ମେଟ୍ରୋ |

ନବନିର୍ମାଣ କୃଷକ ସଙ୍ଗଠନର ଅର୍ଥନୈତିକ ଅବରୋଧ: ଚାଷୀଙ୍କୁ ମାଡ଼

ନବନିର୍ମାଣ କୃଷକ ସଙ୍ଗଠନର ଅର୍ଥନୈତିକ ଅବରୋଧ: ଚାଷୀଙ୍କୁ ମାଡ଼

ଖୋର୍ଦ୍ଧା ଅଫିସ,୧୨।୨: ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଅର୍ଥନୈତିକ ଅବରୋଧ କରାଯାଇଥିଲା।  ଏହାକୁ ନେଇ କୋଲକାତା ମାଡ୍ରାସ ୧୬ନମ୍ବର ଜାତୀୟ ରାଜପଥରେ ଖାଦ୍ୟ ପଦାର୍ଥ ଯାଉଥିବା ଯାନକୁ ସଙ୍ଗଠନ ପକ୍ଷରୁ ୧ଘଣ୍ଟା ଧରି ଅଟକ ରଖାଯାଇ ଅନ୍ୟ ଯାନଗୁଡିକୁ ଛାଡି ଦିଆଯାଇଥିଲା। ଏନେଇ ପୋଲିସ ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିଥିଲା। ହେଲେ କୌଣସି ସୁଫଳ ନ ମିଳିବାରୁ ଘଟଣାସ୍ଥଳରୁ ଆନ୍ଦୋଳନକାରୀଙ୍କୁ ବଳପ୍ରୟୋଗ କରି ପୋଲିସ ଉଠାଇନେଇଥିଲା।

ସେହି ସମୟରେ ୭୦ ବର୍ଷିୟ ଚାଷୀ ଗଙ୍ଗାଧର ହାତୀଙ୍କୁ ପୋଲିସ ମାଡମାରି ଧାରଣାସ୍ଥଳରୁ ଉଠାଇନେଇଥିଲା। ଯାହାଫଳରେ ଚାଷୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ଚାଷୀମାନେ ପ୍ରତିବାଦ କରିବା ସତ୍ତ୍ୱେ ପୋଲିସ ସେମାନଙ୍କୁ ରିଜର୍ଭ ଲାଇନରେ ଅଟକ ରଖିଥିଲା। ସେପଟେ ମାଡ ମାରିଥିବା ପୋଲିସ ଭୁଲ୍‌ ମାଗିବା ନେଇ ଆନ୍ଦୋଳନକାରୀ ଚାଷୀ ଧାରଣା ଜାରି ରଖିଛନ୍ତି। ଏହି ଆନ୍ଦୋଳନରେ ଖୋର୍ଦ୍ଧା, ନୟାଗଡ ଜିଲା ସମେତ ରାଜ୍ୟର ଅନ୍ୟାନ୍ୟ ଜିଲାର ଚାଷୀମାନେ ସାମିଲ ହୋଇଥିଲେ।    


All Right Reserved By

ମେଟ୍ରୋ |

ଜମି ବିକିବା ଆଳରେ ଜାତି ବଦଳାଇ ଏକାଧିକ ଠକେଇ: ବାପ, ପୁଅଙ୍କୁ ଗିରଫକଲା ଇଓଡବ୍ଲ୍ୟୁ

ଜମି ବିକିବା ଆଳରେ ଜାତି ବଦଳାଇ ଏକାଧିକ ଠକେଇ: ବାପ, ପୁଅଙ୍କୁ ଗିରଫକଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର, ୨୨|୨(ବ୍ୟୁରୋ)- ଜମି ବିକ୍ରି ଆଳରେ ଜାଲ୍‌ କାଗଜପତ୍ରରେ ଜାତି ବଦଳାଇ ଏକାଧିକ ଲୋକଙ୍କଠାରୁ ବହୁ ଲକ୍ଷ ଟଙ୍କା ଠକେଇ କରିଥିବା ବାପ ଓ ପୁଅଙ୍କୁ ଗୁରୁବାର କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଗିରଫ କରିଛି। ସେମାନେ ହେଲେ ଇନ୍‌ଫୋସିଟି ଥାନା ଅନ୍ତର୍ଗତ କାନାନବିହାର ଅଞ୍ଚଳର ଅମରେଶ୍ୱର ଦାସ ଓ ତାଙ୍କ ପୁଅ ରତ୍ନାକର ଦାସ।  

ମିଳିଲାନି ଆଡମିଟ୍‌ କାର୍ଡ, ମାଟ୍ରିକ ପରୀକ୍ଷାରୁ ଛାତ୍ର ବଞ୍ଚତ୍ତ

ମିଳିଲାନି ଆଡମିଟ୍‌ କାର୍ଡ, ମାଟ୍ରିକ ପରୀକ୍ଷାରୁ ଛାତ୍ର ବଞ୍ଚତ୍ତ

ପୁରୀ ଅଫିସ,୨୨|୨: ଗତବର୍ଷ ମାଟ୍ରିକ ପରୀକ୍ଷା ମଝିରେ ବାପା ଚାଲିଗଲେ। ମାନସିକ ଅବସ୍ଥା ଠିକ୍‌ ରହିଲା ନାହିଁ। ପରୀକ୍ଷାରେ ଫେଲ୍‌ ହେଲି। ସପ୍ଲିମେଣ୍ଟାରୀ ପରୀକ୍ଷାରେ ଭଲ କରିପାରିଲି ନାହିଁ। ଆଶା କରିଥିଲି ଚଳିତବର୍ଷ ପରୀକ୍ଷା ଦେବି।

‘ମୋ ସ୍କୁଲ’ ଯୋଜନା: ୨୨ ଜିଲାର ୧୪୮୯ ବିଦ୍ୟାଳୟ ସାମିଲ

ଭୁବନେଶ୍ୱର,୨୨।୨(ବ୍ୟୁରୋ)- ‘ମୋ ସ୍କୁଲ’ ଯୋଜନା ଅଧୀନରେ ରାଜ୍ୟର ୨୨ଟି ଜିଲାରେ ୧୪୮୯ ବିଦ୍ୟାଳୟର ସାମଗ୍ରିକ ବିକାଶ ପାଇଁ ସ୍ଥିର କରାଯାଇଛି। 

ଫିଲ୍ମ ଫ୍ରାଇଡେ’: ପରଦାକୁ ଆସିବ ‘ଟୋଟାଲ ଧମାଲ୍‌’

ଫିଲ୍ମ ଫ୍ରାଇଡେ’: ପରଦାକୁ ଆସିବ ‘ଟୋଟାଲ ଧମାଲ୍‌’

ଭୁବନେଶ୍ୱର,୨୨।୨(ବ୍ୟୁରୋ)-ଫିଲ୍ମ ଫ୍ରାଇଡେ’ରେ ଚଳିତ ଶୁକ୍ରବାର ରିଲିଜ ହେବ ହିନ୍ଦୀ ଫିଲ୍ମ ‘ଟୋଟାଲ ଧମାଲ୍‌’। ଦୀର୍ଘଦିନର ପ୍ରତୀକ୍ଷା ପରେ ପୁଣିଥରେ ‘ଧମାଲ୍‌’ ସିରିଜର ଏକ ଫିଲ୍ମ ପରଦାକୁ ଆସୁଛି। 

ଆଜିଠୁ ଆଇସିଏସ୍‌ଇ ଦଶମ ପରୀକ୍ଷା

ଆଜିଠୁ ଆଇସିଏସ୍‌ଇ ଦଶମ ପରୀକ୍ଷା

ଭୁବନେଶ୍ୱର,୨୨।୨(ବ୍ୟୁରୋ)- କାଉନ୍‌ସିଲ ଫର୍‌  ଇଣ୍ଡିଆନ  ସ୍କୁଲ  ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ(ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଇଣ୍ଡିଆନ ସାର୍ଟିଫିକେଟ୍‌ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ଆଇସିଏସ୍‌ଇ)ର ଦଶମ ଶ୍ରେଣୀ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହେଉଛି। 

ଓଡ଼ିଆ ଭାଷା ଶିକ୍ଷକ ନିଯୁକ୍ତି ଦାବି:  ଇଣ୍ଡିଆ ଗେଟ୍‌ଠାରେ ବିକ୍ଷୋଭ କଲା ଓଡ଼ିଆ ଅନର୍ସ ଛାତ୍ର ସଂସଦ

ଓଡ଼ିଆ ଭାଷା ଶିକ୍ଷକ ନିଯୁକ୍ତି ଦାବି: ଇଣ୍ଡିଆ ଗେଟ୍‌ଠାରେ ବିକ୍ଷୋଭ କଲା ଓଡ଼ିଆ ଅନର୍ସ ଛାତ୍ର ସଂସଦ

ଭୁବନେଶ୍ୱର,୨୨।୨(ବ୍ୟୁରୋ)- ଓଡ଼ିଶାର ଉଚ୍ଚ ବିଦ୍ୟାଳୟଗୁଡ଼ିକରେ ଓଡ଼ିଆ ଭାଷା ଶିକ୍ଷକ ନିଯୁକ୍ତି ଦାବିରେ ଓଡ଼ିଆ ଅନର୍ସ ଛାତ୍ର ସଂସଦ ପକ୍ଷରୁ ଗୁରୁବାର ନୂଆଦିଲ୍ଲୀସ୍ଥିତ ଇଣ୍ଡିଆ ଗେଟ୍‌ଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।

‘ସୁନେତ୍ର’ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୨।୨(ବ୍ୟୁରୋ)- ସାର୍ବଜନୀନ ଚକ୍ଷୁ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ(ସୁନେତ୍ର)କୁ ତ୍ୱରାନ୍ବିତ କରିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦା ନିର୍ଦ୍ଦେଶ ଦେଇଛନ୍ତି

ରାଜ୍ୟସ୍ତରୀୟ ଲୋକକଳା ମହୋତ୍ସବ ଉଦ୍‌ଯାପିତ:  କଳା ଜରିଆରେ ସାମାଜିକ ପରିବର୍ତ୍ତନ ଆସିପାରିବ: ମୁଖ୍ୟମନ୍ତ୍ରୀ

ରାଜ୍ୟସ୍ତରୀୟ ଲୋକକଳା ମହୋତ୍ସବ ଉଦ୍‌ଯାପିତ: କଳା ଜରିଆରେ ସାମାଜିକ ପରିବର୍ତ୍ତନ ଆସିପାରିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୨(ବ୍ୟୁରୋ)- କଳା ଏକତାର ମନ୍ତ୍ର ଦେଇଥାଏ। କଳାରେ ଜାତି, ଧର୍ମ ଓ ଭାଷାର ବିଭେଦ ନ ଥାଏ। କଳା ଜରିଆରେ ସାମାଜିକ ପରିବର୍ତ୍ତନ ଆସିପାରିବ।

ମାଉଜର ଦେଖାଇ ଆତଙ୍କ ଉଦ୍ୟମ, ଜଣେ ଗିରଫ

ବ୍ରହ୍ମଗିରି, ୨୧ା୨(ଡି.ଏନ୍‌.ଏ.)-ବ୍ରହ୍ମଗିରି ଥାନା ଅନ୍ତର୍ଗତ ରେବଣାନୂଆଗାଁ ଗ୍ରାମରେ ବୁଧବାର ରାତିରେ ଜଣେ ଯୁବକ ମାଉଜର ଦେଖାଇ ଆତଙ୍କ ସୃଷ୍ଟି କରୁଥିବା ସମୟରେ ସ୍ଥାନୀୟ ଲୋକେ ତାଙ୍କୁ ଅଟକ ରଖିଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ସଂପୃକ୍ତ ଯୁବକଙ୍କୁ ଗିରଫ କରିଛି। 

ଖରାଦିନ ଆରମ୍ଭରୁ ପିଇବା ପାଣି ସମସ୍ୟା : ଗୋପ ବ୍ଲକରେ ୫୦୦ରୁ ଊର୍ଦ୍ଧ୍ୱ ନଳକୂପ ଅଚଳ

ଖରାଦିନ ଆରମ୍ଭରୁ ପିଇବା ପାଣି ସମସ୍ୟା : ଗୋପ ବ୍ଲକରେ ୫୦୦ରୁ ଊର୍ଦ୍ଧ୍ୱ ନଳକୂପ ଅଚଳ

ଗୋପ, ୨୧।୨(ଡି.ଏନ୍‌.ଏ.)-ଖରାଦିନ ଆରମ୍ଭରୁ ଗୋପ ବ୍ଲକ ଅଧୀନ ଅଧିକାଂଶ ନଳକୂପରୁ ପିଇବା ପାଣି ନ ବାହାରିବା ଫଳରେ ସାଧାରଣ ଲୋକେ ଏବେ ଚିନ୍ତାରେ ରହିଛନ୍ତି। ଗୋପ ବ୍ଲକ ଅଧୀନ ବିଭିନ୍ନ ଗ୍ରାମ ପଞ୍ଚାୟତରେ ଥିବା ସରକାରୀ ନଳକୂପଗୁଡ଼ିକ ଭାଙ୍ଗି ରୁଜି ପଡ଼ିଥିବାବେଳେ ଅଧିକାଂଶ ନଳକୂପରୁ ଜଳସ୍ତର କମିଯିବାରୁ ପିଇବା ପାଣି ବାହାରୁନାହିଁ। ଫଳରେ ଗୋପ ବ୍ଲକ ଅଧୀନ ଅଧିକାଂଶ ଗାଁରେ ଏବେ ପାଣି ସମସ୍ୟା ଦେଖାଦେଇଛି। 

ଓଡ଼ିଶା ବନ୍ଦ ଯୋଗୁ ରାଜରାସ୍ତାରେ ହଜାର ହଜାର ପର୍ଯ୍ୟଟକ

ଗୋପ, ୨୧।୨(ଡି.ଏନ୍‌.ଏ.)-ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଥିବାବେଳେ ଏହାର ପ୍ରଭାବରେ ଗୋପ ଅଞ୍ଚଳ ପଡ଼ିଥିଲା। ପୁରୀ-କୋଣାର୍କ ବୁଲିବାକୁ ଆସୁଥିବା ଦେଶ ବିଦେଶର ପର୍ଯ୍ୟଟକମାନେ ଦୀର୍ଘଘଣ୍ଟା ଧରି ଖରାରେ ରାଜରାସ୍ତାରେ ପଡ଼ି ରହିଥିବା ଦେଖିବାକୁ ମିଳିଥିଲା। 

ଆଖି ବୁଜିଲା ‘ରୋଶନ’

ଆଖି ବୁଜିଲା ‘ରୋଶନ’

ବାରଙ୍ଗ,୨୧।୨(ଡି.ଏନ୍‌.ଏ.)-ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଗତ ୪ ତାରିଖରୁ ଅସୁସ୍ଥ ହୋଇ ମୃତ୍ୟୁ ସହ ସଂଗ୍ରାମ କରୁଥିବା ମହାବଳ ବାଘ ‘ରୋଶନ’ ଶେଷରେ ଆଖି ବୁଜିଛି। ଗୁରୁବାର ଅପରାହ୍ନ ପ୍ରାୟ ୩ଟା ୨୦ରେ ତା’ର ମୃତ୍ୟୁ ଘଟିଛି। ତାକୁ ୧୭ବର୍ଷ ହୋଇଥିଲା। ପଛଗୋଡ଼ ପାରାଲିସିସ୍‌ରେ ଆକ୍ରାନ୍ତ ହେବାରୁ ସେ ଚଲାବୁଲା କରି ନ ପାରି ଗୋଟିଏ ଜାଗାରେ ପଡ଼ିରହୁଥିଲା।