ରାଜ୍ୟ |

ଭାଜପା ପ୍ରତିଶ୍ରୁତି ସମାବେଶକୁ ବିଜେଡିର ଟାର୍ଗେଟ: ‘ଦେଇଥିବା କଥା ପୂରଣ ନ କରି ପୁର୍ନବାର ପ୍ରତିଶ୍ରୁତି ରଖିବା ଦୁର୍ଭାଗ୍ୟଜନକ’

ଭାଜପା ପ୍ରତିଶ୍ରୁତି ସମାବେଶକୁ ବିଜେଡିର ଟାର୍ଗେଟ: ‘ଦେଇଥିବା କଥା ପୂରଣ ନ କରି ପୁର୍ନବାର ପ୍ରତିଶ୍ରୁତି ରଖିବା ଦୁର୍ଭାଗ୍ୟଜନକ’

ଭୁବନେଶ୍ୱର,୧୦।୨(ବ୍ୟୁରୋ)-  ରାଜ୍ୟ ଭାଜପା ପକ୍ଷରୁ ଶନିବାର କରାଯାଇଥିବା ପ୍ରତିଶ୍ରୁତି ସମାବେଶକୁ ୨୪ ଘଣ୍ଟା ପୂରିନାହିଁ। ହେଲେ ବିଜେଡି ପକ୍ଷରୁ ରବିବାର ଖବରଦାତା ସମ୍ମିଳନୀ କରି ଏହାର ଜବାବ ରଖାଯାଇଛି। ଦଳର ସାଧାରଣ ସମ୍ପାଦକ ସଞ୍ଜୟ ଦାସବର୍ମା ଏବଂ ସ୍ବାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା ପ୍ରମୁଖ ଭାଜପା ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଡା ସମାଲୋଚନା କରିଛନ୍ତି। 

ସଞ୍ଜୟ କହିଛନ୍ତି ଯେ, ଭାଜପାକୁ ଭାରତୀୟ ଜନତା ପାର୍ଟି ବଦଳରେ ଭାରତୀୟ ଜୁମ୍‌ଲା ପାର୍ଟି କୁହାଯିବା ଉଚିତ। ପୂର୍ବ ପ୍ରତିଶ୍ରୁତି ପାଳନ ନ କରି ପୁର୍ନବାର କିପରି ପ୍ରତିଶ୍ରୁତିର ପାହାଡ କରାଯାଏ, ତାହା ଏହି ଗୈରିକ ଦଳ ଠାରୁ ଶିଖିବାର ରହିଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୂମିହୀନଙ୍କୁ ପକ୍କାଘର, ସ୍ଥାୟୀ ଜମିପଟ୍ଟା ଏବଂ ବେକାରୀଙ୍କୁ ନିଯୁକ୍ତି ଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ହେଲେ ୫ ବର୍ଷ ପୂର୍ବରୁ କରାଯାଇଥିବା ପ୍ରତିଶ୍ରୁତିକୁ ଭୁଲି ଯାଇଛନ୍ତି। ଧାନର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ୧.୫ଗୁଣା ବୃଦ୍ଧି କରାଯାଇନାହିଁ। ବିଧାନସଭା ଗୃହ କମିଟି ଦ୍ୱାରା ସୁପାରିଶ ୨୯୩୦ ଟଙ୍କା ଏମ୍‌ଏସ୍‌ପିକୁ ଗ୍ରହଣ କରାଗଲା ନାହିଁ। ପ୍ରଧାନମନ୍ତ୍ରୀ ଏ ସମ୍ପର୍କରେ ଆଲୋଚନା ପାଇଁ ଗୋଟାଏ ମିନିଟ୍‌ ସମୟ ଦେଲେ ନାହିଁ। ତେଣୁ ବର୍ତ୍ତମାନ ଭାଜପା ଏବଂ କେନ୍ଦ୍ରମନ୍ତ୍ରୀ ପ୍ରଧାନଙ୍କ ପକ୍ଷରୁ ଦିଆଯାଇଥିବା ପ୍ରତିଶ୍ରୁତି ଧୋକା ବ୍ୟତୀତ ଆଉ କିଛି ନୁହେଁ ବୋଲି ସଞ୍ଜୟ କହିଛନ୍ତି। ସେ ଆହୁରି କହିଛନ୍ତି ଯେ, କୋଇଲା ରୟାଲଟି ସଂଶୋଧନ ନ ହେବା ଦ୍ୱାରା ରାଜ୍ୟ ବହୁ କୋଟି ଟଙ୍କାର ରାଜସ୍ବ ହରାଉଛି। ରେଳବାଇ ଦେଉଥିବା ଟିକସ ଅନୁସାରେ ପ୍ରଦତ୍ତ ଅର୍ଥ ନଗଣ୍ୟ। କେନ୍ଦ୍ର ଦ୍ୱାରା ପ୍ରସ୍ତାବିତ ଶିଳ୍ପ କରିଡର(ମାଡ୍ରାସ-ଭାଇଜାକ୍‌ ଏବଂ ଗୁଜରାଟ-ପଶ୍ଚିମବଙ୍ଗ) ମଧ୍ୟରେ ଓଡ଼ିଶାକୁ ସାମିଲ ନ କରିବା ଦୁର୍ଭାଗ୍ୟଜନକ। ୩୩ଟି ଯୋଜନାରୁ କେନ୍ଦ୍ର ଅର୍ଥ କାଟ କରିବା ସହ ୮ଟି ଯୋଜନାକୁ ଅନୁଦାନ ବନ୍ଦ କରିଦେଇଛି। ମହାନଦୀ,ପୋଲାଭରମ, କୋଷ୍ଟାଲ ହାଇୱେ ଭଳି ପ୍ରସଙ୍ଗରେ କେନ୍ଦ୍ର ଓଡ଼ିଶାର ଯଥାର୍ଥ ଦାବିକୁ ଗ୍ରହଣ କରିନାହିଁ। ନବକଳେବର ସମୟରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକାରୀ ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ , ଦୀଘା-ଗୋପାଳପୁର କୋଷ୍ଟାଲ ହାଇୱେ, ଚନ୍ଦନପୁର-ରାମେଶ୍ୱର ରାସ୍ତା ନିର୍ମାଣ କଥା ଘୋଷଣା କରିଥିଲେ। ଆଶ୍ଚର୍ଯ୍ୟର କଥା କୌଣସି ଗୋଟିଏ ପ୍ରକଳ୍ପ ସମାପ୍ତ ହୋଇ ନାହିଁ। କୋଷ୍ଟାଲ ହାଇୱେରେ ରାଜ୍ୟ ସରକାରଙ୍କ ଦ୍ୱାରା ଦିଆଯାଇଥିବା ଡିପିଆର ଅନୁପାଳନ ହେଉ ନ ଥିବା ସଞ୍ଜୟ ଅଭିଯୋଗ କରିଛନ୍ତି।

 ସ୍ବାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବ୍ରାହ୍ମଣୀ ସେତୁ ଏବଂ ସୁପରସ୍ପେଶିଆଲିଟି ହସ୍ପିଟାଲ କାର୍ଯ୍ୟ ପୂର୍ଣ୍ଣାଙ୍ଗ କଲେ ନାହିଁ, ଏହା ଫଳରେ ଜଣେ ଭାଜପା ବିଧାୟକ ନିଜ ପଦ ଏବଂ ଦଳରୁ ଇସ୍ତଫା ଦେଲେ। ଏହା ପରେ କେନ୍ଦ୍ରମନ୍ତ୍ରୀ ପ୍ରତିଶ୍ରୁତି ଦେବା ଲଜ୍ଜାହୀନ କଥା। ଓଡ଼ିଶାକୁ ସ୍ବତନ୍ତ୍ର ପାହ୍ୟା, ବାର୍ଷିକ ୨ କୋଟି ରୋଜଗାର, ପ୍ରତି ଆକାଉଣ୍ଟକୁ ୧୦ ଲକ୍ଷ ପ୍ରତିଶ୍ରୁତି ଆଜି ପ୍ରତାରଣାରେ ପରିଣତ ହୋଇଛି। ରାଜ୍ୟ ସରକାର ବସୁନ୍ଧରା ଯୋଜନା, ଜାଗା ମିଶନ ଏବଂ ଜଙ୍ଗଲ ଅଧିକାର ଆଇନକୁ ଲାଗୁ କରିବାରେ ସଫଳ ହୋଇଛନ୍ତି। ସମସ୍ତଙ୍କୁ ପକ୍କାଘର ଏବଂ ପଟ୍ଟା ଦେବାରେ ବିଜେଡି ସରକାର ଆଗକୁ ବଢୁଛି। ତେଣୁ ଭାଜପା ଏବଂ କେନ୍ଦ୍ରମନ୍ତ୍ରୀ ରାଜ୍ୟବାସୀଙ୍କୁ ପ୍ରତିଶ୍ରୁତି ଦେବା ନାଁରେ ନ ଠକନ୍ତୁ ବୋଲି ପ୍ରତାପ କହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଏହି ଖବରଦାତା ସମ୍ମିଳନୀରେ ଦଳୀୟ ମୁଖପାତ୍ର ସସ୍ମିତ ପାତ୍ର, ରାଜ୍ୟ ସମ୍ପାଦକ ବିଜୟ ନାୟକ ଏବଂ ଛାତ୍ର ବିଜେଡି ସଭାପତି ରାଣାପ୍ରତାପ ପାତ୍ର ଉପସ୍ଥିତ ରହିଥିଲେ। 

All Right Reserved By

ରାଜ୍ୟ |

ଭଦ୍ରକରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର:  ‘ଶେଷ ନିଃଶ୍ୱାସ ପର୍ଯ୍ୟନ୍ତ ଲୋକଙ୍କ ସେବାରେ ଥିବି’

ଭଦ୍ରକରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର: ‘ଶେଷ ନିଃଶ୍ୱାସ ପର୍ଯ୍ୟନ୍ତ ଲୋକଙ୍କ ସେବାରେ ଥିବି’

ଭଦ୍ରକ ଅଫିସ/ବାସୁଦେବପୁର/ବନ୍ତ/ଧାମନଗର, ୨୪।୪ (ଡି.ଏନ.ଏ.) - ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ପାଇଁ ବିଜେଡି ରାଜ୍ୟ ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭଦ୍ରକ ଜିଲା ଗସ୍ତରେ ଆସି ବିଭିନ୍ନ ସ୍ଥାନରେ ଦଳୀୟ ବିଧାନସଭା ଓ ଲୋକ ସଭା ପ୍ରାର୍ଥୀଙ୍କ ପାଇଁ ମାରାଥନ ପ୍ରଚାର କରି ଫେରିଛନ୍ତି। 

କାଳିଆ ଯୋଜନାକୁ ବନ୍ଦ ହେବାକୁ ଦେବି ନାହିଁ;  ପ୍ରତାପ, ଅନୁଭବଙ୍କୁ ଭୋଟ ଦେଇ ବିଜୟୀ କରନ୍ତୁ: ମୁଖ୍ୟମନ୍ତ୍ରୀ

କାଳିଆ ଯୋଜନାକୁ ବନ୍ଦ ହେବାକୁ ଦେବି ନାହିଁ; ପ୍ରତାପ, ଅନୁଭବଙ୍କୁ ଭୋଟ ଦେଇ ବିଜୟୀ କରନ୍ତୁ: ମୁଖ୍ୟମନ୍ତ୍ରୀ

ମାହାଙ୍ଗା,୨୩ା୪(ସ୍ବ.ପ୍ର.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର କଟକ ଜିଲାର ମାହାଙ୍ଗା ନିର୍ବାଚନମଣ୍ଡଳୀ ଗସ୍ତରେ ଆସି ଜେ.ଏନ. କଲେଜ ପଡ଼ିଆଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଯୋଗ ଦେଇଥିଲେ। 

ବାରୁଅ ବିଜୟ ସଙ୍କଳ୍ପ ସମାବେଶରେ ବର୍ଷିଲେ ମୋଦି: କହିଲେ ନବୀନ ଭଲରେ ବିଦାୟ ନିଅନ୍ତୁ ବୋଲି ଚାହୁଁଥିଲି, ହେଲେ ଏଥର ସେ ବିଦା ହେବା ନିଶ୍ଚିତ

ବାରୁଅ ବିଜୟ ସଙ୍କଳ୍ପ ସମାବେଶରେ ବର୍ଷିଲେ ମୋଦି: କହିଲେ ନବୀନ ଭଲରେ ବିଦାୟ ନିଅନ୍ତୁ ବୋଲି ଚାହୁଁଥିଲି, ହେଲେ ଏଥର ସେ ବିଦା ହେବା ନିଶ୍ଚିତ

କେନ୍ଦ୍ରାପଡ଼ା ଅଫିସ, ୨୩।୪- କେନ୍ଦ୍ରାପଡ଼ା ନିର୍ବାଚନୀ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସମସ୍ତ ବିରୋଧୀ ଦଳଙ୍କୁ ଟାର୍ଗେଟ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଗାଦି ଛାଡିବା ସମୟ ଆସିଗଲାଣି ବୋଲି କହିଥିବା ବେଳେ ରାଫେଲ ପ୍ରସଙ୍ଗକୁ ନେଇ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ସମାଲୋଚନା କରିଛନ୍ତି।

ତୃତୀୟ ପର୍ଯ୍ୟାୟ ନିର୍ବାଚନ: ସନ୍ଧ୍ୟା ୫ଟା ସୁଦ୍ଧା ରାଜ୍ୟରେ ୬୧% ମତଦାନ, ୨ ବୁଥ୍‌ରେ ମତଦାନ ସ୍ଥଗିତ

ତୃତୀୟ ପର୍ଯ୍ୟାୟ ନିର୍ବାଚନ: ସନ୍ଧ୍ୟା ୫ଟା ସୁଦ୍ଧା ରାଜ୍ୟରେ ୬୧% ମତଦାନ, ୨ ବୁଥ୍‌ରେ ମତଦାନ ସ୍ଥଗିତ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ୬ ଲୋକ ସଭା ଓ ୪୨ ବିଧାନସଭା ଆସନ ଲାଗି ମଙ୍ଗଳବାର ମତଦାନ କରାଯାଉଛି। ସକାଳ ୭ଟାରେ ଭୋଟଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୫ଟା ସୁଦ୍ଧା ୬୧% ମତଦାନ ହୋଇଛି। 

ଆସନ୍ତା ୨୫ରେ ୯ ବୁଥ୍‌ରେ ହେବ ସାନି ମତଦାନ

ଆସନ୍ତା ୨୫ରେ ୯ ବୁଥ୍‌ରେ ହେବ ସାନି ମତଦାନ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଆସନ୍ତା ୨୫ରେ ରାଜ୍ୟର ୯ଟି ବୁଥ୍‌ରେ ସାନି ମତଦାନ ହେବ। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ଉକ୍ତ ବୁଥ୍‌ଗୁଡ଼ିକରେ ବିଭିନ୍ନ କାରଣ ନେଇ ମତଦାନ ସ୍ଥଗିତ ରହିଥିଲା। 

ଇଭିଏମ୍‌ରେ ତ୍ରୁଟି ଯୋଗୁ ସତ୍ୟବାଦୀରେ ମତଦାନ ବିଳମ୍ବିତ

ଇଭିଏମ୍‌ରେ ତ୍ରୁଟି ଯୋଗୁ ସତ୍ୟବାଦୀରେ ମତଦାନ ବିଳମ୍ବିତ

ସାକ୍ଷୀଗୋପାଳ, ୨୩।୪(ଡି.ଏନ.ଏ): ପୁରୀ ଜିଲା ସତ୍ୟବାଦୀ ୧୦୯ ବିଧାନସଭା ଓ ୧୭  ପୁରୀ ଲୋକ ସଭା ନିର୍ବାଚନ ନିମନ୍ତେ ମଙ୍ଗଳବାର ସକାଳୁ ସତ୍ୟବାଦୀ ବ୍ଲକର ୧୧୨ଟି କେନ୍ଦ୍ରରେ ମତଦାନ ଚାଲିଛି। 

କେନ୍ଦୁଝରରେ  ୧ଟା ପର୍ଯ୍ୟନ୍ତ ୩୫.୧୫% ମତଦାନ: ପାଟଣା ନିର୍ବାଚନମଣ୍ଡଳୀରେ  ୩୭%

କେନ୍ଦୁଝରରେ ୧ଟା ପର୍ଯ୍ୟନ୍ତ ୩୫.୧୫% ମତଦାନ: ପାଟଣା ନିର୍ବାଚନମଣ୍ଡଳୀରେ ୩୭%

ପାଟଣା,୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ୨୩ ନମ୍ବର ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀରେ ତୃତୀୟ ପର୍ଯ୍ୟାୟ ପାଇଁ ମଙ୍ଗଳବାର ମତଦାନ ଅନୁଷ୍ଠିତ ହୋଇଛି। ସକାଳ ୭ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୭୩ଟି ବୁଥ୍‌ରେ ମତଦାନ ଚାଲୁ ରହିଛି। 

ପୁରୀ ସହରର ବିଭିନ୍ନ ବୁଥ୍‌ରେ ଅବ୍ୟବସ୍ଥା ଯୋଗୁ ମତଦାନରେ ବିଳମ୍ବ

ପୁରୀ ସହରର ବିଭିନ୍ନ ବୁଥ୍‌ରେ ଅବ୍ୟବସ୍ଥା ଯୋଗୁ ମତଦାନରେ ବିଳମ୍ବ

ପୁରୀ ଅଫିସ, ୨୩।୪: ପୁରୀ ସହରର ବିଭିନ୍ନ ବୁଥରେ ବ୍ୟାପକ ଅବ୍ୟବସ୍ଥା  ସୃଷ୍ଟି ହୋଇଛି। ଇଭିଏମ୍‌ରେ ଯାନ୍ତ୍ରିକ ତ୍ରୁଟି ଯୋଗୁ କେତେକ ମତଦାନ କେନ୍ଦ୍ରରେ ମତଦାନ ବିଳମ୍ବରେ ଆରମ୍ଭ ହୋଇଥିବା ସୂଚନା ମିଳିଛି। 

ଖୋର୍ଦ୍ଧା ଜିଲାରେ ୧ଟା ସୁଦ୍ଧା ୨୭.୧୭% ମତଦାନ: ଜଟଣୀ ନିର୍ବାଚନମଣ୍ଡଳୀରେ ସର୍ବାଧିକ ୩୩.୯୫%

ଖୋର୍ଦ୍ଧା ଜିଲାରେ ୧ଟା ସୁଦ୍ଧା ୨୭.୧୭% ମତଦାନ: ଜଟଣୀ ନିର୍ବାଚନମଣ୍ଡଳୀରେ ସର୍ବାଧିକ ୩୩.୯୫%

ଖୋର୍ଦ୍ଧା ଅଫିସ,୨୩ା୪(ଡି.ଏନ୍‌.ଏ.): ମଙ୍ଗଳବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେଉଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକ ସଭା ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନ ପାଇଁ ଭୋଟଗ୍ରହଣ ଚାଲୁରହିଛି।

ମତଦାନ କେନ୍ଦ୍ରରେ ପଣାହାଣ୍ଡିରେ  ଶଙ୍ଖଚିହ୍ନ ମାରି ପଣା ବଣ୍ଟନ

ମତଦାନ କେନ୍ଦ୍ରରେ ପଣାହାଣ୍ଡିରେ ଶଙ୍ଖଚିହ୍ନ ମାରି ପଣା ବଣ୍ଟନ

ନିରାକାରପୁର,୨୩ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଅଞ୍ଚଳରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲୁ ରହିଛି।

ଇଭିଏମ୍‌ ମେଶିନ ଖରାପ ଯୋଗୁ ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ବିଳମ୍ବରେ ମତଦାନ

ଇଭିଏମ୍‌ ମେଶିନ ଖରାପ ଯୋଗୁ ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ବିଳମ୍ବରେ ମତଦାନ

ନିରାକାରପୁର,୨୩ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଛି। କେତେକ ବୁଥ୍‌ରେ ଇଭିଏମ୍‌ ମେଶିନ୍‌ ଖରାପ ଯୋଗୁ କେଉଁଠାରେ ଦେଢ଼ଘଣ୍ଟା ତ କେଉଁଠାରେ ୪୦ ମିନିଟ ବିଳମ୍ବରେ ମତଦାନ ଆରମ୍ଭ ହୋଇଛି। 

ଭୋଟ ଦେଲେ ବଦ୍ରି

ଭୋଟ ଦେଲେ ବଦ୍ରି

କେନ୍ଦୁଝର /ଆନନ୍ଦପୁର,୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ନିର୍ବାଚନମଣ୍ଡଳୀର ଗଡ଼ବାନ୍ଧଗଡ଼ା ଗ୍ରାମର ୨୮୧ ନମ୍ବର ବୁଥରେ ମନ୍ତ୍ରି ବଦ୍ରିନାରାୟଣ ପାତ୍ର ମଙ୍ଗଳବାର ନିଜର ମତଦାନ କରିଛନ୍ତି। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri