ରାଜ୍ୟ |

ହକି ବିଶ୍ୱକପ୍‌ରେ ଦୁର୍ନୀତି ଅଭିଯୋଗ ଆଣିଲେ ଧର୍ମେନ୍ଦ୍ର

ହକି ବିଶ୍ୱକପ୍‌ରେ ଦୁର୍ନୀତି ଅଭିଯୋଗ ଆଣିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୧୨ା୨(ବ୍ୟୁରୋ): ହକି ବିଶ୍ୱକପରେ ଖର୍ଚ୍ଚର ହିସାବ ରାଜ୍ୟ ବିଧାନସଭାରେ ସରକାର ନ ଦେବା ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ସରକାରଙ୍କୁ କଡା ସମାଲୋଚନା କରିଛନ୍ତି। ରାଜ୍ୟରେ ଆୟୋଜିତ ହୋଇଥିବା ହକି ବିଶ୍ୱକପରେ କମନ ୱେଲ୍‌ଥ ଗେମ୍‌ ଭଳି ଦୁର୍ନୀତି ହୋଇଛି ବୋଲି ଧର୍ମେନ୍ଦ୍ର କହିଛନ୍ତି। ସେ ଆହୁରି କହିଛନ୍ତି ଯେ, ହକି ବିଶ୍ୱକପରେ ଓଡିଶା ସରକାରଙ୍କ ପାଖରେ ସଲମାନ ଖାନ୍‌ ଏବଂ ଶାହରୁଖ ଖାନ୍‌ଙ୍କୁ ଆଣି ନଚେଇବା ପାଇଁ ଟଙ୍କା ଅଛି, ହେଲେ ରାଜ୍ୟର ଶିକ୍ଷକଙ୍କୁ ଦରମା ଦେବାକୁ ସରକାରଙ୍କର ପଇସା ନାହିଁ ା ହକି ପାଇଁ ଅନେକ ଟଙ୍କା କମ୍ପାନୀମାନଙ୍କଠାରୁ ଅଣଓଡିଆ ଅଫିସରମାନେ ବିଶେଷତଃ ଖେଳ ବିଭାଗ ତରଫରୁ ଆଦାୟ କରାଯାଇଛି ା ମୁଖ୍ୟମନ୍ତ୍ରୀଙ୍କ ଦପ୍ତର ସେଥିରେ ସଂଶ୍ଲିଷ୍ଟ ଅଛନ୍ତି ା ସିଏଜି ଏଥିରେ ହସ୍ତକ୍ଷେପ କରିବା ସହ ଏହି ଚୋରିକୁ ଲୋକଲୋଚନକୁ ଆଣିବାକୁ ଧର୍ମେନ୍ଦ୍ର ଆଶାବ୍ୟକ୍ତ କରୁଥିବା କହିଛନ୍ତି ା ଏହାସହ ଓଡିଶାରେ ଲୋକାୟୁକ୍ତ ନିଯୁକ୍ତି ନେଇ ଧର୍ମେନ୍ଦ୍ର କହିଛନ୍ତି ଯେ, ରାଜ୍ୟରେ ବହୁ ସାମ୍ବିଧାନିକ ପଦବୀ ଖାଲି ରହିଛି ା ରାଜ୍ୟ ସରକାର ଏ ନେଇ ଯଥାଶୀଘ୍ର କାର୍ଯ୍ୟ କରିବା ଉଚିତ।

ଧର୍ମେନ୍ଦ୍ରଙ୍କ ଏଭଳି ଅଭିଯୋଗ ଉପରେ ପ୍ରତିକ୍ରିୟା ରଖି ବିଜେଡି ମୁଖପାତ୍ର ସମୀର ଦାଶ କହିଛନ୍ତି ଯେ, ଧର୍ମେନ୍ଦ୍ର ନିଜ ରାଜ୍ୟକୁ ତଳେ ପକାଇବା ପାଇଁ ଯାହା ନାହିଁ ତା’ କହିଚାଲିଛନ୍ତି। ହକି ବିଶ୍ୱ କପ୍‌ର ସବୁ ଦାୟିତ୍ୱ ହକି ଫେଡେରେଶନ୍‌(ମହାସଂଘ) ତୁଲାଇଥିବା ସ୍ପଷ୍ଟ ହୋଇଛି। ରାଜ୍ୟ ସରକାର କେବଳ ଆୟୋଜନ କରିଥିଲେ। ଅତି ସୁନ୍ଦରଭାବେ ସରକାର ଏହି ଦାୟିତ୍ୱ ତୁଲାଇଥିବାରୁ ସବୁଆଡୁ ପ୍ରଶଂସା ମିଳିଛି। ଏବେ ଧର୍ମେନ୍ଦ୍ରଙ୍କ କଥା ପବନରେ ବାଡି ବୁଲାଇବା ସହ ସମାନ ବୋଲି ସମୀର କହିଛନ୍ତି।

All Right Reserved By

ରାଜ୍ୟ |

ରକ୍ତାକ୍ତ ଅବସ୍ଥାରେ ଭାଲୁର ମୃତଦେହ ଉଦ୍ଧାର

ରକ୍ତାକ୍ତ ଅବସ୍ଥାରେ ଭାଲୁର ମୃତଦେହ ଉଦ୍ଧାର

ସଜନାଗଡ଼,୧୭।୨(ଡି.ଏନ୍‌.ଏ): ବାଲେଶ୍ୱର  ଜିଲା ନୀଳଗିରି ବ୍ଲକ ଅନ୍ତର୍ଗତ ଧୋସିଳା ପଞ୍ଚାୟତ ଚଲଣାପାଳ ଗ୍ରାମର ଏକ ବୁଦା ନିକଟରୁ ରକ୍ତାକ୍ତ ଅବସ୍ଥାରେ ରବିବାର ଏକ ଭାଲୁର ମୃତଦେହ ଉଦ୍ଧାର କରାଯାଇଛି। 

ରାସ୍ତା ମଝିରେ ବିଦ୍ୟୁତ୍‌ ଖୁଣ୍ଟ: ବଢୁଛି ଦୁର୍ଘଟଣା

ରାସ୍ତା ମଝିରେ ବିଦ୍ୟୁତ୍‌ ଖୁଣ୍ଟ: ବଢୁଛି ଦୁର୍ଘଟଣା

ଖୋର୍ଦ୍ଧା ଅଫିସ,୧୭।୨: ଖୋର୍ଦ୍ଧା ଷ୍ଟେଟବ୍ୟାଙ୍କ ଛକରୁ ଚଣ୍ଡିଚୂଆ ରାସ୍ତାକୁ ସଂଯୋଗ ରାସ୍ତା ଗତ କିଛି ଦିନ ତଳେ ପୁନରୁଦ୍ଧାର ହୋଇଛି। 

୧୦ଫୁଟ ଗଭୀର କୂଅରେ ଫଶିଗଲା ଗାଈ

୧୦ଫୁଟ ଗଭୀର କୂଅରେ ଫଶିଗଲା ଗାଈ

ବ୍ରହ୍ମପୁର ଅଫିସ,୧୭ା୨-୧୦ ଫୁଟ ଗଭୀର କୂଅରେ ଫଶିଯାଇଥିବା ଏକ ଗାଈକୁ  ବ୍ରହ୍ମପୁର ଅଗ୍ନିଶମବାହିନୀ ଦ୍ୱାରା ଉଦ୍ଧାର କରାଯାଇଛି।

ଭଦ୍ରକାଳୀଙ୍କୁ ଦର୍ଶନ କଲେ ଗୃହମନ୍ତ୍ରୀ

ଭଦ୍ରକାଳୀଙ୍କୁ ଦର୍ଶନ କଲେ ଗୃହମନ୍ତ୍ରୀ

ଆରଡି, ୧୭।୨, (ଡି.ଏନ.ଏ.):କେନ୍ଦ୍ରଗୃହ ମନ୍ତ୍ରୀ ରାଜନାଥ ସିଂ ରବିବାର ମଧ୍ୟାହ୍ଣରେ ଭଦ୍ରକରେ ପହଞ୍ଚିି ମା’ ଭଦ୍ରକାଳୀଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ୧୫ମିନିଟ ମଧ୍ୟରେ ପ୍ରତ୍ୟାବର୍ତ୍ତନ କରିଥିଲେ। 

ଇରମ ଶହୀଦ ପୀଠରେ ମାଲ୍ୟାର୍ପଣ କଲେ ଗୃହମନ୍ତ୍ରୀ

ଇରମ ଶହୀଦ ପୀଠରେ ମାଲ୍ୟାର୍ପଣ କଲେ ଗୃହମନ୍ତ୍ରୀ

ବାସୁଦେବପୁର, ୧୭।୨(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁରର ରକ୍ତତୀର୍ଥ ଇରମଠାରେ କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂ ଏବଂ ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପହଞ୍ଚି ଶହୀଦ ସମାଧି ପୀଠରେ ମାଲ୍ୟାର୍ପଣ କରିଛନ୍ତି।

୩ ସ୍ଥାନରେ ଦୁର୍ଘଟଣା ଘଟାଇ ଓଲଟିଲା ଟ୍ରକ: ଡ୍ରାଇଭର ସମେତ ୮ଗୁରୁତର

୩ ସ୍ଥାନରେ ଦୁର୍ଘଟଣା ଘଟାଇ ଓଲଟିଲା ଟ୍ରକ: ଡ୍ରାଇଭର ସମେତ ୮ଗୁରୁତର

କଣ୍ଟାମାଳ,୧୭।୨(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ-ମନମୁଣ୍ଡା ରାସ୍ତାରେ ରବିବାର ଅପରାହ୍ନ ୧୨ଟାରେ ଏକ ଟ୍ରକ ୩ଟି ସ୍ଥାନରେ ଦୁର୍ଘଟଣା ଘଟାଇ ଭାରସାମ୍ୟ ହରାଇ ଓଲଟି ପଡିଛି । 

ଶହୀଦ ଯବାନଙ୍କ ସ୍ମୃତିରେ କ୍ୟାଣ୍ଡେଲ୍‌ ଶୋଭାଯାତ୍ରା

ଶହୀଦ ଯବାନଙ୍କ ସ୍ମୃତିରେ କ୍ୟାଣ୍ଡେଲ୍‌ ଶୋଭାଯାତ୍ରା

ଗଞ୍ଜାମ, ୧୭।୨(ଡି.ଏନ.ଏ): ଶହୀଦ୍‌ ଯବାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ଗଞ୍ଜାମ ସହର ବିଭିନ୍ନ ସଂଗଠନ, ପ୍ରେସ୍‌ କ୍ଲବ, ବ୍ୟବସାୟୀ ସଂଘ ପକ୍ଷରୁ ଶନିବାର ସନ୍ଧ୍ୟାରେ ନୀରବ ପ୍ରାର୍ଥନା କରାଯିବା ସହ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା। 

ଶ୍ରୀମନ୍ଦିରରେ ଶୃଙ୍ଖଳା ପାଇଁ ବୈଠକ

ଶ୍ରୀମନ୍ଦିରରେ ଶୃଙ୍ଖଳା ପାଇଁ ବୈଠକ

ପୁରୀ ଅଫିସ୍‌, ୨୭।୨: ଶ୍ରୀମନ୍ଦିରରେ ସୃଷ୍ଟି ହେଉଥିବା ଅବ୍ୟବସ୍ଥା ଏବଂ ବିଶୃଙ୍ଖଳାର ସମାଧାନ ପାଇଁ ଗୋବର୍ଦ୍ଧନ ମଠରେ ରବିବାର ଆରମ୍ଭ ହୋଇଛି ଶୃଙ୍ଖଳା ବୈଠକ।

ମା’ ଭଦ୍ରକାଳୀଙ୍କ ସୁନାବେଶ ଦର୍ଶନ କରିବେ ୩ କେନ୍ଦ୍ରମନ୍ତ୍ରୀ

ମା’ ଭଦ୍ରକାଳୀଙ୍କ ସୁନାବେଶ ଦର୍ଶନ କରିବେ ୩ କେନ୍ଦ୍ରମନ୍ତ୍ରୀ

ଭଦ୍ରକ ଅଫିସ, ୧୭।୨: ତିନି କେନ୍ଦ୍ରମନ୍ତ୍ରୀଙ୍କ ଭଦ୍ରକ ଗସ୍ତ କାର୍ଯ୍ୟକ୍ରମ ରହିଛିl ଏଥିପାଇଁ ଭାଜପା ଶିବିର ଚଳଚଞ୍ଚଳ ହୋଇଉଠିଛି।

ଭବାନୀପାଟଣା ସ୍ବୟଂଶାସିତ କଲେଜକୁ ମିଳିବ ବିଶ୍ୱବିଦ୍ୟାଳୟ ମାନ୍ୟତା

ଭବାନୀପାଟଣା ସ୍ବୟଂଶାସିତ କଲେଜକୁ ମିଳିବ ବିଶ୍ୱବିଦ୍ୟାଳୟ ମାନ୍ୟତା

ଭବାନୀପାଟଣା, ୧୭ା୨ (ଡି.ଏନ୍‌.ଏ.): ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଜିଲା ଗସ୍ତରେ ଆସି ୯୦୬.୮୪ କୋଟି ଟଙ୍କାର ୨୨ଟି ପ୍ରକଳ୍ପ ଲୋକାର୍ପଣ କରିଛନ୍ତି। ଏଥିସହିତ ୪୭୬.୮୬ କୋଟି ଟଙ୍କାର ୧୮ଟି ପ୍ରକଳ୍ପ ଶିଳାନ୍ୟାସ କରିଛନ୍ତି।

ସମଗ୍ର ରାଜ୍ୟରେ ନିଷେଧ ହେବ ପଲିଥିନ:ତୁରନ୍ତ ଆକ୍ସନ ଟେକେନ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ସମଗ୍ର ରାଜ୍ୟରେ ନିଷେଧ ହେବ ପଲିଥିନ:ତୁରନ୍ତ ଆକ୍ସନ ଟେକେନ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୭।୨(ବ୍ୟୁରୋ):ପଲିଥିନ ଓ ପ୍ଲାଷ୍ଟିକ ତିଆରି ସାମଗ୍ରୀ ପରିବେଶ ଉପରେ ଗଭୀର ପ୍ରତିକୂଳ ପ୍ରଭାବ ପକାଉଛି। ଏହାର ଭୟାବହତା ବେଳକୁ ବେଳ ଅସମ୍ଭାଳ ହେବାରେ ଲାଗଛି। 

ଶହୀଦଙ୍କ ପରିବାରକୁ ଦିନକର ଦରମା ଦେବ ଆଇପିଏସ୍‌ ଅଫିସର ସଂଘ

ଶହୀଦଙ୍କ ପରିବାରକୁ ଦିନକର ଦରମା ଦେବ ଆଇପିଏସ୍‌ ଅଫିସର ସଂଘ

କଟକ ଅଫିସ, ୧୭।୨:ପୁୁଲୱାମା ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ସିଆର୍‌ପିଏଫ୍‌ ଯବାନମାନଙ୍କ ପରିବାରକୁ ସହଯୋଗର ହାତ ବଢାଇଛି ଓଡ଼ିଶା ଆଇପିଏସ୍‌ ଅଫିସର ସଂଘ।