ବାଣିଜ୍ୟ |

ଆଇଡିବିଆଇ ବ୍ୟାଙ୍କର ଆର୍ଥତ୍କ ଫଳାଫଳ ଘୋଷଣା

ଆଇଡିବିଆଇ ବ୍ୟାଙ୍କର ଆର୍ଥତ୍କ ଫଳାଫଳ ଘୋଷଣା

ମୁମ୍ବାଇ,୧୧-୨: ରାଷ୍ଟ୍ରାୟତ୍ତ ଆଇଡ଼ିବିଆଇ ବ୍ୟାଙ୍କ ପକ୍ଷରୁ ଚଳିତ ଆର୍ଥତ୍କ ବର୍ଷର ତୃତୀୟ ତ୍ରୈମାସ ଆର୍ଥତ୍କ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏଲ୍‌ଆଇସି ଆଇଡିବିଆଇ ବ୍ୟାଙ୍କର ୫୧% ଅଂଶଧନ ଅଧିଗ୍ରହଣ କାର୍ଯ୍ୟ ଚୂଡାନ୍ତ କରିବା ପରେ ବ୍ୟାଙ୍କରେ ଏହା ୨୧,୬୨୪ କୋଟି କୋଟି ଟଙ୍କା ପୁଞ୍ଜି ନିବେଶ କରିଛି। ଏହି ନିବେଶ ପରେ ଆଇଡ଼ିବିଆଇ ୨୦୧୮ ଡିସେମ୍ବର ସୁଦ୍ଧା ନିର୍ଦ୍ଧାରିତ ପୁଞ୍ଜି ଲକ୍ଷ୍ୟ ହାସଲ କରିବାକୁ ସକ୍ଷମ ହୋଇଛି। ଡିସେମ୍ବର ୩୧ ସୁଦ୍ଧା ବ୍ୟାଙ୍କର ସିଇଟି-୧ ପୁଞ୍ଜି ୯.୩୨% ବୃଦ୍ଧି ଘଟିଛି। ୨୦୧୭ ସମାନ ସମୟରେ ଏହା ୬.୬୨% ଥିଲା। କାସା ୮୮,୨୦୬ କୋଟି, ସିଆର୍‌ଏଆର ୧୧.୯୩%ରୁ ୧୨.୫୧%, ମୋଟ ଜମାର ୩୮% କାସା ରହିଛି। ଜମାରେ ୧୦% ବୃଦ୍ଧି ଘଟି ୫୨,୨୨୫ କୋଟି ଟଙ୍କା ଛୁଇଁଛି। ମୋଟ ଏନ୍‌ପିଏ ଏବଂ ନେଟ୍‌ ଏନ୍‌ପିଏ ସଂଗ୍ରହରେ ଉନ୍ନତି ଘଟି ୨୯.୬୭% ଏବଂ ୧୪.୦୧% ରହିଛି ଯାହା ପୂର୍ବେ ଚଳିତ ବର୍ଷ ସେପ୍ଟେମ୍ବରରେ ଯଥାକ୍ରମେ ୩୧.୭୮% ଏବଂ ୧୭.୩୦% ରହିଥିଲା। ଏନ୍‌ପିଏ ଆଦାୟ ଉନ୍ନତ ରହିବା ସହ ୩୪୪୦ କୋଟି ଟଙ୍କା ଛୁଇଁଛି। ବ୍ୟାଙ୍କ ୧୩୫୭ କୋଟି ଟଙ୍କା ନେଟ୍‌ ସୁଧ ଆୟ ଲାଭ କରିଛି। ସେହିଭଳି ପରିଚାଳନାଗତ ଲାଭ ୭୨୫ କୋଟି ଟଙ୍କା ରହିଛି। ଏହି ସମୟରେ ନେଟ୍‌ କ୍ଷତି ୪୧୮୫ କୋଟି ଟଙ୍କା ରହିଛି। ଅଧିଗ୍ରହଣ ପରେ ବ୍ୟାଙ୍କର ୧୮୦୦ ଶାଖାରେ ଏଲ୍‌ଆଇସି ପ୍ରଡକ୍ଟ ଉପଲବ୍ଧ ହେବ ବୋଲି ଆଇଡ଼ିବିଆଇ ପକ୍ଷରୁ ସୂଚନା ରହିଛି। 

All Right Reserved By

ବାଣିଜ୍ୟ |

ଭିଡିଓକନ ମାମଲା;ସ୍ବାମୀଙ୍କ ସହ ଚନ୍ଦା କୋଚ୍ଚରଙ୍କୁ ଇଡି ସମନ

ଭିଡିଓକନ ମାମଲା;ସ୍ବାମୀଙ୍କ ସହ ଚନ୍ଦା କୋଚ୍ଚରଙ୍କୁ ଇଡି ସମନ

ନୂଆଦିଲ୍ଲୀ,୨୪-୪: ଭିଡିଓକନ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଚନ୍ଦା କୋଚ୍ଚର ଏବଂ ତାଙ୍କ ସ୍ବାମୀ ଦୀପକ କୋଚ୍ଚରଙ୍କୁ ସମନ ଜାରି କରିଛନ୍ତି। 

ଜେଟ୍‌ ଏୟାରଓ୍ବେଜ ପୁନରୁଦ୍ଧାର ଆଶା କ୍ଷୀଣ

ଜେଟ୍‌ ଏୟାରଓ୍ବେଜ ପୁନରୁଦ୍ଧାର ଆଶା କ୍ଷୀଣ

ନୂଆଦିଲ୍ଲୀ,୨୪-୪: ଜେଟ୍‌ ଏୟାରଓ୍ବେଜର ପୁନରୁଦ୍ଧାର ଆଶା କ୍ଷୀଣ ହେବାରେ ଲାଗିଛି। ଏହାର ବିମାନ ପୁଣିଥରେ ଉଡ଼ିବାର ସମ୍ଭାବନା ନ ଥିଲା ଭଳି ମନେ ହେଉଛି। 

ଆସିଲା ହୋଣ୍ଡାର ନୂଆ ଆମେଜ୍‌ ଭିଏକ୍ସ ସିଭିଟି 

ଆସିଲା ହୋଣ୍ଡାର ନୂଆ ଆମେଜ୍‌ ଭିଏକ୍ସ ସିଭିଟି 

ନୂଆଦିଲ୍ଲୀ,୨୪-୪:ପ୍ରମୁଖ ଅଟୋମୋବାଇଲ ମାନୁଫାକ୍‌ଚରର ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ(ଏଚ୍‌ସିଆଇଏଲ୍‌) ପକ୍ଷରୁ ନୂଆ ଆମେଜ୍‌ ଭିକ୍ସ ସିଭିଟି ବଜାରକୁ ଆସିଛି। 

ପ୍ରତି ମାସରେ ୨୬% ହାରରେ କମୁଛି ନିଯୁକ୍ତି

ପ୍ରତି ମାସରେ ୨୬% ହାରରେ କମୁଛି ନିଯୁକ୍ତି

ନୂଆଦିଲ୍ଲୀ,୨୪-୪: ବିଗତ କିଛି ମାସ ହେବା ଦେଶରେ ଧିମା ହୋଇଛି ନିଯୁକ୍ତି। କର୍ମଚାରୀ ଭବିଷ୍ୟନିଧି ସଂଗଠନ(ଇପିଏଫଓ)ର ସଦ୍ୟତମ ପରିସଂଖ୍ୟାନକୁ ଅନୁଧ୍ୟାନ କଲେ ଏହା ଜଣାପଡୁଛି। 

ରେନୋ ପକ୍ଷରୁ ଦେଶବ୍ୟାପୀ ସମର ସର୍ଭିସ କ୍ୟାମ୍ପ ଘୋଷଣା

ରେନୋ ପକ୍ଷରୁ ଦେଶବ୍ୟାପୀ ସମର ସର୍ଭିସ କ୍ୟାମ୍ପ ଘୋଷଣା

ଭୁବନେଶ୍ୱର,୨୪-୪: ୟୁରୋପୀୟ ଅଟୋମୋଟିଭ୍‌ ବ୍ରାଣ୍ଡ ରେନୋ ଇଣ୍ଡିଆ ପକ୍ଷରୁ ଦେଶବ୍ୟାପୀ ସମର ସର୍ଭିସ କ୍ୟାମ୍ପର ଶୁଭାରମ୍ଭ ଘୋଷଣା କରାଯାଇଛି। ମାସ ୨୨ ଏପ୍ରିଲଠାରୁ ୨୮ ଏପ୍ରିଲ ଯାଏ କମ୍ପାନୀର ସର୍ଭିସ ଫାସିଲିଟିଗୁଡିକରେ ଅନୁଷ୍ଠିତ ହେବ। 

ଜେଏମ୍‌ଜି ହିରୋରେ ଗ୍ରାହକ ସମ୍ମିଳନୀ

ଜେଏମ୍‌ଜି ହିରୋରେ ଗ୍ରାହକ ସମ୍ମିଳନୀ

କଟକ,୨୪-୪:ପ୍ରମୁଖ ଦୁଇଚକିଆ ଯାନ ନିର୍ମାତା ହିରୋ ମୋଟୋକର୍ପ ଲିମିଟେଡର ଅଧିକୃତ ବିକ୍ରେତା ଜେଏମ୍‌ଜି ହିରୋ ପକ୍ଷରୁ ଗୁଡ୍‌ ଲାଇଫ ଗ୍ରାହକମାନଙ୍କୁ ନେଇ ଏକ  ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି। 

ଆଧାର ଏକ ପରିଚୟ ପତ୍ର: ନିଲେକାନି

ଆଧାର ଏକ ପରିଚୟ ପତ୍ର: ନିଲେକାନି

ବେଙ୍ଗାଲୁରୁ,୨୪-୪: ଆଧାର କୌଣସି ବ୍ୟକ୍ତିର ଗୋପନୀୟତା ବା ତାଙ୍କ ଉପରେ ନଜର ରଖିବାର ମାଧ୍ୟମ ନୁହେଁ, ବରଂ ଏହା ଏକ ପରିଚୟ ମାତ୍ର ବୋଲି ଆଇଟି କମ୍ପାନୀ ଇନ୍‌ଫୋସିସ୍‌ର ସହପ୍ରତିଷ୍ଠାତା ତଥା ଭାରତୀୟ ବିଶିଷ୍ଟ ପରିଚୟ ପ୍ରାଧିକରଣ(ୟୁଆଇଡିଏଆଇ)ର ପୂର୍ବତନ ଅଧ୍ୟକ୍ଷ ନନ୍ଦନ ନିଲେକାନି କହିଛନ୍ତି। 

୨୬ରୁ ସ୍ପାଇସଜେଟ୍‌ ଉଡ଼ାଇବ ୨୮ ବିମାନ

୨୬ରୁ ସ୍ପାଇସଜେଟ୍‌ ଉଡ଼ାଇବ ୨୮ ବିମାନ

ନୂଆଦିଲ୍ଲୀ,୨୪-୪: ଆସନ୍ତା ୨୬ରୁ ଘରୋଇ ନେଟଓ୍ବାର୍କରେ ସ୍ପାଇସଜେଟ୍‌ ନୂଆଦିଲ୍ଲୀ ଏବଂ ମୁମ୍ବାଇରୁ ଅନ୍ୟ ସହରକୁ ଦୈନିକ ୨୮ ନୂଆ ବିମାନ ଉଡ଼ାଇବ ବୋଲି ମଙ୍ଗଳବାର କମ୍ପାନୀ ପକ୍ଷରୁ କୁହାଯାଇଛି।

ଅନ୍ୟ ବୃହତ୍‌ ଦେଶରୁ ତେଲ କିଣାଯିବ: ଧର୍ମେନ୍ଦ୍ର

ଅନ୍ୟ ବୃହତ୍‌ ଦେଶରୁ ତେଲ କିଣାଯିବ: ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୨୪-୪: ଆସନ୍ତା ମେ’ ୨ ପରେ ଭାରତ ସମେତ ୮ଟି ଦେଶ ଇରାନରୁ ଅଶୋଧିତ ତେଲ କିଣିପାରିବେ ନାହିଁ। ଏ ସଂକ୍ରାନ୍ତରେ ପୂର୍ବରୁ ଆମେରିକା କଟକଣା କୋହଳ କରିଥିଲା। 

ଜେଟ୍‌ର ୪୧୦ ପାଇଲଟ ଦେଇସାରିଛନ୍ତି ଇସ୍ତଫା

ଜେଟ୍‌ର ୪୧୦ ପାଇଲଟ ଦେଇସାରିଛନ୍ତି ଇସ୍ତଫା

ନୂଆଦିଲ୍ଲୀ,୨୪-୪: ଜେଟ୍‌ ଏୟାରଓ୍ବେଜ ପୁଣିଥରେ ଉଡ଼ିବା ନେଇ ସଂଶୟ ରହିଛି। ଗତ ୭ ମାସ ମଧ୍ୟରେ ୪୧୦ ଜଣ ପାଇଲଟ ଓ କ୍ୟାପ୍ଟେନ ଚାକିରି ଛାଡ଼ିଛନ୍ତି। ଏବେ ଜେଟ୍‌ ନିକଟରେ ୧୫୨୭ ପାଇଲଟ ରହିଛନ୍ତି  ବୋଲି ଏୟାରଲାଇନର ପାଇଲଟ ସଂଘ, ନ୍ୟାଶନାଲ ଏଭିଏଟର୍ସ ଗିଲ୍ଡ କହିଛି। 

ଗ୍ରାହକଙ୍କୁ ଦେଲାନି ଜିଏସ୍‌ଟି ଫାଇଦା;ପି ଆଣ୍ଡ ଜି ଖାଇଗଲା ୨୫୦ କୋଟି

ଗ୍ରାହକଙ୍କୁ ଦେଲାନି ଜିଏସ୍‌ଟି ଫାଇଦା;ପି ଆଣ୍ଡ ଜି ଖାଇଗଲା ୨୫୦ କୋଟି

ନୂଆଦିଲ୍ଲୀ,୨୪-୪: ସାମଗ୍ରୀ ଏବଂ ସେବା ଟିକସ(ଜିଏସ୍‌ଟି) ଅଧୀନରେ ଗ୍ରାହକଙ୍କୁ ଫାଇଦା ନ ଦେଇ ଆମେରିକାର ମଲ୍ଟି ନ୍ୟାଶନାଲ ଏଫ୍‌ଏମ୍‌ସିଜିି କମ୍ପାନୀ ପ୍ରକ୍ଟର ଆଣ୍ଡ ଗ୍ୟାମ୍ବଲ(ପି ଆଣ୍ଡ ଜି) ୨୫୦ କୋଟି ଟଙ୍କା ଚଳୁ କରିଦେଇଛି ବୋଲି ଜିଏସ୍‌ଟି ଲାଭ ଯାଞ୍ଚ କରୁଥିବା ଏଜେନ୍ସି ଧରିଛି।

ଅନ୍ୟ କମ୍ପାନୀକୁ ଜେଟ୍‌ର ସ୍ଲଟ୍‌ ପ୍ରଦାନ ଅସ୍ଥାୟୀ: ମନ୍ତ୍ରଣାଳୟ

ଅନ୍ୟ କମ୍ପାନୀକୁ ଜେଟ୍‌ର ସ୍ଲଟ୍‌ ପ୍ରଦାନ ଅସ୍ଥାୟୀ: ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୪-୪: ଜେଟ୍‌ ଏୟାରଓ୍ବେର ସ୍ଲଟକୁ ନେଇ ବିଭିନ୍ନ ବିବାଦ ଉପୁଜୁଥିବା ବେଳେ ଏହାକୁ ନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ନିଜର ପ୍ରତିକ୍ରିୟା ରଖିଛି। ବିମାନ କମ୍ପାନୀର ସ୍ଲଟକୁ ଅସ୍ଥାୟୀ ଭାବେ ଅନ୍ୟ ସଂସ୍ଥାକୁ ଦିଆଯାଉଛି ବୋଲି ମନ୍ତ୍ରଣାଳୟ ପ୍ରକାଶ କରିଛି। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri