Posted inଜାତୀୟ

ଘୁଞ୍ଚିଲା ନିଟ୍‌ ଶୁଣାଣି, ଏହି ତାରିଖରେ ହେବ ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ,୧୧ା୭: ସୁପ୍ରିମକୋର୍ଟରେ ଗୁରୁବାର ହେବାକୁ ଥିବା ନିଟ୍‌ ଶୁଣାଣି ସ୍ଥଗିତ ରଖାଯାଇଛି। ଜୁଲାଇ ୮ରେ ସୁପ୍ରିମକୋର୍ଟରେ ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ବେଞ୍ଚ ଦ୍ୱାରା ଏହି ଶୁଣାଣି ହୋଇଥିଲା। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆଜି ହେବାର ଥିଲା ମାତ୍ର ଏହି ଶୁଣାଣି ସ୍ଥଗିତ ରଖାଯାଇଛି। କହି ରଖୁଛୁ ସିବିଆଇ, ସରକାର ଏବଂ ଏନ୍‌ଟିଆଇ ସେମାନଙ୍କ ଉତ୍ତର ସୁପ୍ରିମକୋର୍ଟରେ ଦାଖଲ କରିଛନ୍ତି। କିଛି ପ୍ରତିପକ୍ଷ ସତ୍ୟପାଠ ପାଇ ନ ଥିବାରୁ ଏହି ଶୁଣାଣି ଘୁଞ୍ଚିଥିବା ଜଣାପଡ଼ିଛି। କେନ୍ଦ୍ର ଓ ନିଟ୍‌ ଦେଇଥିବା ସତ୍ୟପାଠକୁ ପ୍ରତିପକ୍ଷ ପାଇନାହାନ୍ତି। ତେଣୁ ଏହି ମାମଲା ଘୁଞ୍ଚିଛି।

ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଉତ୍ତରରେ କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ, ଏହା ନିଟ୍‌ ପରୀକ୍ଷା ପୁନଃ ପରିଚାଳନା କରିବା ସପକ୍ଷରେ ନୁହେଁ। ସୁପ୍ରିମକୋର୍ଟରେ ଦିଆଯାଇଥିବା ଆଫିଡେଭିଟ୍‌ରେ କେନ୍ଦ୍ର ସରକାର କହିଛନ୍ତି ଯେ ‘ଯାଞ୍ଚ ହୋଇ ନ ଥିବା ଆଶଙ୍କା’ ଆଧାରରେ ୨୩ ଲକ୍ଷ ପ୍ରାର୍ଥୀଙ୍କ ଉପରେ ପୁନଃ ପରୀକ୍ଷଣର ଭାର ଲାଗୁ ହେବ ନାହିଁ।

ଏନ୍‌ଟିଏ ମଧ୍ୟ ଏହାର ଉତ୍ତର ସୁପ୍ରିମକୋର୍ଟରେ ଦାଖଲ କରିଛି। ପାଟନାରେ ହୋଇଥିବା ପେପର ଲିକ୍‌ ମାମଲାରେ ନିରନ୍ତର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ବୋଲି ଏନ୍‌ଟିଆଇ କହିଛି। ପୋଲିସ ସହିତ ସିବିଆଇ ମଧ୍ୟ ଏହି ମାମଲାର ତଦନ୍ତ କରୁଛି। ଏହା ବ୍ୟତୀତ, ଏନ୍‌ଟିଏ ମଧ୍ୟ ମେରିଟ ତାଲିକାରେ ୭୨୦ ମଧ୍ୟରୁ ୬୧ ଛାତ୍ର କିପରି ୭୨୦ ମାର୍କ ପାଇଲେ ସେ ସମ୍ବନ୍ଧରେ ଏକ ଉତ୍ତର ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri