ରାଜ୍ୟ |

ମାଘ ସପ୍ତମୀ ବୁଡ଼: ଚନ୍ଦ୍ରଭାଗାରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ

 ମାଘ ସପ୍ତମୀ ବୁଡ଼:   ଚନ୍ଦ୍ରଭାଗାରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ

କୋଣାର୍କ, ୧୧ା୨(ଡି.ଏନ.ଏ.) - ମଙ୍ଗଳବାର ମାଘସପ୍ତମୀ ବୁଡ଼। ଆରମ୍ଭ ହେବ ପ୍ରସିଦ୍ଧ ଚନ୍ଦ୍ରଭାଗା ମାଘସପ୍ତମୀ ମେଳା। ଏଥିପାଇଁ କୋଣାର୍କ ଚନ୍ଦ୍ରଭାଗା ବେଳାଭୂମି ଉତ୍ସବମୁଖର ହୋଇଉଠିଛି। ସୋମବାର ଷଷ୍ଠୀରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିବାବେଳେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଭିଡ଼ ବଢ଼ି ଚାଲିଥିଲା। ତୀର୍ଥ ପୁଷ୍କରିଣୀ ସଂଲଗ୍ନ ମେଳା ପଡିଆରେ ଶ୍ରଦ୍ଧାଳୁମାନେ ଚାଞ୍ଚରା ଓ  ବାଉଁଶ କଣିରେ ଅସ୍ଥାୟୀ କୁଡିଆରେ ମାଟିହାଣ୍ଡିରେ ବ୍ୟଞ୍ଜନ ପ୍ରସ୍ତୁତ କରି ଅର୍କାଦିତ୍ୟଙ୍କୁ ଅର୍ପଣ କରିବା ପରେ ପରିବାର ବର୍ଗଙ୍କ ସହ ସେବନ କରିଥିଲେ। ଏହାପରେ ନିକଟ ହାଣ୍ଡିଭଙ୍ଗା ପୁଷ୍କରିଣୀରେ ହାଣ୍ଡି ବାଡେଇ ଥିବା ଦେଖିବାକୁ ମିଳିଥିଲା। ସେହିଭଳି ସପ୍ତମୀ ଉପଲକ୍ଷେ ଛୋଟାରାମ ବାବାଙ୍କ ଆଶ୍ରମରେ ଅଷ୍ଟମ ପ୍ରହର ନାମଯଜ୍ଞ ଅନୁଷ୍ଠିତ ହୋଇଥିଲା। ତ୍ରିଶମ୍ଭୁ ବାବା ତ୍ରିବେଣୀଶ୍ୱର, ବାବା ଐଶାନେଶ୍ୱର ଓ ବାବା ଦକ୍ଷିଣେଶ୍ୱର ମହାଦେବ ସୁସଜିତ ବିମାନ ଓ ଉଜ୍ଜ୍ୱଳ ଆଲୋକମାଳାରେ ନିଜ ବିଜେସ୍ଥଳୀରୁ ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ ଆସି କୋଣାର୍କ ଏନ୍‌ଏସି ପଡିଆ, ପୂର୍ତ୍ତ ବିଭାଗ ଓ କୋଣାର୍କ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟଠାରେ ପହଞ୍ଚତ୍ବା ପରେ ପକ୍ତି ଭୋଗ ଲାଗି ହୋଇଥିଲା। ରାତି ୨ଟା ୫୮ରେ ତୀର୍ଥ ପୁଷ୍କରିଣୀ ସ୍ନାନ ମଣ୍ଡପରେ ବିଜେ କରିଥିଲେ।  ସେଠାରେ ଦେବନୀତି ଅନୁଯାୟୀ ତ୍ରୀଶମ୍ଭୁଙ୍କ ପୂଜାର୍ଚ୍ଚନା ଓ ସ୍ନାନ କାର୍ଯ୍ୟ ସମ୍ପନ୍ନ ହୋଇଥିଲା। ଏହାପରେ ଭୋର୍‌ ୪ଟାରେ ଲକ୍ଷାଧିକ ଶ୍ରଦ୍ଧାଳୁ ମହୋଦଧି ଓ ତୀର୍ଥ ପୁଷ୍କରିଣୀରେ ବୁଡ଼ ପକାଇ ପୂଣ୍ୟ ଅର୍ଜନ କରିଥିଲେ।

ଜିଲା ସଂସ୍କୃତି ବିଭାଗ ପକ୍ଷରୁ ୨୪ ଘଣ୍ଟିଆ ସାସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଉଥିବାବେଳେ ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ  ହଜିଲା ଖୋଜିଲା ମଞ୍ଚ ଖୋଲାଯାଇଛି। ମାଘ ସ୍ନାନ ପାଇଁ ଡ୍ରେନେଜ ବିଭାଗ ପକ୍ଷରୁ ପୂର୍ବରୁ ପୁଷ୍କରିଣୀ ଖନନ ଓ ଚୁନ ପକାଯାଇ ବିଶୋଧନ କରାଯାଇଥିଲା।  ପୁରୀ ଏସ୍‌ପି ସାର୍ଥକ ଷଡ଼ଙ୍ଗୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ତୀର୍ଥ ପୁଷ୍କରିଣୀ, ମେଳା ପଡିଆ, ହେଲିପ୍ୟାଡ୍‌, ବସ୍‌ଷ୍ଟାଣ୍ଡ୍‌ ସମେତ ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

All Right Reserved By

ରାଜ୍ୟ |

ପ୍ରସଙ୍ଗ, ପ୍ରାର୍ଥୀଙ୍କୁ ପରଖୁଛନ୍ତି ଭୋଟର

ପ୍ରସଙ୍ଗ, ପ୍ରାର୍ଥୀଙ୍କୁ ପରଖୁଛନ୍ତି ଭୋଟର

ପୁରୀ ଅଫିସ, ୨୦ା୪: ଚର୍ଚ୍ଚାରେ ପୁରୀ ଲୋକ ସଭା ନିର୍ବାଚନମଣ୍ଡଳୀ। ଶ୍ରୀମନ୍ଦିର, ବେଳାଭୂମି, ରତ୍ନଭଣ୍ଡାର, ମହାପ୍ରଭୁଙ୍କ ଅମୃତ ମଣୋହି ଜମି ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ସାଙ୍ଗକୁ ସିଦ୍ଧମହାବୀର ରେଲଓ୍ବେ ଓଭରବ୍ରିଜ୍‌ ନିର୍ମାଣ, ଡ୍ରେନେଜ ଆଦି ନାନା ସମସ୍ୟା ନେଇ ପ୍ରାର୍ଥୀଙ୍କ ମଧ୍ୟରେ ଚାଲିଛି ଆରୋପ ପ୍ରତ୍ୟାରୋପ। 

ପରମ୍ପରା ଭାଙ୍ଗିପାରନ୍ତି ମତଦାତା

ପରମ୍ପରା ଭାଙ୍ଗିପାରନ୍ତି ମତଦାତା

ଭୁବନେଶ୍ୱର, ୨୦ା୪:  ଆସନ୍ତା ୨୩ ତାରିଖରେ ଭୁବନେଶ୍ୱର ଲୋକ ସଭା ଆସନରେ ନିର୍ବାଚନ ହେବ। ଏହାକୁ ନେଇ ସାରା ରାଜ୍ୟରେ ଉତ୍କଣ୍ଠା ରହିଛି। 

ରୋଡ୍‌ ଶୋ’ ସମୟରେ ଦୁର୍ଘଟଣା, ଜଣେ ମୃତ

ରୋଡ୍‌ ଶୋ’ ସମୟରେ ଦୁର୍ଘଟଣା, ଜଣେ ମୃତ

ବ୍ରହ୍ମଗିରି, ୨୦ା୪(ଡି.ଏନ୍‌.ଏ.): ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୋଡ ଶୋ’ ସମୟରେ ଏକ ସଡ଼କ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଛି। 

ପୁରୀରେ ମୁଖ୍ୟମନ୍ତ୍ରୀ ରୋଡ୍‌ ଶୋ କରି ଭୋଟ ମାଗିଲେ

ପୁରୀରେ ମୁଖ୍ୟମନ୍ତ୍ରୀ ରୋଡ୍‌ ଶୋ କରି ଭୋଟ ମାଗିଲେ

ପୁରୀ ଅଫିସ, ବ୍ରହ୍ମଗିରି, ୨୦ା୪ (ଡି.ଏନ୍‌.ଏ.): ଆସନ୍ତା ୨୩ ତାରିଖରେ ପୁରୀ ଲୋକ ସଭା ଏବଂ ଏହା ଅଧୀନରେ ଥିବା ବିଧାନସଭା ନିର୍ବାଚନମଣ୍ଡଳୀରେ ମତଦାନ ହେବ। ତେଣୁ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସବୁ ରାଜନୈତିକ ଦଳ ବଳ, କୌଶଳ ଲଗାଇ ଦେଇଛନ୍ତି। 

ଚୋରା ବନ୍ଧୁକ ରଖିବା ମାମଲା:  ରଞ୍ଜିତା, ଆଲୋକଙ୍କ ଜାମିନ ଆବେଦନ ଖାରଜ

ଚୋରା ବନ୍ଧୁକ ରଖିବା ମାମଲା: ରଞ୍ଜିତା, ଆଲୋକଙ୍କ ଜାମିନ ଆବେଦନ ଖାରଜ

କଟକ ଅଫିସ,୨୦।୪: ଚୋରା ବନ୍ଧୁକ ରଖି ପୋଲିସ ହାତରେ ଗିରଫ ହୋଇଥିବା ସିଏମ୍‌ସିର ପୂର୍ବତନ କର୍ପୋରେଟର ରଞ୍ଜିତା ବିଶ୍ୱାଳ ଓ ତାଙ୍କ ସହଯୋଗୀ ଆଲୋକ ପୃଷ୍ଟିଙ୍କ ଜାମିନ ଆବେଦନ ଖାରଜ ହୋଇଛି। 

ସ୍କୁଲ ଛୁଟିକୁ ନେଇ ହାଇକୋର୍ଟରେ ମାମଲା:  ରାଜ୍ୟ ସରକାରଙ୍କୁ ନୋଟିସ

ସ୍କୁଲ ଛୁଟିକୁ ନେଇ ହାଇକୋର୍ଟରେ ମାମଲା: ରାଜ୍ୟ ସରକାରଙ୍କୁ ନୋଟିସ

କଟକ ଅଫିସ,୨୦।୪: ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜନିତ ସ୍କୁଲ ଛୁଟି ଘୋଷଣାକୁ ନେଇ ହାଇକୋର୍ଟରେ ଆଡଭୋକେଟ ଶିବନାରାୟଣ ବିଶ୍ୱାଳଙ୍କ ପକ୍ଷରୁ ଏକ ମାମଲା ରୁଜୁ ହୋଇଛି। 

ଭାଜପାର ବିଜୟ ସଂକଳ୍ପ ସମାବେଶ:  କେନ୍ଦ୍ରୀୟ ଅନୁଦାନ ଖର୍ଚ୍ଚ କରୁ ନ ଥିବା ରାଜ୍ୟ ସରକାରଙ୍କୁ ହଟାଅ; ରାଜନାଥ

ଭାଜପାର ବିଜୟ ସଂକଳ୍ପ ସମାବେଶ: କେନ୍ଦ୍ରୀୟ ଅନୁଦାନ ଖର୍ଚ୍ଚ କରୁ ନ ଥିବା ରାଜ୍ୟ ସରକାରଙ୍କୁ ହଟାଅ; ରାଜନାଥ

କଟକ ସଦର, ୨୦।୪ (ଡି.ଏନ୍‌.ଏ.): କେନ୍ଦ୍ରୀୟ ଅନୁଦାନ ଖର୍ଚ୍ଚ କରିପାରୁ ନ ଥିବା ରାଜ୍ୟ ସରକାର ଓଡ଼ିଶାର ପ୍ରଗତିରେ ମୁଖ୍ୟ ପ୍ରତିବନ୍ଧକ ସାଜିଛନ୍ତି। ଆସନ୍ତା ସାଧାରଣ ନିର୍ବାଚନରେ ଅପାରଗ ରାଜ୍ୟ ସରକାରକୁ ହଟାଇ ଭାଜପାକୁ କ୍ଷମତାସୀନ କରିବା ପାଇଁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି।

ଖସିଲା ପାରଦ, ତାତିରୁ ତ୍ରାହି

ଖସିଲା ପାରଦ, ତାତିରୁ ତ୍ରାହି

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଶେଷରେ ତାତିରୁ ତ୍ରାହି ମିଳିଛି। କିଛିଦିନ ହେବ ୪୦ ଡିଗ୍ରୀ ଉପରେ ରହୁଥିବା ରାଜ୍ୟର ଅନେକ ସହରର ତାପମାତ୍ରା ଶୁକ୍ରବାର ହ୍ରାସ ପାଇଛି। ସବୁ ସହରରେ ୪୦ ଡିଗ୍ରୀରୁ କମ୍‌ ତାପମାତ୍ରା ରହିଛି। 

କେସିଆଇର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଓଡ଼ିଶାର ସଞ୍ଜିତ କୁମାର ମନୋନୀତ

କେସିଆଇର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଓଡ଼ିଶାର ସଞ୍ଜିତ କୁମାର ମନୋନୀତ

ଭୁବନେଶ୍ୱର,୨୦।୪(ବ୍ୟୁରୋ): କେନେଲ କ୍ଲବ ଅଫ୍‌ ଇଣ୍ଡିଆ(କେସିଆଇ)ର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଓଡ଼ିଶାର ସଞ୍ଜିତ କୁମାର ମହାନ୍ତି ମନୋନୀତ ହୋଇଛନ୍ତି। ସେ ପ୍ରଥମ ଓଡ଼ିଆ ଭାବେ କେସିଆଇର ଅଲ୍‌ ବ୍ରିଡ୍‌ ଜଜ୍‌ ହୋଇଛନ୍ତି। 

ବିଦ୍ୟୁତ୍‌ ଖୁଣ୍ଟରୁ ପଡ଼ି ଶ୍ରମିକଙ୍କ ଗଲା ଜୀବନ: ସେସୁ କର୍ମଚାରୀଙ୍କୁ ଘେରିଲେ ଗ୍ରାମବାସୀ

ବିଦ୍ୟୁତ୍‌ ଖୁଣ୍ଟରୁ ପଡ଼ି ଶ୍ରମିକଙ୍କ ଗଲା ଜୀବନ: ସେସୁ କର୍ମଚାରୀଙ୍କୁ ଘେରିଲେ ଗ୍ରାମବାସୀ

ନିରାକାରପୁର,୨୦ା୪(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ବିଦ୍ୟୁତ୍‌ ବିଭାଗ ଅଧୀନ ଲେଣ୍ଡୋ ପଞ୍ଚାୟତ ଭଗବତୀପଡ଼ାଠାରେ ଖୁଣ୍ଟରେ କାମ କରୁଥିବାବେଳେ ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। 

କେନ୍ଦୁପତ୍ର ବିକ୍ରି କରିପାରୁନାହାନ୍ତି ୧୧ ଗାଁର ଗ୍ରାମବାସୀ

କେନ୍ଦୁପତ୍ର ବିକ୍ରି କରିପାରୁନାହାନ୍ତି ୧୧ ଗାଁର ଗ୍ରାମବାସୀ

ମାଲକାନଗିରି,୨୦।୪ (ଡି.ଏନ୍‌.ଏ.)- ମାଲକାନଗିରି ଜିଲାରେ ଗତ ୪ ଦିନ ହେଲା ବନ ବିଭାଗ (କେନ୍ଦୁପତ୍ର) ଏବଂ କେତେକ ଘରୋଇ ସଂସ୍ଥା ଜିଲାର ବିଭିନ୍ନ ଫଡିରେ କେନ୍ଦୁପତ୍ର ତୋଳାଳିଙ୍କଠାରୁ କେନ୍ଦୁପତ୍ର ଖରିଦ କରିବା ଆରମ୍ଭ କରିଛନ୍ତି। ମାତ୍ର ମାଲକାନଗିରି ସଦର ବ୍ଲକ ଗୋରାଖଣ୍ଟା ପଞ୍ଚାୟତର ୧୧ଟି ଗ୍ରାମର ଗ୍ରାମବାସୀ କେନ୍ଦୁପତ୍ର ବିକ୍ରି କରିପାରୁନାହାନ୍ତି। 

ବିବାହ ଭୋଜିଖାଇ ୨୦୦ ଝାଡ଼ାବାନ୍ତିରେ ଆକ୍ରାନ୍ତ

ବିବାହ ଭୋଜିଖାଇ ୨୦୦ ଝାଡ଼ାବାନ୍ତିରେ ଆକ୍ରାନ୍ତ

ରାଜଗାଙ୍ଗପୁର, ୨୦।୪ (ଡି.ଏନ.ଏ.)- ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବ୍ଲକ ଅନ୍ତର୍ଗତ କୁଟୁଣିଆ ଗ୍ରାମପଞ୍ଚାୟତ ଲାଠୁପଡା ଗ୍ରାମରେ ଶୁକ୍ରବାର ବିବାହ ଭୋଜିଖାଇ ୨୦୦ରୁ ଅଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୩୦ରୁ ଅଧିକ ଶିଶୁ ଥିବା ଜଣାଯାଇଛି। ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ ରାଜଗାଙ୍ଗପୁର ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଧୀରେ ଧୀରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ଜଣାପଡିଛି। ଖବରପାଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ (ସିଡିଏମ୍‌ଓ) ଦିଲୀପ ଷଡ଼ଙ୍ଗୀ ରାଜଗାଙ୍ଗପୁର ସରକାରୀ ଡାକ୍ତରଖାନାରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। 


Model This Week

କ୍ରିଷ୍ଣା
Why Dharitri