ରାଜ୍ୟ | ଉପକୂଳ ଓଡିଶା

ମୌଳିକ ସମସ୍ୟା ସମାଧାନ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର ପ୍ରଦାନ

ମୌଳିକ ସମସ୍ୟା ସମାଧାନ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର ପ୍ରଦାନ

ଗଣିଆ,୧୬।୨(ଡି.ଏନ.ଏ.)-ଗଣିଆ ବ୍ଲକ ବଡଶିଲିଙ୍ଗା ପଞ୍ଚାୟତର ଜନସଙ୍ଗଠନ ଆଦିମ ଅଧିବାସୀ ମୁକ୍ତିମଞ୍ଚ ତରଫରୁ ଶୁକ୍ରବାର ଅଞ୍ଚଳର ବିଭିନ୍ନ ମୌଳିକ ସମସ୍ୟା ସମାଧାନ ଦାବିରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୪ଦଫା ସମ୍ବଳିତ ଏକ ଦାବିପତ୍ର ବିଡିଓଙ୍କ ଜରିଆରେ ପ୍ରଦାନ କରାଯାଇଛି ା ତେବେ ଗଣିଆ ବିଡିଓ ଏବଂ ଏବିଡିଓଙ୍କ ଅନୁପସ୍ଥିତିରେ ବ୍ଲକ ଦାୟିତ୍ୱରେ ଥିବା ଆକାଉଣ୍ଟାଣ୍ଟ ଜ୍ୟୋତ୍ସ୍ନାରାଣୀ ପ୍ରଧାନ ଓ ବରିଷ୍ଠ କିରାଣି ରାମଚନ୍ଦ୍ର ଦଳେଇ ମିଳିତ ଭାବେ ଦାବିପତ୍ର ଗ୍ରହଣ କରିଛନ୍ତି। 

  ଠାରୁ ବଡମୂଳ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା କାର୍ଯ୍ୟକୁ ତ୍ୱାରାନ୍ବିତ କରିବା, ପଞ୍ଚାୟତର ସମସ୍ତ ଗ୍ରାମକୁ ବିଦ୍ୟୁତ୍‌ ସଂଯୋଗ କରାଯିବା, ମୋବାଇଲ ଟାୱାର ନିର୍ମାଣ କରାଯିବା ଦାବି ରହିଛି। ଏଥିସହ ଆଦିବାସୀ ଓ ଅନ୍ୟାନ୍ୟ  ପାରମ୍ପରିକ ବନବାସୀଙ୍କ  ଜଙ୍ଗଲ ଅଧିକାର ସ୍ବୀକୃତ ଆଇନ ୨୦୦୬ ଓ ସଂଶୋଧିତ ନିୟମାବଳୀ ୨୦୧୨ ଅନୁଯାୟୀ ପଞ୍ଚାୟତର ୩୦ ଗ୍ରାମରୁ ଦାବି କରାଯାଇଥିବା ସମୁଦାୟ ଗୋଷ୍ଠୀ ଜଙ୍ଗଲ ଅଧିକାରକୁ କାର୍ଯ୍ୟକାରୀ କରିବା ଆଦି ଦାବି ଉକ୍ତ ଦାବିପତ୍ରରେ ଉଲ୍ଲେଖ ରହିଛି ।

ସୂଚନାଯୋଗ୍ୟ, ଦୀର୍ଘଦିନ ଧରି ବହୁ ଆନ୍ଦୋଳନ ପରେ ଉକ୍ତ ପଞ୍ଚାୟତର ସମୁଦାୟ ୩୬ ଗ୍ରାମ ମଧ୍ୟରୁ ୨୨ ଗ୍ରାମକୁ ବିଦ୍ୟୁତ୍‌ ସଂଯୋଗ କରାଯାଇଥିବା ବେଳେ ଅବଶିଷ୍ଟ୧୪ଟି ଗ୍ରାମର ଲୋକେ ଏଯାବତ୍‌ ଅନ୍ଧାରରେ ରହିଛନ୍ତି।  ସେହିପରି ସରକାରଙ୍କ ଜଙ୍ଗଲ ଅଧିକାର ଆଇନ ବଳରେ ୨୦୦୮ ମସିହା ଠାରୁ ଉକ୍ତ ପଞ୍ଚାୟତର ଦାବିଦାରଙ୍କ ମଧ୍ୟରୁ  ହାତଗଣତି କେତେକ ଲୋକଙ୍କୁ ବ୍ୟକ୍ତିଗତ ଜଙ୍ଗଲ ଜମି ପଟ୍ଟା ଦିଆଯାଇଥିବା ବେଳେ ବହୁ ଦାବିଦାର ଏଥିରୁ ବଞ୍ଚତ୍ତ ହୋଇଥିବା ଅଭିଯୋଗ ହେଉଛି । ଅନ୍ୟପକ୍ଷେ ଗ୍ରାମ୍ୟ ଉନ୍ନୟନ ବିଭାଗ ଓ ବନ୍ୟପ୍ରାଣୀ ବିଭାଗ ମଧ୍ୟରେ ସମନ୍ବୟର ଅଭାବ ଯୋଗୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା କାର୍ଯ୍ୟ ତ୍ୱରାନ୍ବିତ ହୋଇପାରୁନାହିଁ ବୋଲି ଅଞ୍ଚଳବାସୀଙ୍କ ତରଫରୁ ଅଭିଯୋଗ ହେଉଛି। ଆଦିମ ଅଧିବାସୀ ମୁକ୍ତିମଞ୍ଚର ସଂଯୋଜକ ପ୍ରଫୁଲ୍ଲ କୁମାର ନାୟକଙ୍କ ନେତୃତ୍ୱରେ ବଡଶିଲିଙ୍ଗା ପଞ୍ଚାୟତର ୩ଶହରୁ ଊର୍ଦ୍ଧ୍ୱ ମହିଳା ଓ ପୁରୁଷ ଯୋଗଦେଇ ଗଣିଆ ପୂର୍ତ୍ତବିଭାଗ ଡାକବଙ୍ଗଳା ଠାରୁ  ଏକ ଶୋଭାଯାତ୍ରାରେ ବାହାରି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ଥିଲେ ା ସେଠାରେ ଏକଘଣ୍ଟା ଧରି ଏକ ପ୍ରତିବାଦ ସଭାର ଆୟୋଜନ କରାଯାଇଥିଲା ା ଏହି ପ୍ରତିବାଦ ସଭାରେ ଜିଲା ପରିଷଦ ସଭ୍ୟ ମହେଶ୍ୱର ମହାରଣା, କିଶୋରପ୍ରସାଦ ସରପଞ୍ଚ ପ୍ରଫୁଲ୍ଲ ବେହେରା, ବଡଶିଲିଙ୍ଗା ସରପଞ୍ଚ ପୁଷ୍ପଲତା ନାୟକ, ନାଏବ ସରପଞ୍ଚ ବିପ୍ରଚରଣ ମଳିକ, ସାମାଜିକ କର୍ମୀ ପ୍ରଫୁଲ୍ଲ କୁମାର ମିଶ୍ର , ସରୋଜିନୀ ମଳିକ  ଓ ଜନ ସଙ୍ଗଠନର ସଭାପତି ଲକ୍ଷ୍ମଣ ମଳିକ ପ୍ରମୁଖ ଯୋଗଦେଇ ଅଞ୍ଚଳର ବିଭିନ୍ନ ସମସ୍ୟା ସମ୍ପର୍କରେ  ବକ୍ତବ୍ୟ ରଖିଥିଲେ ା  


All Right Reserved By

ରାଜ୍ୟ | ଉପକୂଳ ଓଡିଶା

ଅଜଣା ଗାଡ଼ି ଧକ୍କାରେ ୧ ମୃତ, ୧ ଗୁରୁତର

ଅଜଣା ଗାଡ଼ି ଧକ୍କାରେ ୧ ମୃତ, ୧ ଗୁରୁତର

ଖୋର୍ଦ୍ଧା ଅଫିସ,୨୩।୩: ଖୋର୍ଦ୍ଧା ଜିଲା ସଦର ଥାନା ଅନ୍ତର୍ଗତ କଲିକତା-ମାଡ୍ରାସ ୧୬ ନଂ. ଜାତୀୟ ରାଜପଥର ଦଳେଇପୁଟ ଛକରେ ଶୁକ୍ରବାର ବିଳମ୍ବିତ ରାତିରେ ଅଜଣା ଗାଡ଼ି ଧକ୍କାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି।

ତେନ୍ତୁଳିମୂଳ ଗାଁରେ ରାଜନୈତିକ ସଂଘର୍ଷ: ଭାଜପା ସମର୍ଥକଙ୍କ ଗୁଳିମାଡ଼ରେ ବିଜେଡି ସମର୍ଥକ ଗୁରୁତର

ତେନ୍ତୁଳିମୂଳ ଗାଁରେ ରାଜନୈତିକ ସଂଘର୍ଷ: ଭାଜପା ସମର୍ଥକଙ୍କ ଗୁଳିମାଡ଼ରେ ବିଜେଡି ସମର୍ଥକ ଗୁରୁତର

ଖୋର୍ଦ୍ଧା ଅଫିସ,୨୩।୩: ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ତେନ୍ତୁଳିମୂଳ (ମଶାଣିଆ ନୂଆସାହି) ଗାଁରେ ଶୁକ୍ରବାର ସନ୍ଧ୍ୟାରେ ଭାଜପା ସମର୍ଥକଙ୍କ ଗୁଳିମାଡ଼ରେ ବିଜେଡି ସମର୍ଥକ ଆହତ ହୋଇଛନ୍ତି। 

ବାଇକ୍‌-କାର ମୁହାଁମୁହିଁ ଧକ୍କା: ୧ ମୃତ, ୩ ଗୁରୁତର

ବାଇକ୍‌-କାର ମୁହାଁମୁହିଁ ଧକ୍କା: ୧ ମୃତ, ୩ ଗୁରୁତର

କୋଣାର୍କ,୨୩।୩ (ଡି.ଏନ୍‌.ଏ.): କୋଣାର୍କ-ପୁରୀ ବେଳାଭୂମି ମାର୍ଗ ରାସ୍ତାର ସାହୁ ଖଣତା ନିକଟରେ ଶନିବାର ପୂର୍ବାହ୍ନ ୧୦ଟାରେ ମାରୁତି କାର ସହ ୟାମାହା ମୁହାଁମୁହିଁ ଧକ୍କା ହୋଇଛି। ଘଟଣାସ୍ଥଳରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି। 

ଭବାନୀ ଶଙ୍କର ନାୟକ ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ପ୍ରାର୍ଥୀ

ଭବାନୀ ଶଙ୍କର ନାୟକ ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ପ୍ରାର୍ଥୀ

ପାଟଣା,୨୩।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀରୁ ଭାଜପା ଦଳୀୟ ପ୍ରାର୍ଥୀ ଭାବେ ଭବାନୀ ଶଙ୍କର ନାୟକଙ୍କ ନାମ ଘୋଷଣା କରାଯାଇଛି।

ବିଦେଶୀ ମଦ ଜବତ: ଜଣେ ଗିରଫ

ବିଦେଶୀ ମଦ ଜବତ: ଜଣେ ଗିରଫ

ଭଦ୍ରକ ଅଫିସ, ୨୩।୩:  ଭଦ୍ରକ ସଦର  ଅବକାରୀ ଟିମ ଶନିବାର ଚଢ଼ାଉ କରି ରାଣୀତାଲ ଅନ୍ତର୍ଗତ ଚୁଡ଼ଙ୍ଗପୁର ନିକଟରୁ ବ୍ୟାପକ ବିଦେଶୀ ମଦ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି।

ପୁରୀ-ହାତିଆ ତପସ୍ବିନୀ ଏକ୍ସପ୍ରେସ ଅଗ୍ନିକାଣ୍ଡ ଘଟଣା: ସତ୍ୟାସତ୍ୟ ପାଇଁ ଚାଲିଛି ଟିକନିଖି ତଦନ୍ତ

ପୁରୀ-ହାତିଆ ତପସ୍ବିନୀ ଏକ୍ସପ୍ରେସ ଅଗ୍ନିକାଣ୍ଡ ଘଟଣା: ସତ୍ୟାସତ୍ୟ ପାଇଁ ଚାଲିଛି ଟିକନିଖି ତଦନ୍ତ

ପୁରୀ ଅଫିସ,୨୩।୩: ପୁରୀ-ହାତିଆ ତପସ୍ବିନୀ ଏକ୍ସପ୍ରେସ ଅଗ୍ନିକାଣ୍ଡ ଘଟଣାରେ ଷ୍ଟେସନ ଅଧୀକ୍ଷକଙ୍କ ଏତାଲା କ୍ରମେ ଶନିବାର  ଜିଆର୍‌ପି ଓ ଆର୍‌ପିଏଫ୍‌ରେ ଆପରାଧିକ ମାମଲା ରୁଜୁ ହୋଇଛି। ଅଧୀକ୍ଷକ ସୋରେନ କୁମାର ନସ୍କରଙ୍କ ଅଭିଯୋଗ ଅନୁଯାୟୀ ଅଗ୍ନିକାଣ୍ଡ ଫଛରେଥିବା କାରଣର ସତ୍ୟାସତ୍ୟ  ଉନ୍ମୋଚନ କରାଯାଉ ବୋଲି ଏତାଲାରେ ଦର୍ଶାଇଛନ୍ତି। 

ହାତ ନୁହେଁ, ପଦ୍ମ ଧରିଲେ ପ୍ରତ୍ୟୁଷା

ହାତ ନୁହେଁ, ପଦ୍ମ ଧରିଲେ ପ୍ରତ୍ୟୁଷା

ଭୁବନେଶ୍ୱର,୨୩।୩(ବ୍ୟୁରୋ): ନିକଟରେ ବିଜେଡି ଛାଡ଼ିଥିବା କନ୍ଧମାଳ ଏମ୍‌ପି ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ଶନିବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ବିଧାୟକ ଦଳ ନେତା କେ.ଭି. ସିଂ ଦେଓଙ୍କ ବାସଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ଭାଜପାରେ ଯୋଗ ଦେଇଛନ୍ତି। 

ରଣପୁରରୁ ଲଢ଼ିବେ ସବ୍ୟସାଚୀଙ୍କ ସ୍ତ୍ରୀ ମିଲି ପଣ୍ଡା

ରଣପୁରରୁ ଲଢ଼ିବେ ସବ୍ୟସାଚୀଙ୍କ ସ୍ତ୍ରୀ ମିଲି ପଣ୍ଡା

ଭୁବନେଶ୍ୱର,୨୩।୩(ବ୍ୟୁରୋ): କଂଗ୍ରେସ ପକ୍ଷରୁ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୫୪ଜଣଙ୍କ ନାମ ଘୋଷଣା କରାଯାଇଛି। ଏଥିରେ ରଣପୁର ବିଧାନସଭା ଆସନରୁ ମାଓବାଦୀ ନେତା ସବ୍ୟସାଚୀ ପଣ୍ଡାଙ୍କ ସ୍ତ୍ରୀ ଶୁଭଶ୍ରୀ ପଣ୍ଡା ଓରଫ ମିଲି ପଣ୍ଡାଙ୍କୁ ଟିକେଟ୍‌ ମିଳିଥିବା ଦେଖିବାକୁ ମିଳିଛି। 

ଭାଜପାର ୨ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ: ଆଶାୟୀଙ୍କୁ ଟିକେଟ ନ ମିଳିବାରୁ ସ୍ବାଧୀନଭାବେ  ଲଢ଼ିବାକୁ ନିଷ୍ପତ୍ତି

ଭାଜପାର ୨ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ: ଆଶାୟୀଙ୍କୁ ଟିକେଟ ନ ମିଳିବାରୁ ସ୍ବାଧୀନଭାବେ ଲଢ଼ିବାକୁ ନିଷ୍ପତ୍ତି

ଗୁଣପୁର,୨୩।୩(ଡି.ଏନ୍‌.ଏ.):  ୨୦୧୯ ଓଡ଼ିଶା ବିଧାନସଭା ନିିର୍ବାଚନ ଲାଗି ଭାଜପାର ୨ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଶୁକ୍ରବାର ରାତିରେ ପ୍ରକାଶ ପାଇଛି। ଏଥିରେ ୨୨ଟି ଆସନ ଲାଗି ନାମ ଘୋଷଣା କରାଯାଇଛି। 

ଦିଗପହଣ୍ଡି ନିର୍ବାଚନମଣ୍ଡଳୀ: ବିସ୍ମୟଙ୍କ ବଦଳରେ ଲଢ଼ିବେ ପ୍ରଫୁଲ୍ଲ

ଦିଗପହଣ୍ଡି ନିର୍ବାଚନମଣ୍ଡଳୀ: ବିସ୍ମୟଙ୍କ ବଦଳରେ ଲଢ଼ିବେ ପ୍ରଫୁଲ୍ଲ

ଦିଗପହଣ୍ଡି, ୨୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀ (ନଂ. ୧୩୪) ନିମନ୍ତେ କଂଗ୍ରେସ ତାର ପ୍ରାର୍ଥୀ ବଦଳାଇଛି। 

ଦିଗପହଣ୍ଡିରୁ ଲଢ଼ିବେ ପିଙ୍କି ପ୍ରଧାନ

ଦିଗପହଣ୍ଡିରୁ ଲଢ଼ିବେ ପିଙ୍କି ପ୍ରଧାନ

ଦିଗପହଣ୍ଡି, ୨୩।୩(ଡି.ଏନ୍‌.ଏ.): ବିଧାନସଭା ନିର୍ବାଚନ ପାଇଁ ଭାଜପା ପ୍ରଥମ ପର୍ଯ୍ୟାୟରେ ୯୯ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିବା ବେଳେ ଶୁକ୍ରବାର ଆଉ ୨୨ଟି ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ କରିଛି।

୭ ମହିଳା

୭ ମହିଳା

ଭୁବନେଶ୍ୱର,୨୩।୩(ବ୍ୟୁରୋ): ବହୁ ଛକାପଞ୍ଝା ପରେ ଶୁକ୍ରବାର କଂଗ୍ରେସ ବିଧାନସଭା ଆସନ ଲାଗି ୫୪ ଜଣିଆ ପ୍ରାର୍ଥୀପତ୍ର ତାଲିକା ଘୋଷଣା କରିଛି। ଏମାନଙ୍କ ମଧ୍ୟରେ ରହିଛନ୍ତି କେବଳ ୭ ମହିଳା। 


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା