ରାଜ୍ୟ | ସମ୍ବଲପୁର

ଅତି ଚାଲାକି ମହଙ୍ଗା ପଡିଲା

ଅତି ଚାଲାକି ମହଙ୍ଗା ପଡିଲା

ବାମରା, ୧୮।୨ (ସ୍ବ.ପ୍ର.):ବିହାରରେ ନିଜ କାକାକୁ ହତ୍ୟା କରି ଫେରାର ଥିବା ଜଣେ ଅଭିଯୁକ୍ତ ନିଜର ଅତି ଚାଲାକି ଯୋଗୁଁ ଗୋବିନ୍ଦପୁର ଥାନା ପୋଲିସ ହାତରେ ଧରା ପଡିଛନ୍ତି। ପୋଲିସ ତାଙ୍କୁ ଅଟକ ରଖିଛି। ଅଭିଯୁକ୍ତଙ୍କୁ ନେବା ପାଇଁ ବିହାର ପୋଲିସ ଆସି ପହଞ୍ଚତ୍ଛି । ସେ ହେଲେ ଧନଞ୍ଜୟ ଚୌହାନ। ଗତ ଶୁକ୍ରବାର ଶୁକ୍ରବାର ଗୋବିନ୍ଦପୁର ଥାନାରେ ସେ ପହଞ୍ଚତ୍ ଥିଲେ। ବିହାରରେ ଏକ ହତ୍ୟା ମାମଲାରେ ସେ ଅଭିଯୁକ୍ତଙ୍କ ବିଷୟରେ ଜାଣିଥିବା ନେଇ କହି ବିହାର ପୋଲିସକୁ ଫୋନ କରିବା ପାଇଁ ଅନୁରୋଧ କରିଥିଲେ । ଗୋବିନ୍ଦପୁର ପୋଲିସ ମଧ୍ୟ ବିହାର ପୋଲିସ ସହିତ ଯୋଗାଯୋଗ କରି ଧନଞ୍ଜୟ ସହ କଥା କରାଇଥିଲେ। ମାତ୍ର ପରବର୍ତ୍ତୀ ସମୟରେ ବିହାର ପୋଲିସ ଧନଞ୍ଜୟ ହିଁ ହତ୍ୟା ଅଭିଯୁକ୍ତ ଓ ତାଙ୍କୁ ଅଟକ ରଖିବା ଗୋବିନ୍ଦପୁର ପୋଲିସକୁ କହିଥିଲା। ରବିବାର ବିହାର ପୋଲିସ ବାମରା ଗୋବିନ୍ଦପୁରରେ ପହଞ୍ଚତ୍ଛି। ସୋମବାର ଅଭିଯୁକ୍ତଙ୍କୁ କୁଚିଣ୍ଡା କୋର୍ଟରେ ହାଜର ପରେ ବିହାର ପୋଲିସକୁ ହସ୍ତାନ୍ତର କରାଯିବ ବୋଲି ଗୋବିନ୍ଦପୁର ଆଇଆଇସି ପ୍ରତାପ ରଣା ସୂଚନା ଦେଇଛନ୍ତି । 

ଅଭିଯୁକ୍ତ ଧନଞ୍ଜୟ ବିହାରର ସିବାନ ଜିଲା ମୋରୱା ଥାନା ଲକ୍ଷ୍ମୀପୁର ଗ୍ରାମର ବାସିନ୍ଦା। ୨୦୧୬ ମେ ୨୨ ତାରିଖ ନିଜ ଘର ଅଗଣାରେ ଥିବା ଏକ ଆମ୍ବ ଗଛରୁ ଆମ୍ବ  ତୋଳିବାକୁ ନେଇ ନିଜ କାକା ଶମ୍ଭୁ ଚୌହାନ (୩୫)ଙ୍କୁ ସେ ନିସ୍ତୁକ ପିଟି ଥିଲେ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏ ନେଇ ମୋରୱା ଥାନାରେ କେଶ ନଂ. ୭୧/୧୬ ଦଫା ୩୦୨, ୩୪୧, ୩୨୩, ୫୦୪ ଓ ୩୪ ଆଇପିସିରେ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ସଂପୃକ୍ତ ୮ଜଣଙ୍କ ମଧ୍ୟରୁ ୪ଜଣଙ୍କୁ ପୋଲିସ ଗିରଫ କରିଥିଲା। ମାତ୍ର ଘଟଣା ପରଠାରୁ ହତ୍ୟାର ମୁଖ୍ୟ ଅଭିଯୁକ୍ତ ଧନଞ୍ଜୟ ଫେରାର ହୋଇଯାଇଥିଲେ। ହେଲେ ପୋଲିସକୁ ତଦନ୍ତରେ ବାଟବଣା କରିବା ଉଦ୍ଦେଶ୍ୟ ନେଇ ବାମରା ଗୋବିନ୍ଦପୁର ଥାନାକୁ ଆସି ମୋରୱା ପୋଲିସ ସହ ଯୋଗାଯୋଗ କରିଥିଲେ। ମାତ୍ର ମୋୱା ପୋଲିସ ତାଙ୍କ କଥାବାର୍ତ୍ତାରୁ ସେ ହିଁ ଅଭିଯୁକ୍ତ ବୋଲି ଜାଣି ପାରିଥିଲା।

All Right Reserved By

ରାଜ୍ୟ | ସମ୍ବଲପୁର

ଅଜଣା ଗାଡ଼ି ଧକ୍କାରେ ୧ ମୃତ, ୧ ଗୁରୁତର

ଅଜଣା ଗାଡ଼ି ଧକ୍କାରେ ୧ ମୃତ, ୧ ଗୁରୁତର

ଖୋର୍ଦ୍ଧା ଅଫିସ,୨୩।୩: ଖୋର୍ଦ୍ଧା ଜିଲା ସଦର ଥାନା ଅନ୍ତର୍ଗତ କଲିକତା-ମାଡ୍ରାସ ୧୬ ନଂ. ଜାତୀୟ ରାଜପଥର ଦଳେଇପୁଟ ଛକରେ ଶୁକ୍ରବାର ବିଳମ୍ବିତ ରାତିରେ ଅଜଣା ଗାଡ଼ି ଧକ୍କାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି।

ତେନ୍ତୁଳିମୂଳ ଗାଁରେ ରାଜନୈତିକ ସଂଘର୍ଷ: ଭାଜପା ସମର୍ଥକଙ୍କ ଗୁଳିମାଡ଼ରେ ବିଜେଡି ସମର୍ଥକ ଗୁରୁତର

ତେନ୍ତୁଳିମୂଳ ଗାଁରେ ରାଜନୈତିକ ସଂଘର୍ଷ: ଭାଜପା ସମର୍ଥକଙ୍କ ଗୁଳିମାଡ଼ରେ ବିଜେଡି ସମର୍ଥକ ଗୁରୁତର

ଖୋର୍ଦ୍ଧା ଅଫିସ,୨୩।୩: ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ତେନ୍ତୁଳିମୂଳ (ମଶାଣିଆ ନୂଆସାହି) ଗାଁରେ ଶୁକ୍ରବାର ସନ୍ଧ୍ୟାରେ ଭାଜପା ସମର୍ଥକଙ୍କ ଗୁଳିମାଡ଼ରେ ବିଜେଡି ସମର୍ଥକ ଆହତ ହୋଇଛନ୍ତି। 

ବାଇକ୍‌-କାର ମୁହାଁମୁହିଁ ଧକ୍କା: ୧ ମୃତ, ୩ ଗୁରୁତର

ବାଇକ୍‌-କାର ମୁହାଁମୁହିଁ ଧକ୍କା: ୧ ମୃତ, ୩ ଗୁରୁତର

କୋଣାର୍କ,୨୩।୩ (ଡି.ଏନ୍‌.ଏ.): କୋଣାର୍କ-ପୁରୀ ବେଳାଭୂମି ମାର୍ଗ ରାସ୍ତାର ସାହୁ ଖଣତା ନିକଟରେ ଶନିବାର ପୂର୍ବାହ୍ନ ୧୦ଟାରେ ମାରୁତି କାର ସହ ୟାମାହା ମୁହାଁମୁହିଁ ଧକ୍କା ହୋଇଛି। ଘଟଣାସ୍ଥଳରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି। 

ଭବାନୀ ଶଙ୍କର ନାୟକ ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ପ୍ରାର୍ଥୀ

ଭବାନୀ ଶଙ୍କର ନାୟକ ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ପ୍ରାର୍ଥୀ

ପାଟଣା,୨୩।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀରୁ ଭାଜପା ଦଳୀୟ ପ୍ରାର୍ଥୀ ଭାବେ ଭବାନୀ ଶଙ୍କର ନାୟକଙ୍କ ନାମ ଘୋଷଣା କରାଯାଇଛି।

ବିଦେଶୀ ମଦ ଜବତ: ଜଣେ ଗିରଫ

ବିଦେଶୀ ମଦ ଜବତ: ଜଣେ ଗିରଫ

ଭଦ୍ରକ ଅଫିସ, ୨୩।୩:  ଭଦ୍ରକ ସଦର  ଅବକାରୀ ଟିମ ଶନିବାର ଚଢ଼ାଉ କରି ରାଣୀତାଲ ଅନ୍ତର୍ଗତ ଚୁଡ଼ଙ୍ଗପୁର ନିକଟରୁ ବ୍ୟାପକ ବିଦେଶୀ ମଦ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି।

ପୁରୀ-ହାତିଆ ତପସ୍ବିନୀ ଏକ୍ସପ୍ରେସ ଅଗ୍ନିକାଣ୍ଡ ଘଟଣା: ସତ୍ୟାସତ୍ୟ ପାଇଁ ଚାଲିଛି ଟିକନିଖି ତଦନ୍ତ

ପୁରୀ-ହାତିଆ ତପସ୍ବିନୀ ଏକ୍ସପ୍ରେସ ଅଗ୍ନିକାଣ୍ଡ ଘଟଣା: ସତ୍ୟାସତ୍ୟ ପାଇଁ ଚାଲିଛି ଟିକନିଖି ତଦନ୍ତ

ପୁରୀ ଅଫିସ,୨୩।୩: ପୁରୀ-ହାତିଆ ତପସ୍ବିନୀ ଏକ୍ସପ୍ରେସ ଅଗ୍ନିକାଣ୍ଡ ଘଟଣାରେ ଷ୍ଟେସନ ଅଧୀକ୍ଷକଙ୍କ ଏତାଲା କ୍ରମେ ଶନିବାର  ଜିଆର୍‌ପି ଓ ଆର୍‌ପିଏଫ୍‌ରେ ଆପରାଧିକ ମାମଲା ରୁଜୁ ହୋଇଛି। ଅଧୀକ୍ଷକ ସୋରେନ କୁମାର ନସ୍କରଙ୍କ ଅଭିଯୋଗ ଅନୁଯାୟୀ ଅଗ୍ନିକାଣ୍ଡ ଫଛରେଥିବା କାରଣର ସତ୍ୟାସତ୍ୟ  ଉନ୍ମୋଚନ କରାଯାଉ ବୋଲି ଏତାଲାରେ ଦର୍ଶାଇଛନ୍ତି। 

ହାତ ନୁହେଁ, ପଦ୍ମ ଧରିଲେ ପ୍ରତ୍ୟୁଷା

ହାତ ନୁହେଁ, ପଦ୍ମ ଧରିଲେ ପ୍ରତ୍ୟୁଷା

ଭୁବନେଶ୍ୱର,୨୩।୩(ବ୍ୟୁରୋ): ନିକଟରେ ବିଜେଡି ଛାଡ଼ିଥିବା କନ୍ଧମାଳ ଏମ୍‌ପି ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ଶନିବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ବିଧାୟକ ଦଳ ନେତା କେ.ଭି. ସିଂ ଦେଓଙ୍କ ବାସଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ଭାଜପାରେ ଯୋଗ ଦେଇଛନ୍ତି। 

ରଣପୁରରୁ ଲଢ଼ିବେ ସବ୍ୟସାଚୀଙ୍କ ସ୍ତ୍ରୀ ମିଲି ପଣ୍ଡା

ରଣପୁରରୁ ଲଢ଼ିବେ ସବ୍ୟସାଚୀଙ୍କ ସ୍ତ୍ରୀ ମିଲି ପଣ୍ଡା

ଭୁବନେଶ୍ୱର,୨୩।୩(ବ୍ୟୁରୋ): କଂଗ୍ରେସ ପକ୍ଷରୁ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୫୪ଜଣଙ୍କ ନାମ ଘୋଷଣା କରାଯାଇଛି। ଏଥିରେ ରଣପୁର ବିଧାନସଭା ଆସନରୁ ମାଓବାଦୀ ନେତା ସବ୍ୟସାଚୀ ପଣ୍ଡାଙ୍କ ସ୍ତ୍ରୀ ଶୁଭଶ୍ରୀ ପଣ୍ଡା ଓରଫ ମିଲି ପଣ୍ଡାଙ୍କୁ ଟିକେଟ୍‌ ମିଳିଥିବା ଦେଖିବାକୁ ମିଳିଛି। 

ଭାଜପାର ୨ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ: ଆଶାୟୀଙ୍କୁ ଟିକେଟ ନ ମିଳିବାରୁ ସ୍ବାଧୀନଭାବେ  ଲଢ଼ିବାକୁ ନିଷ୍ପତ୍ତି

ଭାଜପାର ୨ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ: ଆଶାୟୀଙ୍କୁ ଟିକେଟ ନ ମିଳିବାରୁ ସ୍ବାଧୀନଭାବେ ଲଢ଼ିବାକୁ ନିଷ୍ପତ୍ତି

ଗୁଣପୁର,୨୩।୩(ଡି.ଏନ୍‌.ଏ.):  ୨୦୧୯ ଓଡ଼ିଶା ବିଧାନସଭା ନିିର୍ବାଚନ ଲାଗି ଭାଜପାର ୨ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଶୁକ୍ରବାର ରାତିରେ ପ୍ରକାଶ ପାଇଛି। ଏଥିରେ ୨୨ଟି ଆସନ ଲାଗି ନାମ ଘୋଷଣା କରାଯାଇଛି। 

ଦିଗପହଣ୍ଡି ନିର୍ବାଚନମଣ୍ଡଳୀ: ବିସ୍ମୟଙ୍କ ବଦଳରେ ଲଢ଼ିବେ ପ୍ରଫୁଲ୍ଲ

ଦିଗପହଣ୍ଡି ନିର୍ବାଚନମଣ୍ଡଳୀ: ବିସ୍ମୟଙ୍କ ବଦଳରେ ଲଢ଼ିବେ ପ୍ରଫୁଲ୍ଲ

ଦିଗପହଣ୍ଡି, ୨୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀ (ନଂ. ୧୩୪) ନିମନ୍ତେ କଂଗ୍ରେସ ତାର ପ୍ରାର୍ଥୀ ବଦଳାଇଛି। 

ଦିଗପହଣ୍ଡିରୁ ଲଢ଼ିବେ ପିଙ୍କି ପ୍ରଧାନ

ଦିଗପହଣ୍ଡିରୁ ଲଢ଼ିବେ ପିଙ୍କି ପ୍ରଧାନ

ଦିଗପହଣ୍ଡି, ୨୩।୩(ଡି.ଏନ୍‌.ଏ.): ବିଧାନସଭା ନିର୍ବାଚନ ପାଇଁ ଭାଜପା ପ୍ରଥମ ପର୍ଯ୍ୟାୟରେ ୯୯ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିବା ବେଳେ ଶୁକ୍ରବାର ଆଉ ୨୨ଟି ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ କରିଛି।

୭ ମହିଳା

୭ ମହିଳା

ଭୁବନେଶ୍ୱର,୨୩।୩(ବ୍ୟୁରୋ): ବହୁ ଛକାପଞ୍ଝା ପରେ ଶୁକ୍ରବାର କଂଗ୍ରେସ ବିଧାନସଭା ଆସନ ଲାଗି ୫୪ ଜଣିଆ ପ୍ରାର୍ଥୀପତ୍ର ତାଲିକା ଘୋଷଣା କରିଛି। ଏମାନଙ୍କ ମଧ୍ୟରେ ରହିଛନ୍ତି କେବଳ ୭ ମହିଳା। 


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା