
ଶ୍ରୀନଗର, ୧୦।୨: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ ଜାରି ରହିଛି। ରବିବାର ଏହି ଘଟଣାରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୫ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଠାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସତର୍କ ସୂଚନା ଦିଆଯାଇଥିଲା। ମାତ୍ର ସେମାନେ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବ୍ରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଗୁଳି ଚାଳନା ହୋଇଥିବା ଭାରତୀୟ ସୁରକ୍ଷା ମୁଖପାତ୍ର ସୂଚନା ଦେଇଛନ୍ତି।