ବାଣିଜ୍ୟ |

ମାଲ୍ୟାଙ୍କ ନିକଟରେ ଥିଲା ୭୫୦୦କୋଟିର ଶେୟାର

ମାଲ୍ୟାଙ୍କ ନିକଟରେ ଥିଲା ୭୫୦୦କୋଟିର ଶେୟାର

ନୂଆଦିଲ୍ଲୀ,୧୧-୨:  ସଙ୍କଟରେ ଫସିଥିବା ମଦ ବ୍ୟବସାୟୀ ବିଜୟ ମାଲ୍ୟା,ୟୁନାଇଟେଡ ବ୍ରିଓରିଜ ହୋଲ୍ଡିଙ୍ଗ୍‌ସ ଲିମିଟେଡ(ୟୁବିଏଚ୍‌ଏଲ୍‌) ଓ କିଙ୍ଗଫିଶର ଏୟାରଲାଇନ ଲିମିଟେଡ(କେଏଏଲ୍‌)ର ପ୍ରମୋଟରଙ୍କ  ନିକଟରେ ବିଭିନ୍ନ ରାଷ୍ଟ୍ରାୟତ୍ତ କମ୍ପାନୀଙ୍କ ୭୫୦୦ କୋଟି ଟଙ୍କାର ଶେୟାର ରୂପରେ ଅସ୍ଥାବର ସମ୍ପତ୍ତି ଥିଲା। ତେବେ ସେମାନେ ବ୍ୟାଙ୍କରୁ ନେଇଥିବା ଋଣ ସୁଝିବାକୁ ଚାହିଁ ନ ଥିଲେ ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ କୁହାଯାଇଛି। ବିଭିନ୍ନ ଭାରତୀୟ ବ୍ୟାଙ୍କରୁ ପ୍ରାୟ ୯ ହଜାର କୋଟି ଟଙ୍କାର ଋଣ ନେଇ ଲଣ୍ଡନ ପଳାଇଥିବା ମାଲ୍ୟା ବାସ୍ତବରେ ଋଣ ପରିଶୋଧ କରିବାକୁ ଚାହୁଁ ନ ଥିଲେ ବୋଲି ଇଡି କହିଛି। ପିଏମ୍‌ଏଲ୍‌ଏ ଆଇନ ଅଧୀନରେ ଇଡି ପକ୍ଷରୁ ଯାଞ୍ଚ କରାଯିବା ପରେ ଜଣାପଡ଼ିଛି ଯେ, ମାଲ୍ୟା ଏବଂ ୟୁବିଏଚ୍‌ଏଲ୍‌ ନିକଟରେ  ୩,୮୪୭.୪୫ କୋଟି ଟଙ୍କାର ଶେୟାର ରହିଥିଲା। ଅସଲରେ ୟୁବିଏଚ୍‌ଏଲ, ୟୁନାଇଟେଡ ସ୍ପିରିଟ୍‌, ୟୁନାଇଟେଡ ବ୍ରିଓରିଜ ଓ ମ୍ୟାକ୍‌ଡୋଏଲର ୧୭୭୩.୪୯ କୋଟି ଟଙ୍କା ଶେୟାର ମାଲ୍ୟାଙ୍କ ନିକଟରେ ରହିଥିଲା ଏବଂ ୟୁଟିଆଇ ଇନଭେଷ୍ଟର୍ସ ସର୍ଭିସେସ୍‌ ନିକଟରେ ୧,୬୫୩ କୋଟି ଟଙ୍କାର ଶେୟାର ଥିଲା। ଇଡି ଯାଞ୍ଚରୁ ଜଣାପଡିଥିଲା ଯେ, ମାଲ୍ୟା ନିଜର ଅର୍ଥକୁ ଲୁଚାଇବା ଲାଗି ବହୁ ଜାଲ୍‌ କମ୍ପାନୀ ଖୋଲି ଥିଲେ। ସେମାନଙ୍କ ମଧ୍ୟରେ ଦେବୀ ଇନଭେଷ୍ଟମେଣ୍ଟ, କିଙ୍ଗଫିଶର ଫିନଓ୍ବେଷ୍ଟ, ମ୍ୟକଡୋଏଲ ହୋଲ୍ଡିଙ୍ଗସ୍‌, ଫାର୍ମା ଟ୍ରେଡିଂ କମ୍ପାନୀ, ଜେମ୍‌ ଇନଭେଷ୍ଟମେଣ୍ଟ ଆଣ୍ଡ ଟ୍ରେଡିଂ, ଓ୍ବାଟସନ ଲିମିଟେଡ, ବିଟ୍ଟଲ ଇନଭେଷ୍ଟମେଣ୍ଟ, କାମସ୍କୋ ଇଣ୍ଡଷ୍ଟ୍ରିଜ, ଫାର୍ଷ୍ଟଷ୍ଟାର୍ଟ ଇଙ୍କ ଓ ମାଲ୍ୟା ପ୍ରାଇଭେଟ ଲିମିଟେଡ ରହିଛି। ଏଗୁଡ଼ିକର ଶେୟାର ମୂଲ୍ୟ ମୋଟ ୩,୮୨୨ କୋଟି ଟଙ୍କା। 

All Right Reserved By

ବାଣିଜ୍ୟ |

ଭିଡିଓକନ ମାମଲା;ସ୍ବାମୀଙ୍କ ସହ ଚନ୍ଦା କୋଚ୍ଚରଙ୍କୁ ଇଡି ସମନ

ଭିଡିଓକନ ମାମଲା;ସ୍ବାମୀଙ୍କ ସହ ଚନ୍ଦା କୋଚ୍ଚରଙ୍କୁ ଇଡି ସମନ

ନୂଆଦିଲ୍ଲୀ,୨୪-୪: ଭିଡିଓକନ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଚନ୍ଦା କୋଚ୍ଚର ଏବଂ ତାଙ୍କ ସ୍ବାମୀ ଦୀପକ କୋଚ୍ଚରଙ୍କୁ ସମନ ଜାରି କରିଛନ୍ତି। 

ଜେଟ୍‌ ଏୟାରଓ୍ବେଜ ପୁନରୁଦ୍ଧାର ଆଶା କ୍ଷୀଣ

ଜେଟ୍‌ ଏୟାରଓ୍ବେଜ ପୁନରୁଦ୍ଧାର ଆଶା କ୍ଷୀଣ

ନୂଆଦିଲ୍ଲୀ,୨୪-୪: ଜେଟ୍‌ ଏୟାରଓ୍ବେଜର ପୁନରୁଦ୍ଧାର ଆଶା କ୍ଷୀଣ ହେବାରେ ଲାଗିଛି। ଏହାର ବିମାନ ପୁଣିଥରେ ଉଡ଼ିବାର ସମ୍ଭାବନା ନ ଥିଲା ଭଳି ମନେ ହେଉଛି। 

ଆସିଲା ହୋଣ୍ଡାର ନୂଆ ଆମେଜ୍‌ ଭିଏକ୍ସ ସିଭିଟି 

ଆସିଲା ହୋଣ୍ଡାର ନୂଆ ଆମେଜ୍‌ ଭିଏକ୍ସ ସିଭିଟି 

ନୂଆଦିଲ୍ଲୀ,୨୪-୪:ପ୍ରମୁଖ ଅଟୋମୋବାଇଲ ମାନୁଫାକ୍‌ଚରର ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ(ଏଚ୍‌ସିଆଇଏଲ୍‌) ପକ୍ଷରୁ ନୂଆ ଆମେଜ୍‌ ଭିକ୍ସ ସିଭିଟି ବଜାରକୁ ଆସିଛି। 

ପ୍ରତି ମାସରେ ୨୬% ହାରରେ କମୁଛି ନିଯୁକ୍ତି

ପ୍ରତି ମାସରେ ୨୬% ହାରରେ କମୁଛି ନିଯୁକ୍ତି

ନୂଆଦିଲ୍ଲୀ,୨୪-୪: ବିଗତ କିଛି ମାସ ହେବା ଦେଶରେ ଧିମା ହୋଇଛି ନିଯୁକ୍ତି। କର୍ମଚାରୀ ଭବିଷ୍ୟନିଧି ସଂଗଠନ(ଇପିଏଫଓ)ର ସଦ୍ୟତମ ପରିସଂଖ୍ୟାନକୁ ଅନୁଧ୍ୟାନ କଲେ ଏହା ଜଣାପଡୁଛି। 

ରେନୋ ପକ୍ଷରୁ ଦେଶବ୍ୟାପୀ ସମର ସର୍ଭିସ କ୍ୟାମ୍ପ ଘୋଷଣା

ରେନୋ ପକ୍ଷରୁ ଦେଶବ୍ୟାପୀ ସମର ସର୍ଭିସ କ୍ୟାମ୍ପ ଘୋଷଣା

ଭୁବନେଶ୍ୱର,୨୪-୪: ୟୁରୋପୀୟ ଅଟୋମୋଟିଭ୍‌ ବ୍ରାଣ୍ଡ ରେନୋ ଇଣ୍ଡିଆ ପକ୍ଷରୁ ଦେଶବ୍ୟାପୀ ସମର ସର୍ଭିସ କ୍ୟାମ୍ପର ଶୁଭାରମ୍ଭ ଘୋଷଣା କରାଯାଇଛି। ମାସ ୨୨ ଏପ୍ରିଲଠାରୁ ୨୮ ଏପ୍ରିଲ ଯାଏ କମ୍ପାନୀର ସର୍ଭିସ ଫାସିଲିଟିଗୁଡିକରେ ଅନୁଷ୍ଠିତ ହେବ। 

ଜେଏମ୍‌ଜି ହିରୋରେ ଗ୍ରାହକ ସମ୍ମିଳନୀ

ଜେଏମ୍‌ଜି ହିରୋରେ ଗ୍ରାହକ ସମ୍ମିଳନୀ

କଟକ,୨୪-୪:ପ୍ରମୁଖ ଦୁଇଚକିଆ ଯାନ ନିର୍ମାତା ହିରୋ ମୋଟୋକର୍ପ ଲିମିଟେଡର ଅଧିକୃତ ବିକ୍ରେତା ଜେଏମ୍‌ଜି ହିରୋ ପକ୍ଷରୁ ଗୁଡ୍‌ ଲାଇଫ ଗ୍ରାହକମାନଙ୍କୁ ନେଇ ଏକ  ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି। 

ଆଧାର ଏକ ପରିଚୟ ପତ୍ର: ନିଲେକାନି

ଆଧାର ଏକ ପରିଚୟ ପତ୍ର: ନିଲେକାନି

ବେଙ୍ଗାଲୁରୁ,୨୪-୪: ଆଧାର କୌଣସି ବ୍ୟକ୍ତିର ଗୋପନୀୟତା ବା ତାଙ୍କ ଉପରେ ନଜର ରଖିବାର ମାଧ୍ୟମ ନୁହେଁ, ବରଂ ଏହା ଏକ ପରିଚୟ ମାତ୍ର ବୋଲି ଆଇଟି କମ୍ପାନୀ ଇନ୍‌ଫୋସିସ୍‌ର ସହପ୍ରତିଷ୍ଠାତା ତଥା ଭାରତୀୟ ବିଶିଷ୍ଟ ପରିଚୟ ପ୍ରାଧିକରଣ(ୟୁଆଇଡିଏଆଇ)ର ପୂର୍ବତନ ଅଧ୍ୟକ୍ଷ ନନ୍ଦନ ନିଲେକାନି କହିଛନ୍ତି। 

୨୬ରୁ ସ୍ପାଇସଜେଟ୍‌ ଉଡ଼ାଇବ ୨୮ ବିମାନ

୨୬ରୁ ସ୍ପାଇସଜେଟ୍‌ ଉଡ଼ାଇବ ୨୮ ବିମାନ

ନୂଆଦିଲ୍ଲୀ,୨୪-୪: ଆସନ୍ତା ୨୬ରୁ ଘରୋଇ ନେଟଓ୍ବାର୍କରେ ସ୍ପାଇସଜେଟ୍‌ ନୂଆଦିଲ୍ଲୀ ଏବଂ ମୁମ୍ବାଇରୁ ଅନ୍ୟ ସହରକୁ ଦୈନିକ ୨୮ ନୂଆ ବିମାନ ଉଡ଼ାଇବ ବୋଲି ମଙ୍ଗଳବାର କମ୍ପାନୀ ପକ୍ଷରୁ କୁହାଯାଇଛି।

ଅନ୍ୟ ବୃହତ୍‌ ଦେଶରୁ ତେଲ କିଣାଯିବ: ଧର୍ମେନ୍ଦ୍ର

ଅନ୍ୟ ବୃହତ୍‌ ଦେଶରୁ ତେଲ କିଣାଯିବ: ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୨୪-୪: ଆସନ୍ତା ମେ’ ୨ ପରେ ଭାରତ ସମେତ ୮ଟି ଦେଶ ଇରାନରୁ ଅଶୋଧିତ ତେଲ କିଣିପାରିବେ ନାହିଁ। ଏ ସଂକ୍ରାନ୍ତରେ ପୂର୍ବରୁ ଆମେରିକା କଟକଣା କୋହଳ କରିଥିଲା। 

ଜେଟ୍‌ର ୪୧୦ ପାଇଲଟ ଦେଇସାରିଛନ୍ତି ଇସ୍ତଫା

ଜେଟ୍‌ର ୪୧୦ ପାଇଲଟ ଦେଇସାରିଛନ୍ତି ଇସ୍ତଫା

ନୂଆଦିଲ୍ଲୀ,୨୪-୪: ଜେଟ୍‌ ଏୟାରଓ୍ବେଜ ପୁଣିଥରେ ଉଡ଼ିବା ନେଇ ସଂଶୟ ରହିଛି। ଗତ ୭ ମାସ ମଧ୍ୟରେ ୪୧୦ ଜଣ ପାଇଲଟ ଓ କ୍ୟାପ୍ଟେନ ଚାକିରି ଛାଡ଼ିଛନ୍ତି। ଏବେ ଜେଟ୍‌ ନିକଟରେ ୧୫୨୭ ପାଇଲଟ ରହିଛନ୍ତି  ବୋଲି ଏୟାରଲାଇନର ପାଇଲଟ ସଂଘ, ନ୍ୟାଶନାଲ ଏଭିଏଟର୍ସ ଗିଲ୍ଡ କହିଛି। 

ଗ୍ରାହକଙ୍କୁ ଦେଲାନି ଜିଏସ୍‌ଟି ଫାଇଦା;ପି ଆଣ୍ଡ ଜି ଖାଇଗଲା ୨୫୦ କୋଟି

ଗ୍ରାହକଙ୍କୁ ଦେଲାନି ଜିଏସ୍‌ଟି ଫାଇଦା;ପି ଆଣ୍ଡ ଜି ଖାଇଗଲା ୨୫୦ କୋଟି

ନୂଆଦିଲ୍ଲୀ,୨୪-୪: ସାମଗ୍ରୀ ଏବଂ ସେବା ଟିକସ(ଜିଏସ୍‌ଟି) ଅଧୀନରେ ଗ୍ରାହକଙ୍କୁ ଫାଇଦା ନ ଦେଇ ଆମେରିକାର ମଲ୍ଟି ନ୍ୟାଶନାଲ ଏଫ୍‌ଏମ୍‌ସିଜିି କମ୍ପାନୀ ପ୍ରକ୍ଟର ଆଣ୍ଡ ଗ୍ୟାମ୍ବଲ(ପି ଆଣ୍ଡ ଜି) ୨୫୦ କୋଟି ଟଙ୍କା ଚଳୁ କରିଦେଇଛି ବୋଲି ଜିଏସ୍‌ଟି ଲାଭ ଯାଞ୍ଚ କରୁଥିବା ଏଜେନ୍ସି ଧରିଛି।

ଅନ୍ୟ କମ୍ପାନୀକୁ ଜେଟ୍‌ର ସ୍ଲଟ୍‌ ପ୍ରଦାନ ଅସ୍ଥାୟୀ: ମନ୍ତ୍ରଣାଳୟ

ଅନ୍ୟ କମ୍ପାନୀକୁ ଜେଟ୍‌ର ସ୍ଲଟ୍‌ ପ୍ରଦାନ ଅସ୍ଥାୟୀ: ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୪-୪: ଜେଟ୍‌ ଏୟାରଓ୍ବେର ସ୍ଲଟକୁ ନେଇ ବିଭିନ୍ନ ବିବାଦ ଉପୁଜୁଥିବା ବେଳେ ଏହାକୁ ନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ନିଜର ପ୍ରତିକ୍ରିୟା ରଖିଛି। ବିମାନ କମ୍ପାନୀର ସ୍ଲଟକୁ ଅସ୍ଥାୟୀ ଭାବେ ଅନ୍ୟ ସଂସ୍ଥାକୁ ଦିଆଯାଉଛି ବୋଲି ମନ୍ତ୍ରଣାଳୟ ପ୍ରକାଶ କରିଛି। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri