ରାଜ୍ୟ |

ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା:ଅଭିଯୋଗ ସତ୍ତ୍ୱେ ବଳାତ୍କାର ଦଫା ଲଗାଇଲାନି ପୋଲିସ

ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା:ଅଭିଯୋଗ ସତ୍ତ୍ୱେ ବଳାତ୍କାର ଦଫା ଲଗାଇଲାନି ପୋଲିସ

ଭୁବନେଶ୍ୱର,(ବ୍ୟୁରୋ)/ଜଟଣୀ,୧୨ା୨(ଡି.ଏନ.ଏ.):ଜଣେ ନାବାଳିକାଙ୍କୁ ସୋମବାର ବଳାତ୍କାର ପରେ ତଣ୍ଟିଚିପି ହତ୍ୟା କରାଯାଇଛି। ଘଟଣାଟି ଘଟିଛି କମିଶନରେଟ୍‌ ପୋଲିସ ଅଧୀନ ଜଟଣୀ ଥାନା ଅଞ୍ଚଳରେ। ନାବାଳିକାଙ୍କ ମା’ ତାଙ୍କ ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି। କିନ୍ତୁ ଜଟଣୀ ପୋଲିସ କେବଳ ଆଇପିସି ଦଫା ୩୦୨ ଅନୁଯାୟୀ ହତ୍ୟା ମାମଲା(ନଂ. ୪୭/୧୯) ରୁଜୁ କରିଛି। ବଳାତ୍କାର ଦଫା ଲଗାଇନାହିଁ। ଅନେକ ଘଟଣାରେ ପୋଲିସର ଆପରାଧିକ ଚରିତ୍ର ସାମ୍ନାକୁ ଆସିଛି। ବିଶେଷକରି ଗତ ଶୁକ୍ରବାର ବରଗଡ଼ ଜିଲା ସୋହେଲା ଥାନା ପରିସରରେ ଯାହା ଘଟିଲା ତାହା ଲଜ୍ଜାର ସୀମା ଟପିଗଲା। କାରଣ ଜଣେ ନାବାଳିକାଙ୍କୁ  ଘର ଭିତରେ ବନ୍ଦ ରଖି ବଳାତ୍କାର କରାଯାଇଥିଲା। ଏନେଇ ଥାନାର ଏଏସ୍‌ଆଇ ବନମାଳୀ କୁଅଁର ଗିରଫ ହୋଇଛନ୍ତି। ଖାକିରେ ଏଭଳି କଳଙ୍କକୁ ଲୋକେ ସହଜରେ ଗ୍ରହଣ କରିପାରୁ ନ ଥିବାବେଳେ ଜଟଣୀ ପୋଲିସର ଉପରୋକ୍ତ କାର୍ଯ୍ୟ ଅଭିଯୁକ୍ତଙ୍କୁ ଘଣ୍ଟ ଘୋଡ଼ାଇବା ଭଳିି ହୋଇଛି। 

ଜଟଣୀ ଥାନାରେ ନାବାଳିକାଙ୍କ ମା’ କରିଥିବା ଅଭିଯୋଗ ଅନୁଯାୟୀ, ସେ ଅଙ୍ଗନୱାଡି କେନ୍ଦ୍ରରେ ସହାୟିକା ଭାବେ କାର୍ଯ୍ୟ କରନ୍ତି। ଘରେ କେବଳ ମା’ଝିଅ ରହୁଥିବାବେଳେ ଝିଅ ଗଁା ସ୍କୁଲରେ ନବମ ଶ୍ରେଣୀରେ ପଢ଼ୁଥିଲେ। ସବୁଦିନ ପରି ସୋମବାର ସକାଳେ ନାବାଳିକାଙ୍କ ମା’ ଅଙ୍ଗନୱାଡି କେନ୍ଦ୍ରକୁ ଯାଇଥିଲେ। ପୂର୍ବାହ୍ନ ପ୍ରାୟ ୯ଟାରେ ସେ ଘରକୁ ଫେରିବା ପରେ ଝିଅ ମିକ୍ସର ଖାଉଥିବା ଦେଖିଥିଲେ। ଏହାପରେ ସେ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଫେରିଥିଲେ। ସେଠାରୁ ସେ ପୁଣି ଘରକୁ ଫେରିବା ବେଳେ ଗଜାନନ ବେହେରା ନାମକ ଜଣେ ବ୍ୟକ୍ତି ତାଙ୍କ ଘରୁ ବାହାରି ଦୌଡ଼ି ପଳାଇଥିଲେ। ଘର ଭିତରକୁ ଯିବା ପରେ ଆଜବେଷ୍ଟସ୍‌ ଲୁହା ପାଇପ୍‌ରେ ଝିଅ ଉଲଗ୍ନ ଝୁଲୁଥିବା ଦେଖିବାକୁ ପାଇଥିଲେ। ସଙ୍ଗେ ସଙ୍ଗେ ସେ ପଡ଼ୋଶୀଙ୍କ ସହାୟତାରେ ଝିଅକୁ ତଳକୁ ଆଣିଥିଲେ। କିନ୍ତୁ ସେତେବେଳକୁ ତାଙ୍କର ମୃତ୍ୟୁ ଘଟିସାରିଥିଲା। ନାବାଳିକାଙ୍କ ଗଳାର ଦୁଇପାର୍ଶ୍ୱରେ ଶକ୍ତ ଦାଗ ରହିଛି। ତେଣୁ ତାଙ୍କୁ ବଳାତ୍କାର ପରେ ତିଣ୍ଟିଚିପି ହତ୍ୟା କରାଯାଇଛି ବୋଲି ନାବାଳିକାଙ୍କ ମା’ ଅଭିଯୋଗ କରିଛନ୍ତି। ଅପରପକ୍ଷରେ ଘଟଣାସ୍ଥଳରେ ଗୁଟ୍‌ଖା ଜରି, ବିଡ଼ି ଆଦି ପଡ଼ିଥିଲା। ଘଟଣା ସମ୍ପର୍କରେ ସୂଚନା ପାଇ ଜଟଣୀ ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ସହ ପହଞ୍ଚତ୍ଥିଲା।  ସାଇଣ୍ଟିଫିକ୍‌ ଟିମ୍‌ ଉକ୍ତ ଘରୁ ବିଭିନ୍ନ ନମୁନା ସଂଗ୍ରହ କରିଥିବାବେଳେ ପୋଲିସ ନାବାଳିକାଙ୍କ ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ କ୍ୟାପିଟାଲ ହସ୍ପିଟାଲକୁ ପଠାଇଥିଲା। ହେଲେ କାହିଁକି ବଳାତ୍କାର ଦଫା ଲଗାଗଲା ନାହିଁ ବୋଲି ପଚରାଯିବାରୁ ଭୁବନେଶ୍ୱର ଡିସିପି ଅନୁପ କୁମାର ସାହୁ କହିଛନ୍ତି ଯେ, ନାବାଳିକାଙ୍କ ମା’ଙ୍କ ଅଭିଯୋଗ ଆଧାରରେ ଦଫା ଲାଗିଛି। ସେ ବଳାତ୍କାର ସମ୍ପର୍କରେ ଲେଖିନାହାନ୍ତି। ବ୍ୟବଚ୍ଛେଦ ରିପୋର୍ଟରୁ ବଳାତ୍କାର କିମ୍ବା ଆତ୍ମହତ୍ୟା ଜଣାପଡ଼ିଲେ ସେହି ଅନୁଯାୟୀ ଦଫା ପରିବର୍ତ୍ତନ ହେବ।

All Right Reserved By

ରାଜ୍ୟ |

ରକ୍ତାକ୍ତ ଅବସ୍ଥାରେ ଭାଲୁର ମୃତଦେହ ଉଦ୍ଧାର

ରକ୍ତାକ୍ତ ଅବସ୍ଥାରେ ଭାଲୁର ମୃତଦେହ ଉଦ୍ଧାର

ସଜନାଗଡ଼,୧୭।୨(ଡି.ଏନ୍‌.ଏ): ବାଲେଶ୍ୱର  ଜିଲା ନୀଳଗିରି ବ୍ଲକ ଅନ୍ତର୍ଗତ ଧୋସିଳା ପଞ୍ଚାୟତ ଚଲଣାପାଳ ଗ୍ରାମର ଏକ ବୁଦା ନିକଟରୁ ରକ୍ତାକ୍ତ ଅବସ୍ଥାରେ ରବିବାର ଏକ ଭାଲୁର ମୃତଦେହ ଉଦ୍ଧାର କରାଯାଇଛି। 

ରାସ୍ତା ମଝିରେ ବିଦ୍ୟୁତ୍‌ ଖୁଣ୍ଟ: ବଢୁଛି ଦୁର୍ଘଟଣା

ରାସ୍ତା ମଝିରେ ବିଦ୍ୟୁତ୍‌ ଖୁଣ୍ଟ: ବଢୁଛି ଦୁର୍ଘଟଣା

ଖୋର୍ଦ୍ଧା ଅଫିସ,୧୭।୨: ଖୋର୍ଦ୍ଧା ଷ୍ଟେଟବ୍ୟାଙ୍କ ଛକରୁ ଚଣ୍ଡିଚୂଆ ରାସ୍ତାକୁ ସଂଯୋଗ ରାସ୍ତା ଗତ କିଛି ଦିନ ତଳେ ପୁନରୁଦ୍ଧାର ହୋଇଛି। 

୧୦ଫୁଟ ଗଭୀର କୂଅରେ ଫଶିଗଲା ଗାଈ

୧୦ଫୁଟ ଗଭୀର କୂଅରେ ଫଶିଗଲା ଗାଈ

ବ୍ରହ୍ମପୁର ଅଫିସ,୧୭ା୨-୧୦ ଫୁଟ ଗଭୀର କୂଅରେ ଫଶିଯାଇଥିବା ଏକ ଗାଈକୁ  ବ୍ରହ୍ମପୁର ଅଗ୍ନିଶମବାହିନୀ ଦ୍ୱାରା ଉଦ୍ଧାର କରାଯାଇଛି।

ଭଦ୍ରକାଳୀଙ୍କୁ ଦର୍ଶନ କଲେ ଗୃହମନ୍ତ୍ରୀ

ଭଦ୍ରକାଳୀଙ୍କୁ ଦର୍ଶନ କଲେ ଗୃହମନ୍ତ୍ରୀ

ଆରଡି, ୧୭।୨, (ଡି.ଏନ.ଏ.):କେନ୍ଦ୍ରଗୃହ ମନ୍ତ୍ରୀ ରାଜନାଥ ସିଂ ରବିବାର ମଧ୍ୟାହ୍ଣରେ ଭଦ୍ରକରେ ପହଞ୍ଚିି ମା’ ଭଦ୍ରକାଳୀଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ୧୫ମିନିଟ ମଧ୍ୟରେ ପ୍ରତ୍ୟାବର୍ତ୍ତନ କରିଥିଲେ। 

ଇରମ ଶହୀଦ ପୀଠରେ ମାଲ୍ୟାର୍ପଣ କଲେ ଗୃହମନ୍ତ୍ରୀ

ଇରମ ଶହୀଦ ପୀଠରେ ମାଲ୍ୟାର୍ପଣ କଲେ ଗୃହମନ୍ତ୍ରୀ

ବାସୁଦେବପୁର, ୧୭।୨(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁରର ରକ୍ତତୀର୍ଥ ଇରମଠାରେ କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂ ଏବଂ ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପହଞ୍ଚି ଶହୀଦ ସମାଧି ପୀଠରେ ମାଲ୍ୟାର୍ପଣ କରିଛନ୍ତି।

୩ ସ୍ଥାନରେ ଦୁର୍ଘଟଣା ଘଟାଇ ଓଲଟିଲା ଟ୍ରକ: ଡ୍ରାଇଭର ସମେତ ୮ଗୁରୁତର

୩ ସ୍ଥାନରେ ଦୁର୍ଘଟଣା ଘଟାଇ ଓଲଟିଲା ଟ୍ରକ: ଡ୍ରାଇଭର ସମେତ ୮ଗୁରୁତର

କଣ୍ଟାମାଳ,୧୭।୨(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ-ମନମୁଣ୍ଡା ରାସ୍ତାରେ ରବିବାର ଅପରାହ୍ନ ୧୨ଟାରେ ଏକ ଟ୍ରକ ୩ଟି ସ୍ଥାନରେ ଦୁର୍ଘଟଣା ଘଟାଇ ଭାରସାମ୍ୟ ହରାଇ ଓଲଟି ପଡିଛି । 

ଶହୀଦ ଯବାନଙ୍କ ସ୍ମୃତିରେ କ୍ୟାଣ୍ଡେଲ୍‌ ଶୋଭାଯାତ୍ରା

ଶହୀଦ ଯବାନଙ୍କ ସ୍ମୃତିରେ କ୍ୟାଣ୍ଡେଲ୍‌ ଶୋଭାଯାତ୍ରା

ଗଞ୍ଜାମ, ୧୭।୨(ଡି.ଏନ.ଏ): ଶହୀଦ୍‌ ଯବାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ଗଞ୍ଜାମ ସହର ବିଭିନ୍ନ ସଂଗଠନ, ପ୍ରେସ୍‌ କ୍ଲବ, ବ୍ୟବସାୟୀ ସଂଘ ପକ୍ଷରୁ ଶନିବାର ସନ୍ଧ୍ୟାରେ ନୀରବ ପ୍ରାର୍ଥନା କରାଯିବା ସହ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା। 

ଶ୍ରୀମନ୍ଦିରରେ ଶୃଙ୍ଖଳା ପାଇଁ ବୈଠକ

ଶ୍ରୀମନ୍ଦିରରେ ଶୃଙ୍ଖଳା ପାଇଁ ବୈଠକ

ପୁରୀ ଅଫିସ୍‌, ୨୭।୨: ଶ୍ରୀମନ୍ଦିରରେ ସୃଷ୍ଟି ହେଉଥିବା ଅବ୍ୟବସ୍ଥା ଏବଂ ବିଶୃଙ୍ଖଳାର ସମାଧାନ ପାଇଁ ଗୋବର୍ଦ୍ଧନ ମଠରେ ରବିବାର ଆରମ୍ଭ ହୋଇଛି ଶୃଙ୍ଖଳା ବୈଠକ।

ମା’ ଭଦ୍ରକାଳୀଙ୍କ ସୁନାବେଶ ଦର୍ଶନ କରିବେ ୩ କେନ୍ଦ୍ରମନ୍ତ୍ରୀ

ମା’ ଭଦ୍ରକାଳୀଙ୍କ ସୁନାବେଶ ଦର୍ଶନ କରିବେ ୩ କେନ୍ଦ୍ରମନ୍ତ୍ରୀ

ଭଦ୍ରକ ଅଫିସ, ୧୭।୨: ତିନି କେନ୍ଦ୍ରମନ୍ତ୍ରୀଙ୍କ ଭଦ୍ରକ ଗସ୍ତ କାର୍ଯ୍ୟକ୍ରମ ରହିଛିl ଏଥିପାଇଁ ଭାଜପା ଶିବିର ଚଳଚଞ୍ଚଳ ହୋଇଉଠିଛି।

ଭବାନୀପାଟଣା ସ୍ବୟଂଶାସିତ କଲେଜକୁ ମିଳିବ ବିଶ୍ୱବିଦ୍ୟାଳୟ ମାନ୍ୟତା

ଭବାନୀପାଟଣା ସ୍ବୟଂଶାସିତ କଲେଜକୁ ମିଳିବ ବିଶ୍ୱବିଦ୍ୟାଳୟ ମାନ୍ୟତା

ଭବାନୀପାଟଣା, ୧୭ା୨ (ଡି.ଏନ୍‌.ଏ.): ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଜିଲା ଗସ୍ତରେ ଆସି ୯୦୬.୮୪ କୋଟି ଟଙ୍କାର ୨୨ଟି ପ୍ରକଳ୍ପ ଲୋକାର୍ପଣ କରିଛନ୍ତି। ଏଥିସହିତ ୪୭୬.୮୬ କୋଟି ଟଙ୍କାର ୧୮ଟି ପ୍ରକଳ୍ପ ଶିଳାନ୍ୟାସ କରିଛନ୍ତି।

ସମଗ୍ର ରାଜ୍ୟରେ ନିଷେଧ ହେବ ପଲିଥିନ:ତୁରନ୍ତ ଆକ୍ସନ ଟେକେନ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ସମଗ୍ର ରାଜ୍ୟରେ ନିଷେଧ ହେବ ପଲିଥିନ:ତୁରନ୍ତ ଆକ୍ସନ ଟେକେନ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୭।୨(ବ୍ୟୁରୋ):ପଲିଥିନ ଓ ପ୍ଲାଷ୍ଟିକ ତିଆରି ସାମଗ୍ରୀ ପରିବେଶ ଉପରେ ଗଭୀର ପ୍ରତିକୂଳ ପ୍ରଭାବ ପକାଉଛି। ଏହାର ଭୟାବହତା ବେଳକୁ ବେଳ ଅସମ୍ଭାଳ ହେବାରେ ଲାଗଛି। 

ଶହୀଦଙ୍କ ପରିବାରକୁ ଦିନକର ଦରମା ଦେବ ଆଇପିଏସ୍‌ ଅଫିସର ସଂଘ

ଶହୀଦଙ୍କ ପରିବାରକୁ ଦିନକର ଦରମା ଦେବ ଆଇପିଏସ୍‌ ଅଫିସର ସଂଘ

କଟକ ଅଫିସ, ୧୭।୨:ପୁୁଲୱାମା ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ସିଆର୍‌ପିଏଫ୍‌ ଯବାନମାନଙ୍କ ପରିବାରକୁ ସହଯୋଗର ହାତ ବଢାଇଛି ଓଡ଼ିଶା ଆଇପିଏସ୍‌ ଅଫିସର ସଂଘ।