ରାଜ୍ୟ | ବାଲେଶ୍ୱର

ନାଲି ଫିତା ତଳେ ‘କେନ୍ଦ୍ରୀୟ ପାକଶାଳା’

ନାଲି ଫିତା ତଳେ ‘କେନ୍ଦ୍ରୀୟ ପାକଶାଳା’

ବାଲେଶ୍ୱର ଅଫିସ,୧୨।୨- ଦେଶରେ ସରକାରୀ ବିଦ୍ୟାଳୟଗୁଡ଼ିକରେ ଉନ୍ନତ ପାଠ ପଢ଼ା ସାଙ୍ଗକୁ ମଧ୍ୟାହ୍ନଭୋଜନର ମାନ ବଢ଼ାଇବା ଉଦ୍ଦେଶ୍ୟରେ କେନ୍ଦ୍ର ଓ ରାଜ୍ୟସରକାର ମିଳିତ ଭାବେ ‘କେନ୍ଦ୍ରୀୟ ପାକଶାଳା’ ମାଧ୍ୟମରେ ସ୍କୁଲ୍‌ମାନଙ୍କୁ ମଧ୍ୟାହ୍ନଭୋଜନ ଯୋଗାଇବା ଏକ ଦୀର୍ଘସୂତ୍ରୀ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନାକୁ ଦେଶରେ ଏକକାଳୀନ ପ୍ରଣୟନ କରିବା ସମ୍ଭବ ହୋଇପାରି ନଥିବା ବେଳେ ପ୍ରଥମେ ସହରଗୁଡ଼ିକରେ ପ୍ରଣୟନ କରିଥିଲେ। ଅଭିଜ୍ଞ ସମ୍ପନ୍ନ ସ୍ବେଚ୍ଛାସେବୀ ସଙ୍ଗଠନମାନଙ୍କୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରିବା ପାଇଁ ସରକାର ଆହ୍ବାନ ଦେଇଥିଲେ। ରାଜ୍ୟର ପ୍ରଥମ ପର୍ଯ୍ୟାୟରେ କଟକ, ଭୁବନେଶ୍ୱର, ପୁରୀ, ବ୍ରହ୍ମପୁର, କେନ୍ଦୁଝର ଓ ରାଉରକେଲାରେ ସଫଳ ଭାବେ ‘କେନ୍ଦ୍ରୀୟ ପାକଶାଳା’ ମାଧ୍ୟମରେ ଯୋଗାଇ ଦିଆଯାଉଛି। ଦ୍ୱିତୀୟ ପର୍ଯ୍ୟାୟରେ ଖୋର୍ଦ୍ଧା, ନୟାଗଡ଼, କୋରାପୁଟ, ବାଲେଶ୍ୱର, ଗଞ୍ଜାମ, ଭଦ୍ରକ ଓ ବଲାଙ୍ଗୀରଙ୍କୁ ଅନ୍ତର୍ଭୁକ୍ତ କରାଯାଇଥିଲା। ରାଜ୍ୟସ୍ତରୀୟ ଷ୍ଟିୟରିଂ କମ୍‌ ମନିଟରିଂ କମିଟି ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ କରି ଆବେଦନ କରିଥିବା ସ୍ବେଚ୍ଛାସେବୀ ସଙ୍ଗଠନମାନଙ୍କ ତାଲିକା ଜିଲାପାଳଙ୍କୁ ପଠାଇ ସ୍ବେଚ୍ଛାସେବୀ ସଙ୍ଗଠନମାନଙ୍କ ସହ ଚୁକ୍ତିନାମା କରି କାର୍ଯ୍ୟ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଥିଲେ। 

ଏହି କ୍ରମରେ ‘ବାଗ୍‌ଡ଼ଙ୍ଗା ପଶ୍ଚିମଘେରୀ ବିଶାଲକ୍ଷ୍ମୀ କ୍ଲବ’ ସ୍ବେଚ୍ଛାସେବୀ ସଙ୍ଗଠନ କୋରାପୁଟ ଏବଂ ବାଲେଶ୍ୱର ଜିଲା ପାଇଁ ଚୟନ ହୋଇଥିଲା। ବାଲେଶ୍ୱର ଜିଲା ରେମୁଣା ବ୍ଲକ ସେରଗଡ଼ ଠାରେ ଅତ୍ୟାଧୁନିକ  ‘କେନ୍ଦ୍ରୀୟ ପାକଶାଳା’ ସ୍ଥାପନ କରାଯିବା ପରେ ଜିଲାପାଳ, ଜିଲା ଶିକ୍ଷାଧିକାରୀ ଏବଂ ଡେଭଲପ୍‌ମେଣ୍ଟ କମିଟି ଉକ୍ତ ସ୍ଥାନକୁ ପରିଦର୍ଶନ କରିଥିଲେ। ଗତ ୨୦୧୮ ଜୁନ୍‌ ୧୩ ତାରିଖରେ ଜିଲାପାଳ ରମେଶ ଚନ୍ଦ୍ର ରାଉତଙ୍କ ସହ ଉକ୍ତ ସଂସ୍ଥା ଶୁଭାରମ୍ଭ ପାଇଁ ଚୁକ୍ତିନାମା ସ୍ବାକ୍ଷର କରିଥିଲେ। ଚୁକ୍ତି ଏବଂ ନିର୍ଦ୍ଦେଶନାମା ଅନୁସାରେ ୨ମାସର ରନ୍ଧା ଖର୍ଚ୍ଚ ଅଗ୍ରୀମ ଦେବା ବଦଳରେ ମଧ୍ୟାହ୍ନଭୋଜନର ରାଜ୍ୟ ନୋଡାଲ ଅଧିକାରୀ ଗଙ୍ଗାଧର ସାହୁଙ୍କ ନିର୍ଦ୍ଦେଶକ୍ରମେ ଜିଲାପାଳ ରାଉତ ଟଙ୍କା ପ୍ରଦାନ ବଦଳରେ ପୁନର୍ବାର ସଂସ୍ଥା ସମ୍ବନ୍ଧରେ ପୁଙ୍ଖାନୁପୁଙ୍ଖ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ସଂସ୍ଥାଟି ପଞ୍ଜାବର ୮ଟି ଜିଲା ଏବଂ ଓଡ଼ିଶାର କୋରାପୁଟରେ ସୁରୁଖୁରୁ ଭାବେ କାର୍ଯ୍ୟ କରୁଥିବା ବେଳେ ବାଲେଶ୍ୱର ପାଇଁ ଉପୁଜୁଥିବା ସମସ୍ୟା ଅଧିକାରୀମାନେ ସମାଧାନ ନ କରିବା ରହସ୍ୟ ଜଣାପଡୁ ନାହଁି। 

ଅନ୍ୟପକ୍ଷରେ ସଂସ୍ଥାର ସ୍ଥାନୀୟ ସହଯୋଗୀ ତଥା କୋଷାଧ୍ୟକ୍ଷ ଗୌରହରି ରାଉଳଙ୍କ କହିବାନୁସାରେ ଉକ୍ତ ଯୋଜନାର ରାଜ୍ୟସ୍ତରୀୟ ଷ୍ଟିୟରିଂ କମ୍‌ ମନିଟରିଂ କମିଟିରେ ଅନୁମୋଦନ ପାଇବା ପର ଠାରୁ ଶେରଗଡ଼ରେ ମାସିକ ୮୧ହଜାର ଟଙ୍କା ଭଡ଼ାସୂତ୍ରରେ ଜମି ନେଇ ୧୮ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ଘର ନିର୍ମାଣ କରିବା, ୫୦ଲକ୍ଷ ଟଙ୍କାରେ ଉପକରଣ କିଣିବା, କର୍ମଚାରୀଙ୍କୁ ଦରମା ବାବଦରେ ୩ଲକ୍ଷରୁ ଊର୍ଦ୍ଧ୍ୱ ମୋଟ୍‌ ୧କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ କରିସାରିଛି। ସମସ୍ତ କାଗଜପତ୍ର ଠିକ୍‌ଠାକ୍‌ ଥିବାବେଳେ ବିଭାଗୀୟ ଅଧିକାରୀଙ୍କ ଆକ୍ରୋଶରେ ଶିକାର କରିବାକୁ ଚେଷ୍ଟା କରୁଛନ୍ତି। ଆବଶ୍ୟକ ପଡ଼ିଲେ ଉଚ୍ଚନ୍ୟାୟାଳୟରେ ଦ୍ୱାରସ୍ଥ ହେବାର ଚେତାବନୀ ଦେଇଛନ୍ତି। 

ଏ ସମ୍ପର୍କରେ ମଧ୍ୟାହ୍ନଭୋଜନର ରାଜ୍ୟ ନୋଡାଲ ଅଧିକାରୀ ଗଙ୍ଗାଧର ସାହୁଙ୍କୁ ପଚାରିବାରୁ ସେ କହନ୍ତି, ‘ବାଗ୍‌ଡ଼ଙ୍ଗା ପଶ୍ଚିମଘେରୀ ବିଶାଲକ୍ଷ୍ମୀ କ୍ଲବ’ ସ୍ବେଚ୍ଛାସେବୀ ସଙ୍ଗଠନର କେତେକ ଜାଲି କାଗଜପତ୍ର ବିଭାଗୀୟ ଅଧିକାରୀଙ୍କୁ ଦେଇ ଚଞ୍ଚକତା ପୂର୍ବକ ଉକ୍ତ ଯୋଜନାରେ ସାମିଲ ହୋଇଛି। ପ୍ରଶାସନିକ ତଦନ୍ତ ଜାରି ରହିଛି। ଆବଶ୍ୟକ ପଡ଼ିଲେ ଏହାକୁ କ୍ରାଇମବ୍ରାଞ୍ଚ ତଦନ୍ତ କରାଯିବ ବୋଲି ପ୍ରକାଶ କରିଛନ୍ତି। 


All Right Reserved By

ରାଜ୍ୟ | ବାଲେଶ୍ୱର

କାଳିଆ ଯୋଜନାକୁ ବନ୍ଦ ହେବାକୁ ଦେବି ନାହିଁ;  ପ୍ରତାପ, ଅନୁଭବଙ୍କୁ ଭୋଟ ଦେଇ ବିଜୟୀ କରନ୍ତୁ: ମୁଖ୍ୟମନ୍ତ୍ରୀ

କାଳିଆ ଯୋଜନାକୁ ବନ୍ଦ ହେବାକୁ ଦେବି ନାହିଁ; ପ୍ରତାପ, ଅନୁଭବଙ୍କୁ ଭୋଟ ଦେଇ ବିଜୟୀ କରନ୍ତୁ: ମୁଖ୍ୟମନ୍ତ୍ରୀ

ମାହାଙ୍ଗା,୨୩ା୪(ସ୍ବ.ପ୍ର.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର କଟକ ଜିଲାର ମାହାଙ୍ଗା ନିର୍ବାଚନମଣ୍ଡଳୀ ଗସ୍ତରେ ଆସି ଜେ.ଏନ. କଲେଜ ପଡ଼ିଆଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଯୋଗ ଦେଇଥିଲେ। 

ବାରୁଅ ବିଜୟ ସଙ୍କଳ୍ପ ସମାବେଶରେ ବର୍ଷିଲେ ମୋଦି: କହିଲେ ନବୀନ ଭଲରେ ବିଦାୟ ନିଅନ୍ତୁ ବୋଲି ଚାହୁଁଥିଲି, ହେଲେ ଏଥର ସେ ବିଦା ହେବା ନିଶ୍ଚିତ

ବାରୁଅ ବିଜୟ ସଙ୍କଳ୍ପ ସମାବେଶରେ ବର୍ଷିଲେ ମୋଦି: କହିଲେ ନବୀନ ଭଲରେ ବିଦାୟ ନିଅନ୍ତୁ ବୋଲି ଚାହୁଁଥିଲି, ହେଲେ ଏଥର ସେ ବିଦା ହେବା ନିଶ୍ଚିତ

କେନ୍ଦ୍ରାପଡ଼ା ଅଫିସ, ୨୩।୪- କେନ୍ଦ୍ରାପଡ଼ା ନିର୍ବାଚନୀ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସମସ୍ତ ବିରୋଧୀ ଦଳଙ୍କୁ ଟାର୍ଗେଟ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଗାଦି ଛାଡିବା ସମୟ ଆସିଗଲାଣି ବୋଲି କହିଥିବା ବେଳେ ରାଫେଲ ପ୍ରସଙ୍ଗକୁ ନେଇ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ସମାଲୋଚନା କରିଛନ୍ତି।

ତୃତୀୟ ପର୍ଯ୍ୟାୟ ନିର୍ବାଚନ: ସନ୍ଧ୍ୟା ୫ଟା ସୁଦ୍ଧା ରାଜ୍ୟରେ ୬୧% ମତଦାନ, ୨ ବୁଥ୍‌ରେ ମତଦାନ ସ୍ଥଗିତ

ତୃତୀୟ ପର୍ଯ୍ୟାୟ ନିର୍ବାଚନ: ସନ୍ଧ୍ୟା ୫ଟା ସୁଦ୍ଧା ରାଜ୍ୟରେ ୬୧% ମତଦାନ, ୨ ବୁଥ୍‌ରେ ମତଦାନ ସ୍ଥଗିତ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ୬ ଲୋକ ସଭା ଓ ୪୨ ବିଧାନସଭା ଆସନ ଲାଗି ମଙ୍ଗଳବାର ମତଦାନ କରାଯାଉଛି। ସକାଳ ୭ଟାରେ ଭୋଟଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୫ଟା ସୁଦ୍ଧା ୬୧% ମତଦାନ ହୋଇଛି। 

ଆସନ୍ତା ୨୫ରେ ୯ ବୁଥ୍‌ରେ ହେବ ସାନି ମତଦାନ

ଆସନ୍ତା ୨୫ରେ ୯ ବୁଥ୍‌ରେ ହେବ ସାନି ମତଦାନ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଆସନ୍ତା ୨୫ରେ ରାଜ୍ୟର ୯ଟି ବୁଥ୍‌ରେ ସାନି ମତଦାନ ହେବ। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ଉକ୍ତ ବୁଥ୍‌ଗୁଡ଼ିକରେ ବିଭିନ୍ନ କାରଣ ନେଇ ମତଦାନ ସ୍ଥଗିତ ରହିଥିଲା। 

ଇଭିଏମ୍‌ରେ ତ୍ରୁଟି ଯୋଗୁ ସତ୍ୟବାଦୀରେ ମତଦାନ ବିଳମ୍ବିତ

ଇଭିଏମ୍‌ରେ ତ୍ରୁଟି ଯୋଗୁ ସତ୍ୟବାଦୀରେ ମତଦାନ ବିଳମ୍ବିତ

ସାକ୍ଷୀଗୋପାଳ, ୨୩।୪(ଡି.ଏନ.ଏ): ପୁରୀ ଜିଲା ସତ୍ୟବାଦୀ ୧୦୯ ବିଧାନସଭା ଓ ୧୭  ପୁରୀ ଲୋକ ସଭା ନିର୍ବାଚନ ନିମନ୍ତେ ମଙ୍ଗଳବାର ସକାଳୁ ସତ୍ୟବାଦୀ ବ୍ଲକର ୧୧୨ଟି କେନ୍ଦ୍ରରେ ମତଦାନ ଚାଲିଛି। 

କେନ୍ଦୁଝରରେ  ୧ଟା ପର୍ଯ୍ୟନ୍ତ ୩୫.୧୫% ମତଦାନ: ପାଟଣା ନିର୍ବାଚନମଣ୍ଡଳୀରେ  ୩୭%

କେନ୍ଦୁଝରରେ ୧ଟା ପର୍ଯ୍ୟନ୍ତ ୩୫.୧୫% ମତଦାନ: ପାଟଣା ନିର୍ବାଚନମଣ୍ଡଳୀରେ ୩୭%

ପାଟଣା,୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ୨୩ ନମ୍ବର ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀରେ ତୃତୀୟ ପର୍ଯ୍ୟାୟ ପାଇଁ ମଙ୍ଗଳବାର ମତଦାନ ଅନୁଷ୍ଠିତ ହୋଇଛି। ସକାଳ ୭ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୭୩ଟି ବୁଥ୍‌ରେ ମତଦାନ ଚାଲୁ ରହିଛି। 

ପୁରୀ ସହରର ବିଭିନ୍ନ ବୁଥ୍‌ରେ ଅବ୍ୟବସ୍ଥା ଯୋଗୁ ମତଦାନରେ ବିଳମ୍ବ

ପୁରୀ ସହରର ବିଭିନ୍ନ ବୁଥ୍‌ରେ ଅବ୍ୟବସ୍ଥା ଯୋଗୁ ମତଦାନରେ ବିଳମ୍ବ

ପୁରୀ ଅଫିସ, ୨୩।୪: ପୁରୀ ସହରର ବିଭିନ୍ନ ବୁଥରେ ବ୍ୟାପକ ଅବ୍ୟବସ୍ଥା  ସୃଷ୍ଟି ହୋଇଛି। ଇଭିଏମ୍‌ରେ ଯାନ୍ତ୍ରିକ ତ୍ରୁଟି ଯୋଗୁ କେତେକ ମତଦାନ କେନ୍ଦ୍ରରେ ମତଦାନ ବିଳମ୍ବରେ ଆରମ୍ଭ ହୋଇଥିବା ସୂଚନା ମିଳିଛି। 

ଖୋର୍ଦ୍ଧା ଜିଲାରେ ୧ଟା ସୁଦ୍ଧା ୨୭.୧୭% ମତଦାନ: ଜଟଣୀ ନିର୍ବାଚନମଣ୍ଡଳୀରେ ସର୍ବାଧିକ ୩୩.୯୫%

ଖୋର୍ଦ୍ଧା ଜିଲାରେ ୧ଟା ସୁଦ୍ଧା ୨୭.୧୭% ମତଦାନ: ଜଟଣୀ ନିର୍ବାଚନମଣ୍ଡଳୀରେ ସର୍ବାଧିକ ୩୩.୯୫%

ଖୋର୍ଦ୍ଧା ଅଫିସ,୨୩ା୪(ଡି.ଏନ୍‌.ଏ.): ମଙ୍ଗଳବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେଉଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକ ସଭା ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନ ପାଇଁ ଭୋଟଗ୍ରହଣ ଚାଲୁରହିଛି।

ମତଦାନ କେନ୍ଦ୍ରରେ ପଣାହାଣ୍ଡିରେ  ଶଙ୍ଖଚିହ୍ନ ମାରି ପଣା ବଣ୍ଟନ

ମତଦାନ କେନ୍ଦ୍ରରେ ପଣାହାଣ୍ଡିରେ ଶଙ୍ଖଚିହ୍ନ ମାରି ପଣା ବଣ୍ଟନ

ନିରାକାରପୁର,୨୩ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଅଞ୍ଚଳରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲୁ ରହିଛି।

ଇଭିଏମ୍‌ ମେଶିନ ଖରାପ ଯୋଗୁ ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ବିଳମ୍ବରେ ମତଦାନ

ଇଭିଏମ୍‌ ମେଶିନ ଖରାପ ଯୋଗୁ ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ବିଳମ୍ବରେ ମତଦାନ

ନିରାକାରପୁର,୨୩ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଛି। କେତେକ ବୁଥ୍‌ରେ ଇଭିଏମ୍‌ ମେଶିନ୍‌ ଖରାପ ଯୋଗୁ କେଉଁଠାରେ ଦେଢ଼ଘଣ୍ଟା ତ କେଉଁଠାରେ ୪୦ ମିନିଟ ବିଳମ୍ବରେ ମତଦାନ ଆରମ୍ଭ ହୋଇଛି। 

ଭୋଟ ଦେଲେ ବଦ୍ରି

ଭୋଟ ଦେଲେ ବଦ୍ରି

କେନ୍ଦୁଝର /ଆନନ୍ଦପୁର,୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ନିର୍ବାଚନମଣ୍ଡଳୀର ଗଡ଼ବାନ୍ଧଗଡ଼ା ଗ୍ରାମର ୨୮୧ ନମ୍ବର ବୁଥରେ ମନ୍ତ୍ରି ବଦ୍ରିନାରାୟଣ ପାତ୍ର ମଙ୍ଗଳବାର ନିଜର ମତଦାନ କରିଛନ୍ତି। 

ମା’ମଙ୍ଗଳାଙ୍କ ପ୍ରସିଦ୍ଧ ଝାମୁଯାତ୍ରା ପାଇଁ କାକଟପୁର ଉତ୍ସବମୁଖର

ମା’ମଙ୍ଗଳାଙ୍କ ପ୍ରସିଦ୍ଧ ଝାମୁଯାତ୍ରା ପାଇଁ କାକଟପୁର ଉତ୍ସବମୁଖର

କାକଟପୁର,୨୩ା୪(ଡି.ଏନ୍‌.ଏ.): କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ମଙ୍ଗଳାଙ୍କ ମନ୍ଦିରରେ ଗତ ମାର୍ଚ୍ଚ ୨୬ ତାରିଖରୁ ଆରମ୍ଭ ହୋଇଥିବା ଝାମୁଯାତ୍ରା ମଙ୍ଗଳବାର ଉଦ୍‌ଯାପିତ ହେବ। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri