ମେଟ୍ରୋ |

ଦରମା ମିଳିବା ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ଦରମା ମିଳିବା ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

କଣ୍ଟାପଡା,୧୨।୨(ଡି.ଏନ୍‌.ଏ.):  କୌଣସି କାରଣ ନ ଥାଇ ଉଦ୍ଦେଶ୍ୟମୂଳକ ଭାବେ ଦରମା ବନ୍ଦକରିବା ପ୍ରତିବାଦକରି ନିଆଳି ବ୍ଲକର ଜଣେ ସିଆରସିସି କଣ୍ଟାପଡା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଧାରଣା ଦେଇଥିଲେ। ସମ୍ପୃକ୍ତ ସିଆରସିସିଙ୍କୁ ସମର୍ଥନ ଜଣାଇ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନ ପକ୍ଷରୁ ମଙ୍ଗଳବାର ସକାଳୁ କଣ୍ଟାପଡା ସ୍ଥିତ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟଳୟ ସମ୍ମୁଖରେ ଧାରଣା ଦିଆଯାଇଥିଲା। ଜିଲା ପରିଷଦ ସଭ୍ୟ କୈଳାସ ମହାରଣା ଓ କଣ୍ଟାପଡା ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଧାରଣା ସ୍ଥଳରେ ପହଞ୍ଚି ଧାରଣାରତ ଶିକ୍ଷକ ଓ ବ୍ଲକ ଶିକ୍ଷାଧିକାରୀ ଦେବେନ୍ଦ୍ର ବାରିକଙ୍କ ସହ ଆଲୋଚନା କରିଥିଲେ। ୨/୩ଦିନ ଭିତରେ ସମ୍ପୃକ୍ତ ସିଆରସିସିଙ୍କୁ ଦରମା ପ୍ରଦାନ କରାଯିବ ବୋଲି ଶିକ୍ଷାଧିକାରୀ ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଛି। 

ପ୍ରକାଶ ଯେ, କଣ୍ଟାପଡା ବ୍ଲକ ବଡମୂଳାଇ ପ୍ରାଥମିକ ସ୍କୁଲର ଶିକ୍ଷକ ମୁରଲୀଧର ସ୍ବାଇଁ ନିଆଳିବ୍ଲକ କୁଳଶ୍ରୀ ଅଳତଳଙ୍ଗ ଜଗନ୍ନାଥ ୟୁପିଏସ କ୍ଲଷ୍ଟରକୁ ସିଆରସିସିଭାବେ ବଦଳି ହୋଇଥିବା ବେଳେ ସେ କଣ୍ଟାପଡା ବ୍ଲକରୁ ମାସିକ ଦରମା ପାଇଥାନ୍ତି।  ଗତ ଜାନୁୟାରୀ ମାସର ଦରମା ବିଲ୍‌ କଣ୍ଟାପଡା ବ୍ଲକ ଶିକ୍ଷାଧିକରୀଙ୍କ କାର୍ଯ୍ୟାଳୟରେ ସେ ପଇଠ କରିଥିଲେ ମଧ୍ୟ ତାଙ୍କର ଦରମା ମିଳି ନ ଥିଲା। 

All Right Reserved By

ମେଟ୍ରୋ |

ନିର୍ବାଚନ ପାଇଁ ଅବକାରୀ ବିଭାଗର ଚଢାଉ :୪୧ ଦିନରେ ୧୮୬ ଗିରଫ

ନିର୍ବାଚନ ପାଇଁ ଅବକାରୀ ବିଭାଗର ଚଢାଉ :୪୧ ଦିନରେ ୧୮୬ ଗିରଫ

କଟକ ଅଫିସ, ୨୦ା୪- ଚଳିତ ନିର୍ବାଚନକୁ ଦୃଷ୍ଟିରେ ରଖି ଅବକାରୀ ବିଭାଗ ପକ୍ଷରୁ କଟକରେ ବେଆଇନ ନିଶା କାରବାରକୁ ରୋକିବା ପାଇଁ ସ୍ବତନ୍ତ୍ର ଅପରେଶନ ଚାଲୁ ରହିଛି। ଗତ ମାର୍ଚ୍ଚ ୧୦ ତାରିଖରୁ ଆରମ୍ଭ ହୋଇଥିବା ଏହି ଅପରେଶନର ଶୁକ୍ରବାର ସୁଦ୍ଧା ୨୦୪ଟି ମାମଲା ରୁଜୁ କରାଯାଇଥିବାବେଳେ ୧୮୬ ଜଣଙ୍କୁ ଗିରଫ କରାଯାଇଛି

ବିଜେଡି ଶ୍ରମିକ ସେଲ୍‌ର ରାଜ୍ୟ ସମ୍ପାଦକ ହେଲେ ଗଦାଧର ମଲ୍ଲିକ

ଭୁବନେଶ୍ୱର,୨୦।୪(ବ୍ୟୁରୋ): ବିଜୁ ଜନତା ଦଳ ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଶନିବାର ବିଜେଡି ଶ୍ରମିକ ସେଲ୍‌ର ରାଜ୍ୟ ସମ୍ପାଦକ ଭାବେ ଗଦାଧର ମଲ୍ଲିକଙ୍କୁ ନିଯୁକ୍ତି ଦେଇଛନ୍ତି। 

ରାଜ୍ୟ ସାଂଗଠନିକ ସମ୍ପାଦକ ହେଲେ କମଳାକାନ୍ତ ମହାପାତ୍ର

ରାଜ୍ୟ ସାଂଗଠନିକ ସମ୍ପାଦକ ହେଲେ କମଳାକାନ୍ତ ମହାପାତ୍ର

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ବିଜେଡି ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ରାଜ୍ୟ ସାଂଗଠନିକ ସମ୍ପାଦକ ଭାବେ କମଳାକାନ୍ତ ମହାପାତ୍ରଙ୍କୁ ଶନିବାର ନିଯୁକ୍ତି ଦେଇଛନ୍ତି। 

ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ପରଲୋକରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ପରଲୋକରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ସେ ଦୀର୍ଘ ଦିନ ଧରି ଲୋକଙ୍କ ପାଇଁ କାମ କରିଛନ୍ତି।

କାଳବୈଶାଖୀ ବଜ୍ରପାତରେ ୨ ଆହତ

କାଳବୈଶାଖୀ ବଜ୍ରପାତରେ ୨ ଆହତ

ଖୋର୍ଦ୍ଧା ଅଫିସ,୨୦।୪: ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଜଙ୍କିଆ ଥାନା ସିକୋ ଫାଣ୍ଡି ଅନ୍ତର୍ଗତ ହଜ ଗ୍ରାମର ଗୋଡିସାହିରେ ଶୁକ୍ରବାର ରାତିରେ କାଳବୈଶାଖୀ ବର୍ଷା ସହିତ ପବନ ଓ ବଜ୍ରପାତ ଘଟିଛି। 

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ପରଲୋକ

ପାଟକୁରା ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ପରଲୋକ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କର ଶନିବାର ପୂର୍ବାହ୍ନରେ ପରଲୋକ ଘଟିଛି। 

ନୀଳଚକ୍ର ଉପରେ ଚଢ଼ିଗଲେ ଯୁବକ

ନୀଳଚକ୍ର ଉପରେ ଚଢ଼ିଗଲେ ଯୁବକ

ପୁରୀ ଅଫିସ,୨୦।୪:ଶ୍ରୀମନ୍ଦିରର ସୁରକ୍ଷା ବ୍ୟବସ୍ଥାକୁ ନେଇ ବାରମ୍ବାର ପ୍ରଶ୍ନ ଉଠୁଥିବା ବେଳେ ଶନିବାର ପୁଣି ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକ ଶ୍ରୀମନ୍ଦିର ଚୂଡ଼ାକୁ ଚଢ଼ିଯିବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। 

ଚୋରା ବନ୍ଧୁକ ରଖିବା ମାମଲା:  ରଞ୍ଜିତା, ଆଲୋକଙ୍କ ଜାମିନ ଆବେଦନ ଖାରଜ

ଚୋରା ବନ୍ଧୁକ ରଖିବା ମାମଲା: ରଞ୍ଜିତା, ଆଲୋକଙ୍କ ଜାମିନ ଆବେଦନ ଖାରଜ

କଟକ ଅଫିସ,୨୦।୪: ଚୋରା ବନ୍ଧୁକ ରଖି ପୋଲିସ ହାତରେ ଗିରଫ ହୋଇଥିବା ସିଏମ୍‌ସିର ପୂର୍ବତନ କର୍ପୋରେଟର ରଞ୍ଜିତା ବିଶ୍ୱାଳ ଓ ତାଙ୍କ ସହଯୋଗୀ ଆଲୋକ ପୃଷ୍ଟିଙ୍କ ଜାମିନ ଆବେଦନ ଖାରଜ ହୋଇଛି। 

ସ୍କୁଲ ଛୁଟିକୁ ନେଇ ହାଇକୋର୍ଟରେ ମାମଲା:  ରାଜ୍ୟ ସରକାରଙ୍କୁ ନୋଟିସ

ସ୍କୁଲ ଛୁଟିକୁ ନେଇ ହାଇକୋର୍ଟରେ ମାମଲା: ରାଜ୍ୟ ସରକାରଙ୍କୁ ନୋଟିସ

କଟକ ଅଫିସ,୨୦।୪: ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜନିତ ସ୍କୁଲ ଛୁଟି ଘୋଷଣାକୁ ନେଇ ହାଇକୋର୍ଟରେ ଆଡଭୋକେଟ ଶିବନାରାୟଣ ବିଶ୍ୱାଳଙ୍କ ପକ୍ଷରୁ ଏକ ମାମଲା ରୁଜୁ ହୋଇଛି। 

ଭାଜପାର ବିଜୟ ସଂକଳ୍ପ ସମାବେଶ:  କେନ୍ଦ୍ରୀୟ ଅନୁଦାନ ଖର୍ଚ୍ଚ କରୁ ନ ଥିବା ରାଜ୍ୟ ସରକାରଙ୍କୁ ହଟାଅ; ରାଜନାଥ

ଭାଜପାର ବିଜୟ ସଂକଳ୍ପ ସମାବେଶ: କେନ୍ଦ୍ରୀୟ ଅନୁଦାନ ଖର୍ଚ୍ଚ କରୁ ନ ଥିବା ରାଜ୍ୟ ସରକାରଙ୍କୁ ହଟାଅ; ରାଜନାଥ

କଟକ ସଦର, ୨୦।୪ (ଡି.ଏନ୍‌.ଏ.): କେନ୍ଦ୍ରୀୟ ଅନୁଦାନ ଖର୍ଚ୍ଚ କରିପାରୁ ନ ଥିବା ରାଜ୍ୟ ସରକାର ଓଡ଼ିଶାର ପ୍ରଗତିରେ ମୁଖ୍ୟ ପ୍ରତିବନ୍ଧକ ସାଜିଛନ୍ତି। ଆସନ୍ତା ସାଧାରଣ ନିର୍ବାଚନରେ ଅପାରଗ ରାଜ୍ୟ ସରକାରକୁ ହଟାଇ ଭାଜପାକୁ କ୍ଷମତାସୀନ କରିବା ପାଇଁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି।

ଖସିଲା ପାରଦ, ତାତିରୁ ତ୍ରାହି

ଖସିଲା ପାରଦ, ତାତିରୁ ତ୍ରାହି

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଶେଷରେ ତାତିରୁ ତ୍ରାହି ମିଳିଛି। କିଛିଦିନ ହେବ ୪୦ ଡିଗ୍ରୀ ଉପରେ ରହୁଥିବା ରାଜ୍ୟର ଅନେକ ସହରର ତାପମାତ୍ରା ଶୁକ୍ରବାର ହ୍ରାସ ପାଇଛି। ସବୁ ସହରରେ ୪୦ ଡିଗ୍ରୀରୁ କମ୍‌ ତାପମାତ୍ରା ରହିଛି। 

କେସିଆଇର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଓଡ଼ିଶାର ସଞ୍ଜିତ କୁମାର ମନୋନୀତ

କେସିଆଇର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଓଡ଼ିଶାର ସଞ୍ଜିତ କୁମାର ମନୋନୀତ

ଭୁବନେଶ୍ୱର,୨୦।୪(ବ୍ୟୁରୋ): କେନେଲ କ୍ଲବ ଅଫ୍‌ ଇଣ୍ଡିଆ(କେସିଆଇ)ର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଓଡ଼ିଶାର ସଞ୍ଜିତ କୁମାର ମହାନ୍ତି ମନୋନୀତ ହୋଇଛନ୍ତି। ସେ ପ୍ରଥମ ଓଡ଼ିଆ ଭାବେ କେସିଆଇର ଅଲ୍‌ ବ୍ରିଡ୍‌ ଜଜ୍‌ ହୋଇଛନ୍ତି। 


Model This Week

କ୍ରିଷ୍ଣା
Why Dharitri