ସମ୍ପାଦକୀୟ |

ସମ୍ପାଦକୀୟ/ ଟ୍ରାଙ୍କୁଲାଇଜର, ବନ୍ଧୁକ

ସମ୍ପାଦକୀୟ/ ଟ୍ରାଙ୍କୁଲାଇଜର, ବନ୍ଧୁକ

ରାଜଧାନୀରେ ବାଘ ବୁଲୁଛିି ବୋଲି ଫେବୃୟାରୀ ୧୮ରେ କଥା ବ୍ୟାପିବା ପରେ ଲୋକେ ଆତଙ୍କିତ ହୋଇପଡ଼ିଥିଲେ। ବିଶେଷକରି ପଳାଶପଲ୍ଲୀ ଅଞ୍ଚଳରେ ଏ ନେଇ କୋକୁଆଭୟ ସୃଷ୍ଟି ହୋଇଥିଲା। ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଓ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନବୀନ ନିବାସଠାରୁ  ଚିତାବାଘ ଦୃଶ୍ୟମାନ ହେଉଥିବା  ବ୍ୟକ୍ତିଙ୍କ ଘର ମାତ୍ର ଏକ କିଲୋମିଟର ଅଞ୍ଚଳରେ ଥିବା କୁହାଯାଉଛି । ସିସିଟିଭି କ୍ୟାମେରାରେ ବାଘର ଗତିବିଧି ନଜରକୁ ଆସିବା ପରେ ବନ ବିଭାଗ ପକ୍ଷରୁ ଏକ ୨୫ ଜଣିଆ ସ୍ବତନ୍ତ୍ର ଟିମ୍‌ ପଳାଶପଲ୍ଲୀ ଓ ଭୀମଟାଙ୍ଗି ଅଞ୍ଚଳରେ ପହଞ୍ଚି ତନାଘନା ଚଳାଇଛନ୍ତି। ବଣୁଆ ଜନ୍ତୁ ଜନବସତି ଓ ଆଲୋକମୟ ଅଞ୍ଚଳକୁ ଆସିବା ପ୍ରଥମ ଘଟଣା ନୁହେଁ। ପୂର୍ବରୁ ଅନେକ ଥର ବିମାନବନ୍ଦର ରନ୍‌ଓ୍ବେ ଏବଂ ଏହାର ଆଖପାଖ ଅଞ୍ଚଳରୁ ଜଙ୍ଗଲୀ ଜୀବଙ୍କୁ ଧରାଯାଇଥିବା ଦେଖିବାକୁ ମିଳିଛି। ରାଜଧାନୀକୁ ଚନ୍ଦକା ଅଭୟାରଣ୍ୟ ଇଲାକା ଲାଗିରହିିଥିବାରୁ ଜୀବଜନ୍ତୁ ସହର ମଧ୍ୟକୁ ପଶି ଆସୁଥିବା କୁହାଯାଉଛି। ଏହା ହେଉଛି ଭୁବନେଶ୍ୱରର ସୌନ୍ଦର୍ଯ୍ୟ ଓ ବିଶେଷତ୍ୱ।  

ସିଟି ଡିଏଫ୍‌ଓଙ୍କ ପକ୍ଷରୁ କୁହାଯାଇଛି ଯେ, ଯଦି ବାଘ ଥାଏ, ତାହା ହେଲେ ତାକୁ ଟ୍ରାଙ୍କୁଲାଇଜ୍‌ କରିବା ପାଇଁ ବ୍ୟବସ୍ଥା କରାଯିବ। କିନ୍ତୁ କିଭଳି ବାଘ ଓ ଅନ୍ୟାନ୍ୟ ଜୀବ ସହରକୁ ପଶିଆସୁଛନ୍ତି, ସେହି ଦିଗରେ କେତେ ବେଳେ ବନ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଉଥିବା ଦେଖିବାକୁ ମିଳୁ ନାହିଁ। କୌତୂହଳର ବିଷୟ ହେଉଛି ବିଭାଗୀୟ ଅଧିକାରୀ କହୁଛନ୍ତି ଯେ, ଜନବସତି ଭିତରେ ବାଘ ପଶିଥିବା ବିଷୟ ଗଣମାଧ୍ୟମରୁ ଜାଣିବାକୁ ପାଇଛନ୍ତି। କେବଳ ଭୁବନେଶ୍ୱର ନୁହେଁ, ରାଜ୍ୟର ଅନେକ ଜନବସତିକୁ ଜଙ୍ଗଲୀ ଜନ୍ତୁ ପଶିଆସୁଥିବା ଖବର ମିଳୁଛି। ନିକଟସ୍ଥ ଜଙ୍ଗଲ ଅଞ୍ଚଳକୁ ଲୋକେ ଅକ୍ତିଆର କରି ନିର୍ମାଣ କାର୍ଯ୍ୟ ବଢ଼ାଇ ଚାଲିଥିବାରୁ ବଣୁଆ ଜୀବଙ୍କ ଇଲାକା ଧୀରେ ଧୀରେ ସଙ୍କୁଚିତ ହେବାରେ ଲାଗିଛି। ଅତି ନିରୋଳା ଓ କୋଳାହଳମୟ ଅଞ୍ଚଳଠାରୁ ଦୂରେଇ ରହିବାକୁ ଜୀବଜନ୍ତୁ ଭଲ ପାଇଥାଆନ୍ତି।  ଯେତେବେଳେ ମଣିଷ ନିଜର ଲୋଭ ପାଇଁ ତା’ ଅଞ୍ଚଳକୁ ମାଡ଼ିବସୁଛି, ସେତେବେଳେ ଜୀବ ଇତସ୍ତତଃ ହୋଇ ଜନବସତି ଆଡ଼କୁ ମୁହଁାଉଛନ୍ତି। ପାଠ୍ୟପୁସ୍ତକରେ ସମସ୍ତେ ପଢ଼ିଥିବେ ଯେ, ପରିବେଶ ଓ ପ୍ରାଣୀଜଗତ ତିଷ୍ଠି ରହିବା ସକାଶେ ସନ୍ତୁଳନର ଯଥେଷ୍ଟ ଆବଶ୍ୟକତା ରହିଛି। ଯଦି ଏହା ଥରେ ବିଗିଡ଼ିଯାଏ, ଏହାର ପ୍ରଭାବ ସମସ୍ତଙ୍କ ଉପରେ ପଡ଼ିବ। ତେଣୁ ପ୍ରକୃତିର ନିୟମ ମାନିବାକୁ ହେଲେ ପ୍ରଥମେ ମଣିଷକୁ ଶୃଙ୍ଖଳିତ ହେବାକୁ ପଡ଼ିବ। ଏହି ଶୃଙ୍ଖଳା ବଜାୟ ରଖିବାକୁ ହେଲେ ଆଇନକୁ ମାନିବାକୁ ପଡ଼େ। ଆଜିର ବସ୍ତୁବାଦୀ ଯୁଗରେ ଅଧିକାଂଶ ବେଆଇନ କାର୍ଯ୍ୟ କରିଚାଲୁଛନ୍ତି। କେବଳ ନାଗରିକଙ୍କ ତରଫରୁ ଏହି ଆଇନଭଙ୍ଗା କାର୍ଯ୍ୟ କରାଯାଉ ନାହିଁ। ସରକାରୀ ସ୍ତରରେ ମଧ୍ୟ ପରିବେଶର ସନ୍ତୁଳନତାକୁ ବିଗାଡ଼ିବା ପାଇଁ ସଚେତନ ପଦକ୍ଷେପ ନିଆଯାଉଛି। ଭୁବନେଶ୍ୱର ଭିତରେ ଥିବା ଭରତପୁର-ଚନ୍ଦକା ଅଞ୍ଚଳରେ ଯେଉଁଭଳି ବସ୍ତିବସିନ୍ଦାଙ୍କୁ ଥଇଥାନ କରାଯାଇଛି, ତାହା ଏହି ମୌଳିକ ଆଇନକୁ ଭାଙ୍ଗିବାର ଏକ ସ୍ପଷ୍ଟ ଦୃଷ୍ଟାନ୍ତ। ଚନ୍ଦକା ଓ ଏହାର ଆଖପାଖ ଅଞ୍ଚଳର ଅଳ୍ପ କେତେକେ କିଛି ଦଶନ୍ଧି ଧରି କାଠଚୋରି କରିବାଠାରୁ ନେଇ ସବୁ ପ୍ରକାର ଜନ୍ତୁଙ୍କୁ ହତ୍ୟା କରିବା ପର୍ଯ୍ୟନ୍ତ କ୍ଷତି କରିଚାଲୁଛନ୍ତି। 

ଭୁବନେଶ୍ୱରର ବିଶେଷତ୍ୱ ହେଲା ଯେ, ଓଡ଼ିଶାର ରାଜଧାନୀ ହେବା ସହିତ ଏହା ଏକ ଆଧୁନିକ ସହର ଭାବେ ପୁନର୍ଜନ୍ମ ନେଇଛି। ଏହାକୁ ଯୋଜନାବଦ୍ଧ (ପ୍ଲାନ୍‌ଡ) ସହର କୁହାଯାଉଥିଲେ ମଧ୍ୟ ବାସ୍ତବରେ ଏଥିରେ ଜଳ ଯୋଗାଣ, ଜଳ ନିଷ୍କାସନ, ସବୁଜ ବଳୟ ଭଳି ଆଧୁନିକ ସହର ପାଇଁ ଥିବା ଆବଶ୍ୟକତାର ଘୋର ଅଭାବ ରହିଛି। ତଥାପି ଚନ୍ଦକା ଜଙ୍ଗଲର ଉପକଣ୍ଠରେ ଥିବା ହେତୁ ଏହି ସହର ଅନ୍ତର୍ଜାତୀୟ ସୁନାମ ଅର୍ଜନ କରିବା ସମ୍ଭବପର ହୋଇପାରନ୍ତା। ସେହି ଦିଗରେ ସହରର ଅଗ୍ରଗତି ଘଟିଲେ ଜଙ୍ଗଲର ସୁରକ୍ଷା ଆବଶ୍ୟକ ପଡ଼ନ୍ତା। ତାହା କରାଯାଇପାରିଲେ ସହର ଭିତରକୁ କୌଣସି ଜନ୍ତୁ ପ୍ରବେଶ କରନ୍ତେ ନାହିଁ। ତେବେ ଏ ଦିଗରେ କାର୍ଯ୍ୟ କଲେ କାହାରି ସ୍ବାର୍ଥ ପୂରଣ ହେବ ନାହିଁ। ସମାଧାନ ଆକାରରେ ଟ୍ରାଙ୍କୁଲାଇଜର, ବନ୍ଧୁକ ଉଠାଇବାକୁ ପଡ଼ିବ।  


All Right Reserved By

ସମ୍ପାଦକୀୟ |

ଶବଦାହରେ ଘଷି

ଶବଦାହରେ ଘଷି

ପରିବେଶ ପରିଚିନ୍ତା/ ମାନେକା ଗାନ୍ଧୀ

ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ମରୁଛନ୍ତି। ମୁସଲମାନମାନେ ମୃତ ଲୋକର ଶବକୁ ପୋତିଦିଅନ୍ତି ଏବଂ ହିନ୍ଦୁମାନେ ତାକୁ ଅଗ୍ନିରେ ଦାହ କରନ୍ତି। ପାରମ୍ପରିକ ଭାବେ ଦାହ ପାଇଁ କାଠ ବ୍ୟବହୃତ ହୋଇ ଆସୁଥିବା ବେଳେ ଆଜିକାଲି ବିଦ୍ୟୁତ୍‌ଶକ୍ତି ଓ ଗ୍ୟାସ୍‌ ମଧ୍ୟ ବ୍ୟବହୃତ ହେଲାଣି।  କିନ୍ତୁ ଆଜିକାଲି ଜାଳେଣି କାଠର ଘୋର ଅଭାବ। ଦିଲ୍ଲୀରେ ସରକାରୀ ଗାର୍ଡନରମାନେ ଗଛର ଅଳ୍ପ କିଛି ଛୋଟ ଡାଳ କାଟିବାର ଛଳନା କରନ୍ତି। କିନ୍ତୁ ସେମାନେ ପ୍ରାୟ ସବୁ ବଡ଼ ବଡ଼ ଡାଳ କାଟନ୍ତି ଓ ସେସବୁକୁ ନିଗମବୋଧ ଘା..

ଅଶ୍ଳୀଳତାକୁ ନେଇ ଛଳନା

ଅଶ୍ଳୀଳତାକୁ ନେଇ ଛଳନା

ଡ. ସୁବାସ ଚନ୍ଦ୍ର ପାତ୍ର

ଅଶ୍ଳୀଳତାକୁ ନେଇ ମଣିଷର ଛଳନା ଇତିହାସ ପରି ପୁରୁଣା। କିଛିଦିନ ତଳେ ଖଣ୍ଡଗିରି ଯାତ୍ରା ମହୋତ୍ସବ ଅବସରରେ କୌଣସି ଏକ ଅପେରା ମଞ୍ଚ ଉପରେ ମନୋରଞ୍ଜନ ଆଳରେ ଜଣେ ମହିଳା କଳାକାର ଅଙ୍ଗ ପ୍ରଦର୍ଶନ ସହ ଅଶ୍ଳୀଳ ନୃତ୍ୟ ପରିବେଷଣ କରିବାର ଅଭିଯୋଗ ଆସିଲା। ପରବର୍ତ୍ତୀ ସମୟରେ ବିଭିନ୍ନ ଟିଭି ଚ୍ୟାନେଲ ତାଙ୍କ ସହ ସାକ୍ଷାତ୍‌କାର ପ୍ରସାରଣ କଲେ ଏବଂ ଆଉ କେତେକ ଚ୍ୟାନେଲ ପ୍ରତିବାଦ ବାହାନାରେ ସେହି ତଥାକଥିତ ନଗ୍ନ ନୃତ୍ୟକୁ ବାରମ୍ବାର ପ୍ରଦର୍ଶନ ମଧ୍ୟ କଲେ। ଜଣେ ରାଜାଙ୍କୁ ଯଦି ତାଙ୍କ ପାର୍ଷଦ କହେ, ‘ମଣିମା, ଆପଣଙ୍କ ବଡ଼ଗୁଣ ହେଲା ଆପଣ ତୋଷାମଦି ଭଲପାଆନ୍ତି ନାହିଁ,’ ଏ କଥାଟି ଯେମିତି ଏକ ତୋଷା..

ସ୍ବଚ୍ଛ ପାନୀୟ ଜଳ ଆମ ଅଧିକାର

ସ୍ବଚ୍ଛ ପାନୀୟ ଜଳ ଆମ ଅଧିକାର


ବିକାଶ କୁମାର ପତି

ଚିରନ୍ତନ ବିକାଶ ଲକ୍ଷ୍ୟ ସମସ୍ତଙ୍କୁ ୨୦୩୦ ସୁଦ୍ଧା ପାନୀୟ ଜଳ ଯୋଗାଇବା ପାଇଁ ଉଦ୍ଦିଷ୍ଟ। ଅର୍ଥାତ୍‌, କେହି ବି ପାନୀୟ ଜଳ ପାଇବାରୁ ବଞ୍ଚିତ ହେବେନି। କିନ୍ତୁ ଆଜି ବି ଲକ୍ଷ ଲକ୍ଷ ଲୋକ ସ୍ବଚ୍ଛ ପାନୀୟ ଜଳ ବିନା ବଞ୍ଚୁଛନ୍ତି- ତାଙ୍କ ପରିବାର, ବିଦ୍ୟାଳୟ, କର୍ମକ୍ଷେତ୍ର, ସବୁଠି ବଞ୍ଚିବା ପାଇଁ ଓ ତୃଷ୍ଣା ମେଣ୍ଟେଇବା ପାଇଁ କଷ୍ଟ କରୁଛନ୍ତି। ଜାତିସଂଘର ଜଳ ଉପରେ କାମ କରୁ..

ଏଇ ଭାରତରେ

ଏଇ ଭାରତରେ

କୁହାଯାଏ ବିବାହ ଯୋଡ଼ି ଈଶ୍ୱରଙ୍କ ଦରବାରରେ ପୂର୍ବରୁ ନିର୍ଦ୍ଧାରିତ ହୋଇଥାଏ। ଏହାକୁ ଖଣ୍ଡନ କରିବା ସହଜ ନୁହେଁ। ମଧ୍ୟପ୍ରଦେଶର ଖଣ୍ଡଓ୍ବାରେ ଏପରି ଏକ ବିରଳ ବାହାଘର ସମ୍ପନ୍ନ ହୋଇଛି। ଖଣ୍ଡଓ୍ବା ଅନ୍ତର୍ଗତ ପୁନାସା ଗଁାର ବାସିନ୍ଦା ଧନେଶ ରାଜବୈଦ ନିମାଡ ନିବାସୀ ଚେତନା ଶର୍ମାଙ୍କୁ ବିବାହ କରିଛନ୍ତି। ଉଭୟ କନ୍ୟା ଓ ବରଙ୍କ ଉଚ୍ଚତା ୩୬ ଇଞ୍ଚ। ଉଚ୍ଚତା କମ୍‌ ..

ସମ୍ପାଦକୀୟ/ ଛଦ୍ମ ଦେଶପ୍ରେମ

ସମ୍ପାଦକୀୟ/ ଛଦ୍ମ ଦେଶପ୍ରେମ

ସାଧାରଣତଃ ଉତ୍ତରପ୍ରଦେଶ ଓ ବିହାର ବୋର୍ଡ ପରୀକ୍ଷାରେ ପିଲାମାନେ ବହୁ ସମୟରେ ଅଜବ ଓ ଅଦ୍ଭୁତ ଉତ୍ତର ଲେଖିଥିବା ଶୁଣିବାକୁ ମିଳିଛି। ଏପରିକି ଭଲ ମାର୍କ୍ସ ପାଇବା ପାଇଁ ଉତ୍ତର ଖାତାରେ ଟଙ୍କା ଷ୍ଟାପଲ୍‌ କରିବାର ନଜିର ଅଛି।  ‘ବାପା ଗରିବ ଲୋକ, ପୁଣି ଥରେ ପରୀକ୍ଷା ଦେବା ଲାଗି ଟଙ୍କା ଦେଇପାରିବେ ନାହିଁ, ତେଣୁ ମୋତେ ପାସ୍‌ କରିଦିଅନ୍ତୁ’ କହି କେତେକ ପରୀ..

ସ୍ବାସ୍ଥ୍ୟସେବାରେ ଦଳୀୟ ସ୍ବାର୍ଥ

ସ୍ବାସ୍ଥ୍ୟସେବାରେ ଦଳୀୟ ସ୍ବାର୍ଥ

ଡ. ନିଖିଳାନନ୍ଦ ପାଣିଗ୍ରାହୀ

ଚିକିତ୍ସାଳୟରେ ରୋଗୀ ଓ ତାଙ୍କ ସମ୍ପର୍କୀୟଙ୍କ ଆଖି ଆଗରେ କାହାର ଛବି ନାଚି ଉଠିଥାଏ? କିଛି ସାଧାରଣ ଲୋକ ମନେ କରୁଥିବେ ମୁଖ୍ୟମନ୍ତ୍ରୀ ବା ପ୍ରଧାନମନ୍ତ୍ରୀଙ୍କ ମୁଖମଣ୍ଡଳ। ଏମିତି ଏକ ଧାରଣା ଜନ୍ମିବା ପଛରେ ବିଭିନ୍ନ ନେତା ଓ ସମର୍ଥକମାନଙ୍କ ଜବରଦସ୍ତ ପ୍ରଚାର, ଅସଂଖ୍ୟ ବିଜ୍ଞାପନ ଏବଂ ରାସ୍ତାକଡ଼ର ତତ୍‌ସମ୍ପର୍କିତ ଏକାଧିକ ହୋର୍ଡିଂର ପ୍ରଭାବ ବି..

ଘରଚଟିଆର ତୁଳନା ନାହିଁ

ଘରଚଟିଆର ତୁଳନା ନାହିଁ

ପୀତାମ୍ବର ରାଉତ

ମହାନ୍‌ ପରିବେଶବିତ୍‌ ମହମ୍ମଦ ଦିଲଓ୍ବାର୍‌ଙ୍କ ଉଦ୍ୟମରେ ୨୦୧୦ରୁ ପ୍ରତିବର୍ଷ ମାର୍ଚ୍ଚ ୨୦ ତାରିଖକୁ ବିଶ୍ୱ ଘରଚଟିଆ ଦିବସ ରୂପେ ସମଗ୍ର ବିଶ୍ୱରେ ପାଳନ କରାଯାଇ ଆସୁଛି। ଘରଚଟିଆର ବୈଜ୍ଞାନିକ ନାମ ପାସେରିଡି। ଭୂମଧ୍ୟସାଗରୀୟ ଅଞ୍ଚଳରୁ ଆରମ୍ଭ କରି ବ୍ରିଟେନ୍‌, ଫ୍ରାନ୍ସ, ପ୍ୟାରିସ୍‌, ଜର୍ମାନୀ, ବେଲଜିୟମ୍‌, ଇଟାଲୀ, ନେଦରଲାଣ୍ଡ ଓ ଫିନ୍‌ଲାଣ୍ଡ..

ଏଇ ଭାରତରେ

ଏଇ ଭାରତରେ

ଜଣେ ବ୍ୟକ୍ତି ୧୦ଲକ୍ଷ ଟଙ୍କା ରାସ୍ତାପାର୍ଶ୍ୱରୁ ପାଇ ଫେରାଇଦେବା ଘଟଣା ତାଙ୍କୁ ମହାନତାର ପରିଚୟ ଦେଇଛି। ଏଥିପାଇଁ ଉକ୍ତ ବ୍ୟକ୍ତିଙ୍କୁ ପୁରସ୍କାର ସ୍ବରୂପ ୨ଲକ୍ଷ ଟଙ୍କା ଦିଆଯାଇଛି।  ଦିଲୀପ ପୋଦ୍ଦାର ନାମକ ଜଣେ ବ୍ୟକ୍ତି ସୁରଟର ଉମ୍ରା ଅଞ୍ଚଳରେ ଶାଢ଼ି ଶୋ’ରୁମ୍‌ରେ ସେଲ୍ସମ୍ୟାନ୍‌ ଭାବେ କାମ କରନ୍ତି। ପୋଦ୍ଦାର ମଧ୍ୟାହ୍ନଭୋଜନ ସାରି ଡ୍ୟୁଟିକୁ ଫେରୁଥିବା ବେଳେ ରାସ୍ତାପାର୍ଶ୍ୱରେ ଏକ ବ୍ୟାଗ୍‌..

ସମ୍ପାଦକୀୟ/ଅନୁଚିତ ନିଯୁକ୍ତି

ସମ୍ପାଦକୀୟ/ଅନୁଚିତ ନିଯୁକ୍ତି

ସୁପ୍ରିମ୍‌କୋର୍ଟର ପୂର୍ବତନ ବିଚାରପତି ପିନାକୀ ଚନ୍ଦ୍ର ଘୋଷ ଦେଶର ପ୍ରଥମ ଲୋକପାଳ ହେବା ମାର୍ଚ୍ଚ ୧୭ରେ ସ୍ଥିର ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗଠିତ ଉଚ୍ଚ ସ୍ତରୀୟ ଚୟନ କମିଟି ତାଙ୍କ ନାମ ସୁପାରିସ କରିଥିଲା। ଲୋକପାଳ ଚୟନ ନେଇ ଫେବୃୟାରୀ ଶେଷ ସୁଦ୍ଧା ନିଷ୍ପତ୍ତି ନେବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେ..

ମୃତ୍ୟୁ ପରେ ଜୀବନ

ମୃତ୍ୟୁ ପରେ ଜୀବନ

ବୈକୁଣ୍ଠନାଥ ମିଶ୍ର

ଜନ୍ମ ପରେ ମୃତ୍ୟୁ ଏକ ଅବଧାରିତ ସତ୍ୟ। ଆଧୁନିକ ବିଜ୍ଞାନ ସବୁ କ୍ଷେତ୍ରରେ ସଫଳତା ପାଇଥିଲେ ମଧ୍ୟ ମୃତ୍ୟୁକୁ ଟାଳିପାରି ନାହିଁ। ମୃତ୍ୟୁ ପରବର୍ତ୍ତୀ ଘଟଣା ଉପରେ ବିଜ୍ଞାନ ସମ୍ପୂର୍ଣ୍ଣ ନୀରବ। ତଥାପି କେତେକ ଘଟଣା ଓ ତତ୍‌ସମ୍ବନ୍ଧୀୟ ମତାମତକୁ ପରୀକ୍ଷା କଲେ ଆମେ ମୃତ୍ୟୁପରବର୍ତ୍ତୀ ଅବସ୍ଥା ବିଷୟରେ ଅନୁମାନ କରିପାରିବା। ଆଜକୁ ବହୁବର୍ଷ ପୂର୍ବର ଏକ ଘଟଣା ଏବେ ମଧ୍ୟ ମୋ ହୃଦୟରେ ଆଲୋଡନ ସୃଷ୍ଟି କରେ। ଶୈଶବ ସମୟରେ ଘଟିଥିବା ଉକ୍ତ ଘଟଣାର ଜଟିଳତାକୁ ହୃ..

ଗୋପାଳଙ୍କ ଓଗାଳ

ଗୋପାଳଙ୍କ ଓଗାଳ

ଡ. ଭାଗ୍ୟଲିପି ମଲ୍ଲ

ଦୋଳପୂନେଇଁ ଆସିଲେ ମନେପଡ଼େ ଗଁା ଦାଣ୍ଡ। ସଞ୍ଜ ଆକାଶରେ ଉଇଁ ଆସୁଥାଏ ଉକିଆ ଜହ୍ନ। ଜହ୍ନ ଉପରକୁ ଉଠେ। ପବନରେ ଭାସି ଆସେ କୃଷ୍ଣ-ସଂଗୀତ। ”ଫଗୁଣ ମାସରେ ଦୋଳଗୋବିନ୍ଦ, ଫଗୁ ଖେଳୁଥା’ନ୍ତି ପରମାନନ୍ଦ। ଫଗୁ ଗୁଣ୍ଡିରେ ଝିମିରି ମିଶାଇ, ଫଗୁ ଖେଳୁଥା’ନ୍ତି ଯଦୁ ଗୋସାଇଁ, ମୋ’ କାହ୍ନାରେ।“ ..

ଏଇ ଭାରତରେ

ଏଇ ଭାରତରେ

ଦେଶର ବିିଭିନ୍ନ ସମ୍ପ୍ରଦାୟ ମଧ୍ୟରେ ବେଳେବେଳେ ଉତ୍ତେଜନା ସୃଷ୍ଟିହୁଏ। ଏଥିପାଇଁ ଧନସମ୍ପଦ କ୍ଷୟ ହେବା ସହିତ ଜୀବନ ହାନି ମଧ୍ୟ ଘଟିଥାଏ। କିନ୍ତୁ ଜୀବନ ମରଣ ସମସ୍ୟାରେ ପଡ଼ିବା ପରେ ଦୁଇ ସମ୍ପ୍ରଦାୟର ବ୍ୟକ୍ତିଙ୍କ ମନରେ ସୃଷ୍ଟି ହୋଇଛି ମାନବିକତା। ଏଭଳି ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି ହିନ୍ଦୁ ଓ ମୁସଲମାନ ସମ୍ପ୍ରଦାୟର ଦୁଇଜଣ ମହିଳା। ନିଜ ନିଜ ସ୍ବାମୀଙ୍କ ଜୀବନ ବଞ୍ଚାଇବା..


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା