ରାଜ୍ୟ |

କାର୍ଯ୍ୟକ୍ଷମ ହୋଇପାରୁନି ୧୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଶୌଚାଳୟ: ମଙ୍ଗଳା ମନ୍ଦିରକୁ ଆସୁଥିବା ପର୍ଯ୍ୟଟକ ହନ୍ତସନ୍ତ, ଜିଲାପାଳ ଦୃଷ୍ଟି ଦେବାକୁ ଦାବି

କାର୍ଯ୍ୟକ୍ଷମ ହୋଇପାରୁନି ୧୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଶୌଚାଳୟ: ମଙ୍ଗଳା ମନ୍ଦିରକୁ ଆସୁଥିବା ପର୍ଯ୍ୟଟକ ହନ୍ତସନ୍ତ, ଜିଲାପାଳ ଦୃଷ୍ଟି ଦେବାକୁ ଦାବି

କାକଟପୁର,୨୪।୧(ଡି.ଏନ୍‌.ଏ.): ପୁରୀ ଜିଲା କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ ମଙ୍ଗଳା ରାଜ୍ୟର ପ୍ରସିଦ୍ଧ ଅଷ୍ଟଚଣ୍ଡୀଙ୍କ ମଧ୍ୟରୁ ଅନ୍ୟତମ। ଏଣୁ ରାଜ୍ୟର ବିଭିନ୍ନ ସ୍ଥାନରୁ ଓ ରାଜ୍ୟ ବାହାରୁ ଦୈନିକ ଶହ ଶହ ପର୍ଯ୍ୟଟକ କାକଟପୁରକୁ ଆସିଥାଆନ୍ତି। ପର୍ଯ୍ୟଟନ ଋତୁ ବିଶେଷକରି ଚୈତ୍ର ମାସରେ ମା’ଙ୍କ ପ୍ରସିଦ୍ଧ ପର୍ବ ଝାମୁଯାତ୍ରା ଓ ଦଶହରାର ପାର୍ବଣ ପୂଜା ସମୟରେ ପ୍ରତ୍ୟହ ହଜାର ହଜାର ପର୍ଯ୍ୟଟକଙ୍କ ଏଠାରେ ସମାଗମ ହୋଇଥାଏ। ଏହାଛଡ଼ା ଅର୍କକ୍ଷେତ୍ର କୋଣାର୍କ, ଶ୍ରୀକ୍ଷେତ୍ର ପୁରୀ, ଅସ୍ତରଙ୍ଗର ଜାହାନିଆ ପୀର ପୀଠକୁ ଆସୁଥିବା ପର୍ଯ୍ୟଟକମାନେ ମଧ୍ୟ ମା’ଙ୍କ ଦର୍ଶନ କରିବାକୁ କାକଟପୁର ଆସିଥାଆନ୍ତି।  ଏ ସବୁ ସତ୍ତ୍ୱେ ମଧ୍ୟ ଏମାନଙ୍କ ପାଇଁ ଶୌଚାଳୟ ଭଳି ମୌଳିକ ସୁବିଧା ଉପଲବ୍ଧ ହେଉନାହିଁ। ଫଳରେ ପର୍ଯ୍ୟଟକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅଞ୍ଚଳବାସୀ ଓ ସେବକ ସମିତି ପକ୍ଷରୁ ବାରମ୍ବାର ଏ ନେଇ ଦାବି ହେବା ପରେ ମନ୍ଦିର ପାର୍କିଂସ୍ଥଳରେ କେନ୍ଦ୍ର ସରକାରଙ୍କ ପର୍ଯ୍ୟଟନ ବିଭାଗ ପକ୍ଷରୁ ୧୦ ଲକ୍ଷ ଟଙ୍କା ବ୍ୟୟରେ ଏକ ଶୌଚାଳୟ ନିର୍ମାଣ କରାଯାଇଥିଲା। ଏହା ଦୀର୍ଘ ୮ ମାସ ଧରି ଶେଷ ହୋଇଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇ ପାରିନାହିଁ। ଏହା ଜଣେ ଅଣଓଡ଼ିଆ ଠିକାଦାରଙ୍କ ଦ୍ୱାରା ନିର୍ମାଣ ହୋଇଥିବାରୁ ମନ୍ଦିର ପ୍ରଶାସନକୁ ହସ୍ତାନ୍ତର ହୋଇ ପାରିନାହିଁ। ଏ ନେଇ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀ ସୁମନ୍ତ କୁମାର ମହାନ୍ତିଙ୍କୁ ପଚରାଯିବାରେ ସେ କୁହନ୍ତି, ଶୌଚାଳୟକୁ ଠିକାଦାର ଅଥବା କେନ୍ଦ୍ର ପର୍ଯ୍ୟଟନ ବିଭାଗ ପକ୍ଷରୁ ହସ୍ତାନ୍ତର କରାଗଲେ ମନ୍ଦିର ପ୍ରଶାସନ ଏହାକୁ ପରିଚାଳନା କରିବ। ତେବେ ତୁରନ୍ତ ପୁରୀ ଜିଲାପାଳ ଏ ଦିଗରେ ଦୃଷ୍ଟି ଦେଇ ବିହିତ ପଦକ୍ଷେପ ଗ୍ରହଣ କରିବାକୁ ମଙ୍ଗଳା ମନ୍ଦିର ସେବକ ସମିତି ପକ୍ଷରୁ ଦାବି କରାଯାଇଛି।

All Right Reserved By

ରାଜ୍ୟ |

ଜମି ବିକିବା ଆଳରେ ଜାତି ବଦଳାଇ ଏକାଧିକ ଠକେଇ: ବାପ, ପୁଅଙ୍କୁ ଗିରଫକଲା ଇଓଡବ୍ଲ୍ୟୁ

ଜମି ବିକିବା ଆଳରେ ଜାତି ବଦଳାଇ ଏକାଧିକ ଠକେଇ: ବାପ, ପୁଅଙ୍କୁ ଗିରଫକଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର, ୨୨|୨(ବ୍ୟୁରୋ)- ଜମି ବିକ୍ରି ଆଳରେ ଜାଲ୍‌ କାଗଜପତ୍ରରେ ଜାତି ବଦଳାଇ ଏକାଧିକ ଲୋକଙ୍କଠାରୁ ବହୁ ଲକ୍ଷ ଟଙ୍କା ଠକେଇ କରିଥିବା ବାପ ଓ ପୁଅଙ୍କୁ ଗୁରୁବାର କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଗିରଫ କରିଛି। ସେମାନେ ହେଲେ ଇନ୍‌ଫୋସିଟି ଥାନା ଅନ୍ତର୍ଗତ କାନାନବିହାର ଅଞ୍ଚଳର ଅମରେଶ୍ୱର ଦାସ ଓ ତାଙ୍କ ପୁଅ ରତ୍ନାକର ଦାସ।  

ମିଳିଲାନି ଆଡମିଟ୍‌ କାର୍ଡ, ମାଟ୍ରିକ ପରୀକ୍ଷାରୁ ଛାତ୍ର ବଞ୍ଚତ୍ତ

ମିଳିଲାନି ଆଡମିଟ୍‌ କାର୍ଡ, ମାଟ୍ରିକ ପରୀକ୍ଷାରୁ ଛାତ୍ର ବଞ୍ଚତ୍ତ

ପୁରୀ ଅଫିସ,୨୨|୨: ଗତବର୍ଷ ମାଟ୍ରିକ ପରୀକ୍ଷା ମଝିରେ ବାପା ଚାଲିଗଲେ। ମାନସିକ ଅବସ୍ଥା ଠିକ୍‌ ରହିଲା ନାହିଁ। ପରୀକ୍ଷାରେ ଫେଲ୍‌ ହେଲି। ସପ୍ଲିମେଣ୍ଟାରୀ ପରୀକ୍ଷାରେ ଭଲ କରିପାରିଲି ନାହିଁ। ଆଶା କରିଥିଲି ଚଳିତବର୍ଷ ପରୀକ୍ଷା ଦେବି।

ଆଜିଠୁ ଆଇସିଏସ୍‌ଇ ଦଶମ ପରୀକ୍ଷା

ଆଜିଠୁ ଆଇସିଏସ୍‌ଇ ଦଶମ ପରୀକ୍ଷା

ଭୁବନେଶ୍ୱର,୨୨।୨(ବ୍ୟୁରୋ)- କାଉନ୍‌ସିଲ ଫର୍‌  ଇଣ୍ଡିଆନ  ସ୍କୁଲ  ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ(ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଇଣ୍ଡିଆନ ସାର୍ଟିଫିକେଟ୍‌ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ଆଇସିଏସ୍‌ଇ)ର ଦଶମ ଶ୍ରେଣୀ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହେଉଛି। 

ଓଡ଼ିଆ ଭାଷା ଶିକ୍ଷକ ନିଯୁକ୍ତି ଦାବି:  ଇଣ୍ଡିଆ ଗେଟ୍‌ଠାରେ ବିକ୍ଷୋଭ କଲା ଓଡ଼ିଆ ଅନର୍ସ ଛାତ୍ର ସଂସଦ

ଓଡ଼ିଆ ଭାଷା ଶିକ୍ଷକ ନିଯୁକ୍ତି ଦାବି: ଇଣ୍ଡିଆ ଗେଟ୍‌ଠାରେ ବିକ୍ଷୋଭ କଲା ଓଡ଼ିଆ ଅନର୍ସ ଛାତ୍ର ସଂସଦ

ଭୁବନେଶ୍ୱର,୨୨।୨(ବ୍ୟୁରୋ)- ଓଡ଼ିଶାର ଉଚ୍ଚ ବିଦ୍ୟାଳୟଗୁଡ଼ିକରେ ଓଡ଼ିଆ ଭାଷା ଶିକ୍ଷକ ନିଯୁକ୍ତି ଦାବିରେ ଓଡ଼ିଆ ଅନର୍ସ ଛାତ୍ର ସଂସଦ ପକ୍ଷରୁ ଗୁରୁବାର ନୂଆଦିଲ୍ଲୀସ୍ଥିତ ଇଣ୍ଡିଆ ଗେଟ୍‌ଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।

ରାଜ୍ୟସ୍ତରୀୟ ଲୋକକଳା ମହୋତ୍ସବ ଉଦ୍‌ଯାପିତ:  କଳା ଜରିଆରେ ସାମାଜିକ ପରିବର୍ତ୍ତନ ଆସିପାରିବ: ମୁଖ୍ୟମନ୍ତ୍ରୀ

ରାଜ୍ୟସ୍ତରୀୟ ଲୋକକଳା ମହୋତ୍ସବ ଉଦ୍‌ଯାପିତ: କଳା ଜରିଆରେ ସାମାଜିକ ପରିବର୍ତ୍ତନ ଆସିପାରିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୨(ବ୍ୟୁରୋ)- କଳା ଏକତାର ମନ୍ତ୍ର ଦେଇଥାଏ। କଳାରେ ଜାତି, ଧର୍ମ ଓ ଭାଷାର ବିଭେଦ ନ ଥାଏ। କଳା ଜରିଆରେ ସାମାଜିକ ପରିବର୍ତ୍ତନ ଆସିପାରିବ।

ମାଟ୍ରିକ ପ୍ରଶ୍ନପତ୍ର କଣ୍ଟେନର ଓଲଟିଲା

ମାଟ୍ରିକ ପ୍ରଶ୍ନପତ୍ର କଣ୍ଟେନର ଓଲଟିଲା

ବଇଣ୍ଡା, ୨୧ା୨(ଡି.ଏନ.ଏ.)- କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ଲୁହାମୁଣ୍ଡା ଛକଠାରେ ଗୁରୁବାର ଭୋର ସମୟରେ ମାଟ୍ରିକ ପ୍ରଶ୍ନପତ୍ର ନେଇ ଯାଉଥିବା ଏକ କଣ୍ଟେନର ଓଲଟିପଡିଛି। ବଡି ଭୋର୍‌ରୁ କଣ୍ଟେନର(ନଂ. ଟିଏନ୍‌ ୧୮ କେ ୨୮୬୨)ଟି କଟକରୁ ବଲାଙ୍ଗୀର ଅଭିମୁଖେ ଯାଉଥିବାବେଳେ ଭାରସାମ୍ୟ ହରାଇ ରାସ୍ତାକଡରେ ଓଲଟି ପଡିଥିଲା। 

ଖରାଦିନ ଆରମ୍ଭରୁ ପିଇବା ପାଣି ସମସ୍ୟା : ଗୋପ ବ୍ଲକରେ ୫୦୦ରୁ ଊର୍ଦ୍ଧ୍ୱ ନଳକୂପ ଅଚଳ

ଖରାଦିନ ଆରମ୍ଭରୁ ପିଇବା ପାଣି ସମସ୍ୟା : ଗୋପ ବ୍ଲକରେ ୫୦୦ରୁ ଊର୍ଦ୍ଧ୍ୱ ନଳକୂପ ଅଚଳ

ଗୋପ, ୨୧।୨(ଡି.ଏନ୍‌.ଏ.)-ଖରାଦିନ ଆରମ୍ଭରୁ ଗୋପ ବ୍ଲକ ଅଧୀନ ଅଧିକାଂଶ ନଳକୂପରୁ ପିଇବା ପାଣି ନ ବାହାରିବା ଫଳରେ ସାଧାରଣ ଲୋକେ ଏବେ ଚିନ୍ତାରେ ରହିଛନ୍ତି। ଗୋପ ବ୍ଲକ ଅଧୀନ ବିଭିନ୍ନ ଗ୍ରାମ ପଞ୍ଚାୟତରେ ଥିବା ସରକାରୀ ନଳକୂପଗୁଡ଼ିକ ଭାଙ୍ଗି ରୁଜି ପଡ଼ିଥିବାବେଳେ ଅଧିକାଂଶ ନଳକୂପରୁ ଜଳସ୍ତର କମିଯିବାରୁ ପିଇବା ପାଣି ବାହାରୁନାହିଁ। ଫଳରେ ଗୋପ ବ୍ଲକ ଅଧୀନ ଅଧିକାଂଶ ଗାଁରେ ଏବେ ପାଣି ସମସ୍ୟା ଦେଖାଦେଇଛି। 

ଆଖି ବୁଜିଲା ‘ରୋଶନ’

ଆଖି ବୁଜିଲା ‘ରୋଶନ’

ବାରଙ୍ଗ,୨୧।୨(ଡି.ଏନ୍‌.ଏ.)-ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଗତ ୪ ତାରିଖରୁ ଅସୁସ୍ଥ ହୋଇ ମୃତ୍ୟୁ ସହ ସଂଗ୍ରାମ କରୁଥିବା ମହାବଳ ବାଘ ‘ରୋଶନ’ ଶେଷରେ ଆଖି ବୁଜିଛି। ଗୁରୁବାର ଅପରାହ୍ନ ପ୍ରାୟ ୩ଟା ୨୦ରେ ତା’ର ମୃତ୍ୟୁ ଘଟିଛି। ତାକୁ ୧୭ବର୍ଷ ହୋଇଥିଲା। ପଛଗୋଡ଼ ପାରାଲିସିସ୍‌ରେ ଆକ୍ରାନ୍ତ ହେବାରୁ ସେ ଚଲାବୁଲା କରି ନ ପାରି ଗୋଟିଏ ଜାଗାରେ ପଡ଼ିରହୁଥିଲା। 

ପିଏମ-କିଷାନରେ ସାମିଲ ହେବ ଓଡିଶା

ପିଏମ-କିଷାନରେ ସାମିଲ ହେବ ଓଡିଶା

ଭୁବନେଶ୍ୱର,୨୧ା୨(ବ୍ୟୁରୋ)-ପ୍ରଧାନମନ୍ତ୍ରୀ (ପିଏମ)-କିଷାନ ଯୋଜନାରେ ଓଡିଶାର କୃଷକମାନଙ୍କୁ ସାମିଲ କରାଯିବ । ସେହି ଅନୁଯାୟୀ ଆବଶ୍ୟକ ତଥ୍ୟ ସମ୍ପୃକ୍ତ ଓ୍ବେବସାଇଟରେ ଅପଲୋଡ କରିବାକୁ କରିବାକୁ କୃଷି ଓ ଶସକ୍ତିକରଣ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ।

୯୭ଦିନରେ କଣ୍ଟାବାଞ୍ଜି ଜିଲା ଦାବି ଆନ୍ଦୋଳନ

୯୭ଦିନରେ କଣ୍ଟାବାଞ୍ଜି ଜିଲା ଦାବି ଆନ୍ଦୋଳନ

କଣ୍ଟାବାଞ୍ଜି, ୨୧ା୨(ଡି.ଏନ.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଜିଲା ଦାବିକୁ ସମର୍ଥନ କରି ସହରାଞ୍ଚଳର ବିଭିନ୍ନ କ୍ଲବ, ସାମାଜିକ ଅନୁଷ୍ଠାନ, ମହିଳା ଗୋଷ୍ଠୀ, ଟ୍ରେଡ ୟୁନିୟନଠାରୁ ଆରମ୍ଭ କରି ବୁଦ୍ଧିଜୀବୀମାନେ ସାମିଲ ହୋଇଛନ୍ତି। ଧାରଣା ଦିନକୁ ଦିନ ତୀବ୍ରତର ହେବାରେ ଲାଗିଛି ା ତହସିଲ ଅଫିସ ସମ୍ମୁଖରେ ଚାଲିଥିବା ଧାରଣା ଗୁରୁବାର ୯୭ଦିନରେ ପହଞ୍ଚିଛି। 

କଦମ୍ବଗୁଡ଼ା ଛକରେ ମାଓବାଦୀ ପୋଷ୍ଟର

କଦମ୍ବଗୁଡ଼ା ଛକରେ ମାଓବାଦୀ ପୋଷ୍ଟର

ଲାଞ୍ଜିଗଡ଼,୨୧।୨(ଡି.ଏନ.ଏ.): କିଛି ଦିନର ନିରବତା ପରେ ଗୁରୁବାର ମାଓବାଦୀ ସଙ୍ଗଠନ କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ରୋଡ ନିକଟସ୍ଥ କଦମ୍ବଗୁଡା ଛକରେ ପୋଷ୍ଟର ମାରି ନିଜର ଉପସ୍ଥିତି ଜାହିର କରିଛି। ପୂର୍ବରୁ କଦମ୍ବଗୁଡା ଛକ ନିକଟରେ ନିମ୍ନମାନର କାମକୁ ବିରୋଧ କରି ମାଓବାଦୀମାନେ ଜଣେ ଠିକାଦାରଙ୍କ ମିକ୍ସର ମେଶିନ ଜାଳି ଦେଇଥିଲେ। 

ଇଚ୍ଛାପାଲିରେ ବିଶାଳ ଚାଷୀ ସମାବେଶ: ମୁଖ୍ୟମନ୍ତ୍ରୀ କହିଲେ ଆଜିର ବନ୍ଦ କାଳିଆକୁ ବନ୍ଦ କରିପାରିବ ନାହିଁ

ଇଚ୍ଛାପାଲିରେ ବିଶାଳ ଚାଷୀ ସମାବେଶ: ମୁଖ୍ୟମନ୍ତ୍ରୀ କହିଲେ ଆଜିର ବନ୍ଦ କାଳିଆକୁ ବନ୍ଦ କରିପାରିବ ନାହିଁ

ସୋହେଲା,୨୧।୨(ଡି.ଏନ୍‌.ଏ.)- ବରଗଡ ଜିଲା ସୋହେଲା ଇଚ୍ଛାପାଲିରେ ଗୁରୁବାର ରାଜ୍ୟ ସରକାରଙ୍କ ପକ୍ଷରୁ ବିଶାଳ ଚାଷୀ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ କାଳିଆ ଯୋଜନାରେ ରାଜ୍ୟର ୧୪ଲକ୍ଷ ଚାଷୀଙ୍କୁ ୭ଶହ କୋଟି ଟଙ୍କା ପ୍ରଦାନ କରିଥିଲେ।