Posted inଜାତୀୟ

ମୋଦି ଆମେରିକାରୁ ଫେରିଲେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ

ନୂଆଦିଲ୍ଲୀ,୯।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ଶୋଚନୀୟ ପରାଜିତ ହେବାର ଦିନକ ପରେ ମୁଖ୍ୟମନ୍ତ୍ରୀ ପଦରୁ ଆତିଶୀ ଇସ୍ତଫା ଦେଇଛନ୍ତି। କାଲ୍‌କାଜି ଆସନରୁ ଜିତିଥିବା ଆତିଶୀ ରବିବାର ଉପରାଜ୍ୟପାଳ ଭି.କେ. ସାକ୍ସେନାଙ୍କୁ ଭେଟି ଇସ୍ତଫାପତ୍ର ପ୍ରଦାନ କରିଛନ୍ତି।

ନୂଆ ସରକାର ଗଢ଼ାହେବା ପର୍ଯ୍ୟନ୍ତ ବିଦାୟୀ ମୁଖ୍ୟମନ୍ତ୍ରୀଙ୍କୁ ଉକ୍ତ ପଦରେ ରହିବାକୁ ସାକ୍ସେନା କହିଥିବା ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଗସ୍ତରୁ ଫେରିବା ପରେ ଆସନ୍ତା ସପ୍ତାହରେ ଭାଜପା ସରକାର ଗଠନ ପାଇଁ ଦାବି ଉପସ୍ଥାପନ କରିବ ବୋଲି ଆଶା କରାଯାଉଛି। ଶନିବାର ନିର୍ବାଚନ ଫଳ ପ୍ରକାଶ ପାଇବା ପରେ ଉପରାଜ୍ୟପାଳ ଦିଲ୍ଲୀ ବିଧାନସଭା ଭଙ୍ଗ କରିଥିଲେ।

ଗତ ୫ ତାରିଖରେ ଅନୁଷ୍ଠିତ ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ନିର୍ବାଚନରେ ଭାଜପା ୪୮ ଆସନରେ ବିଜୟୀ ହୋଇ ୨୬ ବର୍ଷରୁ ଊର୍ଦ୍ଧ୍ୱ ସମୟ ବ୍ୟବଧାନରେ ଦିଲ୍ଲୀରେ କ୍ଷମତାକୁ ଫେରିଛି। ଅନ୍ୟପକ୍ଷରେ ଶାସକ ଭାଜପା ୨୨ ଆସନରେ ସୀମିତ ରହିଥିବାବେଳେ କଂଗ୍ରେସ କ୍ରମାଗତ ତୃତୀୟ ଥର ପାଇଁ ଖାତା ଖୋଲିପାରି ନାହିଁ। ଅବକାରୀ ଦୁର୍ନୀତି ମାମଲାରେ ଜେଲ୍‌ ଯିବା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ନିଜ ପଦରୁ ଇସ୍ତଫା ଦେବାରୁ ଗତବର୍ଷ ସେପ୍ଟେମ୍ବରରେ ଆତିଶୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ।

ଦିଲ୍ଲୀରେ ଆପ୍‌ ଏକ ଗଠନମୂଳକ ବିରୋଧୀ ଦଳର ଭୂମିକା ନିର୍ବାହ କରିବ ବୋଲି ଦଳୀୟ ମୁଖପାତ୍ର ପ୍ରିୟଙ୍କା କକ୍କର କହିଛନ୍ତି। ୨୬ ବର୍ଷ ପରେ ଭାଜପା ଦିଲ୍ଲୀରେ କ୍ଷମତାକୁ ଫେରିଥିବାରୁ ନୂଆ ସରକାରଙ୍କ ଶପଥ ଗ୍ରହଣ ଉତ୍ସବ ବହୁ ଆଡ଼ମ୍ବର ସହିତ ଆୟୋଜିତ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ଦିଲ୍ଲୀରୁ ଫେରିବା ପରେ ଏହି ଉତ୍ସବ ଅନୁଷ୍ଠିତ ହେବ ବୋଲି ଭାଜପା ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଟପ୍‌ ୭ଟିି ସରକାରୀ ଚାକିରି, IAS ଭଳି ଦରମା, କମ୍‌ ପରିଶ୍ରମରେ…

ନୂଆଦିଲ୍ଲୀ,୭।୧୨: ସରକାରୀ ଚାକିରି ପାଇବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ସ୍ୱପ୍ନ। ତଥାପି, ଅଧିକାଂଶ ଲୋକ କେବଳ କିଛି ହାଇ-ପ୍ରୋଫାଇଲ ପଦବୀ ବିଷୟରେ ଜାଣନ୍ତି –...

ରବିବାର ବି ଇଣ୍ଡିଗୋର ୨୨୦ରୁ ଅଧିକ ବିମାନ ରଦ୍ଦ, ସରକାରଙ୍କ ନିର୍ଦ୍ଦେଶ ରାତି ୮ଟା ସୁଦ୍ଧା ଫେରାନ୍ତୁ ଟଙ୍କା

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ଏୟାରଲାଇନ୍ସର କାର୍ଯ୍ୟକ୍ଷମ ସଙ୍କଟ ସମାଧାନ ଏବଂ ସ୍ବାଭାବିକତା ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରହିଛି। ତଥାପି, ଏହି ସଙ୍କଟ ଲଗାତାର ଷଷ୍ଠ...

ଇଣ୍ଡିଗୋ ସଙ୍କଟକୁ ନେଇ କଡ଼ା ହେଲେ ସରକାର, CEOଙ୍କୁ ଶୋ କଜ୍‌ ନୋଟିସ ପଠାଇଲା DGCA, ଗଠନ ହେଲା କମିଟି

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ବିମାନ ଚଳାଚଳରେ ବ୍ୟାପକ ବିଳମ୍ବ ଏବଂ ବାତିଲ ହେବା ପରେ, କମ୍ପାନୀ ଏକ ସଙ୍କଟ ପରିଚାଳନା ଦଳ ଗଠନ କରିଛି। କମ୍ପାନୀର ମୂଳ...

ଦ୍ୱାଦଶ ପର୍ଯ୍ୟନ୍ତ ପଢିବାକୁ ଲାଗୁଛି ୨୨ ଲକ୍ଷ! କେମିତି ମଧ୍ୟବିତ୍ତଙ୍କ ଅଣ୍ଟା ଭାଙ୍ଗିଲାଣି ଘରୋଇ ସ୍କୁଲ, ଭାଇରାଲ ହେଉଛି CAଙ୍କ ପୋଷ୍ଟ

ନୂଆଦିଲ୍ଲୀ,୭।୧୨: ଭାରତରେ ମଧ୍ୟବିତ୍ତ ପରିବାର ପାଇଁ ଶିକ୍ଷା ସର୍ବଦା ପ୍ରାଥମିକତା ରହିଆସିଛି। କିନ୍ତୁ ୨୦୨୫ ପାଇଁ ଆଶ୍ଚର୍ଯ୍ୟଜନକ ସଂଖ୍ୟା ସାମ୍ନାକୁ ଆସିଛି। ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ଗୁଡ ନ୍ୟୁଜ ଦେଲା ଏୟାର ଇଣ୍ଡିଆ, ଖୁସି ହେବେ ଯାତ୍ରୀ

ନୂଆଦିଲ୍ଲୀ,୭।୧୨: ଦେଶବ୍ୟାପୀ ଅନେକ ଇଣ୍ଡିଗୋ ବିମାନ ବାତିଲ ହେବା ଫଳରେ ଯାତ୍ରା ଗୁରୁତର ଭାବରେ ବାଧାପ୍ରାପ୍ତ ହୋଇଛି। ଏହାର ଜବାବରେ, ଏୟାର ଇଣ୍ଡିଆ ଏବଂ ଏୟାର...

SBI ରେ ଆକାଉଣ୍ଟ ଅଛି କି? ଏହି ଭୁଲ କରୁଥିଲେ କଟିଯିବ ଟଙ୍କା…

ନୂଆଦିଲ୍ଲୀ,୭।୧୨: ଆପଣଙ୍କର ଷ୍ଚେଟ ବ୍ୟାଙ୍କ ଅଫ ଇଣ୍ଡିଆ(SBI) ବ୍ୟାଙ୍କରେ ଖାତା ଅଛି କି? ଆପଣଙ୍କର ATMରୁ ବାରମ୍ୱାର ଟଙ୍କା ଉଠାଇବାର ଅଭ୍ୟାସ ରହିଛି କି? ତେବେ...

ମୋଦିଙ୍କୁ ପାକିସ୍ତାନୀ ମହିଳାଙ୍କ ଚିଠି, କହିଲେ ମୋ ସ୍ୱାମୀ ଧୋକା ଦେଇଛି…

ନୂଆଦିଲ୍ଲୀ,୭।୧୨: ପାକିସ୍ତାନୀ ମହିଳା ନିକିତା ନାଗଦେବଙ୍କ ଏକ ଭିଡିଓ ସମ୍ପ୍ରତି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ, ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ମୋଦିଙ୍କଠାରୁ ନ୍ୟାୟ ପାଇଁ...

ନାଇଟ୍ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୨୫ଜଣ

ଗୋଆ,୭।୧୨: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri