ରାଜ୍ୟ | ଉପକୂଳ ଓଡିଶା

୨ ଓଡ଼ିଆ ଶହୀଦ ଯବାନଙ୍କ ପରିବାରକୁ ଡମ୍ଫର ମାଲିକ ସଂଘ ପକ୍ଷରୁ ସହାୟତା

୨ ଓଡ଼ିଆ ଶହୀଦ ଯବାନଙ୍କ ପରିବାରକୁ ଡମ୍ଫର ମାଲିକ ସଂଘ ପକ୍ଷରୁ ସହାୟତା

ପାରାଦୀପ,୧୮।୨(ସ୍ବ.ପ୍ର.):  ପୁଲଓ୍ବାମାଠାରେ ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା  ଯବାନଙ୍କ ଉଦ୍ଦେଶ୍ୟରେ ପାରାଦୀପ ଡମ୍ଫର ମାଲିକ ସଂଘ ପକ୍ଷରୁ ସୋମବାର ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଶହୀଦଙ୍କ ମଧ୍ୟରେ୨ ଓଡ଼ିଆ ଯବାନଙ୍କ ପରିବାରକୁ ସଂଙ୍ଘ ପକ୍ଷରୁ ୧ଲକ୍ଷ ଟଙ୍କା ଲେଖାଏଁ ଦେବା ନେଇ ଘୋଷଣା ହୋଇଛି। ଏ ନେଇ ସଂଘ କାର୍ଯ୍ୟାଳୟରେ ସ୍ବତନ୍ତ୍ର ବୈଠକ କରାଯାଇଥିଲା। ଏଥିରେ କର୍ମକର୍ତ୍ତା ଓ ସଦଶ୍ୟ ଉପସ୍ଥିତ ରହି ଶହୀଦଙ୍କ ଉଦ୍ଦେଶ୍ୟରେ ନୀରବ ପ୍ରାର୍ଥନା କରିଥିଲେ। ମଙ୍ଗଳବାର ଏହି ୨ ଲକ୍ଷ ଟଙ୍କାର ଚେକ୍‌ ଜିଲା ପ୍ରଶାସନ ସହାୟତାରେ ପ୍ରଦାନ କରାଯିବ ବୋଲି ସଭାପତି ବିଜୟ କୁମାର ନାୟକ କହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ସଂଘର ପ୍ରମୁଖ କମକର୍ତ୍ତା ସଞ୍ଜୟ କୁମାର ଧଳ, ସୁରଜ ବାରିକ, ଦିଲ୍ଲୀପ କୁମାର ବେହେରା, ଅଜୟ କୁମାର ସାମଲ ପ୍ରମୁଖ ଉପସ୍ଥିତ ଥିଲେ।

All Right Reserved By

ରାଜ୍ୟ | ଉପକୂଳ ଓଡିଶା

ଡ୍ରେନ ଉପରୁ ନବଜାତ ଶିଶୁପୁତ୍ର ଉଦ୍ଧାର:  ଭେଣ୍ଟିଲେଟର ନ ଥିବା କହି ରେଫର କରିଦେଲେ ଡାକ୍ତର

ଡ୍ରେନ ଉପରୁ ନବଜାତ ଶିଶୁପୁତ୍ର ଉଦ୍ଧାର: ଭେଣ୍ଟିଲେଟର ନ ଥିବା କହି ରେଫର କରିଦେଲେ ଡାକ୍ତର

ଭୁବନେଶ୍ୱର,୨୬ା୩ (ବ୍ୟୁରୋ)- କ୍ୟାପିଟାଲ ଥାନା ଅନ୍ତର୍ଗତ ଶାସ୍ତ୍ରୀନଗର ବସ୍ତିର ଏକ ଡ୍ରେନ ଉପରୁ ସୋମବାର ଭୋର୍‌ ସମୟରେ ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ ପୋଲିସ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲା। 

ସମସ୍ୟା ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

ସମସ୍ୟା ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

କେନ୍ଦୁଝର, ୨୬ା୩ (ସ୍ବ.ପ୍ର.)-ସଦର ବ୍ଲକ ବୋଦାପଳସା ପଞ୍ଚାୟତ ଅଧୀନ କବିତ୍ରା ଗ୍ରାମ ସମସ୍ୟାକୁ ନେଇ ବାରମ୍ବାର ଗ୍ରାମବାସୀ ଅଭିଯୋଗ କରିଆସୁଥିଲେ ହେଁ ସମାଧାନ ହେଉନଥିବାରୁ ଜୋରଦାର ଆନ୍ଦୋଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପଦକ୍ଷେପ ନ ନେଲେ ବାଧ୍ୟ ହୋଇ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି। ଏହି ଗ୍ରାମରେ କୌଣସି ଉନ୍ନତି ମୂଳକ କାମ ହେଉନଥିବାରୁ ଅସନ୍ତୋଷ ବ୍ୟକ୍ତ କରି ସୋମବାର ଜିଲାପାଳ ଙ୍କ କାର୍ଯ୍ୟାଳୟରେ ପୁଣି ଦାବିପତ୍ର ପ୍ରଦାନ କରିଛନ୍ତି। 

ଟିକେଟ୍‌ ମୋହରେ ପିତା:ପୁତ୍ର ପାଇଁ ଆସନ ଛାଡ଼ିବାକୁ ପ୍ରସ୍ତୁତ

ଟିକେଟ୍‌ ମୋହରେ ପିତା:ପୁତ୍ର ପାଇଁ ଆସନ ଛାଡ଼ିବାକୁ ପ୍ରସ୍ତୁତ

ଭୁବନେଶ୍ୱର,୨୬।୩(ବ୍ୟୁରୋ):ଦୁଇଟି ପର୍ଯ୍ୟାୟ ନିର୍ବାଚନ ପାଇଁ ନିର୍ବାଚନ କମିଶନ ବିଜ୍ଞପ୍ତି ପ୍ରକାଶ କରିସାରିଛନ୍ତି। ଆଉ ଦୁଇଟି ପର୍ଯ୍ୟାୟ ନିର୍ବାଚନ ପାଇଁ ମାର୍ଚ୍ଚ ୨୮ ଏବଂ ଏପ୍ରିଲ ୨ ତାରିଖରେ ବିଜ୍ଞପ୍ତି ପ୍ରକାଶିତ ହେବ। 

ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା:ଭଦ୍ରକରୁ ପ୍ରଦୀପ, ଭଣ୍ଡାରିପୋଖରୀରୁ ବଦ୍ରିନାରାୟଣ

ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା:ଭଦ୍ରକରୁ ପ୍ରଦୀପ, ଭଣ୍ଡାରିପୋଖରୀରୁ ବଦ୍ରିନାରାୟଣ

ଭଦ୍ରକ ଅଫିସ, ୨୬।୩- ସୋମବାର ଭାଜପା ପକ୍ଷରୁ ଭଦ୍ରକର ୨ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ସେଥିମଧ୍ୟରୁ ଭଦ୍ରକ ବିଧାନସଭା ଆସନ ପାଇଁ ଡା. ପ୍ରଦୀପ ନାୟକ ଓ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ର ପାଇଁ ବଦ୍ରିନାରାୟଣ ଧଳଙ୍କ ନାମ ଘୋଷଣା ହୋଇଛି। ଏହି ଦୁଇଜଣଙ୍କ ନାମ ଘୋଷଣା ପରେ ଭଦ୍ରକ ଜିଲାର ୫ ବିଧାନସଭା କ୍ଷେତ୍ର ଲାଗି ସମସ୍ତ ପ୍ରାର୍ଥୀଙ୍କ ନାମ ଚୂଡ଼ାନ୍ତ ହୋଇସାରିଛି। 

ରାଉତପଡ଼ାରେ ‘ଘରେ ଘରେ ଶଙ୍ଖ’

ରାଉତପଡ଼ାରେ ‘ଘରେ ଘରେ ଶଙ୍ଖ’

ରୂପ୍‌ସା, ୨୬।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ରାଉତପଡ଼ା ପଞ୍ଚାୟତରେ ବିଜେଡି ମହିଳା ମୋର୍ଚ୍ଚା ପକ୍ଷରୁ ‘ଘରେ ଘରେ ଶଙ୍ଖ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହିଳାମୋର୍ଚ୍ଚା ସଭାପତି ପୂର୍ବତନ ସରପଞ୍ଚ ମିନତୀ ଯେନାଙ୍କ ପୌରୋହିତ୍ୟରେ ଏକ ସଭା ହୋଇଥିଲା। 

ହରିଣପଲ ଉଜାଡୁଛନ୍ତି ଫସଲ : ବିଟ୍‌ ହାଉସ୍‌ ଘେରାଉ କଲେ ଚାଷୀ

ହରିଣପଲ ଉଜାଡୁଛନ୍ତି ଫସଲ : ବିଟ୍‌ ହାଉସ୍‌ ଘେରାଉ କଲେ ଚାଷୀ

ରଘୁନାଥପୁର,୨୬।୩(ଡି.ଏନ୍‌.ଏ.): ରଘୁନାଥପୁର ବ୍ଲକ ଏରଡ଼ଙ୍ଗା ପଞ୍ଚାୟତରେ ହରିଣପଲ ବ୍ୟାପକ ମାତ୍ରାରେ ଫସଲ ନଷ୍ଟ କରୁଛନ୍ତି। ଏହି ଗ୍ରାମ ଧଳତଙ୍ଗଗଡ଼ ସଂରକ୍ଷିତ ଜଙ୍ଗଲକୁ ଲାଗି ରହିଛି। ତେଣୁ ଖରିଫ, ରବି ଫସଲ ସମୟରେ ହରିଣ ପଲ ଆସି ଫସଲ ନଷ୍ଟ କରିଦେଉଛନ୍ତି।

ନବୀନଙ୍କୁ ଟକ୍କର ଦେବେ ଶମ୍ଭୁ, ପୀତାମ୍ବର

ନବୀନଙ୍କୁ ଟକ୍କର ଦେବେ ଶମ୍ଭୁ, ପୀତାମ୍ବର

ହିଞ୍ଜିଳିକାଟୁ/ଶେରଗଡ,୨୬ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ହିଞ୍ଜିଳି ବିଧାନସଭା କ୍ଷେତ୍ରରେ ଚଳିତଥର ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମୁକାବିଲା କରିବେ ଭାଜପା ରାଜ୍ୟ ମୁଖପାତ୍ର ପୀତାମ୍ବର ଆଚାର୍ଯ୍ୟ ଓ କଂଗ୍ରେସର ଗଜପତି ଜିଲା ପ୍ରଭାରୀ ଶମ୍ଭୁ ପାଣିଗ୍ରାହୀ। ଉଭୟ ପୀତାମ୍ଭର ଓ ଶମ୍ଭୁ ପେସାରେ ଆଇନଜୀବୀ। ଶମ୍ଭୁ ଜିଲାରେ ସୂଚନା ଅଧିକାର କର୍ମୀ ଭାବେ ମଧ୍ୟ ପରିଚିତ। ନବୀନ ବୁଧବାର ଛତ୍ରପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନପତ୍ର ଦାଖଲ କରିସାରିଛନ୍ତି। 

ଆଇଏନ୍‌ଏସ ଚିଲିକାର ନୌସେନା ଅଧିକାରୀ ହେଲେ ଋତୁରାଜ

ଆଇଏନ୍‌ଏସ ଚିଲିକାର ନୌସେନା ଅଧିକାରୀ ହେଲେ ଋତୁରାଜ

ବ୍ରହ୍ମପୁର ଅଫିସ,୨୬ା୩-ଚିଲିକାସ୍ଥିତ ଭାରତୀୟ ନୌସେନାର ପ୍ରାରମ୍ଭିକ ନାବିକ ପ୍ରଶିକ୍ଷଣ କେନ୍ଦ୍ର (ଆଇଏନ୍‌ଏସ୍‌)ର ନୌସେନା ଅଧିକାରୀ ତଥା ଓଡିଶା ପ୍ରଭାରୀ ଭାବେ କମୋଡର ଋତୁରାଜ ସାହୁ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି ା କେନ୍ଦ୍ର ପୂର୍ବତନ ଅଧିକାରୀ କମୋଡର ମନୀଶ ମିଶ୍ର କମୋଡର ଋତୁରାଜଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି ା ଏହି ଅବସରରେ କେନ୍ଦ୍ରର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ା

ବାଲିଗୁଡ଼ା,ଜି.ଉଦୟଗିରି ବିଧାନସଭା ଆସନ: ୫ ପ୍ରାର୍ଥିପତ୍ର ଦାଖଲ

ବାଲିଗୁଡ଼ା,ଜି.ଉଦୟଗିରି ବିଧାନସଭା ଆସନ: ୫ ପ୍ରାର୍ଥିପତ୍ର ଦାଖଲ

ବାଲିଗୁଡ଼ା/ଦାରିଙ୍ଗବାଡି, ୨୬ା୩(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ବାଲିଗୁଡ଼ା ଓ ଜି.ଉଦୟଗିରି ବିଧାନସଭା ଆସନ ନିମନ୍ତେ ସୋମବାର ୭ମ ଦିନରେ ମୋଟ ୫ ଜଣ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି।

୩ ନିର୍ବାଚନ ମଣ୍ଡଳୀରୁ ୯ ଜଣଙ୍କ ପ୍ରାର୍ଥିପତ୍ର ଦାଖଲ

୩ ନିର୍ବାଚନ ମଣ୍ଡଳୀରୁ ୯ ଜଣଙ୍କ ପ୍ରାର୍ଥିପତ୍ର ଦାଖଲ

ଭଞ୍ଜନଗର,୨୬।୩(ଡି.ଏନ.ଏ.)- ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମଙ୍ଗଳବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ। ଦ୍ୱିତୀୟ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ସୋରଡ଼ା ଓ ଆସିକା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଏପ୍ରିଲ ୧୮ରେ ମତଦାନ ହେବ। 

ଭାଜପାରେ ଯୋଗଦେଲେ ଗଞ୍ଜାମ ଜିଲା ବିଜେଡି ଉପସଭାପତି

ଭାଜପାରେ ଯୋଗଦେଲେ ଗଞ୍ଜାମ ଜିଲା ବିଜେଡି ଉପସଭାପତି

ପୁରୁଷୋତ୍ତମପୁର,୨୬ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବିଜେଡି ଉପସଭାପତି ତଥା ଜିଲା ପରିଷଦ ଉପାଧ୍ୟକ୍ଷା ସ୍ନେହଲତା ପଣ୍ଡାଙ୍କ ସ୍ବାମୀ ଅରୁଣ କୁମାର ପଣ୍ଡା ସୋମବାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି। ସୋମବାର ସନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସମୀର ମହାନ୍ତିଙ୍କ ଉପସ୍ଥିତିରେ ଭାଜପାରେ ଯୋଗ ଦେଇଛନ୍ତି।

ଜଗନ୍ନାଥ ମହୋତ୍ସବ ଓ ପାଞ୍ଚରାତ୍ର ଉତ୍ସବ ଉଦ୍‌ଘାଟନ କଲେ ଗଜପତି

ଜଗନ୍ନାଥ ମହୋତ୍ସବ ଓ ପାଞ୍ଚରାତ୍ର ଉତ୍ସବ ଉଦ୍‌ଘାଟନ କଲେ ଗଜପତି

ବଅଁରପାଳ, ୨୬।୩ (ଡି.ଏନ୍‌.ଏ)ଅନୁଗୋଳ ନାଲ୍‌କୋ ସ୍ଥିତ ମୀନାବଜାର ପଡ଼ିଆରେ ସୋମବାର ଶ୍ରୀ ଜଗନ୍ନାଥ ମହେତ୍ସବ ଓ ପାଞ୍ଚରାତ୍ର କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଛନ୍ତି ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବ। ଏହି ଅବସରରେ ଗଜପତି କହିଥିଲେ ଯେ, ଆଧ୍ୟାତ୍ମିକ ଚିନ୍ତାଧାରା ମନରେ ରହିଲେ ଜଣେ ନିଶ୍ଚିନ୍ତ ଆଗକୁ ବଢିବ। କିନ୍ତୁ ବର୍ତ୍ତମାନ ପରିସ୍ଥିତିରେ ଲୋକମାନଙ୍କ ମଧ୍ୟରେ ଆଧ୍ୟାତ୍ମିକ ଭାବନାର ଅଭାବ ପରିଲକ୍ଷିତ ହେଉଛି।


Model This Week

ରଶ୍ମି
Why Dharitri