Posted inଜାତୀୟ

ଉଡ଼ାଣ ସମୟରେ ରନ୍‌ଓ୍ବେରେ ଘଟିଲା ଏମିତି, ବଡ଼ ଦୁର୍ଘଟଣାରୁ ବର୍ତ୍ତିଲେ ଏହି ଏମ୍‌ପିଙ୍କ ସହ ୧୫୧ ଯାତ୍ରୀ

ଲକ୍ଷ୍ନୌ,୧୪ା୯: ରବିବାର ଉତ୍ତରପ୍ରଦେଶର ଲକ୍ଷ୍ନୌ ବିମାନବନ୍ଦରରେ ଏକ ବଡ଼ ଅଘଟଣ ଟଳିଯାଇଛି। ଦିଲ୍ଲୀ ଯାଉଥିବା ଏକ ଇଣ୍ଡିଗୋ ବିମାନ ଉଡ଼ାଣ ସମୟରେ ରନଓ୍ବେରେ ଅଟକି ଯାଇଥିଲା। କ୍ୟାପ୍ଟେନ୍‌ ସଠିକ୍‌ ସମୟରେ ବିମାନକୁ ଅଟକାଇ ଦେଇଥିଲେ। ଫଳରେ ୧୫୧ ଜଣ ଯାତ୍ରୀଙ୍କ ଜୀବନ ବଞ୍ଚାଇଥିଲେ। ସମାଜବାଦୀ ପାର୍ଟି ଏମ୍‌ପି ଏବଂ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ସ୍ତ୍ରୀ ଡିମ୍ପଲ ଯାଦବ ମଧ୍ୟ ଏହି ବିମାନରେ ଥିଲେ।

ସୂଚନା ଅନୁଯାୟୀ, ବିମାନଟି ରନ୍‌ଓ୍ବେରେ ଗତି ବଢ଼ାଇଥିଲେ ମଧ୍ୟ ଉପରକୁ ଉଠିପାରିଲା ନାହିଁ। ବିମାନର କ୍ୟାପ୍ଟେନ ରନ୍‌ଓ୍ବେ ଶେଷ ହେବା ପୂର୍ବରୁ ଚତୁରତାର ସହିତ ବିମାନକୁ ଅଟକାଇ ଦେଇଥିଲେ। ଏହି ଘଟଣା ଯୋଗୁ୍‌ ବିମାନରେ ଥିବା ଯାତ୍ରୀମାନେ ଭୟଭୀତ ହୋଇଯାଇଥିଲେ। ତେବେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିଲେ। ପରେ ବିମାନ କମ୍ପାନୀ ସମସ୍ତ ଯାତ୍ରୀଙ୍କୁ ଅନ୍ୟ ଏକ ବିମାନରେ ଦିଲ୍ଲୀ ପଠାଇଥିଲା।

ପୂର୍ବରୁ ଉଡ଼ାଣ ସମୟରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ସୁରଟରୁ ଦୁବାଇ ଯାଉଥିବା ଏକ ଇଣ୍ଡିଗୋ ବିମାନକୁ ଅହମ୍ମଦାବାଦର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଡାଇଭର୍ଟ କରିବାକୁ ପଡ଼ିଥିଲା। ଏହି ବିମାନରେ ମୋଟ୍‌ ୧୭୦ରୁ ଅଧିକ ଯାତ୍ରୀ ଥିଲେ। ଅଧିକାରୀମାନେ କହିଛନ୍ତି ଯେ, ଏହା ଏକ ଜରୁରୀକାଳିନ ଅବତରଣ ନୁହେଁ, କିନ୍ତୁ ଯାନ୍ତ୍ରିକ ସମସ୍ୟା ଯୋଗୁ ସୁରକ୍ଷିତ ପରିଚାଳନା ସୁନିଶ୍ଚିତ କରିବା ପାଇଁ ଏହି ପଦକ୍ଷେପ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଇତିହାସ ହୋଇଯିବ କଂଗ୍ରେସ…ଯେମିତି ଔରଙ୍ଗଜେବ’, ମୋଦିଙ୍କୁ କବର ଦେବା ବୟାନକୁ ନେଇ ଭାଜପା କହିଲା…

ନୂଆଦିଲ୍ଲୀ,୧୫।୧୨: ରାଜଧାନୀ ଦିଲ୍ଲୀରେ ରବିବାର ‘ଭୋଟ ଚୋର, ଗଦ୍ଦି ଛିଡ଼’ ରାଲିରେ କଂଗ୍ରେସ ଭାଜପା ଉପରେ ଆକ୍ରମଣକୁ ତୀବ୍ର କରିଥିଲା, ଶାସକ ଦଳ ନେହେରୁ ପରିବାରକୁ...

ବଣ୍ଡାଇ

ଅଷ୍ଟ୍ରେଲିଆର ବେଳାଭୂମିରେ ୧୪ ଡିସେମ୍ବରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୯ ଜଣ ଆହତ ହୋଇଛନ୍ତି। ଗୁଳି ଚଳାଇଥିବା ତିନି...

କଂଗ୍ରେସରୁ ବିଦା ହେଲେ ମୋକିମ

ଭୁବନେଶ୍ୱର,୧୫ା୧୨: ପୂର୍ବତନ ବିଧାୟକ ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି।...

‘ଭାଜପା ଡିଏନ୍‌ଏରେ ଭୋଟ୍‌ ଚୋରି’

ନୂଆଦିଲ୍ଲୀ,୧୫ା୧୨(ପି.ଟି.); ଭାଜପାର ଡିଏନ୍‌ଏରେ ‘ଭୋଟ ଚୋରି’ ପ୍ରବୃତ୍ତି ରହିଛି। କଂଗ୍ରେସ ସତ୍ୟ ସହ ଛିଡ଼ା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri