ରାଜ୍ୟ |

ଆଶାୟୀଙ୍କୁ ଅଡ଼ୁଆ ଏକାଧିକ ଚୟନ

ଆଶାୟୀଙ୍କୁ ଅଡ଼ୁଆ ଏକାଧିକ ଚୟନ

ଭୁବନେଶ୍ୱର,୧୮ା୨(ବ୍ୟୁରୋ):ସାଧାରଣ ନିର୍ବାଚନ ଘୋଷଣାକୁ ଅଳ୍ପ କିଛିଦିନ ବାକି ରହିଛି। ଏହାପୂର୍ବରୁ କଂଗ୍ରେସ ଦଳ ହିଁ ପ୍ରାର୍ଥୀ ଘୋଷଣାକୁ ନେଇ ପ୍ରଥମେ ଅଣ୍ଟା ଭିଡ଼ିଛି। ଇତିମଧ୍ୟରେ ୧୧ ଲୋକ ସଭା ଓ ୭୭ ବିଧାନସଭା ଆସନ ନେଇ ସ୍କ୍ରିନିଂ କମିଟି ବୈଠକ ସରିଯାଇଛି। ଆଉ ଦିନ କେଇଟା ଭିତରେ ବାକି ୧୦ ଲୋକ ସଭା ଏବଂ ୭୦ ବିଧାନସଭା ଆସନ ନେଇ ପ୍ରକ୍ରିୟା ଆରମ୍ଭ କରାଯିବ। ଏହାପରେ ପ୍ରଦେଶ କଂଗ୍ରେସ ନିର୍ବାଚନ କମିଟି(ପିଇସି) ବୈଠକ ବସିବ। ଏହି ପିଇସି ହିଁ ଚୂଡ଼ାନ୍ତ ତାଲିକା ହାଇକମାଣ୍ଡଙ୍କ ନିକଟକୁ ପଠାଇବ। ପ୍ରତିଥର ପିଇସିରେ ସମ୍ଭାବ୍ୟ ତାଲିକା ଆଲୋଚନା ହେବା ପରେ ସ୍କ୍ରିନିଂ କମିଟିକୁ ନାଁ ଯାଇଥାଏ। ହେଲେ ଚଳିତ ବର୍ଷ ପୂରା ଓଲଟା, ଆଗୁଆ ସ୍କ୍ରିନିଂ ପରେ ପିଇସି। ତେଣୁ ପିଇସି ବୈଠକକୁ ନେଇ ଆଶାୟୀଙ୍କ ମଧ୍ୟରେ ସଂଶୟ ପ୍ରକାଶ ପାଇଛି। ଏହି ବୈଠକରେ ରାଜ୍ୟ ନେତୃତ୍ୱ ଜିତିବା ସମ୍ଭାବନା ଅପେକ୍ଷା ନିଜ ମନପସନ୍ଦର ପ୍ରାର୍ଥୀଙ୍କୁ ଟିକେଟ ଦେବାକୁ ଯୋଜନା ଚଳାଇଥିବା ଜଣାପଡିଛି। 

ରାଜ୍ୟରେ କଂଗ୍ରେସ ସରକାର ସମୟରେ ମନ୍ତ୍ରୀ ଥିବା ଜନୈକ ନେତା ନିଜ ନାମ ଗୋପନ ରଖି କହିଛନ୍ତି ଯେ, ସାଧାରଣତଃ ସ୍କ୍ରିନିଂ କମିଟି ସଦସ୍ୟ ରାଜ୍ୟ ବାହାରର ହୋଇଥାନ୍ତି । ତେଣୁ ସମ୍ଭାବିତ ଗୋଟିଏ ଦୁଇଟି ନାମ ଉପରେ ସେମାନେ ଉପଯୁକ୍ତ ନିଷ୍ପତ୍ତି ନେଇପାରିବେ। ହେଲେ ପ୍ରାଥମିକ ଭାବେ ସମ୍ଭାବ୍ୟ ଆଶାୟୀଙ୍କ ମଧ୍ୟରୁ ଚୂଡ଼ାନ୍ତ ନାଁ ଚୟନ ପାଇଁ ପଠାଇବା ସ୍କ୍ରିନିଂ କମିଟି କିପରି କରିପାରିବ। ତେଣୁ ଆଶାୟୀ ତାଲିକାକୁ ସଂକ୍ଷିପ୍ତ କରିବା ସହ ନିଜ ମୁଣ୍ଡରୁ ଦୋଷ ହଟାଇବା ପାଇଁ ପିସିସିର ଏହା ଏକ ଗେମ୍‌ପ୍ଲାନ୍‌। ସେହିଭଳି ୨୧ ଲୋକ ସଭା ଏବଂ ୧୪୭ ବିଧାନସଭା ପାଇଁ ପିଇସି ବୈଠକରେ ପ୍ରଥମଥର ଲାଗି ‘ମଲ୍ଟିପଲ୍‌ ଚଏସ୍‌’  ବା ‘ଏକାଧିକ ଚୟନ’ବ୍ୟବସ୍ଥା କରାଯିବ ବୋଲି ଜଣାପଡିଛି। ଏହି ମଲ୍ଟିପଲ୍‌ ଚଏସ୍‌ କ’ଣ ବୋଲି ଜାଣିବା ପାଇଁ ଆମେ କିଛି ବରିଷ୍ଠ ନେତାଙ୍କୁ ଯୋଗାଯୋଗ କରିଥିଲୁ। ସେମାନଙ୍କ କହିବା ନେଇ , ପିଇସି ବୈଠକରେ ଉଭୟ ବିଧାନସଭା/ଲୋକ ସଭା ଲାଗି ନିର୍ବାଚନମଣ୍ଡଳୀ ପିଛା ସର୍ବାଧିକ ୩ଟି ନାମ ରଖାଯିବ। ଯେଉଁ ନାଁ ପାଇଁ ସର୍ବାଧିକ ସଦସ୍ୟଙ୍କ ସମର୍ଥନ ରହିବ, ସେହି ବ୍ୟକ୍ତିଙ୍କୁ ହିଁ ପ୍ରାର୍ଥୀ କରାଯିବ। ତେଣୁ ପୂର୍ବରୁ ତାଲିକା ପ୍ରସ୍ତୁତ କରାଯାଇ ଧର୍ମକୁ ଆଖିଠାର ଭଳି ସ୍କ୍ରିନିଂ ଏବଂ ପିଇସି ବୈଠକ କରାଯାଉଛି ବୋଲି ମତ ପ୍ରକାଶ ପାଇଛି। ଏ ସମ୍ପର୍କରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ମତାମତ ପାଇଁ ତାଙ୍କୁ ଫୋନ୍‌ ଯୋଗେ ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାଙ୍କର କୌଣସି ମତାମତ ମିଳିପାରି ନାହିଁ। 

All Right Reserved By

ରାଜ୍ୟ |

ଆସ୍କା ବିଧାନସଭା ଆସନ ଝୁଲାଇ ରଖିଲା ଭାଜପା

ଆସ୍କା ବିଧାନସଭା ଆସନ ଝୁଲାଇ ରଖିଲା ଭାଜପା

ଭୁବନେଶ୍ୱର,୨୨।୩:  ଭାଜପା ପକ୍ଷରୁ ଗୁରୁବାର ଓଡ଼ିଶା ବିଧାନସଭାର ୧୪୭ଟି ଆସନ ମଧ୍ୟରୁ ୯୯ଟି ଆସନ ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ତେବେ ଏହି ତାଲିକାରେ ଆସ୍କା ଆସନ ବାଦ୍‌ ପଡ଼ିଛି।

ପ୍ରକାଶ ପାଇଲା  ବିଧାନସଭା ଲାଗି ଭାଜପାର ପ୍ରାର୍ଥୀ ତାଲିକା : ୯୯ ଟି ଆସନ ଲାଗି ନାମ ଘୋଷଣା କଲା ଦଳ

ପ୍ରକାଶ ପାଇଲା ବିଧାନସଭା ଲାଗି ଭାଜପାର ପ୍ରାର୍ଥୀ ତାଲିକା : ୯୯ ଟି ଆସନ ଲାଗି ନାମ ଘୋଷଣା କଲା ଦଳ

ନୂଆଦିଲ୍ଲୀ/ଭୁବନେଶ୍ୱର୨୧/୩(ବ୍ୟୁରୋ): ଗୁରୁବାର ଭାଜପା ପକ୍ଷରୁ ଓଡ଼ିଶା ବିଧାନସଭାର ୧୪୭ଟି ଆସନ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୯୯ଟି ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।

ପ୍ରକାଶ ପାଇଲା ଭାଜପାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା: ଓଡ଼ିଶାରୁ ୧୦

ପ୍ରକାଶ ପାଇଲା ଭାଜପାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା: ଓଡ଼ିଶାରୁ ୧୦

ନୂଆଦିଲ୍ଲୀ/ଭୁବନେଶ୍ୱର, ୨୧।୩(ଡି.ଏନ୍‌.ଏ.): ୨୦୧୯ ଲୋକ ସଭା ନିର୍ବାଚନ ଲାଗି ଭାଜପାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଗୁରୁବାର ପ୍ରକାଶ ପାଇଛି। 

ଭାଜପାରେ ମିଶିଲେ ଢେଙ୍କାନାଳ ଜିଲା କଂଗ୍ରେସ କାର୍ଯ୍ୟକାରୀ ସଭାପତି

ଭାଜପାରେ ମିଶିଲେ ଢେଙ୍କାନାଳ ଜିଲା କଂଗ୍ରେସ କାର୍ଯ୍ୟକାରୀ ସଭାପତି

ଭୁବନ ୨୧।୩(ଡି.ଏନ.ଏ.)-ଢେଙ୍କାନାଳ ଜିଲା କଂଗ୍ରେସ କାର୍ଯ୍ୟକାରୀ ସଭାପତି ପ୍ରବାଳକାନ୍ତି ସାହୁ ଗୁରୁବାର ଭାଜପାରେ ଯୋଗଦେଇଛନ୍ତ। ଜିଲା ଉପସଭାପତି ଶତ୍ରୁଘ୍ନ ଜେନାଙ୍କ ତତ୍ତ୍ୱାବଧାନରେ ଭୁବନେଶ୍ୱରରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ଭାଜପାରେ ସାମିଲ ହୋଇଛନ୍ତି। ଏହି ଅବସରରେ ଦଳର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

୫ ବର୍ଷର ନାବାଳିକାକୁ ବଳାତ୍କାର, ଅଭିଯୁକ୍ତ ଗିରଫ

୫ ବର୍ଷର ନାବାଳିକାକୁ ବଳାତ୍କାର, ଅଭିଯୁକ୍ତ ଗିରଫ

କଟକ ଅଫିସ,୨୧।୩: କଟକ ଜିଲା ଜଗତପୁର ଅଞ୍ଚଳରେ ୫ ବର୍ଷର ଜଣେ ନାବାଳିକାକୁ ବୁଧବାର ବଳାତ୍କାର ହୋଇଥିବା ଅଭିଯୋଗ ହୋଇଥିଲା। ଘଟଣାରେ ୪୦ ବର୍ଷର ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। 

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୁଳିମାଡ଼: ଜଣେ ମୃତ

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୁଳିମାଡ଼: ଜଣେ ମୃତ

ଝାରସୁଗୁଡା,୨୧।୩: ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ଅଞ୍ଚଳର ମଣ୍ଡଳିଆସ୍ଥିତ ଏକ ଜଳାଶୟ ନିକଟରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି  ଗୁଳିକାଣ୍ଡ ହୋଇଥିବା ଜଣାପଡ଼ିଛି। 

ସ୍ବାମୀଙ୍କ ଚିକିତ୍ସା ପାଇଁ ୩ ବର୍ଷର ଝିଅକୁ ବିକିଲେ ମା’

ସ୍ବାମୀଙ୍କ ଚିକିତ୍ସା ପାଇଁ ୩ ବର୍ଷର ଝିଅକୁ ବିକିଲେ ମା’

ଭୁବନେଶ୍ୱର,୨୧।୩(ବ୍ୟୁରୋ): ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସମ୍ମୁଖରେ ଗୁରୁବାର ସକାଳେ ଭିଡ଼ ଦେଖିବାକୁ ମିଳିଛି। ନୟାଗଡ଼ର ଜଣେ ମହିଳା ତାଙ୍କ ୩ ବର୍ଷର ଝିଅକୁ ଅନ୍ୟ ଜଣଙ୍କୁ ବିକୁଥିବା ବେଳେ ସ୍ଥାନୀୟ ଲୋକଙ୍କ ହାତରେ ଧରାପଡ଼ିଛନ୍ତି। 

ବିଜେଡି ଛାଡ଼ିଲେ ବାସନ୍ତୀ

ବିଜେଡି ଛାଡ଼ିଲେ ବାସନ୍ତୀ

ଭୁବନେଶ୍ୱର,୨୧।୩(ବ୍ୟୁରୋ):  ଗଜପତି ଜିଲା ମୋହନା ବିଧାୟିକା ବାସନ୍ତି ମଲ୍ଲିକ ଗୁରୁବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ଟିକେଟ ନ ମିଳିବାରୁ ସେ ଅସନ୍ତୁଷ୍ଟ ଥିଲେ। ଏଯାବତ୍‌ ୩ ଏମ୍‌ପି ଏବଂ ୫ ବିଧାୟକ ବିଜେଡି ଛାଡ଼ିଥିବା ଜଣାପଡ଼ିଛି। 

ଝୁଲଣ ମଣ୍ଡପରେ ଝୁଲିରେ ରାଧାକୃଷ୍ଣ, ଶୁଣିଲେ ନୂଆ ପାଞ୍ଜି

ଝୁଲଣ ମଣ୍ଡପରେ ଝୁଲିରେ ରାଧାକୃଷ୍ଣ, ଶୁଣିଲେ ନୂଆ ପାଞ୍ଜି

କାକଟପୁର,୨୧।୩(ଡି.ଏନ୍‌.ଏ.): ଫଗୁଦଶମୀଠାରୁ ଗାଁ ଗାଁ ବୁଲି ଚାଚେରୀ ଭୋଗ ଖାଇଥିବା ପ୍ରଭୁ ରାଧାକୃଷ୍ଣ ଗୁରୁବାର ଅପରାହ୍ନରେ ସ୍ବମନ୍ଦିରରେ ପହଞ୍ଚିଛନ୍ତି। ମନ୍ଦିର ପାଖରେ ଥିବା ଝୁଲଣ ମଣ୍ଡପ, ଦୋଳବେଦିରେ ସଜିତ ବିମାନରେ ରାଧାକୃଷ୍ଣଙ୍କୁ ଝୁଲାଇ ଦିଆଯାଇଛି।

ଭାଜପାରେ ପ୍ରଶାନ୍ତ ନନ୍ଦଙ୍କ ପୁଅ ରିଷଭ

ଭାଜପାରେ ପ୍ରଶାନ୍ତ ନନ୍ଦଙ୍କ ପୁଅ ରିଷଭ

ଭୁବନେଶ୍ୱର, ୨୧।୩(ବ୍ୟୁରୋ): ଭାଜପାରେ ଯୋଗଦେଲେ ବିଜେଡି ଏମ୍‌ପି ପ୍ରଶାନ୍ତ ନନ୍ଦଙ୍କ ପୁଅ ରିଷଭ। ଗୁରୁବାର ଭାଜପା କାର୍ଯ୍ୟାଳୟରେ ଆୟୋଜିତ  ମିଶ୍ରଣ ପର୍ବରେ ସେ ସାମିଲ ହୋଇଛନ୍ତି।  

ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ, ୫ ଅଟକ

ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ, ୫ ଅଟକ

ବଲାଙ୍ଗୀର ଅଫିସ,୨୧।୩ : ବଲାଙ୍ଗୀର ମାଲଗୋଦାମପଡ଼ାରୁ ଚାଲାଣ ହେଉଥିବା ବିପୁଳ ପରିମାଣର ବେଆଇନ କଫ୍‌ ସିରପ୍‌କୁ ଗୁରୁବାର ବଲାଙ୍ଗୀର ପୋଲିସ ଜବତ କରିବା ସହ ଏହି ମାମଲାରେ ୫ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରିରଖିଛି।

ହାତ ଧରିବେ ପ୍ରତ୍ୟୁଷା

ହାତ ଧରିବେ ପ୍ରତ୍ୟୁଷା

ଭୁବନେଶ୍ୱର,୨୧।୩(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନକୁ ନେଇ ପ୍ରାର୍ଥୀ ତାଲିକା ଘୋଷଣା କରାଯିବା ପରେ ଜଣଙ୍କ ପରେ ଜଣେ ନେତା ଦଳବଦଳ ନୀତି ଆପଣାଉଛନ୍ତି। ବିଶେଷକରି ରାଜ୍ୟର ପ୍ରମୁଖ ଦଳ ବିଜେଡିରୁ ଅଧିକାଂଶ ନେତା ଦଳ ଛାଡ଼ି ଭାଜପା ଓ କଂଗ୍ରେସ ମୁହାଁ ହେଉଛନ୍ତି। ଏହି କ୍ରମରେ ବୁଧବାର ବିଜେଡି ଛାଡ଼ିଥିଲେ କନ୍ଧମାଳ ଏମ୍‌ପି ପ୍ରତ୍ୟୁଷା ରାଜେଶ୍ୱରୀ ସିଂହ। ସେ ଏବେ କଂଗ୍ରେସରେ ଯୋଗଦେବେ ବୋଲି ଜଣାପଡ଼ିଛି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଗୁରୁବାର ଏହା ସ୍ପଷ୍ଟ କରିଛନ୍ତି। 


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା