାରନା  : ଲିଖିତ ପରତିଶୁରତି ଦେଲେ ଉପଜିଲାପାଳ

ଫସଲବୀମା ପରଦାନ ଦାବିରେ ଚାଷୀକଁର ଧାରନା : ଲିଖିତ ପରତିଶୁରତି ଦେଲେ ଉପଜିଲାପାଳ

ରେଢାଖୋଲ ୧୬।୨(ଡି.ଏନ.ଏ.): ପ୍ରଧାନମନ୍ତ୍ରୀ ଫସଲବୀମା ପରଦାନ ଦାବିରେ ରେଢ଼ାଖାଲ ବ୍ଲକ ଗଡ଼ଗଡ଼ବାହାଲ ପଁଚେତ୍‌ର ଚାଷୀମାନେ ଶୁକୁରବାର ଉପଜିଲାପାଳକଁର ଦପ୍‌ତର ଆଘେ ଧାରନାରେ ବସିଥିଲେ। ସଖାଲର ପାଖାପାଖି ୧୦ଟାରୁ ୫ଟା ତକ୍‌ ଧାରନା ଦିଆଯାଇଥିଲା। ଉପଜିଲାପାଳ ବିଶିକେଶନ ଦେହୁରୀ ଚାଷୀକୁ ବୀମାଟଁକା ଦେବାର ଲାଗି ପଦକ୍ଷେପ ନିଆଯିବା ବଲି ଲିଖିତ ପରତିଶୁର୍‌ତି ଦେଲା ଉତାରୁ ଧାରନାରୁ ଚାଷୀମାନେ ଉଠିଥିଲେ। 

ଭତାରୁ ବଁଚିତ ୩ କଳାକାର

ଭତାରୁ ବଁଚିତ ୩ କଳାକାର

ଅତାବିରା, ୧୬।୨ (ଡି.ଏନ.ଏ): ରାଏଜ୍‌ ସରକାର ରାଏଜର କଳାକାରମାନକୁ ମାସିକ ୧୨ଶହ ଟଁକା ଲେଖେଁ କଳାକାର ଭତା ଯୁଗେଇ ଦେଉଛନ୍‌। ହେଲେ ଇ ଭତା ଲାଗି ଦରକାରି ପରମାନପତର, ବଏସ, ସଠିକ୍‌ ବିବରନ୍‌ ଦେବାର ଲାଗି ଆବେଦନ ଫର୍ମରେ ଲେଖା ଅଛେ। 

ଅଫିସ କାଯ୍‌ ଚାଲିଛେ ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ : ମଦୁଆକର କବ୍‌ଜାରେ କରମତଲା ପଁଚେତ୍‌

ଅଫିସ କାଯ୍‌ ଚାଲିଛେ ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ : ମଦୁଆକର କବ୍‌ଜାରେ କରମତଲା ପଁଚେତ୍‌

ସଇଁତଲା,୧୬ା୨ (ଡି.ଏନ.ଏ):  ପଁଚେତ୍‌ ଅଫିସ ମଦୁଆକର ଆଡ୍ଡା ପାଲଟିଥିବାର ଲାଗି ପଁଚେତ୍‌ର ସବୁ କାମ୍‌ ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ ଚାଲୁଥିବାର ଖୋଦ୍‌ ସରପଁଚ୍‌ କହୁଛନ୍‌। ଏନ୍‌ତା ଗୁଟେ ଆଶିରିଯ୍‌ ଘଟନା ଦେଖ୍‌ବାକେ ମିଲିଛେ ସଇଁତଲା ବ୍ଲକର କରମତଲା ପଁଚେତ ଅଫିସରେ। 

ଭୂମି ଅଧିକାର ଦାବିରେ ରଣହୁଙ୍କାର

ଭୂମି ଅଧିକାର ଦାବିରେ ରଣହୁଙ୍କାର

ବରଗଡ଼ ଅଫିସ୍‌,୧୫।୨: ଭୂମି ଅଧିକାର ପ୍ରଦାନ ଦାବି ନେଇ ବରଗଡ଼ରେ ଆନ୍ଦୋଳନ ଜୋର୍‌ ଧରିଛି ।

ଧରାପଡିଲେ ୪ ହାଇୱେ ଲୁଟେରା:  ୩୧ଟନ୍‌ ଲୁଟ୍‌ ଲୁହାରଡ୍‌, ଟ୍ରକ୍‌  ଜବତ୍‌

ଧରାପଡିଲେ ୪ ହାଇୱେ ଲୁଟେରା: ୩୧ଟନ୍‌ ଲୁଟ୍‌ ଲୁହାରଡ୍‌, ଟ୍ରକ୍‌ ଜବତ୍‌

 ବଲାଙ୍ଗୀର ଅଫିସ, ୧୫ା୨:ବଲାଙ୍ଗୀର ଜିଲା ପୋଲିସ ଏକ ହାଇୱେ ଲୁଟେରା ଦଳକୁ ଗିରଫ କରି ସେମାନଙ୍କଠାରୁ ସମସ୍ତ ଲୁଟ୍‌ ସାମଗ୍ରୀ ଓ ଲୁଟ୍‌ରେ ବ୍ୟବହୃତ ସାମଗ୍ରୀ ଜବତ୍‌ କରିଛି ।  

ଆନ୍ତଃରାଜ୍ୟ କେନ୍ଦୁକାଠ ର଼୍ୟାକେଟ୍‌ ଠାବ, ୬ଗିରଫ

ଆନ୍ତଃରାଜ୍ୟ କେନ୍ଦୁକାଠ ର଼୍ୟାକେଟ୍‌ ଠାବ, ୬ଗିରଫ

ବଲାଙ୍ଗୀର ଅଫିସ, ୧୫ା୨:ବଲାଙ୍ଗୀର ବନବିଭାଗ ଟିମ୍‌ ଏକ ବଡଧରଣର ଆନ୍ତଃରାଜ୍ୟ କେନ୍ଦୁକାଠ ର଼୍ୟାକେଟ୍‌ ଠାବ କରିଛି ।  ଗୁରୁବାର ବିଳମ୍ବିତ ରାତିରେ କେନ୍ଦୁ କାଠଗଣ୍ଡି ବୋଝେଇ ଏକ ଟ୍ରକ୍‌, ଏକ କାର ଓ ବାଇକ୍‌ ସହ ୬ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।  

ପିରବତୀ ଯୁକ୍ତ ୨ ମହିଳା କଲେଜର ତୃତୀୟ ବାର୍ଷିକ ଉତ୍ସବ

ପିରବତୀ ଯୁକ୍ତ ୨ ମହିଳା କଲେଜର ତୃତୀୟ ବାର୍ଷିକ ଉତ୍ସବ

କର୍ଲାମୁଣ୍ଡା,୧୫।୨(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା ଅଞ୍ଚଳର ଏକମାତ୍ର ପିରବତୀ ଯୁକ୍ତ ୨ ମହିଳା ମହାବିଦ୍ୟାଳୟର ତୃତୀୟ ବାର୍ଷିକ ଉତ୍ସବ ଶୁକ୍ରବାର ପାଳିତ ହୋଇଯାଇଛି। 

ବିପୁଳ ପରିମାଣର ମଦ, ମହୁଲ ପୋଚ ଜବତ

ବିପୁଳ ପରିମାଣର ମଦ, ମହୁଲ ପୋଚ ଜବତ

ପାଟଣାଗଡ, ୧୫।୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ପାଟଣାଗଡ ବ୍ଲକର ରେଙ୍ଗାଲି ଏବଂ ଛେଲଖାଇ ଗ୍ରାମରେ ଅବକାରୀ ବିଭାଗ ଚଢାଉ କରି ବିପୁଳ ପରିମାଣର ଦେଶୀ ରନ୍ଧାମଦ ଏବଂ ମହୁଲ ପୋଚ ଜବତ କରିଛି। 

ସଂକଳ୍ପିତ ହେଲେ ସବୁକାମ ସମ୍ଭବ ହେବ

ସଂକଳ୍ପିତ ହେଲେ ସବୁକାମ ସମ୍ଭବ ହେବ

ଅମରପାଲି,୧୫।୨(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ଗ୍ରାମ ପଞ୍ଚାୟତର ଭୁତିଆପାଲିସ୍ଥିତ ପରମେଶ୍ୱରୀ କଲେଜରେ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଛି।

ଅବକାରୀ ବିଭାଗ ଚଢ଼ାଉ: ଦେଶୀ ମଦ ଜବତ, ୬ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଅବକାରୀ ବିଭାଗ ଚଢ଼ାଉ: ଦେଶୀ ମଦ ଜବତ, ୬ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ପାଟଣାଗଡ଼,୧୫।୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକର ରେଙ୍ଗାଲି ଏବଂ ଛେଲଖାଇ ଗ୍ରାମରେ ଅବକାରୀ ବିଭାଗ ଶୁକ୍ରବାର ଚଢ଼ାଉ କରିଛିି। ଏହି ଚଢ଼ାଉରେ ଜଣେ ମହିଳା ସମେତ ୫ ଜଣଙ୍କୁ ଗିରଫ କରାଯିବା ବେଳେ ୧୭୬ ଲିଟର ଦେଶୀ ରନ୍ଧା ମଦ, ୧୨୦ କେଜି ମହୁଲ ଏବଂ ରେଙ୍ଗାଲି ଜଙ୍ଗଲରୁ ୩.୫ କୁଇଣ୍ଟାଲ ମହୁଲ ପୋଚ ଜବତ କରିଥିଲେ। 

ସପନ୍‌ ହେଇ ରହିଗଲା ପକାଘର: ଭୁଲ କଲା ପରଶାସନ, ଦୁଖ୍‌ ଭୁଗ୍‌ଲେ ଅମ୍ବରିଶ

ସପନ୍‌ ହେଇ ରହିଗଲା ପକାଘର: ଭୁଲ କଲା ପରଶାସନ, ଦୁଖ୍‌ ଭୁଗ୍‌ଲେ ଅମ୍ବରିଶ

ଉଲୁଣ୍ଡା, ୧୫।୨ (ଡି.ଏନ.ଏ): ପଁଚେତ୍‌ କଁଥିରେ ୨୦୧୬ ଏପ୍ରିଲ ମାସେ ଛପାହେଲା ନାଁ। ସରକାରୀ ଆବାସ ଯୋଜନାରେ ପକାଘର ଖଁଡ଼େ ମିଲବା ଇ ଆଶାରେ ସେ ଖୁସ୍‌ଥିଲେ।