ରାଜ୍ୟ | ବାଲେଶ୍ୱର

୪୫ ଦିନ ପରେ ଭୀମକୁଣ୍ଡ ସ୍ରୋତରେ ଭାସିଯାଇଥିବା ଛାତ୍ରଙ୍କ ମୃତଦେହ ଉଦ୍ଧାର

୪୫ ଦିନ ପରେ ଭୀମକୁଣ୍ଡ ସ୍ରୋତରେ ଭାସିଯାଇଥିବା ଛାତ୍ରଙ୍କ ମୃତଦେହ ଉଦ୍ଧାର

ପାଟଣା,୧୧।୨(ସ୍ବ.ପ୍ର.): ଦୀର୍ଘ ୪୫ଦିନ ପରେ ଛାତ୍ରଙ୍କ ମୃତଦେହ ଉଦ୍ଧାର। କେନ୍ଦୁଝର ଜିଲା ପାଟଣା ବ୍ଲକ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡକୁ ବଣଭୋଜି କରିବାକୁ ଆସିଥିବା ଜଣେ ୧୭ବର୍ଷୀୟ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ ବିଜ୍ଞାନ ଛାତ୍ର ଡିସେମ୍ବର ୨୮ ତାରିଖ ପୂର୍ବାହ୍ନରେ ଭୀମକୁଣ୍ଡ ସ୍ରୋତରେ ପଡି ଭାସିଯାଇଥିଲେ।  ଯୁବକ ଜଣକ ହେଉଛନ୍ତି କଟକ ନୂଆପଡା ଲେବର କଲୋନୀର ଦୀପକ ନାରାୟଣ ମିଶ୍ରଙ୍କ ପୁଅ ରୋହନ। ତାଙ୍କ ଗଳିତ ଶବକୁ ଦୀର୍ଘ ୪୫ଦିନ ପରେ ପରିବାର ଲୋକେ  ଭୀମକୁଣ୍ଡଠାରୁ ୩କିମି ଦୂର ବୈତରଣୀ ନଦୀର ନାଗଫେଣି ନିକଟରେ ସୋମବାର ସକାଳେ ଭାସୁଥିବାର ଦେଖିବାକୁ ପାଇଛନ୍ତି।  ତେବେ ମୃତଦେହ ଭାସୁଥିବା ସ୍ଥାନଟି ଠାକୁରମୁଣ୍ଡା ଥାନା କିମ୍ବା ଘଟଗାଁ ଥାନା ଅଞ୍ଚଳର ବୋଲି ଉଭୟ ଥାନାଧିକାରୀଙ୍କ ମଧ୍ୟରେ ବିବାଦ ଦେଖାଦେଇଥିବାରୁ ଦୀର୍ଘ ୭ଘଣ୍ଟା ପରେ ବି ଘଟଣାସ୍ଥଳରେ ପୋଲିସ କିମ୍ବା ଅଗ୍ନିଶମ ବିଭାଗ ପହଞ୍ଚି ପାରି ନ ଥିବାରୁ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି। ଏଣେ ମୃତକ ରୋହନଙ୍କ ବାପା ଦୀପକ ପ୍ରଶାସନଠାରୁ ସହଯୋଗ ନ ପାଇ ମ୍ରିୟମାଣରେ ଭାଙ୍ଗିପଡିଛନ୍ତି। ସୂଚନା ଅନୁଯାୟୀ, ଗତ ଡିସେମ୍ବର  ୨୮ତାରିଖରେ  କଟକ ମଧୁପାଟଣା ବିଦ୍ୟାର୍ଥୀ କ୍ଲାସେସ କୋଚିଂ ସେଣ୍ଟରରେ ଅଧ୍ୟୟନ କରୁଥିବା ୪୫ଜଣ ଛାତ୍ରୀଛାତ୍ର ଓ ଅଧ୍ୟାପକଙ୍କୁ ନେଇ ବଣଭୋଜି ପାଇଁ ଭୀମକୁଣ୍ଡ ଆସିଥିବାବେଳ ଏହି ଦୁର୍ଘଟଣା ଘଟିଥିଲା। ଅନ୍ୟପକ୍ଷରେ ରୋହନଙ୍କ ବାପା ଦୀପକ ନାରାୟଣ ମିଶ୍ର  ତାଙ୍କ ପୁଅଙ୍କୁ  କୋଚିଂ ସେଣ୍ଟର ମାଲିକ ଅନଙ୍ଗ ଉଦୟ ବଳ ଓ ଚିନ୍ମୟ କୁମାର ଦାସ ସୁଚିନ୍ତିତ ଭାବେ ପାଣିକୁ ଠେଲିଦେଇଥିବାର  ମଧୁପାଟଣା ଥାନାରେ ଅଭିଯୋଗ କରିଛନ୍ତି।

All Right Reserved By

ରାଜ୍ୟ | ବାଲେଶ୍ୱର

ଭଦ୍ରକରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର:  ‘ଶେଷ ନିଃଶ୍ୱାସ ପର୍ଯ୍ୟନ୍ତ ଲୋକଙ୍କ ସେବାରେ ଥିବି’

ଭଦ୍ରକରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର: ‘ଶେଷ ନିଃଶ୍ୱାସ ପର୍ଯ୍ୟନ୍ତ ଲୋକଙ୍କ ସେବାରେ ଥିବି’

ଭଦ୍ରକ ଅଫିସ/ବାସୁଦେବପୁର/ବନ୍ତ/ଧାମନଗର, ୨୪।୪ (ଡି.ଏନ.ଏ.) - ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ପାଇଁ ବିଜେଡି ରାଜ୍ୟ ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭଦ୍ରକ ଜିଲା ଗସ୍ତରେ ଆସି ବିଭିନ୍ନ ସ୍ଥାନରେ ଦଳୀୟ ବିଧାନସଭା ଓ ଲୋକ ସଭା ପ୍ରାର୍ଥୀଙ୍କ ପାଇଁ ମାରାଥନ ପ୍ରଚାର କରି ଫେରିଛନ୍ତି। 

କାଳିଆ ଯୋଜନାକୁ ବନ୍ଦ ହେବାକୁ ଦେବି ନାହିଁ;  ପ୍ରତାପ, ଅନୁଭବଙ୍କୁ ଭୋଟ ଦେଇ ବିଜୟୀ କରନ୍ତୁ: ମୁଖ୍ୟମନ୍ତ୍ରୀ

କାଳିଆ ଯୋଜନାକୁ ବନ୍ଦ ହେବାକୁ ଦେବି ନାହିଁ; ପ୍ରତାପ, ଅନୁଭବଙ୍କୁ ଭୋଟ ଦେଇ ବିଜୟୀ କରନ୍ତୁ: ମୁଖ୍ୟମନ୍ତ୍ରୀ

ମାହାଙ୍ଗା,୨୩ା୪(ସ୍ବ.ପ୍ର.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର କଟକ ଜିଲାର ମାହାଙ୍ଗା ନିର୍ବାଚନମଣ୍ଡଳୀ ଗସ୍ତରେ ଆସି ଜେ.ଏନ. କଲେଜ ପଡ଼ିଆଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଯୋଗ ଦେଇଥିଲେ। 

ବାରୁଅ ବିଜୟ ସଙ୍କଳ୍ପ ସମାବେଶରେ ବର୍ଷିଲେ ମୋଦି: କହିଲେ ନବୀନ ଭଲରେ ବିଦାୟ ନିଅନ୍ତୁ ବୋଲି ଚାହୁଁଥିଲି, ହେଲେ ଏଥର ସେ ବିଦା ହେବା ନିଶ୍ଚିତ

ବାରୁଅ ବିଜୟ ସଙ୍କଳ୍ପ ସମାବେଶରେ ବର୍ଷିଲେ ମୋଦି: କହିଲେ ନବୀନ ଭଲରେ ବିଦାୟ ନିଅନ୍ତୁ ବୋଲି ଚାହୁଁଥିଲି, ହେଲେ ଏଥର ସେ ବିଦା ହେବା ନିଶ୍ଚିତ

କେନ୍ଦ୍ରାପଡ଼ା ଅଫିସ, ୨୩।୪- କେନ୍ଦ୍ରାପଡ଼ା ନିର୍ବାଚନୀ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସମସ୍ତ ବିରୋଧୀ ଦଳଙ୍କୁ ଟାର୍ଗେଟ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଗାଦି ଛାଡିବା ସମୟ ଆସିଗଲାଣି ବୋଲି କହିଥିବା ବେଳେ ରାଫେଲ ପ୍ରସଙ୍ଗକୁ ନେଇ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ସମାଲୋଚନା କରିଛନ୍ତି।

ତୃତୀୟ ପର୍ଯ୍ୟାୟ ନିର୍ବାଚନ: ସନ୍ଧ୍ୟା ୫ଟା ସୁଦ୍ଧା ରାଜ୍ୟରେ ୬୧% ମତଦାନ, ୨ ବୁଥ୍‌ରେ ମତଦାନ ସ୍ଥଗିତ

ତୃତୀୟ ପର୍ଯ୍ୟାୟ ନିର୍ବାଚନ: ସନ୍ଧ୍ୟା ୫ଟା ସୁଦ୍ଧା ରାଜ୍ୟରେ ୬୧% ମତଦାନ, ୨ ବୁଥ୍‌ରେ ମତଦାନ ସ୍ଥଗିତ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ୬ ଲୋକ ସଭା ଓ ୪୨ ବିଧାନସଭା ଆସନ ଲାଗି ମଙ୍ଗଳବାର ମତଦାନ କରାଯାଉଛି। ସକାଳ ୭ଟାରେ ଭୋଟଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୫ଟା ସୁଦ୍ଧା ୬୧% ମତଦାନ ହୋଇଛି। 

ଆସନ୍ତା ୨୫ରେ ୯ ବୁଥ୍‌ରେ ହେବ ସାନି ମତଦାନ

ଆସନ୍ତା ୨୫ରେ ୯ ବୁଥ୍‌ରେ ହେବ ସାନି ମତଦାନ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଆସନ୍ତା ୨୫ରେ ରାଜ୍ୟର ୯ଟି ବୁଥ୍‌ରେ ସାନି ମତଦାନ ହେବ। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ଉକ୍ତ ବୁଥ୍‌ଗୁଡ଼ିକରେ ବିଭିନ୍ନ କାରଣ ନେଇ ମତଦାନ ସ୍ଥଗିତ ରହିଥିଲା। 

ଇଭିଏମ୍‌ରେ ତ୍ରୁଟି ଯୋଗୁ ସତ୍ୟବାଦୀରେ ମତଦାନ ବିଳମ୍ବିତ

ଇଭିଏମ୍‌ରେ ତ୍ରୁଟି ଯୋଗୁ ସତ୍ୟବାଦୀରେ ମତଦାନ ବିଳମ୍ବିତ

ସାକ୍ଷୀଗୋପାଳ, ୨୩।୪(ଡି.ଏନ.ଏ): ପୁରୀ ଜିଲା ସତ୍ୟବାଦୀ ୧୦୯ ବିଧାନସଭା ଓ ୧୭  ପୁରୀ ଲୋକ ସଭା ନିର୍ବାଚନ ନିମନ୍ତେ ମଙ୍ଗଳବାର ସକାଳୁ ସତ୍ୟବାଦୀ ବ୍ଲକର ୧୧୨ଟି କେନ୍ଦ୍ରରେ ମତଦାନ ଚାଲିଛି। 

କେନ୍ଦୁଝରରେ  ୧ଟା ପର୍ଯ୍ୟନ୍ତ ୩୫.୧୫% ମତଦାନ: ପାଟଣା ନିର୍ବାଚନମଣ୍ଡଳୀରେ  ୩୭%

କେନ୍ଦୁଝରରେ ୧ଟା ପର୍ଯ୍ୟନ୍ତ ୩୫.୧୫% ମତଦାନ: ପାଟଣା ନିର୍ବାଚନମଣ୍ଡଳୀରେ ୩୭%

ପାଟଣା,୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ୨୩ ନମ୍ବର ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀରେ ତୃତୀୟ ପର୍ଯ୍ୟାୟ ପାଇଁ ମଙ୍ଗଳବାର ମତଦାନ ଅନୁଷ୍ଠିତ ହୋଇଛି। ସକାଳ ୭ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୭୩ଟି ବୁଥ୍‌ରେ ମତଦାନ ଚାଲୁ ରହିଛି। 

ପୁରୀ ସହରର ବିଭିନ୍ନ ବୁଥ୍‌ରେ ଅବ୍ୟବସ୍ଥା ଯୋଗୁ ମତଦାନରେ ବିଳମ୍ବ

ପୁରୀ ସହରର ବିଭିନ୍ନ ବୁଥ୍‌ରେ ଅବ୍ୟବସ୍ଥା ଯୋଗୁ ମତଦାନରେ ବିଳମ୍ବ

ପୁରୀ ଅଫିସ, ୨୩।୪: ପୁରୀ ସହରର ବିଭିନ୍ନ ବୁଥରେ ବ୍ୟାପକ ଅବ୍ୟବସ୍ଥା  ସୃଷ୍ଟି ହୋଇଛି। ଇଭିଏମ୍‌ରେ ଯାନ୍ତ୍ରିକ ତ୍ରୁଟି ଯୋଗୁ କେତେକ ମତଦାନ କେନ୍ଦ୍ରରେ ମତଦାନ ବିଳମ୍ବରେ ଆରମ୍ଭ ହୋଇଥିବା ସୂଚନା ମିଳିଛି। 

ଖୋର୍ଦ୍ଧା ଜିଲାରେ ୧ଟା ସୁଦ୍ଧା ୨୭.୧୭% ମତଦାନ: ଜଟଣୀ ନିର୍ବାଚନମଣ୍ଡଳୀରେ ସର୍ବାଧିକ ୩୩.୯୫%

ଖୋର୍ଦ୍ଧା ଜିଲାରେ ୧ଟା ସୁଦ୍ଧା ୨୭.୧୭% ମତଦାନ: ଜଟଣୀ ନିର୍ବାଚନମଣ୍ଡଳୀରେ ସର୍ବାଧିକ ୩୩.୯୫%

ଖୋର୍ଦ୍ଧା ଅଫିସ,୨୩ା୪(ଡି.ଏନ୍‌.ଏ.): ମଙ୍ଗଳବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେଉଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକ ସଭା ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନ ପାଇଁ ଭୋଟଗ୍ରହଣ ଚାଲୁରହିଛି।

ମତଦାନ କେନ୍ଦ୍ରରେ ପଣାହାଣ୍ଡିରେ  ଶଙ୍ଖଚିହ୍ନ ମାରି ପଣା ବଣ୍ଟନ

ମତଦାନ କେନ୍ଦ୍ରରେ ପଣାହାଣ୍ଡିରେ ଶଙ୍ଖଚିହ୍ନ ମାରି ପଣା ବଣ୍ଟନ

ନିରାକାରପୁର,୨୩ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଅଞ୍ଚଳରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲୁ ରହିଛି।

ଇଭିଏମ୍‌ ମେଶିନ ଖରାପ ଯୋଗୁ ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ବିଳମ୍ବରେ ମତଦାନ

ଇଭିଏମ୍‌ ମେଶିନ ଖରାପ ଯୋଗୁ ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ବିଳମ୍ବରେ ମତଦାନ

ନିରାକାରପୁର,୨୩ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଛି। କେତେକ ବୁଥ୍‌ରେ ଇଭିଏମ୍‌ ମେଶିନ୍‌ ଖରାପ ଯୋଗୁ କେଉଁଠାରେ ଦେଢ଼ଘଣ୍ଟା ତ କେଉଁଠାରେ ୪୦ ମିନିଟ ବିଳମ୍ବରେ ମତଦାନ ଆରମ୍ଭ ହୋଇଛି। 

ଭୋଟ ଦେଲେ ବଦ୍ରି

ଭୋଟ ଦେଲେ ବଦ୍ରି

କେନ୍ଦୁଝର /ଆନନ୍ଦପୁର,୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ନିର୍ବାଚନମଣ୍ଡଳୀର ଗଡ଼ବାନ୍ଧଗଡ଼ା ଗ୍ରାମର ୨୮୧ ନମ୍ବର ବୁଥରେ ମନ୍ତ୍ରି ବଦ୍ରିନାରାୟଣ ପାତ୍ର ମଙ୍ଗଳବାର ନିଜର ମତଦାନ କରିଛନ୍ତି। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri