ରାୟଗଡା

ଇଟା ବୋଝେଇ ଟ୍ରାକ୍ଟର ଓଲଟିବା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ

ଇଟା ବୋଝେଇ ଟ୍ରାକ୍ଟର ଓଲଟିବା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ

କାଶୀନଗର, ୧୪।୨(ଡି.ଏନ୍‌.ଏ.)-କାଶୀନଗର ବ୍ଲକ ଖାରଡ଼ା ପଞ୍ଚାୟତ ଅଧୀନ ଡି.କତୁରୁ ଗ୍ରାମରେ ବୁଧବାର ଏକ ଇଟା ବୋଝେଇ ଟ୍ରାକ୍ଟର ଓଲଟି ପଡିବାରୁ ୬ଜଣ ଶ୍ରମିକ ଗୁରୁତର ହୋଇଥିଲେ। ସେମାନଙ୍କ ମଧ୍ୟରୁ ଗୁରୁବାର ଚିକିତ୍ସାଧୀନ ଅବସ୍ଥାରେ ଶିବ୍ରା ନାଇକାଙ୍କ ମୃତ୍ୟୁ ହୋଇଯାଇଛି। ପ୍ରକାଶ ଯେ, ଟ୍ରାକ୍ଟର ଓଲଟି ପଡିବାରୁ ଏଥିରେ ଥିବା ୬ଜଣ ଗୁରୁତର ହୋଇଥିଲେ। ସେମାନଙ୍କ ମଧ୍ୟରୁ ଜସ ନାଇକା ଓ ଇଲେଶମଣିଙ୍କୁ କାଶୀନଗର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବାବେଳେ ସୁବାସ ନାଇକା, ଶିବ୍ରା ନାଇକା, ନରୋନ ନାଇକା ଓ ପ୍ରମିଳା ନାଇକାଙ୍କୁ ପାରଳାଖେମୁଣ୍ଡି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଶିବ୍ରାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ପୂର୍ବାହ୍ନରେ ତାଙ୍କର ମୃତ୍ୟୁ ହୋଇଛି। 

All Right Reserved By

ରାୟଗଡା

ଡାକ୍ତରଖାନାରୁ ବିଚାରାଧୀନ କଏଦୀ ଚମ୍ପଟ୍‌, ଛାତିରେ ଯନ୍ତ୍ରଣା ହେଉଥିବା ଦର୍ଶାଇଥିଲେ

ଡାକ୍ତରଖାନାରୁ ବିଚାରାଧୀନ କଏଦୀ ଚମ୍ପଟ୍‌, ଛାତିରେ ଯନ୍ତ୍ରଣା ହେଉଥିବା ଦର୍ଶାଇଥିଲେ

ମାଲକାନଗିରି,୨୦।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମାରେ ଥିବା ସବ୍‌ଜେଲ୍‌ରୁ ଶନିବାର ଜଣେ ବିଚାରାଧୀନ କଏଦୀ ଡାକ୍ତରଖାନାରୁ ଚମ୍ପଟ୍‌ ମାରିଛନ୍ତି। ସେ ହେଲେ ରାଜୁ ବାରୋଇ(୩୫)। 

କେନ୍ଦୁପତ୍ର ବିକ୍ରି କରିପାରୁନାହାନ୍ତି ୧୧ ଗାଁର ଗ୍ରାମବାସୀ

କେନ୍ଦୁପତ୍ର ବିକ୍ରି କରିପାରୁନାହାନ୍ତି ୧୧ ଗାଁର ଗ୍ରାମବାସୀ

ମାଲକାନଗିରି,୨୦।୪ (ଡି.ଏନ୍‌.ଏ.)- ମାଲକାନଗିରି ଜିଲାରେ ଗତ ୪ ଦିନ ହେଲା ବନ ବିଭାଗ (କେନ୍ଦୁପତ୍ର) ଏବଂ କେତେକ ଘରୋଇ ସଂସ୍ଥା ଜିଲାର ବିଭିନ୍ନ ଫଡିରେ କେନ୍ଦୁପତ୍ର ତୋଳାଳିଙ୍କଠାରୁ କେନ୍ଦୁପତ୍ର ଖରିଦ କରିବା ଆରମ୍ଭ କରିଛନ୍ତି। ମାତ୍ର ମାଲକାନଗିରି ସଦର ବ୍ଲକ ଗୋରାଖଣ୍ଟା ପଞ୍ଚାୟତର ୧୧ଟି ଗ୍ରାମର ଗ୍ରାମବାସୀ କେନ୍ଦୁପତ୍ର ବିକ୍ରି କରିପାରୁନାହାନ୍ତି। 

୩ ହାର୍ଡକୋର ମାଓବାଦୀ ଗିରଫ

୩ ହାର୍ଡକୋର ମାଓବାଦୀ ଗିରଫ

ମାଲକାନଗିରି,୧୯।୪ (ଡି.ଏନ.ଏ.)- ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡରେ ୩ ଜଣ ହାର୍ଡକୋର ମାଓବାଦୀଙ୍କୁ ପୋଲିସ ଗିରଫ କରିଛି।

ବିଦ୍ୟୁତ ଆଘାତରେ  ଯୁବକଙ୍କ ମୃତ୍ୟୁ ଘଟଣା: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ ଘଟଣା: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ପାପଡାହାଣ୍ଡି,୧୯।୪(ଡ.ିଏନ.ଏ)- ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ  ଖୁଟୁବାଇ ପଞ୍ଚାୟତ ଛାଲିପେଟା ଗ୍ରାମରେ ଗୁରୁବାର ଅପରାହ୍ନରେ ବିଦ୍ୟୁତ ଖୁଣ୍ଟରେ ଚଢି ତାର ମରାମତି ସମୟରେ ବିଦ୍ୟୁତ ଆଘାତରେ ମନ କାତିଙ୍କ ମୃତ୍ୟୁ ହୋଇଥିଲା । ଶୁକ୍ରବାର କଚିଆଗୁଡା ଗ୍ରାମବାସୀ  କ୍ଷତିପୂରଣ ଦାବି କରି ଟାୟାର ଜାଳି ରାସ୍ତାରୋକୋ କରିଥିଲେ। 

ନାଲକୋ ହିଲ୍‌ଟପ୍‌ରେ ଛାଇଗଲା କୁଆପଥର

ନାଲକୋ ହିଲ୍‌ଟପ୍‌ରେ ଛାଇଗଲା କୁଆପଥର

ଦାମନଯୋଡ଼ି/କୋରାପୁଟ,୧୯ା୪(ସ୍ବ.ପ୍ର.): କୋରାପୁଟ ଜିଲା ଦାମନଯୋଡ଼ିରେ ଶୁକ୍ରବାର ଅପରାହ୍ନରେ ପ୍ରବଳ କୁଆପଥର ବର୍ଷା ହୋଇଛି। ଏଥିରେ ନାଲକୋର ହିଲଟପ୍‌ ବରଫାବୃତ୍ତ ହୋଇ କାଶ୍ମୀରର ଭ୍ରମ ସୃଷ୍ଟି କରିଛି। 

ଆବାସ ଅଧାରେ ଥାଇ ହଡ଼ପ ହେଉଛି ଅର୍ଥ

ଆବାସ ଅଧାରେ ଥାଇ ହଡ଼ପ ହେଉଛି ଅର୍ଥ

ଦଶମନ୍ତପୁର,୧୯।୪(ଡି.ଏନ୍‌.ଏ.): ଆବାସ ଯୋଜନାରେ ଦୁର୍ନୀତିର ଗନ୍ତାଘର ସାଜିଛି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ। କେଉଁଠି ପୁନାଦିରେ କାମ ରହି ମଧ୍ୟ ଶେଷ ବିଲ୍‌ ଉଠାଯାଇ ଥିବାବେଳେ ଅନ୍ୟ କେଉଁଠି ଗୃହ ସଂପୂର୍ଣ୍ଣ ହୋଇ ନଥିଲେ ହେଁ କାର୍ଯ୍ୟାଳୟରେ ଫଟୋ ଦେଖାଇ କିଛି କର୍ମଚାରୀଙ୍କ ସହ ସଲାସୁତୁରାରେ ଟଙ୍କା ଉଟିଛି।

ଚାଷ ଉଜାଡୁଛି ପଥର କ୍ୱାରି, କ୍ରଶର

ଚାଷ ଉଜାଡୁଛି ପଥର କ୍ୱାରି, କ୍ରଶର

ନନ୍ଦପୁର,୧୯।୪(ଡି.ଏନ୍‌.ଏ.): ନନ୍ଦପୁର ବ୍ଲକ ଘାଗ ଗ୍ରାମ ନିକଟରେ ଏକ ପଥର କ୍ୱାରି ସହ କ୍ରସର ଚାଲୁଥିବା ଯୋଗୁଁ ବିଭିନ୍ନ ସମସ୍ୟା ଉପୁଜୁଥିବା ସ୍ଥାନୀୟ ଗ୍ରାମବାସୀ   ନନ୍ଦପୁର ଥାନାରେ ଏତଲା ଦେଇଛନ୍ତି।

ବିହନ ଅନୁକୂଳ, ସାଥୀ ବାଛିବାର ପର୍ବ ‘ଚୈତ୍ର’: ଗୀତବାଦ୍ୟ ସହ ଢେମ୍‌ସା ନାଚରେ କମ୍ପୁଛି ଆଦିବାସୀ ପଡ଼ା

ବିହନ ଅନୁକୂଳ, ସାଥୀ ବାଛିବାର ପର୍ବ ‘ଚୈତ୍ର’: ଗୀତବାଦ୍ୟ ସହ ଢେମ୍‌ସା ନାଚରେ କମ୍ପୁଛି ଆଦିବାସୀ ପଡ଼ା

କୋରାପୁଟ,୧୯।୪(ସ୍ବ.ପ୍ର.): କୋରାପୁଟ ଜିଲାର ଆଦିବାସୀ ବହୁଳ ଅଞ୍ଚଳ ଚୈତ୍ର ପରବ ପାଇଁ ଉତ୍ସବମୁଖର ହୋଇପଡ଼ିଛି। ଆଦିବାସୀ ତରୁଣୀଙ୍କ ଢେମସା ନାଚ ସାଙ୍ଗକୁ ମାଇକରେ ଆଦିବାସୀ ଗୀତ ସାଙ୍ଗକୁ ଯୁବକଙ୍କ ବାଦ୍ୟ ଗାଁଦାଣ୍ଡ ପ୍ରକମ୍ପିତ କରୁଛି। 

ବିଦ୍ୟୁତ୍‌ ଆଘାତରେ ଯୁବକଙ୍କ ଜୀବନ ଗଲା,  କ୍ଷତି ପୂରଣ ଦାବିରେ  ରାସ୍ତାରୋକୋ

ବିଦ୍ୟୁତ୍‌ ଆଘାତରେ ଯୁବକଙ୍କ ଜୀବନ ଗଲା, କ୍ଷତି ପୂରଣ ଦାବିରେ ରାସ୍ତାରୋକୋ

ପାପଡ଼ାହାଣ୍ଡି, ୧୯।୪(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ  ଖୁଟୁବାଇ ପଞ୍ଚାୟତ ଛାଲିପେଟା ଗ୍ରାମରେ ଗୁରୁବାର ବିଦ୍ୟୁତ୍‌ ତାର ସଜାଉଥିବା ବେଳେ ଏହାର ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା। 

୪ ଶିଶୁ ଶ୍ରମିକଙ୍କୁ ବିହାରରୁ ଉଦ୍ଧାର କରିବ ଶିଶୁ କଲ୍ୟାଣ ସମିତି

ପାରଳାଖେମୁଣ୍ଡି, ୧୯।୪ (ସ୍ବ.ପ୍ର.) - ଗଜପତି ଜିଲା ସଦର ପାରଳାଖେମୁଣ୍ଡିସ୍ଥିତ ଶିଶୁ କଲ୍ୟାଣ ସମିତି ପକ୍ଷରୁ ବିହାରରେ ଥିବା ୪ଜଣ ଶିଶୁ ଶ୍ରମିକଙ୍କୁ ଆଣିବା ପାଇଁ ବ୍ୟବସ୍ଥା ହେଉଥିବା ଶିଶୁକଲ୍ୟାଣ ସମିତି ପକ୍ଷରୁ କୁହାଯାଇଛି। 

୪୦.୮ ଡିଗ୍ରୀରେ ମାଲକାନଗିରି :  ୨୨ ପର୍ଯ୍ୟନ୍ତ କାଳବୈଶାଖୀ

୪୦.୮ ଡିଗ୍ରୀରେ ମାଲକାନଗିରି : ୨୨ ପର୍ଯ୍ୟନ୍ତ କାଳବୈଶାଖୀ

ଭୁବନେଶ୍ୱର,୧୯।୪(ବ୍ୟୁରୋ)- ରାଜ୍ୟରେ ପୂର୍ବାପେକ୍ଷା ଗୁରୁବାର ସାମାନ୍ୟ ତାପମାତ୍ରା କମିଛି। କିନ୍ତୁ ଗରମ, ଗୁଳୁଗୁଳି ଯେଉଁଭଳି ଅନୁଭୂତ ହେଉଥିଲା, ସେଥିରେ କୌଣସି ପରିବର୍ତ୍ତନ ହୋଇନି। ଗୁରୁବାର ମାଲକାନଗିରିରେ ସର୍ବାଧିକ ତାପମାତ୍ରା ୪୦.୮ ଡିଗ୍ରୀ ରେକର୍ଡ କରାଯାଇଛି।

 ମଦ ଜବତ, ୪ ଗିରଫ

ମଦ ଜବତ, ୪ ଗିରଫ

ରାୟଗଡା ଅଫିସ୍‌, ୧୮।୪-  ରାୟଗଡା ପୋଲିସ  ୨ଟି ସ୍ଥାନରେ ଚଢ଼ାଉ କରି ୭୦ଲିଟର ବିଦେଶୀ ମଦ ଜବତ କରିିବା ସହ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ବ୍ୟକ୍ତିମାନେ ହେଲେ ମନୋଜ ନାୟକ, ପି.ରାବଣା, ରଞ୍ଜିତ ସାହୁ ଏବଂ ଜଗନ୍ନାଥ ସାହୁ ।


Model This Week

କ୍ରିଷ୍ଣା
Why Dharitri