୩୦ରେ ଦୀଘା ଜଗନ୍ନାଥ ମନ୍ଦିର ଉଦଘାଟନ କରିବେ ମମତା: ପୁରୀରୁ ଆସିବେ ଦଇତାପତି, ପଣ୍ଡିତ

ଭୋଗରାଇ, ୨୧।୪( ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ସାହାବାଜିପୁର ଠାରୁ ମାତ୍ର ୨ କିମି ଦୂର ପଶ୍ଚିମବଙ୍ଗ ନିଉ ଦୀଘା ରେଳଷ୍ଟେସନ ନିକଟରେ ୨୦ ଏକର ଜାଗାରେ ୨ ଶହ ୫୦ କୋଟି ଟଙ୍କା ବ୍ୟୟରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଅନୁକରଣରେ ନୂତନ ଅନ୍ୟ ଏକ ଜଗନ୍ନାଥ ମନ୍ଦିର ନିର୍ମାଣ ଶେଷ ହୋଇଛି l ଆସନ୍ତା ପବିତ୍ର ଅକ୍ଷୟ ତୃତୀୟାରେ ଏହି ନୂତନ ଜଗନ୍ନାଥ ମନ୍ଦିରରେ ଭଗବାନ ବଳଭଦ୍ର, ମା’ ସୁଭଦ୍ରା ଓ ଶ୍ରୀଜଗନ୍ନଥଙ୍କ ପ୍ରାଣ ପ୍ରତିଷ୍ଠା ଲାଗି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭ ଉଦଘାଟନ କରିବେ ବୋଲି ସରକାରୀ ଭାବେ ଘୋଷଣା କରାଯାଇଛି l ଏଥି ଲାଗି ପୁରୀ ଶ୍ରୀମନ୍ଦିରରୁ ଦଇତାପତି ଓ ପଣ୍ଡିତ ମାନେ ଦୀଘା ଜଗନ୍ନାଥ ମନ୍ଦିରକୁ ଆସି ସମସ୍ତ ଦିବ୍ୟ ଓ ଭବ୍ୟ କାର୍ଯ୍ୟକ୍ରମର ଅଂଶ ଗ୍ରହଣ କରିବାକୁ ନେଇଁ ଦୀଘା – ଶଙ୍କରପୁର ଉନ୍ନୟନ ପରିଷଦ ଓ ଟ୍ରଷ୍ଟ ବୋର୍ଡ଼ ପକ୍ଷରୁ ସୂଚନା ମିଳିଛିl

ଓଡିଶା ସୀମାନ୍ତ ବଙ୍ଗୋପସାଗର କୂଳରେ ଦୀଘା ପର୍ଯ୍ୟଟନ କେନ୍ଦ୍ରକୁ ପର୍ଯ୍ୟଟକଙ୍କୁ ଅଧିକ ଆକର୍ଷଣ ଓ ସୌନ୍ଦର୍ଯ୍ୟକରଣ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ରଖି ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଡିସେମ୍ବର ୨୦, ୨୦୧ ୮ ମସିହାରେ ଦୀଘାରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଭଳି ଏଠାରେ ନୂତନ ଜଗନ୍ନାଥ ମନ୍ଦିର ନିର୍ମାଣ ହେବ ବୋଲି ଉଚ୍ଚ ପ୍ରଶାସନିକ ବୈଠକରେ ଘୋଷଣା କରିଥିଲେ l ୨୦୨୨ ମସିହାରେ ପ୍ରଥମେ ଜଗନ୍ନାଥ ମନ୍ଦିର ନିର୍ମାଣ ନିମନ୍ତେ ବଙ୍ଗ ସରକାର ୨ ଶହ କୋଟି ଟଙ୍କା ଅର୍ଥ ମଞ୍ଜୁର କରି ଖୁବଶୀଘ୍ର ମନ୍ଦିର ନିର୍ମାଣ କରିବାକୁ ନିର୍ଦେଶ ଦେଇଥିଲେ l ୬୫ ଫୁଟ ଉଚ୍ଚର ଏହି ଭବ୍ୟ ମନ୍ଦିର ନିର୍ମାଣ ନିମନ୍ତେ ହିଡ଼କୋ ସଂସ୍ଥା ହାତକୁ ନେଇଥିବାବେଳେ ରାଜସ୍ଥାନର ନାମୀ ମାର୍ବଲ ପଥରରେ ଶ୍ରୀଜଗନ୍ନାଥ ମନ୍ଦିର ସହ ଆଠଟି ମନ୍ଦିର ନିର୍ମିତ ହୋଇଛି l ମେଘନାଦ ପ୍ରାଚେରୀ ଭଳି ପ୍ରଥମ ମନ୍ଦିରରେ ପ୍ରଭୁ ବଳଭଦ୍ର, ମା’ ସୁଭଦ୍ରା ଓ ଭଗବାନ ଶ୍ରୀ ଜଗନ୍ନାଥ ପଥରରେ ମୂର୍ତ୍ତି ରହିଥିବାବେଳେ ମନ୍ଦିରର ୪ ଦ୍ୱାର ସହ ୨ ୟ ମନ୍ଦିରରେ ମା’ ଲକ୍ଷ୍ମୀଙ୍କ ମନ୍ଦିର, ସମ୍ମୁଖ ଭାଗରେ ଗରୁଡ଼ ସ୍ତମ୍ଭ, ରୋଷେଇଶାଳ, ବିଶ୍ରାମଗାର ଓ ଅତିଥିଶାଳା ରହିଛି l ମନ୍ଦିର ପ୍ରାଚେରୀ ଦୀଘା – ବର୍ଡ଼ର ରାସ୍ତା ଦକ୍ଷିଣ ପଟରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ ଲାଗି ଅନ୍ୟ ଏକ ନୂତନ ପାର୍କ ନିର୍ମାଣ କରାଯାଇଛିl

ମନ୍ଦିରର ଶୁଭ ଉଦଘାଟନ ନିମନ୍ତେ ଆସନ୍ତା ୨୮ ରେ ସମସ୍ତ ଅତିଥି ମାନେ ମନ୍ଦିରରେ ଉପସ୍ଥିତି ରହିବା ସହିତ ୨୯ ରେ ଧର୍ମୀୟ ନୀତି ଅନୁଯାୟୀ ଯଜ୍ଞ, ହୋମ କରାଯିବ ବୋଲି ଟ୍ରଷ୍ଟ ବୋର୍ଡ଼ ପକ୍ଷରୁ କୁହାଯାଇଛି l ୩୦ ତାରିଖ ଅକ୍ଷୟ ତୃତୀୟାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଦୀଘା ଜଗନ୍ନାଥ ମନ୍ଦିରକୁ ଶୁଭଦଘାଟନ କରିବେ l ଦୀଘା ଜଗନ୍ନାଥ ମନ୍ଦିର ଉଦଘାଟନ ଉତ୍ସବ ଦର୍ଶନଲାଗି ଓଡିଶା ଓ ପଶ୍ଚିମବଙ୍ଗବାସୀଙ୍କ ଉତ୍କଣ୍ଠା ବଢିଥିବାବେଳେ ଦୀଘାରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି l ଓଡିଶା ବର୍ଡ଼ର ଏବଂ ଦୀଘା ପ୍ରବେଶ ପଥରେ ଯାନବାହାନାକୁ ନିୟନ୍ତ୍ରଣ ଲାଗି ପୋଲିସର ତତ୍ପରତା ପ୍ରକାଶ ପାଇଛିl

ଜଗନ୍ନାଥ ମନ୍ଦିର ପରିଚାଳନା ନିମନ୍ତେ ମୁଖ୍ୟ ସଚିବଙ୍କ ସହ ଜିଲା ମାଜିଷ୍ଟ୍ରେଟ, ଏସପି, ଇସ୍କନର ମୁଖ୍ୟ ସହ ୨ ୨ ଜଣିଆ କମିଟି ଗଠନ କରାଯାଇଥିବାବେଳେ ଇସ୍କନ ମନ୍ଦିରର ସମସ୍ତ ପରିଚାଳନା କରିବେ ବୋଲି ସରକାରୀ ଭାବେ ଘୋଷଣା କରାଯାଇଛି l ଦୀଘା ଜଗନ୍ନାଥ ମନ୍ଦିର ଉଦଘାଟନ ନିମନ୍ତେ ୨ ରାଜ୍ୟବାସୀଙ୍କ ଦୀର୍ଘ ବର୍ଷର ପ୍ରତୀକ୍ଷାର ଅନ୍ତ ଘଟୁଥିବାବେଳେ ବାଲେଶ୍ୱର ଜିଲା ଭୋଗରାଇର ଉଦୟପୁର, ତାଳସାରୀ, ବିଚିତ୍ରପୁର ଇକୋ ଟୁ୍ରିଜିମ, ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର, ଭୂଷଣ୍ଡେଶ୍ୱର ଓ ମା ବାସୁଳୀଙ୍କ ପୀର ଗୁରୁତ୍ୱ ବଢିଵ ବୋଲି କୁହାଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri