ସମ୍ପାଦକୀୟ |

ଏଇ ଭାରତରେ

ଏଇ ଭାରତରେ

ପରୀକ୍ଷା ଚାପରୁ ମୁକ୍ତି ପାଇଁ କିଏ କେତେ ପ୍ରକାର ପନ୍ଥା ଆପଣାଇ ଥାଆନ୍ତି। କିଏ ଉପାସନା ପୀଠ ଯାଇ ନିଜ ଆରାଧ୍ୟ ଦେବତାଙ୍କୁ ପ୍ରାର୍ଥନା କରନ୍ତି, କିଏ ପରୀକ୍ଷାରେ ପାସ୍‌ କଲେ ଠାକୁରଙ୍କୁ ବିଭିନ୍ନ ଦେବପ୍ରିୟ ଦ୍ରବ୍ୟ ଭୋଗ ଲଗାଇବେ ବୋଲି କାମନା କରନ୍ତି। କିନ୍ତୁ ପରୀକ୍ଷା ଚାପରୁ ମୁକ୍ତି ଲାଗି ଏକ ସ୍କୁଲରେ ଯଜ୍ଞ ଆୟୋଜନ କରାଯିବା କଥା ସମ୍ପୂର୍ଣ୍ଣ ନିଆରା ନିଶ୍ଚୟ। ମଧ୍ୟପ୍ରଦେଶର ଏକ ସ୍କୁଲରେ ଆପଣାଯାଇଛି ଏଭଳି ଏକ ଧାର୍ମିକ କାର୍ଯ୍ୟକ୍ରମ। ଏଠାରେ ଅନୁଷ୍ଠିତ ହେଉଛି ହୟଗ୍ରୀବ ଯଜ୍ଞ। ଏହାଦ୍ୱାରା ପରୀକ୍ଷାର୍ଥୀ ମାନସିକ ସ୍ତରରେ ଚାପମୁକ୍ତ ରହିପାରିବେ ବୋଲି ଅଭିଭାବକମାନେ ପ୍ରକାଶ କରିଛନ୍ତି। ମଧ୍ୟପ୍ରଦେଶର ଇନ୍ଦୋର ଅନ୍ତର୍ଗତ ସେକ୍ଟର ୫୪ଠାରେ ଥିବା ଏହି ସ୍କୁଲର ଶିକ୍ଷାର୍ଥୀ ଯୋଗ, ପ୍ରାଣାୟାମ ଏବଂ ଧାର୍ମିକ ଗ୍ରନ୍ଥ ପଢ଼ିବା ଉପରେ ଗୁରୁତ୍ୱ ଦେଉଛନ୍ତି। ଏହାଦ୍ୱାରା ପରୀକ୍ଷାର୍ଥୀ ସହଜରେ ଚାପମୁକ୍ତ ହୁଅନ୍ତି। ଏହାଦ୍ୱାରା ପରୀକ୍ଷାର୍ଥୀଙ୍କ ମଧ୍ୟରେ ସକାରାତ୍ମକ ଭାବନା ଜାଗ୍ରତ ହୁଏ ବୋଲି ସ୍କୁଲ ପକ୍ଷରୁ କୁହାଯାଇଛି। ଏଭଳି ଯଜ୍ଞାଦି କର୍ମାନୁଷ୍ଠାନ ଶିକ୍ଷାର୍ଥୀଙ୍କ ନୈତିକ ମୂଲ୍ୟବୋଧକୁ ସୁଦୃଢ଼ କରିବା ସହିତ ଭବିଷ୍ୟତ ଜୀବନଯାପନକୁ ସହଜ କରିଥାଏ ବୋଲି କୁହାଯାଉଛି। ପାଶ୍ଚାତ୍ୟ ରାଷ୍ଟ୍ରଗୁଡିକରେ ମାନସିକ ସ୍ଥିରତା ଲାଗି କରାଯାଉଥିବା ଏଭଳି ଉପାୟକୁ ‘ଷ୍ଟାବିଲିଟି ଅଫ୍‌ ମାଇଣ୍ଡ୍‌’ କୁହାଯାଏ। ତେବେ ସ୍କୁଲ ପକ୍ଷରୁ ଭାରତୀୟ ପରମ୍ପରା ଶୈଳୀରେ ଏଭଳି ଯଜ୍ଞର ଆୟୋଜନ ପରୀକ୍ଷାର୍ଥୀଙ୍କ ମାନସିକ ସ୍ଥିରତା ଆଣିବାରେ ଖୁବ୍‌ ସହାୟକ ହୋଇପାରିବ ବୋଲି ଆଶା କରାଯାଏ।


