ସର୍ବକାଳୀନ ଉଚ୍ଚରେ ନିଫ୍ଟି, ୬୦୦ ପଏଣ୍ଟ ସେନସେକ୍ସ ବୃଦ୍ଧି

ମୁମ୍ବାଇ, ୨୩।୫: ଗୁରୁବାର ଶେୟାର ବଜାର ଉପରେ ଲକ୍ଷ୍ମୀ ମା’ଙ୍କର ଶୁଭ ଦୃଷ୍ଟି ପଡିଛି। ଲୋକ ସଭା ନିର୍ବାଚନ ଶେଷ ଆଡକୁ ଆଗ୍ରଗତି କରୁଥିଲା ବେଳେ ଗୁରୁବାର ଦଲାଲ ଷ୍ଟ୍ରୀଟରେ ଜବରଦସ୍ତ ଉତ୍ସାହ ଦେଖିବାକୁ ମିଳିଛି। ନିଫ୍ଟି ରେକର୍ଡ ସର୍ବକାଳୀନ ଉଚ୍ଚତାକୁ ଛୁଇଁଥିଲା ବେଳେ ସେନସେକ୍ସ ୬୦୦ ପଏଣ୍ଟ ବୃଦ୍ଧି ପାଇଛି।

ନିଫ୍ଟି ଏକ ପ୍ରତିଶତ ବୃଦ୍ଧି ସହିତ ସର୍ବକାଳୀନ ୨୨,୮୦୬.୨୦ ପଏଣ୍ଟ ଛୁଇଁଥିଲା ବେଳେ ସେନସେକ୍ସ ୭୪,୮୮୦.୧୧ ପଏଣ୍ଟ ଛୁଇଁଛି।

ଅଧିକାଂଶ ବ୍ୟାପକ ବଜାର ସୂଚକାଙ୍କ ମଧ୍ୟ ଇଣ୍ଟ୍ରା ଡେ ଟ୍ରେଡିଂ ସମୟରେ ଏକ ଉତ୍ସାହ ପରିଲକ୍ଷିତ ହୋଇଥିଲା । ଯେଉଁଥିରେ ସମସ୍ତ ହେଭିୱେଟ୍ ଶେୟାର ଭଲ ପ୍ରଦର୍ଶନ କରିଥିଲେ। ତେବେ କାରବାର ସମୟରେ ଅସ୍ଥିରତା ମଧ୍ୟ ୧% ରୁ ଅଧିକ ବୃଦ୍ଧି ପାଇଛି।

ଆର୍ଥିକ, ବ୍ୟାଙ୍କିଙ୍ଗ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ଷ୍ଟକଗୁଡିକରୁ ନିଫ୍ଟି ଆଇଟି, ନିଫ୍ଟି ଆର୍ଥିକ ସେବା ଏବଂ ନିଫ୍ଟି ବ୍ୟାଙ୍କର ଲାଭ ଦ୍ୱାରା ପ୍ରତିଫଳିତ ହେତୁ ବଜାରରେ ଉତ୍ସାହ ଦେଖାଯାଇଛି।

ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ସରକାରଙ୍କୁ ୨.୧୧ ଲକ୍ଷ କୋଟି ଟଙ୍କାର ରେକର୍ଡ ଲାଭାଂଶ ପ୍ରଦାନ କରିବାକୁ ଘୋଷଣା କରିବା ପରେ ଏହି ଉତ୍ସାହ ଦେଖାଯାଇଛି। କାରଣ ଆରବିଆଇ ଘୋଷଣା କରିଥିବା ଆର୍ଥ ପୂର୍ବ ପୂର୍ବାନୁମାନଠାରୁ ଯଥେଷ୍ଟ ଅଧିକ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri