ବାଣିଜ୍ୟ |

ଆର୍‌ବିଆଇଠାରୁ ୨୭,୩୮୦ କୋଟି ମାଗିଲେ ସରକାର

ଆର୍‌ବିଆଇଠାରୁ ୨୭,୩୮୦ କୋଟି ମାଗିଲେ ସରକାର

ନୂଆଦିଲ୍ଲୀ,୧୧-୨: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ୨୭,୩୮୦ କୋଟି ଟଙ୍କା କେନ୍ଦ୍ର ସରକାରଙ୍କୁ ଦେଉ ବୋଲି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଆର୍‌ବିଆଇ ଏହି ଅର୍ଥକୁ ବିଗତ କିଛି ବର୍ଷ ହେବ ବିପଦ ପରିଚାଳନା ଏବଂ ସଂରକ୍ଷିତ ଭଣ୍ଡାର ଭାବେ ସଞ୍ଚୟ କରି ରଖିଥିଲା। 

ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି ଯେ, ରିଜର୍ଭ ବ୍ୟାଙ୍କ ୨୦୧୬-୧୭ ଆର୍ଥିକ ବର୍ଷର ବିପଦ ଏବଂ ସଂରକ୍ଷିତ ଭଣ୍ଡାର ରୂପରେ ୧୩,୧୯୦କୋଟି ଟଙ୍କା ନିଜ ପାଖରେ ରଖିଥିଲା। ସେହିପରି ୨୦୧୭-୧୮ରେ ଏହା ୧୪,୧୯୦ କୋଟି ଟଙ୍କା ପୁଞ୍ଜି ସଞ୍ଚୟ କରିଥିଲା। ଏଭଳି ଭାବେ ଏହା ନିକଟରେ ଏବେ ଉକ୍ତ ଟଙ୍କା ସଞ୍ଚତ୍ତ ହୋଇ ରହିଛି, ଯାହାକୁ ସରକାର ମାଗୁଛନ୍ତି। ପ୍ରାପ୍ତ ସୂଚନାରୁ ଜଣାପଡ଼ିଛି ଯେ, ସରକାର ଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କେନ୍ଦ୍ରୀୟ ବ୍ୟାଙ୍କକୁ ଅନ୍ତରୀଣ ଲାଭାଂଶ ଏବଂ ଗତ ଦୁଇ ବର୍ଷର ଅତିରିକ୍ତ ପାଣ୍ଠିରେ ରଖାଯାଇଥିବା ଅର୍ଥକୁ ପ୍ରଦାନ କରିବାକୁ ପରାମର୍ଶ ଦେଇଛନ୍ତି। ଉଲ୍ଲେଖ କରାଯାଇପାରେ ଯେ, ଆର୍‌ବିଆଇ ଠାରୁ ସରକାର ଅନ୍ତରୀଣ ଲାଭାଂଶ ବାବଦରେ ୨୮ ହଜାର କୋଟି ଟଙ୍କା ପାଇପାରନ୍ତି ବୋଲି କେନ୍ଦ୍ର ଆର୍ଥିକ ବ୍ୟାପାର ସଚିବ ସୁଭାଷ ଚନ୍ଦ୍ର ଗର୍ଗ କହିଥିଲେ। ଆର୍ଥିକ ବର୍ଷ ୨୦୧୮-୧୯ରେ ସରକାରଙ୍କୁ ଆର୍‌ବିଆଇ ୪୦ହଜାର କୋଟି ଟଙ୍କାର ଲାଭାଂଶ ଦେଇସାରିଥିଲା। ଯଦି ବୋର୍ଡର ମଞ୍ଜୁରୀ ପରେ ଏହା ୨୮ ହଜାର କୋଟି ଟଙ୍କା ପ୍ରଦାନ କରେ, ତେବେ ମୋଟ ଲାଭାଂଶ ପରିମାଣ ୬୮ ହଜାର କୋଟି ଟଙ୍କାରେ ପହଞ୍ଚତ୍ୟିବ। ଉକ୍ତ ସୂତ୍ରରୁ କୁହାଯାଇଛି ଯେ, କେନ୍ଦ୍ର ସରକାର ଆସନ୍ତା ଆର୍ଥିକ ବର୍ଷରେ ଲାଭାଂଶ ବାବଦରେ ରିଜର୍ଭ ବ୍ୟାଙ୍କରୁ ୬୯ହଜାର କୋଟି ଟଙ୍କା ପାଇବାକୁ ଆଶବାନ୍ଧିଛନ୍ତି। ରାଷ୍ଟ୍ରୀୟ ବ୍ୟାଙ୍କ, ଆର୍ଥିକ ସଂସ୍ଥା ଓ ଆର୍‌ବିଆଇ ଲାଭାଂଶକୁ ହିସାବକୁ ନେଲେ ସରକାର ୨୦୧୯-୨୦ ଆର୍ଥିକ ବର୍ଷରେ ପ୍ରାୟ ୮୨,୯୧୧.୫୬ କୋଟି ଟଙ୍କା ପାଇବାକୁ ଯାଉଛନ୍ତି।

All Right Reserved By

ବାଣିଜ୍ୟ |

ଭିଡିଓକନ ମାମଲା;ସ୍ବାମୀଙ୍କ ସହ ଚନ୍ଦା କୋଚ୍ଚରଙ୍କୁ ଇଡି ସମନ

ଭିଡିଓକନ ମାମଲା;ସ୍ବାମୀଙ୍କ ସହ ଚନ୍ଦା କୋଚ୍ଚରଙ୍କୁ ଇଡି ସମନ

ନୂଆଦିଲ୍ଲୀ,୨୪-୪: ଭିଡିଓକନ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଚନ୍ଦା କୋଚ୍ଚର ଏବଂ ତାଙ୍କ ସ୍ବାମୀ ଦୀପକ କୋଚ୍ଚରଙ୍କୁ ସମନ ଜାରି କରିଛନ୍ତି। 

ଜେଟ୍‌ ଏୟାରଓ୍ବେଜ ପୁନରୁଦ୍ଧାର ଆଶା କ୍ଷୀଣ

ଜେଟ୍‌ ଏୟାରଓ୍ବେଜ ପୁନରୁଦ୍ଧାର ଆଶା କ୍ଷୀଣ

ନୂଆଦିଲ୍ଲୀ,୨୪-୪: ଜେଟ୍‌ ଏୟାରଓ୍ବେଜର ପୁନରୁଦ୍ଧାର ଆଶା କ୍ଷୀଣ ହେବାରେ ଲାଗିଛି। ଏହାର ବିମାନ ପୁଣିଥରେ ଉଡ଼ିବାର ସମ୍ଭାବନା ନ ଥିଲା ଭଳି ମନେ ହେଉଛି। 

ଆସିଲା ହୋଣ୍ଡାର ନୂଆ ଆମେଜ୍‌ ଭିଏକ୍ସ ସିଭିଟି 

ଆସିଲା ହୋଣ୍ଡାର ନୂଆ ଆମେଜ୍‌ ଭିଏକ୍ସ ସିଭିଟି 

ନୂଆଦିଲ୍ଲୀ,୨୪-୪:ପ୍ରମୁଖ ଅଟୋମୋବାଇଲ ମାନୁଫାକ୍‌ଚରର ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ(ଏଚ୍‌ସିଆଇଏଲ୍‌) ପକ୍ଷରୁ ନୂଆ ଆମେଜ୍‌ ଭିକ୍ସ ସିଭିଟି ବଜାରକୁ ଆସିଛି। 

ପ୍ରତି ମାସରେ ୨୬% ହାରରେ କମୁଛି ନିଯୁକ୍ତି

ପ୍ରତି ମାସରେ ୨୬% ହାରରେ କମୁଛି ନିଯୁକ୍ତି

ନୂଆଦିଲ୍ଲୀ,୨୪-୪: ବିଗତ କିଛି ମାସ ହେବା ଦେଶରେ ଧିମା ହୋଇଛି ନିଯୁକ୍ତି। କର୍ମଚାରୀ ଭବିଷ୍ୟନିଧି ସଂଗଠନ(ଇପିଏଫଓ)ର ସଦ୍ୟତମ ପରିସଂଖ୍ୟାନକୁ ଅନୁଧ୍ୟାନ କଲେ ଏହା ଜଣାପଡୁଛି। 

ରେନୋ ପକ୍ଷରୁ ଦେଶବ୍ୟାପୀ ସମର ସର୍ଭିସ କ୍ୟାମ୍ପ ଘୋଷଣା

ରେନୋ ପକ୍ଷରୁ ଦେଶବ୍ୟାପୀ ସମର ସର୍ଭିସ କ୍ୟାମ୍ପ ଘୋଷଣା

ଭୁବନେଶ୍ୱର,୨୪-୪: ୟୁରୋପୀୟ ଅଟୋମୋଟିଭ୍‌ ବ୍ରାଣ୍ଡ ରେନୋ ଇଣ୍ଡିଆ ପକ୍ଷରୁ ଦେଶବ୍ୟାପୀ ସମର ସର୍ଭିସ କ୍ୟାମ୍ପର ଶୁଭାରମ୍ଭ ଘୋଷଣା କରାଯାଇଛି। ମାସ ୨୨ ଏପ୍ରିଲଠାରୁ ୨୮ ଏପ୍ରିଲ ଯାଏ କମ୍ପାନୀର ସର୍ଭିସ ଫାସିଲିଟିଗୁଡିକରେ ଅନୁଷ୍ଠିତ ହେବ। 

ଜେଏମ୍‌ଜି ହିରୋରେ ଗ୍ରାହକ ସମ୍ମିଳନୀ

ଜେଏମ୍‌ଜି ହିରୋରେ ଗ୍ରାହକ ସମ୍ମିଳନୀ

କଟକ,୨୪-୪:ପ୍ରମୁଖ ଦୁଇଚକିଆ ଯାନ ନିର୍ମାତା ହିରୋ ମୋଟୋକର୍ପ ଲିମିଟେଡର ଅଧିକୃତ ବିକ୍ରେତା ଜେଏମ୍‌ଜି ହିରୋ ପକ୍ଷରୁ ଗୁଡ୍‌ ଲାଇଫ ଗ୍ରାହକମାନଙ୍କୁ ନେଇ ଏକ  ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି। 

ଆଧାର ଏକ ପରିଚୟ ପତ୍ର: ନିଲେକାନି

ଆଧାର ଏକ ପରିଚୟ ପତ୍ର: ନିଲେକାନି

ବେଙ୍ଗାଲୁରୁ,୨୪-୪: ଆଧାର କୌଣସି ବ୍ୟକ୍ତିର ଗୋପନୀୟତା ବା ତାଙ୍କ ଉପରେ ନଜର ରଖିବାର ମାଧ୍ୟମ ନୁହେଁ, ବରଂ ଏହା ଏକ ପରିଚୟ ମାତ୍ର ବୋଲି ଆଇଟି କମ୍ପାନୀ ଇନ୍‌ଫୋସିସ୍‌ର ସହପ୍ରତିଷ୍ଠାତା ତଥା ଭାରତୀୟ ବିଶିଷ୍ଟ ପରିଚୟ ପ୍ରାଧିକରଣ(ୟୁଆଇଡିଏଆଇ)ର ପୂର୍ବତନ ଅଧ୍ୟକ୍ଷ ନନ୍ଦନ ନିଲେକାନି କହିଛନ୍ତି। 

୨୬ରୁ ସ୍ପାଇସଜେଟ୍‌ ଉଡ଼ାଇବ ୨୮ ବିମାନ

୨୬ରୁ ସ୍ପାଇସଜେଟ୍‌ ଉଡ଼ାଇବ ୨୮ ବିମାନ

ନୂଆଦିଲ୍ଲୀ,୨୪-୪: ଆସନ୍ତା ୨୬ରୁ ଘରୋଇ ନେଟଓ୍ବାର୍କରେ ସ୍ପାଇସଜେଟ୍‌ ନୂଆଦିଲ୍ଲୀ ଏବଂ ମୁମ୍ବାଇରୁ ଅନ୍ୟ ସହରକୁ ଦୈନିକ ୨୮ ନୂଆ ବିମାନ ଉଡ଼ାଇବ ବୋଲି ମଙ୍ଗଳବାର କମ୍ପାନୀ ପକ୍ଷରୁ କୁହାଯାଇଛି।

ଅନ୍ୟ ବୃହତ୍‌ ଦେଶରୁ ତେଲ କିଣାଯିବ: ଧର୍ମେନ୍ଦ୍ର

ଅନ୍ୟ ବୃହତ୍‌ ଦେଶରୁ ତେଲ କିଣାଯିବ: ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୨୪-୪: ଆସନ୍ତା ମେ’ ୨ ପରେ ଭାରତ ସମେତ ୮ଟି ଦେଶ ଇରାନରୁ ଅଶୋଧିତ ତେଲ କିଣିପାରିବେ ନାହିଁ। ଏ ସଂକ୍ରାନ୍ତରେ ପୂର୍ବରୁ ଆମେରିକା କଟକଣା କୋହଳ କରିଥିଲା। 

ଜେଟ୍‌ର ୪୧୦ ପାଇଲଟ ଦେଇସାରିଛନ୍ତି ଇସ୍ତଫା

ଜେଟ୍‌ର ୪୧୦ ପାଇଲଟ ଦେଇସାରିଛନ୍ତି ଇସ୍ତଫା

ନୂଆଦିଲ୍ଲୀ,୨୪-୪: ଜେଟ୍‌ ଏୟାରଓ୍ବେଜ ପୁଣିଥରେ ଉଡ଼ିବା ନେଇ ସଂଶୟ ରହିଛି। ଗତ ୭ ମାସ ମଧ୍ୟରେ ୪୧୦ ଜଣ ପାଇଲଟ ଓ କ୍ୟାପ୍ଟେନ ଚାକିରି ଛାଡ଼ିଛନ୍ତି। ଏବେ ଜେଟ୍‌ ନିକଟରେ ୧୫୨୭ ପାଇଲଟ ରହିଛନ୍ତି  ବୋଲି ଏୟାରଲାଇନର ପାଇଲଟ ସଂଘ, ନ୍ୟାଶନାଲ ଏଭିଏଟର୍ସ ଗିଲ୍ଡ କହିଛି। 

ଗ୍ରାହକଙ୍କୁ ଦେଲାନି ଜିଏସ୍‌ଟି ଫାଇଦା;ପି ଆଣ୍ଡ ଜି ଖାଇଗଲା ୨୫୦ କୋଟି

ଗ୍ରାହକଙ୍କୁ ଦେଲାନି ଜିଏସ୍‌ଟି ଫାଇଦା;ପି ଆଣ୍ଡ ଜି ଖାଇଗଲା ୨୫୦ କୋଟି

ନୂଆଦିଲ୍ଲୀ,୨୪-୪: ସାମଗ୍ରୀ ଏବଂ ସେବା ଟିକସ(ଜିଏସ୍‌ଟି) ଅଧୀନରେ ଗ୍ରାହକଙ୍କୁ ଫାଇଦା ନ ଦେଇ ଆମେରିକାର ମଲ୍ଟି ନ୍ୟାଶନାଲ ଏଫ୍‌ଏମ୍‌ସିଜିି କମ୍ପାନୀ ପ୍ରକ୍ଟର ଆଣ୍ଡ ଗ୍ୟାମ୍ବଲ(ପି ଆଣ୍ଡ ଜି) ୨୫୦ କୋଟି ଟଙ୍କା ଚଳୁ କରିଦେଇଛି ବୋଲି ଜିଏସ୍‌ଟି ଲାଭ ଯାଞ୍ଚ କରୁଥିବା ଏଜେନ୍ସି ଧରିଛି।

ଅନ୍ୟ କମ୍ପାନୀକୁ ଜେଟ୍‌ର ସ୍ଲଟ୍‌ ପ୍ରଦାନ ଅସ୍ଥାୟୀ: ମନ୍ତ୍ରଣାଳୟ

ଅନ୍ୟ କମ୍ପାନୀକୁ ଜେଟ୍‌ର ସ୍ଲଟ୍‌ ପ୍ରଦାନ ଅସ୍ଥାୟୀ: ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୪-୪: ଜେଟ୍‌ ଏୟାରଓ୍ବେର ସ୍ଲଟକୁ ନେଇ ବିଭିନ୍ନ ବିବାଦ ଉପୁଜୁଥିବା ବେଳେ ଏହାକୁ ନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ନିଜର ପ୍ରତିକ୍ରିୟା ରଖିଛି। ବିମାନ କମ୍ପାନୀର ସ୍ଲଟକୁ ଅସ୍ଥାୟୀ ଭାବେ ଅନ୍ୟ ସଂସ୍ଥାକୁ ଦିଆଯାଉଛି ବୋଲି ମନ୍ତ୍ରଣାଳୟ ପ୍ରକାଶ କରିଛି। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri