Posted inଜାତୀୟ

‘ମୋ ଜମି, ମୋ ମନ୍ଦିର, ପୋଲିସକୁ କାହିଁକି ଜଣାଇବି? ଆନ୍ଧ୍ରପ୍ରଦେଶରେ ମନ୍ଦିର ମାଲିକଙ୍କ ଅଜବ ଯୁକ୍ତି

ଆନ୍ଧ୍ରପ୍ରଦେଶ,୨।୧୧: ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲାର କାସିବୁଗାଠାରେ ଥିବା ଶ୍ରୀ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିର (ମିନି ତିରୁପତି)ରେ ଗତକାଲି ଏକାଦଶୀ ଅବସରରେ ପ୍ରବଳ ଭିଡ଼ ଯୋଗୁଁ ଦଳାଚକଟା ଘଟି ୯ ଜଣ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୮ ଜଣ ମହିଳା ଓ ଜଣେ ଶିଶୁ ଅଛନ୍ତି। ଏହି ମର୍ମନ୍ତୁଦ ଘଟଣା ପରେ ମନ୍ଦିର କର୍ତ୍ତୃପକ୍ଷ ତଥା ପୂଜକ ହରି ମୁକୁନ୍ଦ ପଣ୍ଡାଙ୍କ ବୟାନ ଚର୍ଚ୍ଚାର ବିଷୟ ପାଲଟିଛି।

୯୪ ବର୍ଷୀୟ ହରି ମୁକୁନ୍ଦ ପଣ୍ଡା କହିଛନ୍ତି ଯେ ସେ ଏହି ମନ୍ଦିରକୁ ମାତ୍ର ଚାରି ମାସ ତଳେ ତାଙ୍କ ବ୍ୟକ୍ତିଗତ ଜମିରେ ନିର୍ମାଣ କରିଛନ୍ତି। ଏହି ଏକାଦଶୀ କାର୍ଯ୍ୟକ୍ରମ ବିଷୟରେ ସେ ସ୍ଥାନୀୟ ପ୍ରଶାସନ ବା ପୋଲିସକୁ ଜଣାଇ ନ ଥିଲେ। ସେ ପ୍ରଶ୍ନ କରିଛନ୍ତି, “ଏହା ମୋର ଜମି, ମୋର ମନ୍ଦିର। ମୁଁ କାହିଁକି ପୋଲିସ ବା ପ୍ରଶାସନକୁ ଜଣାଇବି?”

ପଣ୍ଡା କହିଛନ୍ତି ଯେ ସାଧାରଣତଃ ମନ୍ଦିରରେ କମ୍ ଭିଡ଼ ହୁଏ ଏବଂ ସେ ଏକାଦଶୀରେ ଏତେ ଭିଡ଼ ଆଶା କରି ନ ଥିଲେ। ତାଙ୍କ ନିଜ ଖର୍ଚ୍ଚରେ ରନ୍ଧା ଯାଇଥିବା ପ୍ରସାଦ ସକାଳ ୯ଟା ବେଳେ ଭିଡ଼ ହେତୁ ଶୀଘ୍ର ଶେଷ ହୋଇଯାଇଥିଲା।

ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଏହି ଘଟଣା ପାଇଁ ମନ୍ଦିର କର୍ତ୍ତୃପକ୍ଷଙ୍କୁ ଦାୟୀ କରିଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସକୁ ପୂର୍ବରୁ ସୂଚନା ଦିଆଯାଇଥାନ୍ତା, ତେବେ ଭିଡ଼ ନିୟନ୍ତ୍ରଣ ପାଇଁ ବ୍ୟବସ୍ଥା କରାଯାଇ ପାରିଥାଆନ୍ତା। ସେ ଘଟଣାରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ପୂଜକ ପଣ୍ଡା କିନ୍ତୁ କହିଛନ୍ତି ଯେ ମୋ ବିରୁଦ୍ଧରେ ମାମଲା ରୁଜୁ ହେଲେ ବି ତାଙ୍କର କିଛି ଯାଏ ଆସେ ନାହିଁ।

ତଦନ୍ତରୁ ଜଣାପଡ଼ିଛି ଯେ ନିର୍ମାଣାଧୀନ ଥିବା ଏହି ମନ୍ଦିରରେ ପ୍ରବେଶ ଓ ପ୍ରସ୍ଥାନ ପାଇଁ ମାତ୍ର ଗୋଟିଏ ସଂକୀର୍ଣ୍ଣ ରାସ୍ତା ଥିଲା। ଏହି ତ୍ରୁଟି ଯୋଗୁଁ ଭିଡ଼ ସମୟରେ ପରିସ୍ଥିତି ଅଧିକ ଜଟିଳ ହୋଇଥିଲା। ଦୁର୍ଘଟଣା ପରେ ମନ୍ଦିରକୁ ବନ୍ଦ କରିଦିଆଯାଇଛି ଏବଂ ମନ୍ଦିର ପରିସରରେ ପୋଲିସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭୋଟ ଚୋରି’ ବିରୋଧରେ କଂଗ୍ରେସର ପ୍ରଦର୍ଶନ, ରାମଲିଳା ମଇଦାନରେ ଏକାଠି ହେବେ ବହୁ ବରିଷ୍ଠ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ କଥିତ ନିର୍ବାଚନୀ ଜାଲିଆତି ଏବଂ ‘ଭୋଟ ଚୋରି’ ବିରୋଧରେ ଅଭିଯାନକୁ ତୀବ୍ରତର କରୁଛି। ଡିସେମ୍ବର ୧୪, ୨୦୨୫ ରବିବାର ଦିଲ୍ଲୀର ରାମଲୀଳା ମଇଦାନରେ...

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା...

ଭାରତ ଉପରୁ ଟାରିଫ୍‌ ହଟାଯାଉ

ଓ୍ବାଶିଂଟନ,୧୪ା୧୨: ଭାରତରୁ ଆମଦାନୀ ସାମଗ୍ରୀ ଉପରେ ୫୦ ପ୍ରତିଶତ ଟାରିଫ୍‌ ଲଗାଯିବାକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଜାତୀୟ ଏମର୍ଜେନ୍ସି ଘୋଷଣା ବୋଲି ଆମେରିକା ହଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍‌ର...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri