ରାଜ୍ୟ | ସମ୍ବଲପୁର

ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ବୌଦ୍ଧ ଜିଲା ଗସ୍ତ

ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ବୌଦ୍ଧ ଜିଲା ଗସ୍ତ

ବୌଦ୍ଧ,୧୮।୨(ସ୍ବ.ପ୍ର): କାଳିଆ ଯୋଜନା ଏକ ଯୁଗାନ୍ତକାରୀ ପଦକ୍ଷେପ । ଏହି ଯୋଜନାରେ ରାଜ୍ୟରେ ଜଣେ ହେଲେ ଯୋଗ୍ୟ ଚାଷୀ ଯେପରି ବଞ୍ଚତ୍ତ ହେବେ ନାହିଁ ସେଥିପ୍ରତି ଦୃଷ୍ଟି ଦିଆଯାଉଛି । କେନ୍ଦ୍ର ସରକାର ରାଜ୍ୟର ଛୋଟ ଚାଷୀ, ଭୂମିହୀନମାନଙ୍କ ପ୍ରତି କୌଣସି ପଦକ୍ଷେପ ନେଉ ନ ଥିବାରୁ ସେଥିପ୍ରତି ପ୍ରଧାନମନ୍ତ୍ରୀଙ୍କ ପାଖକୁ ପତ୍ର ଲେଖାଯାଇଛି  ା ଏହାସହ ମିଶନ ଶକ୍ତି ଜରିଆରେ ମହିଳାମାନଙ୍କୁ ଏକ ପ୍ରତିଶତ ସୁଧରେ ଋଣ ଦିଆଯାଉଛି । ଫଳରେ ସେମାନେ ସ୍ବାବଲମ୍ବୀ ହୋଇପାରିବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ବୌଦ୍ଧ ଜିଲାକୁ ଦିନିକିଆ ସରକାରୀ ଗସ୍ତ କରି ୯୭୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବା ଅବସରରେ ଏହା କହିଛନ୍ତି । 

ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୧ଟା ୪୦ ମିନିଟ ସମୟରେ ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଘଣ୍ଟାପଡା ଠାରେ ପହଞ୍ଚି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବା ପରେ ଏକ ସାଧାରଣ ସଭାରେ ଯୋଗ ଦେଇଥିଲେ । ପରେ ସେ ଅପରାହ୍ନ ୧ଟା ସମୟରେ ବୌଦ୍ଧ ସହରର କଚେରୀ ପଡିଆରେ ପହଞ୍ଚତ୍ ଏକ ସାଧାରଣ ସଭାରେ ଯୋଗ ଦେଇଥିଲେ । ସେଠାରେ ଜିଲାପାଳ ସୀତାଂଶୁ ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ବାଚସ୍ପତି ପ୍ରଦୀପ କୁମାର ଅମାତ, ପୂର୍ତ୍ତ, ଇସ୍ପାତ ଓ ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲିକ ଓ ବୌଦ୍ଧ ଜିଲା ପରିଷଦ ଅଧ୍ୟକ୍ଷା ଜ୍ୟୋତ୍ସ୍ନା ଭୋଇ ଅନ୍ୟତମ ଅତିଥି ଭାବେ ଯୋଗ ଦେଇଥିଲେ ।  

ମୁଖ୍ୟମନ୍ତ୍ରୀ ପ୍ରଥମେ ମର୍ଜାକୁଦ ସେତୁର ଶିଳାନ୍ୟାସ କରିବା ସହ ୩୫.୩୭ କୋଟି ଟଙ୍କାର ଟିକରପଡା ଠାରେ ପାର୍ବତୀ ଗିରି ବୃହତ୍‌ ଜଳସେଚନ ପ୍ରକଳ୍ପ, ୭୯.୬୬ କୋଟି ଟଙ୍କା ମୂଲ୍ୟର ୯ଟି ରାସ୍ତା, ୩୦.୮୦ କୋଟିର ୮ଟି ସେତୁ ପ୍ରକଳ୍ପ, ୧୬.୨୬ କୋଟି ଟଙ୍କାର ୧୬ଟି ଛାତ୍ରାବାସ ଓ ଛାତ୍ରୀନିବାସ, ୦.୭୫ କୋଟି ଟଙ୍କାର ସୁଉଚ୍ଚ ପାଣିଟାଙ୍କି, ୧୨.୬୫ କୋଟି ଟଙ୍କାର ବୌଦ୍ଧ ସ୍ବତନ୍ତ୍ର ଉପକାରାଗାର, ୦.୮୧ ଟଙ୍କାର ଷ୍ଟାଡିୟମ ଦର୍ଶକ ଗ୍ୟାଲେରୀ, ୧୫.୬୧୭ କୋଟି ଟଙ୍କାର ଅନ୍ୟାନ୍ୟ ୫୫ଟି ପ୍ରକଳ୍ପର ଉଦଘାଟନ କରିଥିଲେ । ସେହିପରି ମୁଖ୍ୟମନ୍ତ୍ରୀ ବୌଦ୍ଧ ଓ କଣ୍ଟାମାଳ ବ୍ଲକରେ ୪୯୮ .୪୨ ଟଙ୍କାର ଉଠାଜଳସେଚନ ପ୍ରକଳ୍ପ, ୧୫୯.୪୦ କୋଟି ଟଙ୍କା ମୂଲ୍ୟର ୧୧ଟି ରାସ୍ତା ପ୍ରକଳ୍ପ, ୮୯.୬୯ କୋଟି ମୂଲ୍ୟର ୭ଟି ସେତୁ ପ୍ରକଳ୍ପ, ୩.୦୦ କୋଟି ଟଙ୍କାର ୧ଟି ଛାତ୍ରୀନିବାସ, ୨୭.୨୯ କୋଟି ଟଙ୍କାର ଅନ୍ୟାନ୍ୟ ୧୭ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦୃଷ୍ଟିର ୪୦ ପ୍ଲାଟୁନ ଫୋର୍ସ ମୁତୟନ ହୋଇଥିଲେ । ମଖ୍ୟମନ୍ତ୍ରୀଙ୍କ ଗସ୍ତ ପୁର୍ବରୁ ଜିଲାର ୨୦ ଜଣ ଭାଜପା ନେତାଙ୍କୁ ଥାନାରେ ଅଟକ ରଖାଯାଇଥିଲା । 

All Right Reserved By

ରାଜ୍ୟ | ସମ୍ବଲପୁର

ସି.ଭି. ରମଣ କଲେଜରେ ହୋଲି ପାଳିଲେ ବିଦେଶୀ ଛାତ୍ରୀଛାତ୍ର

ସି.ଭି. ରମଣ କଲେଜରେ ହୋଲି ପାଳିଲେ ବିଦେଶୀ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୬।୩(ବ୍ୟୁରୋ): ସି.ଭି. ରମଣ କଲେଜ ପରିସରରେ ବିଦେଶୀ ଛାତ୍ରୀଛାତ୍ର ଓ ଅଧ୍ୟାପକ ହୋଲି ଉତ୍ସବକୁ ଆଡ଼ମ୍ବର ସହ ପାଳନ କରିଛନ୍ତି। ସୁଦୂର ସିରିଆ, ବାଂଲାଦେଶ ଓ ନେପାଳରୁ ଆସି ଏଠାରେ ପାଠ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ପାଇଁ ହୋଲି ଉତ୍ସବ ରଖାଯାଇଥିଲା। 

ପୂରଣ ହେଲାନି ବିଜେଡିର ୨୦୧୪ ନିର୍ବାଚନୀ ପ୍ରତିଶ୍ରୁତି:ସ୍ବପ୍ନରେ ରହିଗଲା ସବୁ ଗାଁକୁ ପକ୍କା ରାସ୍ତା

ପୂରଣ ହେଲାନି ବିଜେଡିର ୨୦୧୪ ନିର୍ବାଚନୀ ପ୍ରତିଶ୍ରୁତି:ସ୍ବପ୍ନରେ ରହିଗଲା ସବୁ ଗାଁକୁ ପକ୍କା ରାସ୍ତା

ଭୁବନେଶ୍ୱର,୨୬ା୩:ରାଜ୍ୟର ସବୁ ଗଁାକୁ ପକ୍କା ରାସ୍ତା ସଂଯୋଗ କରିବାକୁ ୨୦୧୪ ନିର୍ବାଚନୀ ଇସ୍ତାହାରରେ ବିଜୁ ଜନତା ଦଳ (ବିଜେଡି) ପ୍ରତିଶ୍ରୁତି ଦେଇଥିଲା। ଶାସନର ଚତୁର୍ଥ ପାଳି ଶେଷ ସୁଦ୍ଧା ଏହି ଲକ୍ଷ୍ୟ ପୂରଣ ହେବ ବୋଲି କୁହାଯାଇଥିଲେ ହେଁ ବାସ୍ତବ ଚିତ୍ର କିନ୍ତୁ ଭିନ୍ନ।

ରାସ୍ତାପାର୍ଶ୍ୱରେ ପ୍ରେମୀ ଯୁଗଳଙ୍କ ରୋମାନ୍ସ:   ପ୍ରତିବାଦ କରିବାରୁ କ୍ଲବ୍‌ ସଦସ୍ୟଙ୍କୁ ଖଣ୍ଡାରେ ହାଣିଲେ, ବୋମା ପକାଇଲେ, ପୋଲିସ ପୁଅ ସମ୍ପୃକ୍ତ

ରାସ୍ତାପାର୍ଶ୍ୱରେ ପ୍ରେମୀ ଯୁଗଳଙ୍କ ରୋମାନ୍ସ: ପ୍ରତିବାଦ କରିବାରୁ କ୍ଲବ୍‌ ସଦସ୍ୟଙ୍କୁ ଖଣ୍ଡାରେ ହାଣିଲେ, ବୋମା ପକାଇଲେ, ପୋଲିସ ପୁଅ ସମ୍ପୃକ୍ତ

ଭୁବନେଶ୍ୱର,୨୬ା୩ (ବ୍ୟୁରୋ)- ରାସ୍ତାପାର୍ଶ୍ୱରେ ସର୍ବ ସମ୍ମୁଖରେ ଚାଲିଥିଲା ପ୍ରେମୀଯୁଗଳଙ୍କ ରୋମାନ୍ସ। ପ୍ରତିବାଦ କରିବାରୁ ଘଟିଛି ଲଙ୍କାକାଣ୍ଡ। ଗୋଟିଏ ଗୋଷ୍ଠୀର ଖଣ୍ଡା ଚୋଟରେ  ନୟାପଲ୍ଲୀ ୟୁନିଟ୍‌ କ୍ଲବ୍‌ର ୨ଜଣ ଯୁବକ ଆହତ ହୋଇଛନ୍ତି।

ଡ୍ରେନ ଉପରୁ ନବଜାତ ଶିଶୁପୁତ୍ର ଉଦ୍ଧାର:  ଭେଣ୍ଟିଲେଟର ନ ଥିବା କହି ରେଫର କରିଦେଲେ ଡାକ୍ତର

ଡ୍ରେନ ଉପରୁ ନବଜାତ ଶିଶୁପୁତ୍ର ଉଦ୍ଧାର: ଭେଣ୍ଟିଲେଟର ନ ଥିବା କହି ରେଫର କରିଦେଲେ ଡାକ୍ତର

ଭୁବନେଶ୍ୱର,୨୬ା୩ (ବ୍ୟୁରୋ)- କ୍ୟାପିଟାଲ ଥାନା ଅନ୍ତର୍ଗତ ଶାସ୍ତ୍ରୀନଗର ବସ୍ତିର ଏକ ଡ୍ରେନ ଉପରୁ ସୋମବାର ଭୋର୍‌ ସମୟରେ ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ ପୋଲିସ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲା। 

ସମସ୍ୟା ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

ସମସ୍ୟା ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

କେନ୍ଦୁଝର, ୨୬ା୩ (ସ୍ବ.ପ୍ର.)-ସଦର ବ୍ଲକ ବୋଦାପଳସା ପଞ୍ଚାୟତ ଅଧୀନ କବିତ୍ରା ଗ୍ରାମ ସମସ୍ୟାକୁ ନେଇ ବାରମ୍ବାର ଗ୍ରାମବାସୀ ଅଭିଯୋଗ କରିଆସୁଥିଲେ ହେଁ ସମାଧାନ ହେଉନଥିବାରୁ ଜୋରଦାର ଆନ୍ଦୋଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପଦକ୍ଷେପ ନ ନେଲେ ବାଧ୍ୟ ହୋଇ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି। ଏହି ଗ୍ରାମରେ କୌଣସି ଉନ୍ନତି ମୂଳକ କାମ ହେଉନଥିବାରୁ ଅସନ୍ତୋଷ ବ୍ୟକ୍ତ କରି ସୋମବାର ଜିଲାପାଳ ଙ୍କ କାର୍ଯ୍ୟାଳୟରେ ପୁଣି ଦାବିପତ୍ର ପ୍ରଦାନ କରିଛନ୍ତି। 

ଟିକେଟ୍‌ ମୋହରେ ପିତା:ପୁତ୍ର ପାଇଁ ଆସନ ଛାଡ଼ିବାକୁ ପ୍ରସ୍ତୁତ

ଟିକେଟ୍‌ ମୋହରେ ପିତା:ପୁତ୍ର ପାଇଁ ଆସନ ଛାଡ଼ିବାକୁ ପ୍ରସ୍ତୁତ

ଭୁବନେଶ୍ୱର,୨୬।୩(ବ୍ୟୁରୋ):ଦୁଇଟି ପର୍ଯ୍ୟାୟ ନିର୍ବାଚନ ପାଇଁ ନିର୍ବାଚନ କମିଶନ ବିଜ୍ଞପ୍ତି ପ୍ରକାଶ କରିସାରିଛନ୍ତି। ଆଉ ଦୁଇଟି ପର୍ଯ୍ୟାୟ ନିର୍ବାଚନ ପାଇଁ ମାର୍ଚ୍ଚ ୨୮ ଏବଂ ଏପ୍ରିଲ ୨ ତାରିଖରେ ବିଜ୍ଞପ୍ତି ପ୍ରକାଶିତ ହେବ। 

ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା:ଭଦ୍ରକରୁ ପ୍ରଦୀପ, ଭଣ୍ଡାରିପୋଖରୀରୁ ବଦ୍ରିନାରାୟଣ

ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା:ଭଦ୍ରକରୁ ପ୍ରଦୀପ, ଭଣ୍ଡାରିପୋଖରୀରୁ ବଦ୍ରିନାରାୟଣ

ଭଦ୍ରକ ଅଫିସ, ୨୬।୩- ସୋମବାର ଭାଜପା ପକ୍ଷରୁ ଭଦ୍ରକର ୨ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ସେଥିମଧ୍ୟରୁ ଭଦ୍ରକ ବିଧାନସଭା ଆସନ ପାଇଁ ଡା. ପ୍ରଦୀପ ନାୟକ ଓ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ର ପାଇଁ ବଦ୍ରିନାରାୟଣ ଧଳଙ୍କ ନାମ ଘୋଷଣା ହୋଇଛି। ଏହି ଦୁଇଜଣଙ୍କ ନାମ ଘୋଷଣା ପରେ ଭଦ୍ରକ ଜିଲାର ୫ ବିଧାନସଭା କ୍ଷେତ୍ର ଲାଗି ସମସ୍ତ ପ୍ରାର୍ଥୀଙ୍କ ନାମ ଚୂଡ଼ାନ୍ତ ହୋଇସାରିଛି। 

ରାଉତପଡ଼ାରେ ‘ଘରେ ଘରେ ଶଙ୍ଖ’

ରାଉତପଡ଼ାରେ ‘ଘରେ ଘରେ ଶଙ୍ଖ’

ରୂପ୍‌ସା, ୨୬।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ରାଉତପଡ଼ା ପଞ୍ଚାୟତରେ ବିଜେଡି ମହିଳା ମୋର୍ଚ୍ଚା ପକ୍ଷରୁ ‘ଘରେ ଘରେ ଶଙ୍ଖ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହିଳାମୋର୍ଚ୍ଚା ସଭାପତି ପୂର୍ବତନ ସରପଞ୍ଚ ମିନତୀ ଯେନାଙ୍କ ପୌରୋହିତ୍ୟରେ ଏକ ସଭା ହୋଇଥିଲା। 

ହରିଣପଲ ଉଜାଡୁଛନ୍ତି ଫସଲ : ବିଟ୍‌ ହାଉସ୍‌ ଘେରାଉ କଲେ ଚାଷୀ

ହରିଣପଲ ଉଜାଡୁଛନ୍ତି ଫସଲ : ବିଟ୍‌ ହାଉସ୍‌ ଘେରାଉ କଲେ ଚାଷୀ

ରଘୁନାଥପୁର,୨୬।୩(ଡି.ଏନ୍‌.ଏ.): ରଘୁନାଥପୁର ବ୍ଲକ ଏରଡ଼ଙ୍ଗା ପଞ୍ଚାୟତରେ ହରିଣପଲ ବ୍ୟାପକ ମାତ୍ରାରେ ଫସଲ ନଷ୍ଟ କରୁଛନ୍ତି। ଏହି ଗ୍ରାମ ଧଳତଙ୍ଗଗଡ଼ ସଂରକ୍ଷିତ ଜଙ୍ଗଲକୁ ଲାଗି ରହିଛି। ତେଣୁ ଖରିଫ, ରବି ଫସଲ ସମୟରେ ହରିଣ ପଲ ଆସି ଫସଲ ନଷ୍ଟ କରିଦେଉଛନ୍ତି।

ନବୀନଙ୍କୁ ଟକ୍କର ଦେବେ ଶମ୍ଭୁ, ପୀତାମ୍ବର

ନବୀନଙ୍କୁ ଟକ୍କର ଦେବେ ଶମ୍ଭୁ, ପୀତାମ୍ବର

ହିଞ୍ଜିଳିକାଟୁ/ଶେରଗଡ,୨୬ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ହିଞ୍ଜିଳି ବିଧାନସଭା କ୍ଷେତ୍ରରେ ଚଳିତଥର ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମୁକାବିଲା କରିବେ ଭାଜପା ରାଜ୍ୟ ମୁଖପାତ୍ର ପୀତାମ୍ବର ଆଚାର୍ଯ୍ୟ ଓ କଂଗ୍ରେସର ଗଜପତି ଜିଲା ପ୍ରଭାରୀ ଶମ୍ଭୁ ପାଣିଗ୍ରାହୀ। ଉଭୟ ପୀତାମ୍ଭର ଓ ଶମ୍ଭୁ ପେସାରେ ଆଇନଜୀବୀ। ଶମ୍ଭୁ ଜିଲାରେ ସୂଚନା ଅଧିକାର କର୍ମୀ ଭାବେ ମଧ୍ୟ ପରିଚିତ। ନବୀନ ବୁଧବାର ଛତ୍ରପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନପତ୍ର ଦାଖଲ କରିସାରିଛନ୍ତି। 

ଆଇଏନ୍‌ଏସ ଚିଲିକାର ନୌସେନା ଅଧିକାରୀ ହେଲେ ଋତୁରାଜ

ଆଇଏନ୍‌ଏସ ଚିଲିକାର ନୌସେନା ଅଧିକାରୀ ହେଲେ ଋତୁରାଜ

ବ୍ରହ୍ମପୁର ଅଫିସ,୨୬ା୩-ଚିଲିକାସ୍ଥିତ ଭାରତୀୟ ନୌସେନାର ପ୍ରାରମ୍ଭିକ ନାବିକ ପ୍ରଶିକ୍ଷଣ କେନ୍ଦ୍ର (ଆଇଏନ୍‌ଏସ୍‌)ର ନୌସେନା ଅଧିକାରୀ ତଥା ଓଡିଶା ପ୍ରଭାରୀ ଭାବେ କମୋଡର ଋତୁରାଜ ସାହୁ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି ା କେନ୍ଦ୍ର ପୂର୍ବତନ ଅଧିକାରୀ କମୋଡର ମନୀଶ ମିଶ୍ର କମୋଡର ଋତୁରାଜଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି ା ଏହି ଅବସରରେ କେନ୍ଦ୍ରର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ା

ବାଲିଗୁଡ଼ା,ଜି.ଉଦୟଗିରି ବିଧାନସଭା ଆସନ: ୫ ପ୍ରାର୍ଥିପତ୍ର ଦାଖଲ

ବାଲିଗୁଡ଼ା,ଜି.ଉଦୟଗିରି ବିଧାନସଭା ଆସନ: ୫ ପ୍ରାର୍ଥିପତ୍ର ଦାଖଲ

ବାଲିଗୁଡ଼ା/ଦାରିଙ୍ଗବାଡି, ୨୬ା୩(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ବାଲିଗୁଡ଼ା ଓ ଜି.ଉଦୟଗିରି ବିଧାନସଭା ଆସନ ନିମନ୍ତେ ସୋମବାର ୭ମ ଦିନରେ ମୋଟ ୫ ଜଣ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି।


Model This Week

ରଶ୍ମି
Why Dharitri