ଦିଲ୍ଲୀ ଏୟାରଲିଫ୍ଟ ହେଲେ ବଳଙ୍ଗା ପୀଡ଼ିତା 

ଭୁବନେଶ୍ୱର,୨୦।୭: AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତା ଏୟାରଲିଫ୍ଟ ହୋଇଛନ୍ତି। ଭୁବନେଶ୍ବର ବିମାନବନ୍ଦରରୁ ଦିଲ୍ଲୀକୁ ଏୟାରଲିଫ୍ଟ ହୋଇଛନ୍ତି ପୀଡ଼ିତା। ଦିଲ୍ଲୀ AIIMSରେ ପୀଡ଼ିତାଙ୍କ ଅଧିକ ଚିକିତ୍ସା କରାଯିବ।
ପୂର୍ବରୁ ଏୟାରଲିଫ୍ଟ ନେଇ ଏମ୍ସ ନିର୍ଦ୍ଦେଶକ ସୂଚନା ଦେଇ କହିଥିଲେ ଯେ, ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସାମାନ୍ୟ ସୁଧାର ଆସିଛି। ରକ୍ତଚାପ ପୂର୍ବଦିନ ଅପେକ୍ଷା ସାମାନ୍ୟ ଥିବା ବେଳେ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିଛି। ଦିଲ୍ଲୀ ଏମ୍ସର ଡାକ୍ତରୀଦଳ ସହ ପରିବାର ସଦସ୍ୟ ମଧ୍ୟ ଯିବେ। ସେଠାରେ ତାଙ୍କର ଅଧିକ ଚିକିତ୍ସା କରାଯିବ।
ସୂଚନା ଥାଉକି, ପୁରୀ ଜିଲାର ବଳଙ୍ଗାଠାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳିକାଙ୍କ ଦେହରେ କେତେଜଣ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି। ଏ ଘଟଣାରେ ପୋଲିସ ଆମୂଳଚୂଳ ତଦନ୍ତ ଜାରି ରଖିଛି। ସମ୍ପୃକ୍ତ ପୀଡ଼ିତା ବର୍ତ୍ତମାନ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଛନ୍ତି। ପୀଡ଼ିତାଙ୍କ ଜୀବନ ରକ୍ଷା ପାଇଁ ସମସ୍ତ ପ୍ରକାର ଉଦ୍ୟମ ଜାରି ରହିଛି। ରାଜ୍ୟ ସରକାର ସମ୍ପୃକ୍ତ ପୀଡ଼ିତାଙ୍କୁ ଏୟାରଲିଫ୍ଟ କରି ଦିଲ୍ଲୀ ଏମ୍ସରେ ଚିକିତ୍ସା କରିବା ପାଇଁ ପ୍ରସ୍ତୁତ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।
ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ପୀଡ଼ିତାଙ୍କ ସ୍ବାସ୍ଥ୍ୟ ସ୍ଥିତି ସମ୍ପର୍କରେ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ, ସ୍ବାସ୍ଥ୍ୟ ବିଭାଗ ଏବଂ ସିଏମଓ ଏମ୍ସ କର୍ତ୍ତୃପକ୍ଷଙ୍କ ସହିତ ଯୋଗାଯୋଗରେ ଅଛନ୍ତି। ଏହି ଘଟଣାରେ ଅପରାଧୀ ଯେଉଁଠାରେ ଥିଲେ ବି ନିଶ୍ଚିତ ଧରାପଡ଼ିବେ। ପୋଲିସ ଟିମ ଅପରେଶନ ମୋଡ୍ରେ ଅଛନ୍ତି। ଆଇନ ଅନୁଯାୟୀ ଅପରାଧୀଙ୍କୁ କଠୋରରୁ କଠୋରତମ ଦଣ୍ଡ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri