ସମ୍ବଲପୁର

ପଞ୍ଚାୟତ ଜମି ଜବରଦଖଲ: ସରକାରୀ କୂଅ, ନଳକୂଅ ବି ଜବରଦଖଲରେ

ପଞ୍ଚାୟତ ଜମି ଜବରଦଖଲ:  ସରକାରୀ କୂଅ, ନଳକୂଅ ବି ଜବରଦଖଲରେ

ନୂଆଗାଁ, ୨୪।୧ (ଡି.ଏନ.ଏ)- ସୁନ୍ଦରଗଡ ଜିଲାର ଉପାନ୍ତ ତଥା ଆଦିବାସୀ ବହୁଳ ନୂଆଗାଁ ବ୍ଲକରେ ରହିଛି ମୋଟ ୨୦ଟି ପଞ୍ଚାୟତ। ସେଥିମଧ୍ୟରୁ ସଦର ନୂଆଗାଁ ପଞ୍ଚାୟତ ଅନ୍ୟତମ। ସଦର ପଞ୍ଚାୟତ ହୋଇଥିବାରୁ ଏହା ନିଶ୍ଚିତ ରୂପେ ବ୍ଲକରେ ଏକ ପ୍ରମୁଖ ପଞ୍ଚାୟତ ଭାବରେ ରହିଛି। ୧୯୫୪ ମସିହାରେ ସ୍ଥାପିତ ହୋଇଥିବା ଏହି ପଞ୍ଚାୟତର ନିଜସ୍ବ ଜମି ରହିଛି ମୋଟ ୧ଏକର ୨୨ ଡିସିମିଲ। ଯାହାର ଖାତା ନଂ. ହେଉଛି ୧୦୯, ମୌଜା- ନୂଆଗାଁ, ପ୍ଲଟ ନଂ.୭୦୧। ମାତ୍ର ଦୁର୍ଭାଗ୍ୟର ବିଷୟ ବର୍ତ୍ତମାନ ସ୍ଥିତିରେ ନୂଆଗାଁ ପଞ୍ଚାୟତ ନିଜସ୍ବ ପଞ୍ଚାୟତ କାର୍ଯ୍ୟାଳୟ ଏବଂ ମାତ୍ର ୧୪ଟି ଦୋକାନ ଘର ବ୍ୟତୀତ ଆଉ ସମସ୍ତ ଜମି ହାତଛଡା କରିଛି। ବେଆଇନ ଜବରଦଖଲରେ ରହିଛି ପ୍ରାୟ ୯୫ ଡିସିମିଲରୁ ଅଧିକ ଜମି। ଏହି ଜମି ଉପରେ ଜବରଦଖଲକାରୀମାନେ ଘର ତିଆରି କରି ଭଡା ଆଦାୟ କରୁଛନ୍ତି। ଏପରିକି ପଞ୍ଚାୟତର ନିଜସ୍ବ କୂଅ ଓ ନଳକୂଅ ମଧ୍ୟ ଜବରଦଖଲକାରୀଙ୍କ କବଜାରେ ରହିଥିବା ଅଭିଯୋଗ ହୋଇଛି। ଦିନିଥିଲା ଏହି ସରକାରୀ କୂଅଟି ନୂଆଗାଁବଜାରର ସମସ୍ତ ଦୋକାନୀଙ୍କୁ ପାନୀୟ ଜଳ ଯୋଗାଇବାରେ ପ୍ରମୁଖ ଭୁମିକା ଗ୍ରହଣ କରିଥିବା ବେଳେ ସାଧାରଣ ଲୋକେ ମଧ୍ୟ କୂଅରୁ ପାଣି ପିଉଥିଲେ। ଗତ ୨୦୧୬ ମସିହା ନଭେମ୍ବର ୨୯ରେ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ନୂଆଗାଁ ଚିଠି ନଂ. ୧୦୮୭ ଅନୁଯାୟୀ ପୂର୍ବତନ ସରପଞ୍ଚ ପ୍ରକାଶ ଯୋଜ ଏକ ନୋଟିସ ମାଧ୍ୟମରେ ଜବରଦଖଲ ଉଚ୍ଛେଦ ନେଇ ପ୍ରକ୍ରିୟା ଆରମ୍ଭ କରିଥିଲେ। ଏହାର ଅବିକଳ ନକଲ ନୂଆଗାଁ ବିଡିଓ ଓ ପାନପୋଷ ଉପଜିଲାପାଳଙ୍କୁ ମଧ୍ୟ ପଠାଯାଇଥିଲା। ହେଲେ ଏହା ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲା ନାହିଁ। ନିକଟରେ ଆଉ ଥରେ ନୂଆଗାଁ ପଞ୍ଚାୟତ ପକ୍ଷରୁ ଆଉ ଏକ ରିଜ୍ୟୁଲେସନ୍‌ କରି ଅନୁରୂପ ଭାବେ ସମସ୍ତ ପଦାଧିକାରୀଙ୍କୁ ଦିଆଯାଇଥିଲା। ତଥାପି ଏନେଇ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବା ନେଇ ସରପଞ୍ଚ ସାବିନା ସୁରିନ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ପଞ୍ଚାୟତ ଜମି ଜବରଦଖଲ ଯୋଗୁ ନୂଆଗାଁ ସଦର ମହକୁମା ରାସ୍ତା ଏବେ ସଂକୁଚିତ ହେବାରେ ଲାଗିଛି। ଗାଡି ମୋଟର ଯିବା ଆସିବା ବହୁ ସମସ୍ୟା ସୃଷ୍ଟି ହେଉଛି। ଏପରିକି ନୂଆଗାଁ ସଦର ମହକୁମାରେ ସପ୍ତାହରେ ୨ଦିନ ସୋମବାର ଓ ଗୁରୁବାର ବସୁଥିବା ସାପ୍ତାହିକ ହାଟ ରାସ୍ତା ଉପରେ ବସୁଛି। ସେହି ଦୁଇ ଦିନ ରାସ୍ତା ଏତେ ଭିଡ ରହୁଛି ଯେ, କୌଣସି ଗାଡିମୋଟର ଯିବା ଆସିବା କଷ୍ଟକର ହୋଇପଡୁଛି। ଏପରିକି ରୋଗୀଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସକୁ ମଧ୍ୟ ରାସ୍ତା ପାରି ହେବାକୁ ବହୁ ସମସ୍ୟା ଉପୁଜୁଛି। ଏପରି ସ୍ଥଳେ ପ୍ରଶାସନ ଦେଖଣାହାରି ସାଜିଥିବା ସେ ଅଭିଯୋଗ କରିଛନ୍ତି। 

ନୂଆଗାଁ ପଞ୍ଚାୟତ ଜମି ଜବରଦଖଲ ବର୍ଷେ କି ୨ବର୍ଷ ନୁହେଁ, ଦୀର୍ଘ ୨୦ ବର୍ଷରୁ ଊର୍ଦ୍ଧ୍ୱ ହେବ ଧିରେ ଧିରେ ଜବରଦଖଲକାରୀମାନେ ନୂଆଗାଁ ଅଞ୍ଚଳର କେତେକ ପ୍ରଭାବଶାଳୀ ଲୋକଙ୍କୁ ହାତଗୁଞ୍ଜା ଦେଇ ଏଭଳି ବେଆଇନ ଭାବେ ପଞ୍ଚାୟତ ଜମିକୁ ମାଡି ବସିଛନ୍ତି। ଜବରଦଖଲ ଯୋଗୁ ବର୍ଷା ପାଣି ଯିବାକୁ ନାଳ ନାହିଁ। ଏତେ ବଡ ସଦର ପଞ୍ଚାୟତରେ ଶୌଚାଳୟ ନିର୍ମାଣ ପାଇଁ ଟଙ୍କା ଆସିଛି, ହେଲେ ନିର୍ମାଣ ପାଇଁ ଜାଗା ନାହିଁ। ଜଣେ କି ୨ଜଣ ନୁହେଁ, ଅନେକ ସରପଞ୍ଚ ଅନେକ ବାର ପଞ୍ଚାୟତରେ ରିଜ୍ୟୁଲେସନ୍‌ ମାଧ୍ୟମରେ ଜବରଦଖଲ ଉଚ୍ଛେଦ ପାଇଁ ଚେଷ୍ଟା କରିଥିଲେ ହେଁ ରାଜନୈତିକ ଚାପ ଆଗରେ ବନ୍ଧା ପଡିଛି ନୂଆଗାଁ ପଞ୍ଚାୟତ ଜମି। ସୋମବାର ଏନେଇ ସ୍ଥାନୀୟ ସରପଞ୍ଚ ଓ ଶତାଧିକ ଲୋକ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ଲିଖିତ ଭାବେ ଜଣାଇଛନ୍ତି।

All Right Reserved By

ସମ୍ବଲପୁର

ଉତ୍ସବ ପ୍ରଧାନପାଟ ଉଦ୍‌ଯାପିତ

ଉତ୍ସବ ପ୍ରଧାନପାଟ ଉଦ୍‌ଯାପିତ

ଦେବଗଡ଼,୧୬ା୨(ସ୍ବ.ପ୍ର)ପର୍ଯ୍ୟଟନସ୍ଥଳୀ ପ୍ରଧାନପାଟସ୍ଥିତ ମୁକ୍ତାକାଶ ରଙ୍ଗମଞ୍ଚରେ ୫ଦିନ ଦିନ ଧରି ଚାଲିଥିବା ୧୯ତମ ଉସତ୍ବ ପ୍ରଧାନପାଟ-୨୦୧୯ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସନ୍ଧ୍ୟାର କାର୍ଯ୍ୟକ୍ରମରେ  ଜିଲାପାଳ ସୁଧାଂଶୁ ମୋହନ ସାମଲ  ଅଧ୍ୟକ୍ଷତା କରିଥିଲେ। 

ଫସଲବୀମା ପରଦାନ ଦାବିରେ ଚାଷୀକଁର ଧାରନା  : ଲିଖିତ ପରତିଶୁରତି ଦେଲେ ଉପଜିଲାପାଳ

ଫସଲବୀମା ପରଦାନ ଦାବିରେ ଚାଷୀକଁର ଧାରନା : ଲିଖିତ ପରତିଶୁରତି ଦେଲେ ଉପଜିଲାପାଳ

ରେଢାଖୋଲ ୧୬।୨(ଡି.ଏନ.ଏ.): ପ୍ରଧାନମନ୍ତ୍ରୀ ଫସଲବୀମା ପରଦାନ ଦାବିରେ ରେଢ଼ାଖାଲ ବ୍ଲକ ଗଡ଼ଗଡ଼ବାହାଲ ପଁଚେତ୍‌ର ଚାଷୀମାନେ ଶୁକୁରବାର ଉପଜିଲାପାଳକଁର ଦପ୍‌ତର ଆଘେ ଧାରନାରେ ବସିଥିଲେ। ସଖାଲର ପାଖାପାଖି ୧୦ଟାରୁ ୫ଟା ତକ୍‌ ଧାରନା ଦିଆଯାଇଥିଲା। ଉପଜିଲାପାଳ ବିଶିକେଶନ ଦେହୁରୀ ଚାଷୀକୁ ବୀମାଟଁକା ଦେବାର ଲାଗି ପଦକ୍ଷେପ ନିଆଯିବା ବଲି ଲିଖିତ ପରତିଶୁର୍‌ତି ଦେଲା ଉତାରୁ ଧାରନାରୁ ଚାଷୀମାନେ ଉଠିଥିଲେ। 

ଭତାରୁ ବଁଚିତ ୩ କଳାକାର

ଭତାରୁ ବଁଚିତ ୩ କଳାକାର

ଅତାବିରା, ୧୬।୨ (ଡି.ଏନ.ଏ): ରାଏଜ୍‌ ସରକାର ରାଏଜର କଳାକାରମାନକୁ ମାସିକ ୧୨ଶହ ଟଁକା ଲେଖେଁ କଳାକାର ଭତା ଯୁଗେଇ ଦେଉଛନ୍‌। ହେଲେ ଇ ଭତା ଲାଗି ଦରକାରି ପରମାନପତର, ବଏସ, ସଠିକ୍‌ ବିବରନ୍‌ ଦେବାର ଲାଗି ଆବେଦନ ଫର୍ମରେ ଲେଖା ଅଛେ। 

ଅଫିସ କାଯ୍‌ ଚାଲିଛେ ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ : ମଦୁଆକର କବ୍‌ଜାରେ କରମତଲା ପଁଚେତ୍‌

ଅଫିସ କାଯ୍‌ ଚାଲିଛେ ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ : ମଦୁଆକର କବ୍‌ଜାରେ କରମତଲା ପଁଚେତ୍‌

ସଇଁତଲା,୧୬ା୨ (ଡି.ଏନ.ଏ):  ପଁଚେତ୍‌ ଅଫିସ ମଦୁଆକର ଆଡ୍ଡା ପାଲଟିଥିବାର ଲାଗି ପଁଚେତ୍‌ର ସବୁ କାମ୍‌ ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ ଚାଲୁଥିବାର ଖୋଦ୍‌ ସରପଁଚ୍‌ କହୁଛନ୍‌। ଏନ୍‌ତା ଗୁଟେ ଆଶିରିଯ୍‌ ଘଟନା ଦେଖ୍‌ବାକେ ମିଲିଛେ ସଇଁତଲା ବ୍ଲକର କରମତଲା ପଁଚେତ ଅଫିସରେ। 

ଭୂମି ଅଧିକାର ଦାବିରେ ରଣହୁଙ୍କାର

ଭୂମି ଅଧିକାର ଦାବିରେ ରଣହୁଙ୍କାର

ବରଗଡ଼ ଅଫିସ୍‌,୧୫।୨: ଭୂମି ଅଧିକାର ପ୍ରଦାନ ଦାବି ନେଇ ବରଗଡ଼ରେ ଆନ୍ଦୋଳନ ଜୋର୍‌ ଧରିଛି ।

ଧରାପଡିଲେ ୪ ହାଇୱେ ଲୁଟେରା:  ୩୧ଟନ୍‌ ଲୁଟ୍‌ ଲୁହାରଡ୍‌, ଟ୍ରକ୍‌  ଜବତ୍‌

ଧରାପଡିଲେ ୪ ହାଇୱେ ଲୁଟେରା: ୩୧ଟନ୍‌ ଲୁଟ୍‌ ଲୁହାରଡ୍‌, ଟ୍ରକ୍‌ ଜବତ୍‌

 ବଲାଙ୍ଗୀର ଅଫିସ, ୧୫ା୨:ବଲାଙ୍ଗୀର ଜିଲା ପୋଲିସ ଏକ ହାଇୱେ ଲୁଟେରା ଦଳକୁ ଗିରଫ କରି ସେମାନଙ୍କଠାରୁ ସମସ୍ତ ଲୁଟ୍‌ ସାମଗ୍ରୀ ଓ ଲୁଟ୍‌ରେ ବ୍ୟବହୃତ ସାମଗ୍ରୀ ଜବତ୍‌ କରିଛି ।  

ଆନ୍ତଃରାଜ୍ୟ କେନ୍ଦୁକାଠ ର଼୍ୟାକେଟ୍‌ ଠାବ, ୬ଗିରଫ

ଆନ୍ତଃରାଜ୍ୟ କେନ୍ଦୁକାଠ ର଼୍ୟାକେଟ୍‌ ଠାବ, ୬ଗିରଫ

ବଲାଙ୍ଗୀର ଅଫିସ, ୧୫ା୨:ବଲାଙ୍ଗୀର ବନବିଭାଗ ଟିମ୍‌ ଏକ ବଡଧରଣର ଆନ୍ତଃରାଜ୍ୟ କେନ୍ଦୁକାଠ ର଼୍ୟାକେଟ୍‌ ଠାବ କରିଛି ।  ଗୁରୁବାର ବିଳମ୍ବିତ ରାତିରେ କେନ୍ଦୁ କାଠଗଣ୍ଡି ବୋଝେଇ ଏକ ଟ୍ରକ୍‌, ଏକ କାର ଓ ବାଇକ୍‌ ସହ ୬ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।  

ପିରବତୀ ଯୁକ୍ତ ୨ ମହିଳା କଲେଜର ତୃତୀୟ ବାର୍ଷିକ ଉତ୍ସବ

ପିରବତୀ ଯୁକ୍ତ ୨ ମହିଳା କଲେଜର ତୃତୀୟ ବାର୍ଷିକ ଉତ୍ସବ

କର୍ଲାମୁଣ୍ଡା,୧୫।୨(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା ଅଞ୍ଚଳର ଏକମାତ୍ର ପିରବତୀ ଯୁକ୍ତ ୨ ମହିଳା ମହାବିଦ୍ୟାଳୟର ତୃତୀୟ ବାର୍ଷିକ ଉତ୍ସବ ଶୁକ୍ରବାର ପାଳିତ ହୋଇଯାଇଛି। 

ବିପୁଳ ପରିମାଣର ମଦ, ମହୁଲ ପୋଚ ଜବତ

ବିପୁଳ ପରିମାଣର ମଦ, ମହୁଲ ପୋଚ ଜବତ

ପାଟଣାଗଡ, ୧୫।୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ପାଟଣାଗଡ ବ୍ଲକର ରେଙ୍ଗାଲି ଏବଂ ଛେଲଖାଇ ଗ୍ରାମରେ ଅବକାରୀ ବିଭାଗ ଚଢାଉ କରି ବିପୁଳ ପରିମାଣର ଦେଶୀ ରନ୍ଧାମଦ ଏବଂ ମହୁଲ ପୋଚ ଜବତ କରିଛି। 

ସଂକଳ୍ପିତ ହେଲେ ସବୁକାମ ସମ୍ଭବ ହେବ

ସଂକଳ୍ପିତ ହେଲେ ସବୁକାମ ସମ୍ଭବ ହେବ

ଅମରପାଲି,୧୫।୨(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ଗ୍ରାମ ପଞ୍ଚାୟତର ଭୁତିଆପାଲିସ୍ଥିତ ପରମେଶ୍ୱରୀ କଲେଜରେ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଛି।

ଅବକାରୀ ବିଭାଗ ଚଢ଼ାଉ: ଦେଶୀ ମଦ ଜବତ, ୬ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଅବକାରୀ ବିଭାଗ ଚଢ଼ାଉ: ଦେଶୀ ମଦ ଜବତ, ୬ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ପାଟଣାଗଡ଼,୧୫।୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକର ରେଙ୍ଗାଲି ଏବଂ ଛେଲଖାଇ ଗ୍ରାମରେ ଅବକାରୀ ବିଭାଗ ଶୁକ୍ରବାର ଚଢ଼ାଉ କରିଛିି। ଏହି ଚଢ଼ାଉରେ ଜଣେ ମହିଳା ସମେତ ୫ ଜଣଙ୍କୁ ଗିରଫ କରାଯିବା ବେଳେ ୧୭୬ ଲିଟର ଦେଶୀ ରନ୍ଧା ମଦ, ୧୨୦ କେଜି ମହୁଲ ଏବଂ ରେଙ୍ଗାଲି ଜଙ୍ଗଲରୁ ୩.୫ କୁଇଣ୍ଟାଲ ମହୁଲ ପୋଚ ଜବତ କରିଥିଲେ। 

ସପନ୍‌ ହେଇ ରହିଗଲା ପକାଘର: ଭୁଲ କଲା ପରଶାସନ, ଦୁଖ୍‌ ଭୁଗ୍‌ଲେ ଅମ୍ବରିଶ

ସପନ୍‌ ହେଇ ରହିଗଲା ପକାଘର: ଭୁଲ କଲା ପରଶାସନ, ଦୁଖ୍‌ ଭୁଗ୍‌ଲେ ଅମ୍ବରିଶ

ଉଲୁଣ୍ଡା, ୧୫।୨ (ଡି.ଏନ.ଏ): ପଁଚେତ୍‌ କଁଥିରେ ୨୦୧୬ ଏପ୍ରିଲ ମାସେ ଛପାହେଲା ନାଁ। ସରକାରୀ ଆବାସ ଯୋଜନାରେ ପକାଘର ଖଁଡ଼େ ମିଲବା ଇ ଆଶାରେ ସେ ଖୁସ୍‌ଥିଲେ।