All Right Reserved By

ସମ୍ପାଦକୀୟ |

 ସମ୍ପାଦକୀୟ/ ନ୍ୟାୟାଳୟ ଉପରେ ଛିଟା

ସମ୍ପାଦକୀୟ/ ନ୍ୟାୟାଳୟ ଉପରେ ଛିଟା

ଭାରତୀୟ ନ୍ୟାୟପାଳିକାର ସର୍ବୋଚ୍ଚ ଆସନ ଉପରେ ପୁନର୍ବାର କଳାବାଦଲ ଘୋଟିଯାଇଛି। ବର୍ତ୍ତମାନର ପ୍ରଧାନ ବିଚାରପତି(ସିଜେଆଇ) ରଞ୍ଜନ ଗୋଗୋଇଙ୍କ ସମେତ ବରିଷ୍ଠ ବିଚାରପତି ଜଷ୍ଟିସ୍‌ ଚେଲାମେଶ୍ୱର, ମଦନ ବି ଲକୁର ଏବଂ କୁରିୟନ ଯୋଶେଫ୍‌ ତତ୍‌କାଳୀନ ପ୍ରଧାନ ବିଚାରପତି ଦୀପକ ମିଶ୍ରଙ୍କ ବିରୋଧରେ ମାମଲା ବଣ୍ଟନରେ ଅନି..

ତଥ୍ୟ ପ୍ରଦାନରେ ସରକାରଙ୍କ ପଛଘୁଞ୍ଚା

ତଥ୍ୟ ପ୍ରଦାନରେ ସରକାରଙ୍କ ପଛଘୁଞ୍ଚା

ତତ୍ତ୍ୱ ଓ ତର୍କ/ ବିମଳ ପ୍ରସାଦ ପାଣ୍ଡିଆ 

ଲୋକଙ୍କଠାରୁ ତଥ୍ୟ ଲୁଚାଇବାରେ ସରକାରୀ ବିଭାଗଗୁଡ଼ିକ ମଧ୍ୟରେ କେନ୍ଦ୍ର ସରକାରଙ୍କ ପାନୀୟ ଜଳ ଓ ପରିମଳ ମନ୍ତ୍ରଣାଳୟ ବୋଧହୁଏ ସବୁଠୁ ଆଗରେ। ପୂର୍ବ ସରକାର ସମୟରେ ଏହି ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଦୁଇଟି ପ୍ରମୁଖ କାର୍ଯ୍ୟକ୍ରମ ଯଥା ରାଷ୍ଟ୍ରୀୟ ଗ୍ରାମ୍ୟ ପାନୀୟ ଜଳ କାର୍ଯ୍ୟକ୍ରମ ଓ ସମ୍ପୂର୍ଣ୍ଣ ପରିମଳ ଅଭିଯାନ ପାଇଁ ଏକ ବଳିଷ୍ଠ ତଥ୍ୟ ପ..

କିଏ ଏଇ ମା’

କିଏ ଏଇ ମା’

ସୁଧିରାଜ ରାଉତ

ବର୍ଷା ମାସ। ଇନ୍ଦ୍ରାବତୀ ଜଳଭଣ୍ଡାର ସାମର୍ଥ୍ୟଠାରୁ ଅଧିକ ଜଳରେ ପୂର୍ଣ୍ଣହୋଇ ମନେହେଉଥିଲା ସତେ ଅବା ଏକ ମାଟିଆ ସମୁଦ୍ର। କୂଳରେ ବନ୍ଧା ହୋଇଥିବା ଡଙ୍ଗାକୁ ଫିଟାଇଦେଇ ବନ୍ଧୁଙ୍କୁ କହିଲି ଭଲ ଫଟୋ ନେବାକୁ। ବନ୍ଧୁ ଫଟୋ ଉଠାଉଥାଏ କିନ୍ତୁ ମୋତେ ନେଇ ଡଙ୍ଗାଟି ଧୀରେ ଧୀରେ ଦୂରେଇ ଯାଉଥାଏ କୂଳରୁ। ରୋକିବାର ମୋ ସକଳ ପ୍ରୟାସକୁ ଉପହାସକରି ଡ୍ୟାମ୍‌ର ରିଟର୍ନ କରେଣ୍ଟରେ ଡଙ୍ଗାଟି କୂଳରୁ ପାଞ୍ଚଶହ ମିଟରରୁ ଅଧିକ ଦୂରକୁ ଚାଲିଗଲା। ମେଘ ହେବାର ସମ୍ଭାବନା, ଆଉ ପବନ ଲ..

ଏଇ ଭାରତରେ

ଏଇ ଭାରତରେ

ଏକ ଗଣତାନ୍ତ୍ରିକ ରାଷ୍ଟ୍ରରେ ଜଣେ ବ୍ୟକ୍ତି ମତଦାନ କରି ଲୋକ ପ୍ରତିନିଧି ବାଛିବା ହେଉଛି ମୌଳିକ ଅଧିକାର। ଏହାକୁ  ଆଦୌ ଅଣଦେଖା କରିବା ଉଚିତ ନୁହେଁ। କିନ୍ତୁ କେତେକ ନାଗରିକ ଭୋଟଦାନରୁ ବିରତ ରହିବାକୁ ପସନ୍ଦ କରିଥାଆନ୍ତି। ସେ..

ସମ୍ପାଦକୀୟ/ଦୀପାବଳି କି ଇଦ୍‌ ନୁହେଁ

ସମ୍ପାଦକୀୟ/ଦୀପାବଳି କି ଇଦ୍‌ ନୁହେଁ

ରାଜସ୍ଥାନ ବାର୍ମେର ଜିଲାର ଏକ ନିର୍ବାଚନ ସଭାରେ ଏପ୍ରିଲ ୨୧ରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାକିସ୍ତାନକୁ ସମାଲୋଚନା କରି ଭୋଟ ମାଗିଛନ୍ତିି। ସେ କହିଛନ୍ତି, ଦିନେ ଛାଡ଼ି ଦିନେ ପାକିସ୍ତାନ ବାରମ୍ବାର କହିଆସୁଛି ଯେ, ତା’ ପାଖରେ ପରମାଣୁ ବୋମା ରହିଛି। କିନ୍ତୁ ପାକିସ୍ତାନ ମନେରଖିବା ଉଚିତ ଯେ, ଭାରତ ପାଖରେ ଥିବା ପରମାଣୁ ଅସ୍ତ୍ର ଦୀପାବଳି ପାଇଁ ସାଇତା ..

ଲୋକପ୍ରତିନିଧି କାହାନ୍ତି

ଲୋକପ୍ରତିନିଧି କାହାନ୍ତି

ସହଦେବ ସାହୁ

ବିଲାତକୁ ଗଣତନ୍ତ୍ରର ଜନନୀ କୁହାଯାଏ, କିନ୍ତୁ ତାହାର ଲିଖିତ ସମ୍ବିଧାନ ନାହିଁ, କନ୍‌ଭେନ୍‌ସନ୍‌ ବା ପରମ୍ପରା ସମ୍ବିଧାନର କାମ କରୁଛି: ରାଜା ବା ରାଣୀ ବଂଶାନୁକ୍ରମେ ରାଷ୍ଟ୍ରମୁଖ୍ୟ ହେଉଥିବାରୁ ବିଲାତ ରିପବ୍ଲିକ୍‌ ବା ସାଧାରଣତନ୍ତ୍ର ନୁହେଁ। ଆମ ସମ୍ବିଧାନ-ପ୍ରଣେତାମାନେ ବିଲାତ ଢାଞ୍ଚାର କ୍ୟାବିନେଟ ବା ସଂସଦୀୟ ଗଣତନ୍ତ୍ରକୁ ଅନୁକରଣ ..

ସବୁଥିରେ ପଲିଟିକ୍ସ

ସବୁଥିରେ ପଲିଟିକ୍ସ

ସବ୍ୟସାଚୀ ଅମିତାଭ

ଗଣତନ୍ତ୍ର କ୍ଷମତା ଦେଇଛି। ନିଜେ ନିଜର ଶାସନ କରିବାର କଳା ଲୋକଙ୍କୁ ଶିଖାଇଛି। ହେଲେ ବର୍ତ୍ତମାନ ସମୟର ରାଜନୀତି ଗଣତନ୍ତ୍ରକୁ ଧୀରେ ଧୀରେ କବଳିତ କରିସାରିଲାଣି। ସବୁ କଥାରେ ରାଜନୀତି। ଚାଷୀ ମଲେ ରାଜନୀତି, ପୀଡିତା ଆତ୍ମହତ୍ୟା କଲେ ବି ରାଜନୀତି, ପେଟ୍ରୋଲ ଦର ବଢିଲେ ରାଜନୀତି ଆଉ ଆଦର୍ଶ ହେବାର ..

ଏଇ ଭାରତରେ

ଏଇ ଭାରତରେ

ବିହାରର ଭାଗଲପୁର ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତି ନିଜ ସ୍ତ୍ରୀଙ୍କୁ ତାଙ୍କ ପ୍ରେମିକ ସହ ବିବାହ କରାଇ ଦେଇଛନ୍ତି। କେବଳ ସେତିକି ନୁହେଁ, ଉପହାର ସ୍ବରୂପ ସେ ନିଜ ଅଢ଼େଇ ବର୍ଷର ପୁଅକୁ ମଧ୍ୟ ସ୍ତ୍ରୀଙ୍କ ହାତରେ ଟେକି ଦେଇଛନ୍ତି। ଏହି ଘଟଣା ଏବେ ଭାଗଲପୁରରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ଗାଁର ଅନେକ ଲୋକ ଏହି ବି..

କଲମ୍ବୋ ନିଆଁ

କଲମ୍ବୋ ନିଆଁ

ଦ୍ୱୀପ ଦେଶ ଶ୍ରୀଲଙ୍କାରେ ଦୀର୍ଘ ବର୍ଷ ପରେ ୨୧ ଏପ୍ରିଲ ୨୦୧୯ରେ ଭୟଙ୍କର ଆତଙ୍କ ଦେଖାଦେଇଛି। ରାଜଧାନୀ କଲମ୍ବୋ ଓ ଆଖପାଖ  ଅଞ୍ଚଳର କେତେକ ଚର୍ଚ୍ଚ ଓ ହୋଟେଲରେ ଲଗାତର ୮ଟି ବିସ୍ଫୋରଣରେ ୨୦୭ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ପ୍ରାଣହାନି ଘଟିଥିବା ବେଳେ ୪୦୦ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି। ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବା ଆଶଙ୍କା କରାଯାଉଛି। ମୃତକଙ୍କ ମଧ୍ୟରେ ୪୦ ବିଦେଶୀ ଥିବା ଖବର ମିଳିଛି। 

ଜୀବ ସୁରକ୍ଷା ପୃଥିବୀ ରକ୍ଷା

ଜୀବ ସୁରକ୍ଷା ପୃଥିବୀ ରକ୍ଷା

୨୦୧୯ର ଧରିତ୍ରୀ ଦିବସ ପାଳନ ଅବସରରେ ଦିଆଯାଇଥିବା ସଚେତନଧର୍ମୀ ଡାକରାଟା ହେଉଛି ‘ସବୁ ଜୀବଙ୍କୁ ସୁରକ୍ଷା ଦିଅ।’ ଆଠ ନିୟୁତ ଜୀବ ଜାତିର ପୃଥିବୀଟା ଆଜି ଜୀବ ବିଲୁପ୍ତି ପଥରେ ଅଗ୍ରସର। ସକଳ ଜୀବଙ୍କ ପ୍ରାଣସୂତ୍ର ପୃଥିବୀ ସେମାନଙ୍କ ପ୍ରାଣରକ୍ଷା ପାଇଁ ମଣିଷକୁ ଆହ୍ବାନ କରୁଛି। ତେବେ ମଣିଷ କ’ଣ ଜୀବ ବିଲୁପ୍ତିର କାରଣ ସାଜିଛି? ମଣିଷ ଆବିର୍ଭାବ ପୂର୍ବରୁ ତ ପୁଣି ପୃଥିବୀ ପାଞ୍ଚ ପାଞ୍ଚ ଥର ସମୂହ ବିଲୋପକୁ ସାମନା କରିଛି। 

କହିବା କାହାକୁ, ଶୁଣିବ କିଏ

କହିବା କାହାକୁ, ଶୁଣିବ କିଏ

ଯେଉଁ କଥାକୁ ଡର ଥିଲା ତାହା ହିଁ ହେଲା। ଆଶା ଥିଲା, ସରକାର ଆଉ କିଛି କରନ୍ତୁ ବା ନ କରନ୍ତୁ, ନିର୍ବାଚନ ସମୟରେ ମଦକୁ ନିଶ୍ଚିତ ନିଷିଦ୍ଧ କରିବେ। ହେଲେ, ହେଲା ଠିକ୍‌ ତା’ର ଓଲଟା। ସରକାରଙ୍କ ଅବକାରୀ ବିଭାଗ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ମଦ ଦୋକାନୀଙ୍କ ଲାଇସେନ୍ସକୁ ନବୀକରଣ କରି ଏ କ୍ଷେତ୍ରକୁ ସବୁଜ ସଙ୍କେତ(?) ଦେଇଛନ୍ତି। ଏଥିପାଇଁ ରାଜ୍ୟ ସରକାର ନୂତନ ଭାବେ ଅବକାରୀ ନୀତି ପ୍ରସ୍ତୁତ କରିଛନ୍ତି। 

ଏଇ ଭାରତରେ

ଏଇ ଭାରତରେ

ଗୁଜରାଟର ରାଜକୋଟ ଜିଲା ଅନ୍ତର୍ଗତ ରାଜସମଦିୟାଲ ଗାଁ ଅନ୍ୟ ଗଁାଗୁଡ଼ିକଠାରୁ ନିଆରା। ନିର୍ବାଚନ ସମୟରେ ସବୁଠି ପ୍ରଚାର ଗାଡି ବୁଲୁଥିବା ବେଳେ ଏହି ଗାଁରେ କିନ୍ତୁ ପ୍ରଚାର କରାଯାଇ ନ ଥାଏ। ଗାଁ ଲୋକଙ୍କ ମତରେ ପ୍ରଚାର କରାଗଲେ ପରିବେଶରେ ଶବ୍ଦ ପ୍ରଦୂଷଣ ବୃଦ୍ଧିପାଇବ। ତେଣୁ ସେମାନେ କୌଣସି ପ୍ରଚାରଗାଡିକୁ ଗାଁ ଭିତରକୁ ପ୍ରବେଶ କରିବାକୁ ଦେଇ ନ ଥାନ୍ତି। 



Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri