Posted inରାଜ୍ୟ

ମୁଖ୍ୟମନ୍ତ୍ରୀ ଦୌଡ଼ରେ ଅନେକ ନେତା, ଚର୍ଚ୍ଚାରେ ଗିରିଶ ମୁର୍ମୁଙ୍କ ନାଁ

ଭୁବନେଶ୍ୱର,୫।୬: ଓଡ଼ିଶାରେ ସାଧାରଣ ନିର୍ବାଚନ ପରେ ସଂଖ୍ୟାଗରିଷ୍ଠ ଦଳ ଭାବେ ଭାଜପାର ରାଜ୍ୟରେ ସରକାର ଗଠନ କରିବାକୁ ଯାଉଛି। ତେଣୁ ଓଡ଼ିଶାର ଲୋକପ୍ରିୟ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ଥାନରେ କିଏ ଭାଜପା ମୁଖ୍ୟମନ୍ତ୍ରୀ ହେବେ ତାହାକୁ ନେଇ କଳ୍ପନା ଜଳପାନ ଆରମ୍ଭ ହୋଇଯାଇଛି। ସଂଖ୍ୟାଗରିଷ୍ଠ ଦଳ ଭାବେ ଭାଜପାର କୌଣସି ପରିଚିତ ମୁହଁ ରାଜ୍ୟବାସୀଙ୍କ ପାଖରେ ନାହିଁ। ସେଥିପାଇଁ ଭାଜପାର କେନ୍ଦ୍ରୀୟ ନେତୃତ୍ବର ଗତାନୁଗତିକ ପୂର୍ବ ଢାଞ୍ଚାକୁ ମନେହୁଏ ଯେପରି ଓଡ଼ିଶାରେ ମଧ୍ୟ ମନୋହରଲାଲ୍ ଖଟ୍ଟରଙ୍କ ଭଳି ଅଜଣା, ଅଶୁଣା କିନ୍ତୁ ଗ୍ରହଣୀୟ ବିଧାୟକ ନେତୃତ୍ବ ନେବାର ସମ୍ଭାବନା ରହିଛିI

ଲୋକ ସଭାର ସ୍ଥିତିକୁ ଦେଖିଲେ ୫୪୩ ଆସନରୁ ଭାଜପା ମୋଟ୍ ୨୪୦ ସିଟ୍ ହାସଲ କରିପାରିଛି। ଏକାକୀ ସରକାର ଗଢ଼ିବା ପାଇଁ ଆବଶ୍ୟକ ସଂଖ୍ୟା ହେଉଛି ୨୭୨। ଅର୍ଥାତ୍ ଭାଜପା କେନ୍ଦ୍ରରେ ମିଳିତ ସରକାର କରିବାକୁ ବାଧ୍ୟ ହେବ। ସେଥିପାଇଁ ଭାଜପାର ଯିଏ ବି ପ୍ରଧାନମନ୍ତ୍ରୀ ହେବେ, ସେହି ବ୍ୟକ୍ତି କେବେହେଲେ ଜିତିଥିବା ଲୋକ ସଭା ପ୍ରାର୍ଥୀଙ୍କୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୁଖ ହେବା ପାଇଁ ସୁଯୋଗ ଦେବେ ନାହିଁ। କାରଣ ବର୍ତ୍ତମାନ ଲୋକ ସଭାରେ ଭାଜପାର ଉପୁଜିଥିବା କଠିନ ପରିସ୍ଥିତି ଯୋଗୁ ଗୋଟିଏ ବି ଆସନ ହଲ୍‌ଚଲ ହେଉ ବୋଲି ଚାହିଁବେ ନାହିଁ।

ସେ ଦୃଷ୍ଟିରୁ ବିଧାନସଭାକୁ ଜିତିଥିବା ପ୍ରାର୍ଥୀଙ୍କ ଭିତରୁ ଜଣେ ମୁଖ୍ୟମନ୍ତ୍ରୀ ହେବେ। କିଏ ହେବେ ତାହା ଏବେ କହିବା ଅସମ୍ଭବ। ଏହାକୁ ନେଇ ଅଙ୍କକଷା ଆରମ୍ଭ ହୋଇଯାଇଛି। ଓଡ଼ିଶା ପ୍ରଭାରୀ ବିଜୟପାଲ ସିଂ ତୋମାର ଓ ଭୂପେନ୍ଦ୍ର ଯାଦବ ରାଜ୍ୟ କାର୍ଯ୍ୟାଳୟରେ ଦଳୀୟ ନେତାଙ୍କ ସହିତ ଆଲୋ କରିଛନ୍ତି। ଦଳରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ଅପରାଜିତା ଷଡ଼ଙ୍ଗୀ, ମୁଖପାତ୍ର ସମ୍ବିତ ପାତ୍ର, ରାଷ୍ଟ୍ରୀୟ ଉପାଧ୍ଯକ୍ଷ ବୈଜୟନ୍ତ ପଣ୍ଡା, ପ୍ରତାପ ଷଡ଼ଙ୍ଗୀ ପ୍ରମୁଖଙ୍କ ନାମ ମୁଖ୍ୟମନ୍ତ୍ରୀ ପାଇଁ ଚର୍ଚ୍ଚା ହେଉଛି। ଏଥିସହିତ ବିଜେପିରୁ ସାଂସଦଭାବେ ନିର୍ବାଚିତ ହୋଇଥିବା ଭର୍ତ୍ତୃହରି ମହତାବଙ୍କ ସମେତ ଦେଶର କମ୍ପଟ୍ରୋଲର ଆଣ୍ଡ ଅଡ଼ିଟର ଜେନେରାଲ ଅଫ୍ ଇଣ୍ଡିଆ ଥୂବା ଓଡ଼ିଆ ପୁଅ ଗିରୀଶଚନ୍ଦ୍ର ମୁର୍ମୁଙ୍କ ନାମ ମଧ୍ୟ ମୁଖ୍ୟ ମୁଖ୍ୟମନ୍ତ୍ରୀ ପଦ ପାଇଁ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି

ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri