ନୂଆପଡ଼ା ଉପନିର୍ବାଚନ ତ୍ରିମୁଖୀ ନୁହେଁ ଭାଜପା, କଂଗ୍ରେସ ମଧ୍ୟରେ ଲଢ଼େଇ: ଭକ୍ତ

ନୂଆପଡ଼ା,୧୩ା୧୦ (ମକାରୁ ବେମାଲ)ନୂଆପଡ଼ା ଉପନିର୍ବାଚନରେ ତ୍ରିମୁଖୀ ନୁହେଁ, ଭାଜପା ଓ କଂଗ୍ରେସ ମଧ୍ୟରେ ଲଢେଇ ହେବ ଏବଂ କଂଗ୍ରେସ ବହୁମତରେ ବିଜୟୀ ହେବ ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି। ସୋମବାର ସ୍ଥାନୀୟ ଏବିଟି ସମ୍ମିଳନୀ କକ୍ଷରେ କଂଗ୍ରେସ ପକ୍ଷରୁ ଆୟୋଜିତ ମିଶ୍ରଣ ପର୍ବରେ ଯୋଗଦେଇ ଭକ୍ତ କହିଛନ୍ତି, ଭାଜପା ଓ ବିଜେଡି ପ୍ରାର୍ଥୀ ଚୟନରେ ଅହେତୁକ ବିଳମ୍ବ ଯୋଗୁ ଅଧିକ ଯୁବ ଭୋଟର କଂଗ୍ରେସ ପଟକୁ ଢଳୁଛନ୍ତି ା ବର୍ତ୍ତମାନ କଂଗ୍ରେସର ସ୍ଥିତି ମଜଭୁତ ହେବାରେ ଲାଗିଛି। ଅନ୍ୟ ଦଳର କର୍ମୀ ଓ ଭୋଟର ଆଦିବାସୀ ନେତା କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝିଙ୍କୁ ସମର୍ଥନ ଜଣାଉଛନ୍ତି। କଂଗ୍ରେସ ରଣନୀତି ପ୍ରସ୍ତୁତ କରି ନିର୍ବାଚନୀ ମଇଦାନରେ ଓହ୍ଲାଇ ସାରିଛି। ଅନ୍ୟ ଦଳରେ ଆଶାୟୀଙ୍କ ଲମ୍ବା ଲାଇନ ରହିଥିବାରୁ ଦଳର ସୁପ୍ରିମୋ ପ୍ରାର୍ଥୀ ଚୟନ କରିବାରେ ବିଫଳ ହେଉଛନ୍ତି। କଂଗ୍ରେସ ପ୍ରାର୍ଥୀ ମାଝିଙ୍କୁ ଟକ୍କର ଦେବା ପାଇଁ ବିଜେଡି ଆଦିବାସୀ ପ୍ରାର୍ଥୀ ଦେବାକୁ ଚକ୍କର ଚଳାଇଛି। ହେଲେ ଆଦିବାସୀ ପ୍ରାର୍ଥୀ ଦେଲେ ମଧ୍ୟ ମାଝିଙ୍କ ସମକକ୍ଷ ହୋଇପାରିବେ ନାହିଁ ା ଏହି ମିଶ୍ରଣ ପର୍ବରେ ନୂଆପଡା ଏନ୍‌ଏସିର ବିଭିନ୍ନ ୱାର୍ଡର ଶତାଧିକ ଯୁବକ କଂଗ୍ରେସରେ ଯୋଗ ଦେଇଛନ୍ତି। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜାତୀୟ କଂଗ୍ରେସ ମୁଖପାତ୍ର ହମିତ ହୁସେନ, ରାଜଗାଙ୍ଗପୁର ବିଧାୟକ ରାଜନ ଏକ୍କା, ନୂଆପଡା ଜିଲା ପର୍ଯ୍ୟବେକ୍ଷକ ମୁରଲୀଧର ନାୟକ, ଗରିବସେନା ଜିଲା ଆବାହକ ରବି ମଙ୍ଗରାଜ, ପବନ ଶର୍ମା, ମହମ୍ମଦ ଜୁନେଦ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri