ରାଜ୍ୟ |

୨ ନାବାଳିକା ଭଉଣୀଙ୍କୁ ଅପହରଣ ଘଟଣା: ଉଦ୍ଧାର ପରେ ମା’ ପାଖରେ ରହିଲେନି ବଡ଼ଝିଅ

୨ ନାବାଳିକା ଭଉଣୀଙ୍କୁ ଅପହରଣ ଘଟଣା: ଉଦ୍ଧାର ପରେ ମା’ ପାଖରେ ରହିଲେନି ବଡ଼ଝିଅ

କଟକ ଅଫିସ, ୧୬।୨: ସିଡିଏ କାଠଯୋଡ଼ି ବିହାର ଅଞ୍ଚଳର ୨ ନାବାଳିକା ଭଉଣୀଙ୍କୁ ଅପହରଣ ଘଟଣା ଦୈନିକ ନୂଆମୋଡ଼ ନେବାରେ ଲାଗିଛି। ସାନଭଉଣୀ ଘରକୁ ଫେରି ମା’ଙ୍କ ସହ ମର୍କତନଗର ଥାନାକୁ ଯାଇ ଅପହରଣ ଅଭିଯୋଗ କରିଥିଲେ। ଏହାର ୧୨ ଘଣ୍ଟା ମଧ୍ୟରେ ସେ ଆତ୍ମହତ୍ୟା କରିଥିଲେ। ଗୁରୁବାର ତାଙ୍କ ବଡ଼ଭଉଣୀ ଉଦ୍ଧାର ହେବା ପରେ ମା’ ପାଖରେ ରହିବାକୁ ରାଜି ହୋଇନାହାନ୍ତି। ତାଙ୍କୁ ପୋଲିସ ଶୁକ୍ରବାର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ହାଜର କରିଥିଲା। ସେଠାରେ ସିଆର୍‌ପିସିର ୧୬୪ ଧାରା ଅନୁଯାୟୀ ତାଙ୍କର ବୟାନ ରେକର୍ଡ କରାଯାଇଥିଲା। ତେବେ ନାବାଳିକା ଜଣକ ନିଜ ମା’ଙ୍କ ପାଖରେ ରହିବାକୁ ମାନ କରିଦେଇଥିବାବେଳେ ତାଙ୍କ ମା’ ମଧ୍ୟ ତାଙ୍କୁ ଘରକୁ ନେବାକୁ ଇଚ୍ଛା ପ୍ରକାଶ କରି ନ ଥିଲେ। ଫଳରେ ନାବାଳିକାଙ୍କୁ ଜିଲା ଶିଶୁ ମଙ୍ଗଳ କମିଟି ନିକଟକୁ ଅଣାଯାଇଥିଲା। କମିଟି ଅଧ୍ୟକ୍ଷା ମନ୍ଦାକିନୀ ଜେମାଙ୍କ ନିର୍ଦ୍ଦେଶମତେ ନାବାଳିକାଙ୍କୁ ବସୁନ୍ଧରାରେ ସାମୟିକ ଥଇଥାନ କରାଯାଇଛି। ଶନିବାର ଶିଶୁ ମଙ୍ଗଳ କମିଟି ପକ୍ଷରୁ  ନାବାଳିକାଙ୍କ ବୟାନ ରେକର୍ଡ କରାଯିବ। 

ଅନ୍ୟପକ୍ଷରେ ଘଟଣାର ମୁଖ୍ୟ ଅଭିଯୁକ୍ତ ତଥା ସ୍ଥାନୀୟ ଅଞ୍ଚଳର ଟ୍ରାକ୍ଟର ଡ୍ରାଇଭରଙ୍କୁ ଅଦ୍ୟାବଧି ପୋଲିସ ଗିରଫ କରିନାହିଁ। ଉକ୍ତ ଘଟଣାକୁ ନେଇ ଜଣେ ନାବାଳିକା ଜୀବନ ହାରିଥିଲେ ମଧ୍ୟ ପୋଲିସ ଏହାକୁ ଗୁରୁତ୍ୱ ଦେଉନାହିଁ। ଏସିପି ପ୍ରମୋଦ କୁମାର ରଥଙ୍କ କହିବା ଅନୁଯାୟୀ, ସାହି ଲୋକଙ୍କ ଟାହିଟାପରା ସହି ନ ପାରି ନାବାଳିକା (ସାନ ଭଉଣୀ) ଆତ୍ମହତ୍ୟା କରିଥିଲେ। ସେହିପରି ଉଦ୍ଧାର ନାବାଳିକା ତାଙ୍କ ଇଚ୍ଛା ଅନୁଯାୟୀ ନିଜ ମାଉସୀ ଘରକୁ ଯାଇଥିବା କହୁଛନ୍ତି। ତଥାପି ଯେଉଁ ଟ୍ରାକ୍ଟର ଡ୍ରାଇଭର ସେମାନଙ୍କୁ ବାଇକରେ ବସାଇ ନେଇଥିଲେ ତାଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ପୋଲିସ ତଦନ୍ତ ଜାରି ରଖିଛି ବୋଲି ଏସିପି ରଥ କହିଛନ୍ତି। 

ସୂଚନାଯୋଗ୍ୟ, ଦୁଇ ନାବାଳିକା ଭଉଣୀ ଗତ ୮ ତାରିଖଠାରୁ ନିଖୋଜ ହୋଇ ଯାଇଥିଲେ। ୧୨ ତାରିଖ ସନ୍ଧ୍ୟାରେ ସାନଭଉଣୀ ନିଜ ମା’ଙ୍କ ସହିତ ମର୍କତନଗର ଥାନାକୁ ଆସିଥିଲେ। ତାଙ୍କ ବୟାନ ଓ ତାଙ୍କ ମା’ଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ଆଇପିସି ଦଫା ୩୬୩(ଅପହରଣ) ଅନୁଯାୟୀ ଏକ ମାମଲା(୨୨/୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ମାତ୍ର ଥାନାରୁ ଫେରିବା ପରେ ବୁଧବାର ସକାଳୁ ନାବାଳିକାଙ୍କ ଶବକୁ ଘର ଭିତରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ପରେ ଗତ ଗୁରୁବାର ସନ୍ଧ୍ୟାରେ ତାଙ୍କ ବଡ଼ଭଉଣୀଙ୍କୁ ପୋଲିସ ଉଦ୍ଧାର କରିଥିଲା। 

All Right Reserved By

ରାଜ୍ୟ |

ଅଜଣା ଗାଡ଼ି ଧକ୍କାରେ ୧ ମୃତ, ୧ ଗୁରୁତର

ଅଜଣା ଗାଡ଼ି ଧକ୍କାରେ ୧ ମୃତ, ୧ ଗୁରୁତର

ଖୋର୍ଦ୍ଧା ଅଫିସ,୨୩।୩: ଖୋର୍ଦ୍ଧା ଜିଲା ସଦର ଥାନା ଅନ୍ତର୍ଗତ କଲିକତା-ମାଡ୍ରାସ ୧୬ ନଂ. ଜାତୀୟ ରାଜପଥର ଦଳେଇପୁଟ ଛକରେ ଶୁକ୍ରବାର ବିଳମ୍ବିତ ରାତିରେ ଅଜଣା ଗାଡ଼ି ଧକ୍କାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି।

ତେନ୍ତୁଳିମୂଳ ଗାଁରେ ରାଜନୈତିକ ସଂଘର୍ଷ: ଭାଜପା ସମର୍ଥକଙ୍କ ଗୁଳିମାଡ଼ରେ ବିଜେଡି ସମର୍ଥକ ଗୁରୁତର

ତେନ୍ତୁଳିମୂଳ ଗାଁରେ ରାଜନୈତିକ ସଂଘର୍ଷ: ଭାଜପା ସମର୍ଥକଙ୍କ ଗୁଳିମାଡ଼ରେ ବିଜେଡି ସମର୍ଥକ ଗୁରୁତର

ଖୋର୍ଦ୍ଧା ଅଫିସ,୨୩।୩: ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ତେନ୍ତୁଳିମୂଳ (ମଶାଣିଆ ନୂଆସାହି) ଗାଁରେ ଶୁକ୍ରବାର ସନ୍ଧ୍ୟାରେ ଭାଜପା ସମର୍ଥକଙ୍କ ଗୁଳିମାଡ଼ରେ ବିଜେଡି ସମର୍ଥକ ଆହତ ହୋଇଛନ୍ତି। 

ବାଇକ୍‌-କାର ମୁହାଁମୁହିଁ ଧକ୍କା: ୧ ମୃତ, ୩ ଗୁରୁତର

ବାଇକ୍‌-କାର ମୁହାଁମୁହିଁ ଧକ୍କା: ୧ ମୃତ, ୩ ଗୁରୁତର

କୋଣାର୍କ,୨୩।୩ (ଡି.ଏନ୍‌.ଏ.): କୋଣାର୍କ-ପୁରୀ ବେଳାଭୂମି ମାର୍ଗ ରାସ୍ତାର ସାହୁ ଖଣତା ନିକଟରେ ଶନିବାର ପୂର୍ବାହ୍ନ ୧୦ଟାରେ ମାରୁତି କାର ସହ ୟାମାହା ମୁହାଁମୁହିଁ ଧକ୍କା ହୋଇଛି। ଘଟଣାସ୍ଥଳରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି। 

ଭବାନୀ ଶଙ୍କର ନାୟକ ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ପ୍ରାର୍ଥୀ

ଭବାନୀ ଶଙ୍କର ନାୟକ ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ପ୍ରାର୍ଥୀ

ପାଟଣା,୨୩।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀରୁ ଭାଜପା ଦଳୀୟ ପ୍ରାର୍ଥୀ ଭାବେ ଭବାନୀ ଶଙ୍କର ନାୟକଙ୍କ ନାମ ଘୋଷଣା କରାଯାଇଛି।

ବିଦେଶୀ ମଦ ଜବତ: ଜଣେ ଗିରଫ

ବିଦେଶୀ ମଦ ଜବତ: ଜଣେ ଗିରଫ

ଭଦ୍ରକ ଅଫିସ, ୨୩।୩:  ଭଦ୍ରକ ସଦର  ଅବକାରୀ ଟିମ ଶନିବାର ଚଢ଼ାଉ କରି ରାଣୀତାଲ ଅନ୍ତର୍ଗତ ଚୁଡ଼ଙ୍ଗପୁର ନିକଟରୁ ବ୍ୟାପକ ବିଦେଶୀ ମଦ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି।

ପୁରୀ-ହାତିଆ ତପସ୍ବିନୀ ଏକ୍ସପ୍ରେସ ଅଗ୍ନିକାଣ୍ଡ ଘଟଣା: ସତ୍ୟାସତ୍ୟ ପାଇଁ ଚାଲିଛି ଟିକନିଖି ତଦନ୍ତ

ପୁରୀ-ହାତିଆ ତପସ୍ବିନୀ ଏକ୍ସପ୍ରେସ ଅଗ୍ନିକାଣ୍ଡ ଘଟଣା: ସତ୍ୟାସତ୍ୟ ପାଇଁ ଚାଲିଛି ଟିକନିଖି ତଦନ୍ତ

ପୁରୀ ଅଫିସ,୨୩।୩: ପୁରୀ-ହାତିଆ ତପସ୍ବିନୀ ଏକ୍ସପ୍ରେସ ଅଗ୍ନିକାଣ୍ଡ ଘଟଣାରେ ଷ୍ଟେସନ ଅଧୀକ୍ଷକଙ୍କ ଏତାଲା କ୍ରମେ ଶନିବାର  ଜିଆର୍‌ପି ଓ ଆର୍‌ପିଏଫ୍‌ରେ ଆପରାଧିକ ମାମଲା ରୁଜୁ ହୋଇଛି। ଅଧୀକ୍ଷକ ସୋରେନ କୁମାର ନସ୍କରଙ୍କ ଅଭିଯୋଗ ଅନୁଯାୟୀ ଅଗ୍ନିକାଣ୍ଡ ଫଛରେଥିବା କାରଣର ସତ୍ୟାସତ୍ୟ  ଉନ୍ମୋଚନ କରାଯାଉ ବୋଲି ଏତାଲାରେ ଦର୍ଶାଇଛନ୍ତି। 

ହାତ ନୁହେଁ, ପଦ୍ମ ଧରିଲେ ପ୍ରତ୍ୟୁଷା

ହାତ ନୁହେଁ, ପଦ୍ମ ଧରିଲେ ପ୍ରତ୍ୟୁଷା

ଭୁବନେଶ୍ୱର,୨୩।୩(ବ୍ୟୁରୋ): ନିକଟରେ ବିଜେଡି ଛାଡ଼ିଥିବା କନ୍ଧମାଳ ଏମ୍‌ପି ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ଶନିବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ବିଧାୟକ ଦଳ ନେତା କେ.ଭି. ସିଂ ଦେଓଙ୍କ ବାସଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ଭାଜପାରେ ଯୋଗ ଦେଇଛନ୍ତି। 

ରଣପୁରରୁ ଲଢ଼ିବେ ସବ୍ୟସାଚୀଙ୍କ ସ୍ତ୍ରୀ ମିଲି ପଣ୍ଡା

ରଣପୁରରୁ ଲଢ଼ିବେ ସବ୍ୟସାଚୀଙ୍କ ସ୍ତ୍ରୀ ମିଲି ପଣ୍ଡା

ଭୁବନେଶ୍ୱର,୨୩।୩(ବ୍ୟୁରୋ): କଂଗ୍ରେସ ପକ୍ଷରୁ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୫୪ଜଣଙ୍କ ନାମ ଘୋଷଣା କରାଯାଇଛି। ଏଥିରେ ରଣପୁର ବିଧାନସଭା ଆସନରୁ ମାଓବାଦୀ ନେତା ସବ୍ୟସାଚୀ ପଣ୍ଡାଙ୍କ ସ୍ତ୍ରୀ ଶୁଭଶ୍ରୀ ପଣ୍ଡା ଓରଫ ମିଲି ପଣ୍ଡାଙ୍କୁ ଟିକେଟ୍‌ ମିଳିଥିବା ଦେଖିବାକୁ ମିଳିଛି। 

ଭାଜପାର ୨ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ: ଆଶାୟୀଙ୍କୁ ଟିକେଟ ନ ମିଳିବାରୁ ସ୍ବାଧୀନଭାବେ  ଲଢ଼ିବାକୁ ନିଷ୍ପତ୍ତି

ଭାଜପାର ୨ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ: ଆଶାୟୀଙ୍କୁ ଟିକେଟ ନ ମିଳିବାରୁ ସ୍ବାଧୀନଭାବେ ଲଢ଼ିବାକୁ ନିଷ୍ପତ୍ତି

ଗୁଣପୁର,୨୩।୩(ଡି.ଏନ୍‌.ଏ.):  ୨୦୧୯ ଓଡ଼ିଶା ବିଧାନସଭା ନିିର୍ବାଚନ ଲାଗି ଭାଜପାର ୨ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଶୁକ୍ରବାର ରାତିରେ ପ୍ରକାଶ ପାଇଛି। ଏଥିରେ ୨୨ଟି ଆସନ ଲାଗି ନାମ ଘୋଷଣା କରାଯାଇଛି। 

ଦିଗପହଣ୍ଡି ନିର୍ବାଚନମଣ୍ଡଳୀ: ବିସ୍ମୟଙ୍କ ବଦଳରେ ଲଢ଼ିବେ ପ୍ରଫୁଲ୍ଲ

ଦିଗପହଣ୍ଡି ନିର୍ବାଚନମଣ୍ଡଳୀ: ବିସ୍ମୟଙ୍କ ବଦଳରେ ଲଢ଼ିବେ ପ୍ରଫୁଲ୍ଲ

ଦିଗପହଣ୍ଡି, ୨୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀ (ନଂ. ୧୩୪) ନିମନ୍ତେ କଂଗ୍ରେସ ତାର ପ୍ରାର୍ଥୀ ବଦଳାଇଛି। 

ଦିଗପହଣ୍ଡିରୁ ଲଢ଼ିବେ ପିଙ୍କି ପ୍ରଧାନ

ଦିଗପହଣ୍ଡିରୁ ଲଢ଼ିବେ ପିଙ୍କି ପ୍ରଧାନ

ଦିଗପହଣ୍ଡି, ୨୩।୩(ଡି.ଏନ୍‌.ଏ.): ବିଧାନସଭା ନିର୍ବାଚନ ପାଇଁ ଭାଜପା ପ୍ରଥମ ପର୍ଯ୍ୟାୟରେ ୯୯ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିବା ବେଳେ ଶୁକ୍ରବାର ଆଉ ୨୨ଟି ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ କରିଛି।

୭ ମହିଳା

୭ ମହିଳା

ଭୁବନେଶ୍ୱର,୨୩।୩(ବ୍ୟୁରୋ): ବହୁ ଛକାପଞ୍ଝା ପରେ ଶୁକ୍ରବାର କଂଗ୍ରେସ ବିଧାନସଭା ଆସନ ଲାଗି ୫୪ ଜଣିଆ ପ୍ରାର୍ଥୀପତ୍ର ତାଲିକା ଘୋଷଣା କରିଛି। ଏମାନଙ୍କ ମଧ୍ୟରେ ରହିଛନ୍ତି କେବଳ ୭ ମହିଳା। 


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା